Biblia Todo Logo
Bìoball air-loidhne

- Sanasan -




ପ୍ରେରିତ 4:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ସେମାନେ ବିରକ୍ତ ହୋଇଥିଲେ, କାରଣ ପ୍ରେରିତମାନେ ଲୋକମାନଙ୍କୁ ଶିକ୍ଷା ଦେଉଥିଲେ ଓ ଯୀଶୁଙ୍କ କଥା ଧରି ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥାନ ବିଷୟ ପ୍ରଚାର କରୁଥିଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

2 ସେମାନେ ବିରକ୍ତ ହୋଇଥିଲେ, କାରଣ ପ୍ରେରିତମାନେ ଲୋକମାନଙ୍କୁ ଶିକ୍ଷା ଦେଉଥିଲେ ଓ ଯୀଶୁଙ୍କ କଥା ଧରି ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥାନ ବିଷୟ ପ୍ରଚାର କରୁଥିଲେ।

Faic an caibideil Dèan lethbhreac

ଓଡିଆ ବାଇବେଲ

2 ସେମାନେ ବିରକ୍ତ ହୋଇଥିଲେ, କାରଣ ପ୍ରେରିତମାନେ ଲୋକମାନଙ୍କୁ ଶିକ୍ଷା ଦେଉଥିଲେ ଓ ଯୀଶୁଙ୍କ କଥା ଧରି ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥାନ ବିଷୟ ପ୍ରଚାର କରୁଥିଲେ ।

Faic an caibideil Dèan lethbhreac

ପବିତ୍ର ବାଇବଲ (CL) NT (BSI)

2 ସେମାନେ ଉତ୍ତ୍ୟକ୍ତ ହେଲେ, କାରଣ ଯୀଶୁ ମୃତ୍ୟୁରୁ ଉଠିଥିଲେ ବୋଲି ପ୍ରେରିତ ଶିଷ୍ୟଦ୍ୱୟ ଶିକ୍ଷା ଦେଇ, ଏଥିଦ୍ୱାରା ମୃତମାନେ ପୁନର୍ଜୀବିତ ହୁଅନ୍ତି ବୋଲି ପ୍ରମାଣିତ କରୁଥିଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ

2 ସେମାନେ ରାଗି ଯାଇଥିଲେ କାରଣ ପିତର ଓ ଯୋହନ ଲୋକମାନଙ୍କୁ ଉପଦେଶ ଦେଉଥିଲେ, ଓ ଯୀଶୁଙ୍କ ପୁନରୁ‌‌ତ୍‌‌ଥାନ ପରି ସବୁ ମୃତ ବ୍ୟକ୍ତିମାନଙ୍କର ଯେ ଉ‌‌ତ୍‌‌ଥାନ ହେବ, ଏହି କଥା ଘୋଷଣା କରୁଥିଲେ।

Faic an caibideil Dèan lethbhreac




ପ୍ରେରିତ 4:2
18 Iomraidhean Croise  

ମାତ୍ର ଇସ୍ରାଏଲ-ସନ୍ତାନଗଣର ମଙ୍ଗଳ ଚେଷ୍ଟା କରିବା ପାଇଁ ଜଣେ ଲୋକ ଆସିଅଛି ବୋଲି ଶୁଣି ହୋରୋଣୀୟ ସନ୍‍ବଲ୍ଲଟ୍‍ ଓ ଅମ୍ମୋନୀୟ ଦାସ ଟୋବୀୟ ଅତିଶୟ ଅସନ୍ତୁଷ୍ଟ ହେଲେ।


କିନ୍ତୁ ଯିହୁଦୀମାନେ ଲୋକସମୂହଙ୍କୁ ଦେଖି ଈର୍ଷାରେ ପୂର୍ଣ୍ଣ ହେଲେ, ପୁଣି, ନିନ୍ଦା କରୁ କରୁ ପାଉଲଙ୍କ କଥାରେ ପ୍ରତିବାଦ କରିବାକୁ ଲାଗିଲେ।


