Biblia Todo Logo
Bìoball air-loidhne

- Sanasan -




ଦାନିୟେଲ 2:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ତହିଁରେ କଲ୍‍ଦୀୟମାନେ ଅରାମୀୟ ଭାଷାରେ ରାଜାକୁ କହିଲେ, “ହେ ମହାରାଜ, ଚିରଜୀବୀ ହେଉନ୍ତୁ; ଆପଣଙ୍କ ଦାସମାନଙ୍କୁ ସ୍ୱପ୍ନଟି ଜଣାଉନ୍ତୁ, ଆମ୍ଭେମାନେ ତହିଁର ଅର୍ଥ ପ୍ରକାଶ କରିବୁ।”

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

4 ତହିଁରେ କଲ୍ଦୀୟମାନେ ଅରାମୀୟ ଭାଷାରେ ରାଜାକୁ କହିଲେ, ହେ ମହାରାଜ, ଚିରଜୀବୀ ହେଉନ୍ତୁ; ଆପଣଙ୍କ ଦାସମାନଙ୍କୁ ସ୍ଵପ୍ନଟି ଜଣାଉନ୍ତୁ, ଆମ୍ଭେମାନେ ତହିଁର ଅର୍ଥ ପ୍ରକାଶ କରିବୁ।

Faic an caibideil Dèan lethbhreac

ଓଡିଆ ବାଇବେଲ

4 ତହିଁରେ କଲ୍‍ଦୀୟମାନେ ଅରାମୀୟ ଭାଷାରେ ରାଜାକୁ କହିଲେ, ହେ ମହାରାଜ, ଚିରଜୀବୀ ହେଉନ୍ତୁ; ଆପଣଙ୍କ ଦାସମାନଙ୍କୁ ସ୍ୱପ୍ନଟି ଜଣାଉନ୍ତୁ, ଆମ୍ଭେମାନେ ତହିଁର ଅର୍ଥ ପ୍ରକାଶ କରିବୁ।

Faic an caibideil Dèan lethbhreac

ପବିତ୍ର ବାଇବଲ

4 ତା'ପରେ କ‌‌ଲ୍‌‌‌‌ଦୀୟମାନେ ଅରାମୀୟ ଭାଷାରେ ରାଜାଙ୍କୁ କହିଲେ, “ହେ ମହାରାଜ, ଚିରଜୀବି ହୁଅନ୍ତୁ, ଆପଣ ଏ ଦାସମାନଙ୍କୁ ସ୍ୱପ୍ନଟି କୁହନ୍ତୁ। ଆମ୍ଭେ ତାହାର ଅର୍ଥ ପ୍ରକାଶ କରିବୁ।”

Faic an caibideil Dèan lethbhreac




ଦାନିୟେଲ 2:4
23 Iomraidhean Croise  

ଏଥିଉତ୍ତାରେ ଲାବନ ତାହାର ନାମ ଯିଗର-ସାହଦୂଥା ରଖିଲା, ମାତ୍ର ଯାକୁବ ତାହାର ନାମ ଗଲୟଦ୍‍ (ସାକ୍ଷୀ ରାଶୀ) ରଖିଲା।


ପୁଣି, ପ୍ରଭାତରେ ତାଙ୍କର ମନ ଉଦ୍‍ବିଗ୍ନ ହେଲା, ତହୁଁ ସେ ଲୋକ ପଠାଇ ମିସର ଦେଶୀୟ ମନ୍ତ୍ରଜ୍ଞ ଓ ପଣ୍ଡିତ ସମସ୍ତଙ୍କୁ ଡକାଇଲେ; ମାତ୍ର ଫାରୋ ସେମାନଙ୍କ ନିକଟରେ ଆପଣା ସ୍ୱପ୍ନର କଥା କହନ୍ତେ, ସେମାନଙ୍କ ମଧ୍ୟରୁ କେହି ଫାରୋଙ୍କୁ ତହିଁର ଅର୍ଥ କହି ପାରିଲେ ନାହିଁ।


କାରଣ, ସେ ଆଜି ଯାଇ ଅନେକ ବୃଷ, ପୁଷ୍ଟ ପଶୁ ଓ ମେଷ ମାରି ରାଜପୁତ୍ର ସମସ୍ତଙ୍କୁ ଓ ସେନାପତିମାନଙ୍କୁ ଓ ଅବୀୟାଥର ଯାଜକଙ୍କୁ ନିମନ୍ତ୍ରଣ କରିଅଛନ୍ତି; ଆଉ ଦେଖନ୍ତୁ, ସେମାନେ ତାହା ସାକ୍ଷାତରେ ଭୋଜନପାନ କରି କହୁଅଛନ୍ତି, ଅଦୋନୀୟ ରାଜା ଚିରଜୀବୀ ହେଉନ୍ତୁ।


