Biblia Todo Logo
Bìoball air-loidhne

- Sanasan -




ଦାନିୟେଲ 2:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ପୁଣି, ରାଜା ସେମାନଙ୍କୁ କହିଲା, “ମୁଁ ଗୋଟିଏ ସ୍ୱପ୍ନ ଦେଖିଅଛି, ଆଉ ସେହି ସ୍ୱପ୍ନ ବୁଝିବା ପାଇଁ ମୋର ମନ ଚିନ୍ତିତ ହେଉଅଛି।”

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

3 ପୁଣି, ରାଜା ସେମାନଙ୍କୁ କହିଲା, ମୁଁ ଗୋଟିଏ ସ୍ଵପ୍ନ ଦେଖିଅଛି, ଆଉ ସେହି ସ୍ଵପ୍ନ ବୁଝିବା ପାଇଁ ମୋର ଆତ୍ମା ଉଦ୍ବିଗ୍ନ ହେଉଅଛି।

Faic an caibideil Dèan lethbhreac

ଓଡିଆ ବାଇବେଲ

3 ପୁଣି, ରାଜା ସେମାନଙ୍କୁ କହିଲା, ମୁଁ ଗୋଟିଏ ସ୍ୱପ୍ନ ଦେଖିଅଛି, ଆଉ ସେହି ସ୍ୱପ୍ନ ବୁଝିବା ପାଇଁ ମୋର ମନ ଚିନ୍ତିତ ହେଉଅଛି।

Faic an caibideil Dèan lethbhreac

ପବିତ୍ର ବାଇବଲ

3 ରାଜା ସେମାନଙ୍କୁ କହିଲେ, “ମୁଁ ଗୋଟିଏ ସ୍ୱପ୍ନ ଦେଖିଅଛି। ଆଉ ସେହି ସ୍ୱପ୍ନ ବୁଝିବା ପାଇଁ ମୋର ଆତ୍ମା ଉ‌‌ଦ୍‌‌ବିଗ୍ନ ହେଉଅଛି।”

Faic an caibideil Dèan lethbhreac




ଦାନିୟେଲ 2:3
5 Iomraidhean Croise  

ସେମାନେ କହିଲେ, “ଆମ୍ଭେମାନେ ସ୍ୱପ୍ନ ଦେଖିଅଛୁ, ମାତ୍ର ତହିଁର ଅର୍ଥ କରିବାକୁ କେହି ନାହିଁ।” ତେବେ ଯୋଷେଫ ସେମାନଙ୍କୁ କହିଲେ, “ଅର୍ଥର ଜ୍ଞାନ କି ପରମେଶ୍ୱରଙ୍କର ଅଧୀନ ନୁହେଁ? ବିନୟ କରୁଅଛି, ତୁମ୍ଭମାନଙ୍କ ସ୍ୱପ୍ନ ମୋତେ କୁହ।”


ତହୁଁ ଫାରୋ ଯୋଷେଫଙ୍କୁ କହିଲେ, “ଆମ୍ଭେ ଗୋଟିଏ ସ୍ୱପ୍ନ ଦେଖିଅଛୁ, କେହି ତହିଁର ଅର୍ଥ କରି ପାରୁ ନାହାନ୍ତି; ମାତ୍ର ଆମ୍ଭେ ତୁମ୍ଭ ବିଷୟରେ ଶୁଣିଅଛୁ, ଯେ ତୁମ୍ଭେ ସ୍ୱପ୍ନ ଶୁଣିଲେ, ତହିଁର ଅର୍ଥ କରିପାର।”


ପୁଣି, ପ୍ରଭାତରେ ତାଙ୍କର ମନ ଉଦ୍‍ବିଗ୍ନ ହେଲା, ତହୁଁ ସେ ଲୋକ ପଠାଇ ମିସର ଦେଶୀୟ ମନ୍ତ୍ରଜ୍ଞ ଓ ପଣ୍ଡିତ ସମସ୍ତଙ୍କୁ ଡକାଇଲେ; ମାତ୍ର ଫାରୋ ସେମାନଙ୍କ ନିକଟରେ ଆପଣା ସ୍ୱପ୍ନର କଥା କହନ୍ତେ, ସେମାନଙ୍କ ମଧ୍ୟରୁ କେହି ଫାରୋଙ୍କୁ ତହିଁର ଅର୍ଥ କହି ପାରିଲେ ନାହିଁ।


ଏଥିଉତ୍ତାରେ ନବୂଖଦ୍‍ନିତ୍ସରର ଶାସନ କାଳର ଦ୍ୱିତୀୟ ବର୍ଷରେ, ନବୂଖଦ୍‍ନିତ୍ସର ସ୍ୱପ୍ନ ଦେଖିଲା; ତହିଁରେ ତାହାର ଆତ୍ମା ଉଦ୍‍ବିଗ୍ନ ହେଲା ଓ ତାହାର ନିଦ୍ରା ଭଗ୍ନ ହେଲା।


ମୁଁ ଗୋଟିଏ ସ୍ୱପ୍ନ ଦେଖିଲି, ତାହା ମୋତେ ଭୀତ କରାଇଲା ଓ ଶଯ୍ୟା ଉପରେ ମୋର ଚିନ୍ତା ଓ ମନର ଦର୍ଶନ ମୋତେ ଉଦ୍‍ବିଗ୍ନ କଲା।


Lean sinn:

Sanasan


Sanasan