ସେଥିରେ ଏପିକୂୂରୀୟ ଓ ସ୍ତୋୟିକ ଦର୍ଶନଶାସ୍ତ୍ରର କେତେକ ଦାର୍ଶନିକ ମଧ୍ୟ ତାହାଙ୍କ ସହିତ ବାଦାନୁବାଦ କରିବାକୁ ଲାଗିଲେ, ପୁଣି, କେହି କେହି କହିଲେ, ଏ ବାଚାଳଟା କଅଣ କହିବାକୁ ଇଚ୍ଛା କରୁଅଛି? ଆଉ କେହି କେହି କହିଲେ, ସେ ଅଜଣା ଦେବତାମାନଙ୍କର ପ୍ରଚାରକ ହେଲା ପରି ଜଣାଯାଉଅଛି; କାରଣ ସେ ଯୀଶୁ ଓ ପୁନରୁତ୍ଥାନ ବିଷୟକ ସୁସମାଚାର ପ୍ରଚାର କରୁଥିଲେ।


ପ୍ରାୟ ସେହି ସମୟରେ ଏହି ମାର୍ଗ ବିଷୟରେ ମହା ଗଣ୍ଡଗୋଳ ଉଠିଲା।


କେବଳ ସେହି ଗୋଟିଏ କଥା ଛଡ଼ା ମୁଁ ମହାସଭା ସମ୍ମୁଖରେ ଠିଆ ହେବା ସମୟରେ ଏମାନେ ମୋହର କି ଦୋଷ ପାଇଅଛନ୍ତି ତାହା ଏମାନେ ନିଜେ କହନ୍ତୁ।


ଅର୍ଥାତ୍‍ ଖ୍ରୀଷ୍ଟ ନିଶ୍ଚୟ ଦୁଃଖଭୋଗ କରି ପୁଣି, ପ୍ରଥମେ ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥିତ ହୋଇ ସ୍ୱଜାତି ଓ ଅଣଯିହୁଦୀମାନଙ୍କ ନିକଟରେ ଆଲୋକ ପ୍ରକାଶ କରିବେ।


ଈଶ୍ବର ଯେ ମୃତମାନଙ୍କୁ ଉଠାନ୍ତି, ତାହା କାହିଁକି ଆପଣମାନଙ୍କ ବିଚାରରେ ଅବିଶ୍ୱସ୍ତ ବୋଲି ବୋଧ ହୁଏ?


କିନ୍ତୁ ଜୀବନର କର୍ତ୍ତାଙ୍କୁ ବଧ କଲେ; ତାହାଙ୍କୁ ଈଶ୍ବର ମୃତମାନଙ୍କ ମଧ୍ୟରୁ ଉଠାଇଅଛନ୍ତି, ଆମ୍ଭେମାନେ ସେଥିର ସାକ୍ଷୀ।


ପରେ ମହାଯାଜକ ଓ ତାହାଙ୍କ ସଙ୍ଗୀ ସମସ୍ତେ, ଅର୍ଥାତ୍‍, ସାଦ୍ଦୂକୀ ଦଳ, ଈର୍ଷାରେ ପ୍ରଜ୍ୱଳିତ ହୋଇ ଉଠିଲେ


ଆଉ ଯେ ମୃତମାନଙ୍କ ମଧ୍ୟରୁ ଯୀଶୁଙ୍କୁ ଉଠାଇଲେ, ତାହାଙ୍କର ଆତ୍ମା ଯଦି ତୁମ୍ଭମାନଙ୍କଠାରେ ବାସ କରନ୍ତି, ତେବେ ଯେ ମୃତମାନଙ୍କ ମଧ୍ୟରୁ ଖ୍ରୀଷ୍ଟ ଯୀଶୁଙ୍କୁ ଉଠାଇଲେ, ସେ ତୁମ୍ଭମାନଙ୍କଠାରେ ବାସ କରୁଥିବା ଆପଣା ଆତ୍ମାଙ୍କ ଦ୍ୱାରା ତୁମ୍ଭମାନଙ୍କ ମର୍ତ୍ତ୍ୟ ଶରୀରକୁ ମଧ୍ୟ ଜୀବିତ କରିବେ।


କିନ୍ତୁ ପ୍ରତ୍ୟେକ ଜଣ ଆପଣା ଆପଣା କ୍ରମାନୁସାରେ ପ୍ରଥମ ଫଳ ସ୍ୱରୂପ ଖ୍ରୀଷ୍ଟ, ପରେ ଖ୍ରୀଷ୍ଟଙ୍କ ଆଗମନ ସମୟରେ ତାହାଙ୍କ ଆଶ୍ରିତମାନେ;


Lean sinn:

Sanasan


Sanasan