ତହୁଁ ବତ୍‍ଶେବା ଭୂମିରେ ମୁହଁ ମାଡ଼ି ରାଜାଙ୍କୁ ପ୍ରଣାମ କରି କହିଲା, “ମୋʼ ପ୍ରଭୁ ମହାରାଜ ଦାଉଦ ଚିରଜୀବୀ ହେଉନ୍ତୁ।”


ଏଥିରେ ହିଲ୍‍କୀୟର ପୁତ୍ର ଇଲିୟାକୀମ୍‍ ଓ ଶିବ୍‍ନ ଓ ଯୋୟାହ ରବ୍‍ଶାକିକୁ କହିଲେ, “ବିନୟ କରୁଅଛୁ, ଆପଣ ଅରାମୀୟ ଭାଷାରେ ଆପଣା ଦାସମାନଙ୍କୁ କହନ୍ତୁ; କାରଣ ଆମ୍ଭେମାନେ ତାହା ବୁଝୁଅଛୁ। ପୁଣି ପ୍ରାଚୀରର ଉପରିସ୍ଥ ଲୋକମାନଙ୍କ କର୍ଣ୍ଣଗୋଚରରେ ଆମ୍ଭମାନଙ୍କୁ ଯିହୁଦୀୟ ଭାଷାରେ ନ କହନ୍ତୁ।”


ପୁନଶ୍ଚ, ଅର୍ତ୍ତକ୍ଷସ୍ତର ଅଧିକାର ସମୟରେ ବିଶ୍ଳମ୍‍, ମିତ୍ରଦାତ, ଟାବେଲ ଓ ତାହାର ଅନ୍ୟ ସଙ୍ଗୀମାନେ ପାରସ୍ୟ ରାଜା ଅର୍ତ୍ତକ୍ଷସ୍ତ ନିକଟକୁ ଲେଖିଲେ; ସେହି ପତ୍ର ଅରାମୀୟ ଅକ୍ଷରରେ ଲିଖିତ ଓ ଅରାମୀୟ ଭାଷାରେ ରଚିତ ହୋଇଥିଲା।


ପୁଣି, ମୁଁ ରାଜାଙ୍କୁ କହିଲି, “ମହାରାଜ ଚିରଜୀବୀ ହେଉନ୍ତୁ; ଯେଉଁ ନଗର ମୋହର ପୂର୍ବପୁରୁଷଗଣର କବର ସ୍ଥାନ, ତାହା ଯେତେବେଳେ ଉଜାଡ଼ ହୋଇ ପଡ଼ିଅଛି ଓ ତହିଁର ଦ୍ୱାରସବୁ ଅଗ୍ନିରେ ଦଗ୍ଧ ହୋଇଅଛି, ସେତେବେଳେ କାହିଁକି ମୋହର ମୁଖ ବିବର୍ଣ୍ଣ ନୋହିବ?”


ଏଥିରେ ଇଲିୟାକୀମ୍‍, ଶିବ୍‍ନ ଓ ଯୋୟାହ ରବ୍‍ଶାକିକୁ କହିଲେ, “ବିନୟ କରୁଅଛୁ, ଆପଣ ଅରାମୀୟ ଭାଷାରେ ଆପଣା ଦାସମାନଙ୍କୁ କୁହନ୍ତୁ; କାରଣ ଆମ୍ଭେମାନେ ତାହା ବୁଝୁଅଛୁ; ପୁଣି, ପ୍ରାଚୀରର ଉପରିସ୍ଥ ଲୋକମାନଙ୍କ କର୍ଣ୍ଣଗୋଚରରେ ଆମ୍ଭମାନଙ୍କୁ ଯିହୁଦୀୟ ଭାଷାରେ ନ କୁହନ୍ତୁ।”


ଆମ୍ଭେ ମିଥ୍ୟାବାଦୀମାନଙ୍କର (ଦତ୍ତ) ଲକ୍ଷଣସବୁ ବିଫଳ କରୁ ଓ ମନ୍ତ୍ରଜ୍ଞମାନଙ୍କୁ ଉନ୍ମତ୍ତ କରୁ; ଆମ୍ଭେ ଜ୍ଞାନୀମାନଙ୍କୁ ପଛକୁ ହଟାଇ ଦେଉ ଓ ସେମାନଙ୍କର ଜ୍ଞାନ ମୂର୍ଖତା କରୁ;


