Biblia Todo Logo
Bìoball air-loidhne

- Sanasan -




ଦାନିୟେଲ 3:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ତହୁଁ ଘୋଷକ ଉଚ୍ଚସ୍ୱରରେ କହିଲା, “ହେ ଲୋକବୃନ୍ଦ, ଗୋଷ୍ଠୀବର୍ଗ ଓ ନାନା ଭାଷାବାଦୀଗଣ, ତୁମ୍ଭମାନଙ୍କୁ ଏହି ଆଜ୍ଞା ଦିଆଯାଉଅଛି,

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

4 ତହୁଁ ଘୋଷକ ଉଚ୍ଚସ୍ଵରରେ କହିଲା, ହେ ଲୋକବୃନ୍ଦ, ଗୋଷ୍ଠୀବର୍ଗ ଓ ନାନା ଭାଷାବାଦୀଗଣ, ତୁମ୍ଭମାନଙ୍କୁ ଏହି ଆଜ୍ଞା ଦିଆ ଯାଉଅଛି,

Faic an caibideil Dèan lethbhreac

ଓଡିଆ ବାଇବେଲ

4 ତହୁଁ ଘୋଷକ ଉଚ୍ଚସ୍ୱରରେ କହିଲା, ହେ ଲୋକବୃନ୍ଦ, ଗୋଷ୍ଠୀବର୍ଗ ଓ ନାନା ଭାଷାବାଦୀଗଣ, ତୁମ୍ଭମାନଙ୍କୁ ଏହି ଆଜ୍ଞା ଦିଆ ଯାଉଅଛି,

Faic an caibideil Dèan lethbhreac

ପବିତ୍ର ବାଇବଲ

4 ତା'ପରେ ରାଜାଙ୍କର ଜଣେ ଘୋଷକ ଉଚ୍ଚ ସ୍ୱରରେ କହିଲା, “ହେ ଲୋକବୃନ୍ଦ, ଗୋଷ୍ଠୀବର୍ଗ ଓ ବିଭିନ୍ନ ଭାଷାବାଦୀଦଳ, ତୁମ୍ଭମାନଙ୍କୁ ଏହି ଆଜ୍ଞା ଦିଆଗଲା।

Faic an caibideil Dèan lethbhreac




ଦାନିୟେଲ 3:4
13 Iomraidhean Croise  

ତେଣୁ ତୃତୀୟ ମାସର, ଅର୍ଥାତ୍‍, ସୀବନ ମାସର ତେଇଶ ଦିନରେ ରାଜାଙ୍କ ଲେଖକମାନେ ଆହୂତ ହୁଅନ୍ତେ, ମର୍ଦ୍ଦଖୟର ସକଳ ଆଜ୍ଞାନୁସାରେ ଯିହୁଦୀୟମାନଙ୍କ ନିକଟକୁ ଓ ହିନ୍ଦୁସ୍ଥାନଠାରୁ କୂଶ ଦେଶ ପର୍ଯ୍ୟନ୍ତ ଏକ ଶହ ସତାଇଶ ପ୍ରଦେଶାନ୍ତର୍ଗତ ପ୍ରତ୍ୟେକ ପ୍ରଦେଶର ଅକ୍ଷରାନୁସାରେ କ୍ଷିତିପାଳ ଓ ଶାସନକର୍ତ୍ତା ଓ ପ୍ରଦେଶାଧିପତିମାନଙ୍କ ନିକଟକୁ, ପୁଣି ପ୍ରତ୍ୟେକ ଗୋଷ୍ଠୀକୁ ସେମାନଙ୍କ ଭାଷାନୁସାରେ, ଆଉ ଯିହୁଦୀୟ ଲୋକମାନଙ୍କ ନିକଟକୁ ସେମାନଙ୍କ ଅକ୍ଷର ଓ ଭାଷାନୁସାରେ ପତ୍ର ଲିଖିତ ହେଲା।


ହେ ସିୟୋନ ନିକଟରେ ସୁସମାଚାର ପ୍ରଚାରକାରିଣୀ, ତୁମ୍ଭେ ଉଚ୍ଚ ପର୍ବତକୁ ଯାଅ; ହେ ଯିରୂଶାଲମ ନିକଟରେ ସୁସମାଚାର ପ୍ରଚାରକାରିଣୀ, ତୁମ୍ଭେ ବଳରେ ଉଚ୍ଚସ୍ୱର କର, ଉଚ୍ଚସ୍ୱର କର, ଭୟ କର ନାହିଁ; ଯିହୁଦାର ନଗରସମୂହକୁ କୁହ, “ହେଇ ଦେଖ, ତୁମ୍ଭମାନଙ୍କ ପରମେଶ୍ୱର!”