ନିଖୁଣ, ସୁନ୍ଦର ଓ ସମସ୍ତ ଜ୍ଞାନରେ ନିପୁଣ, ବିଦ୍ୟାରେ ବିଚକ୍ଷଣ, ବୁଦ୍ଧିରେ ବିଜ୍ଞ ଓ ରାଜପ୍ରାସାଦରେ ଠିଆ ହେବାକୁ ଯୋଗ୍ୟ କେତେକ ଯୁବା ଲୋକଙ୍କୁ ଆଣିବାକୁ ଓ କଲ୍‍ଦୀୟ ବିଦ୍ୟା ଓ ଭାଷା ଶିଖାଇବାକୁ ଆପଣାର ନପୁଂସକାଧିପତି ଅସ୍ପନସ୍‍କୁ କହିଲା।


ସେମାନେ ଦ୍ୱିତୀୟ ଥର ଉତ୍ତର ଦେଇ କହିଲେ, “ମହାରାଜା, ଆପଣା ଦାସମାନଙ୍କୁ ସ୍ୱପ୍ନଟି ଜଣାଉନ୍ତୁ, ତହିଁରେ ଆମ୍ଭେମାନେ ଅର୍ଥ ପ୍ରକାଶ କରିବୁ।”


ସେମାନେ ନବୂଖଦ୍‍ନିତ୍ସର ରାଜାକୁ ଉତ୍ତର କରି କହିଲେ, “ହେ ମହାରାଜ, ଚିରଜୀବୀ ହେଉନ୍ତୁ।


ତହିଁରେ ବେଲ୍‍ଟଶତ୍ସର ନାମକ ଦାନିୟେଲ କ୍ଷଣକାଳ ଚମତ୍କୃତ ହୋଇ ରହିଲେ ଓ ତାଙ୍କର ଭାବନା ତାଙ୍କୁ ବ୍ୟାକୁଳିତ କଲା। ରାଜା ଉତ୍ତର କରି କହିଲା, “ହେ ବେଲ୍‍ଟଶତ୍ସର, ସେହି ସ୍ୱପ୍ନ ଅବା ତହିଁର ଅର୍ଥ ତୁମ୍ଭଙ୍କୁ ବ୍ୟାକୁଳିତ ନ କରୁ।” ବେଲ୍‍ଟଶତ୍ସର ଉତ୍ତର କରି କହିଲେ, “ହେ ମୋର ପ୍ରଭୁ, ଯେଉଁମାନେ ଆପଣଙ୍କୁ ଘୃଣା କରନ୍ତି, ସେମାନଙ୍କ ପାଇଁ ଏହି ସ୍ୱପ୍ନ ହେଉ ଓ ଆପଣଙ୍କ ବିପକ୍ଷମାନଙ୍କ ପ୍ରତି ତହିଁର ଅର୍ଥ ଘଟୁ।


ତହିଁରେ ମନ୍ତ୍ରବେତ୍ତା, ଗଣକ, କଲ୍‍ଦୀୟ ଓ ଶୁଭାଶୁଭବାଦୀମାନେ ମୋʼ ନିକଟକୁ ଆସିଲେ; ପୁଣି, ମୁଁ ସେମାନଙ୍କୁ ସ୍ୱପ୍ନ ଜଣାଇଲି; ମାତ୍ର ସେମାନେ ତହିଁର ଅର୍ଥ ମୋତେ କହି ପାରିଲେ ନାହିଁ।


ହେ ମନ୍ତ୍ରବେତ୍ତାଗଣର ଅଧ୍ୟକ୍ଷ ବେଲ୍‍ଟଶତ୍ସର, ମୁଁ ଜାଣେ, ପବିତ୍ର ଦେବଗଣର ଆତ୍ମା ତୁମ୍ଭ ଅନ୍ତରେ ଅଛନ୍ତି ଓ କୌଣସି ନିଗୂଢ଼ ବାକ୍ୟ ତୁମ୍ଭ ପ୍ରତି କଷ୍ଟକର ହୁଏ ନାହିଁ, ଏଥିପାଇଁ ମୁଁ ସ୍ୱପ୍ନରେ ଯେଉଁ ଯେଉଁ ଦର୍ଶନ ପାଇଅଛି, ତାହା ଓ ତହିଁର ଅର୍ଥ ମୋତେ ଜଣାଅ।


ଏହି ସମୟରେ ରାଜାର ଓ ତାହାର ଅମାତ୍ୟଗଣର କଥା ସକାଶୁ ରାଣୀ ଭୋଜନଶାଳାକୁ ଆସିଲା; ରାଣୀ କହିଲା, “ହେ ରାଜନ୍‍, ଚିରଜୀବୀ ହେଉନ୍ତୁ; ଆପଣଙ୍କର ଭାବନା ଆପଣଙ୍କୁ ଉଦ୍‍ବିଗ୍ନ ନ କରୁ, ଅଥବା ଆପଣଙ୍କ ମୁଖ ବିବର୍ଣ୍ଣ ନ ହେଉ।


ତହିଁରେ ରାଜାର ସମସ୍ତ ବିଦ୍ୱାନ୍‍ ଲୋକ ଭିତରକୁ ଆସିଲେ; ମାତ୍ର ସେମାନେ ଲେଖା ପଢ଼ି ପାରିଲେ ନାହିଁ, କିଅବା ରାଜାକୁ ତହିଁର ଅର୍ଥ ଜଣାଇ ପାରିଲେ ନାହିଁ।


ତହିଁରେ ଦାନିୟେଲ ରାଜାଙ୍କୁ କହିଲେ, “ହେ ମହାରାଜ, ଚିରଜୀବୀ ହେଉନ୍ତୁ।”


ଏଥିରେ ଅଧ୍ୟକ୍ଷଗଣ ଓ କ୍ଷିତିପାଳମାନେ ରାଜା ନିକଟରେ ଏକତ୍ର ହୋଇ ତାହାକୁ ଏହି ପ୍ରକାର କହିଲେ, “ମହାରାଜ ଦାରୀୟାବସ, ଚିରଜୀବୀ ହେଉନ୍ତୁ।


ରାଜ୍ୟର ଅଧ୍ୟକ୍ଷଗଣ, ରାଜପ୍ରତିନିଧିଗଣ ଓ କ୍ଷିତିପାଳଗଣ, ମନ୍ତ୍ରୀ ଓ ଦେଶାଧ୍ୟକ୍ଷଗଣ ସମସ୍ତେ ଏକତ୍ର ମନ୍ତ୍ରଣା କରି ଏପରି ଏକ ରାଜାଜ୍ଞା ଓ ଦୃଢ଼ ନିଷେଧ-ବିଧି ସ୍ଥାପନ କରିବାକୁ ବିଚାର କରିଅଛନ୍ତି ଯେ, ଯଦି କେହି ତିରିଶ ଦିନ ପର୍ଯ୍ୟନ୍ତ ମହାରାଜାଙ୍କ ବିନା କୌଣସି ଦେବତା କିଅବା ମନୁଷ୍ୟର ନିକଟରେ ପ୍ରାର୍ଥନା କରିବ, ସେ ସିଂହମାନଙ୍କ ଗର୍ତ୍ତରେ ନିକ୍ଷିପ୍ତ ହେବ।


ଆଉ ତାହାଙ୍କ ଆଗରେ ଓ ପଛରେ ଯାଉଥିବା ଲୋକମାନେ ଉଚ୍ଚସ୍ୱରରେ କହିବାକୁ ଲାଗିଲେ, ହୋଶାନ୍ନା ଦାଉଦଙ୍କ ସନ୍ତାନ! ପ୍ରଭୁଙ୍କ ନାମରେ ଯେ ଆସୁଅଛନ୍ତି, ସେ ଧନ୍ୟ! ଊର୍ଦ୍ଧ୍ୱଲୋକରେ ହୋଶାନ୍ନା।


ଏଥିରେ ଶାମୁୟେଲ ସମସ୍ତ ଲୋକଙ୍କୁ କହିଲେ, “ସଦାପ୍ରଭୁ ଯାହାଙ୍କୁ ମନୋନୀତ କରିଅଛନ୍ତି, ତୁମ୍ଭେମାନେ କି ତାଙ୍କୁ ଦେଖୁଅଛ, ସମସ୍ତ ଲୋକଙ୍କ ମଧ୍ୟରେ ତାଙ୍କ ପରି କେହି ନାହିଁ?” ତହିଁରେ ସମସ୍ତ ଲୋକ ଜୟଧ୍ୱନି କରି କହିଲେ, “ରାଜା ଚିରଜୀବୀ ହେଉନ୍ତୁ।”


Lean sinn:

Sanasan


Sanasan