“ମୁକ୍ତ କଣ୍ଠରେ ଘୋଷଣା କର, ସ୍ୱର ଊଣା କର ନାହିଁ, ତୂରୀ ପରି ଆପଣା ରବ ଉଠାଅ, ଆମ୍ଭ ଲୋକମାନଙ୍କୁ ସେମାନଙ୍କ ଅଧର୍ମ ଓ ଯାକୁବ ବଂଶକୁ ସେମାନଙ୍କ ପାପସବୁ ଜଣାଅ।


ହେ ମହାରାଜ, ଆପଣ ଆଜ୍ଞା କରିଅଛନ୍ତି ଯେ, ଯେକେହି ଶୃଙ୍ଗ, ବଂଶୀ, ବୀଣା, ଚତୁସ୍ତନ୍ତ୍ରୀ, ନେବଲ, ମୃଦଙ୍ଗ ଓ ସବୁ ପ୍ରକାର ବାଦ୍ୟ ଶୁଣିବ, ସେ ଉବୁଡ଼ ହୋଇ ସୁବର୍ଣ୍ଣ ପ୍ରତିମାକୁ ପ୍ରଣାମ କରିବ;


ତହିଁରେ କ୍ଷିତିପାଳମାନେ, ରାଜପ୍ରତିନିଧିମାନେ ଓ ଦେଶାଧ୍ୟକ୍ଷଗଣ, ବିଚାରକର୍ତ୍ତାଗଣ, କୋଷାଧ୍ୟକ୍ଷଗଣ, ବ୍ୟବସ୍ଥାପକଗଣ, ବେବର୍ତ୍ତାଗଣ ଓ ପ୍ରଦେଶୀୟ ସକଳ ଶାସନକର୍ତ୍ତାଗଣ, ରାଜା ନବୂଖଦ୍‍ନିତ୍ସରର ସ୍ଥାପିତ ପ୍ରତିମାର ପ୍ରତିଷ୍ଠା କରିବା ପାଇଁ ଏକତ୍ର ହେଲେ, ଆଉ ସେମାନେ ନବୂଖଦ୍‍ନିତ୍ସରର ସ୍ଥାପିତ ପ୍ରତିମାର ସମ୍ମୁଖରେ ଠିଆ ହେଲେ।


ଏହେତୁରୁ ଯେତେବେଳେ ସମସ୍ତ ଲୋକ ଶୃଙ୍ଗ, ବଂଶୀ, ବୀଣା, ଚତୁସ୍ତନ୍ତ୍ରୀ, ନେବଲ ଓ ସବୁ ପ୍ରକାର ବାଦ୍ୟ ଶୁଣିଲେ, ସେତେବେଳେ ସମସ୍ତ ଲୋକ, ଗୋଷ୍ଠୀୟ ବର୍ଗ ଓ ଭାଷାବାଦୀମାନେ ରାଜା ନବୂଖଦ୍‍ନିତ୍ସରର ସ୍ଥାପିତ ପ୍ରତିମାକୁ ମୁହଁ ମାଡ଼ି ପ୍ରଣାମ କଲେ।


ସମୁଦାୟ ପୃଥିବୀନିବାସୀ ଯାବତୀୟ ଗୋଷ୍ଠୀ, ଦେଶୀୟ ଓ ଭାଷାବାଦୀ ଲୋକମାନଙ୍କ ପ୍ରତି ନବୂଖଦ୍‍ନିତ୍ସର ରାଜାର (ବିଜ୍ଞାପନ); “ତୁମ୍ଭମାନଙ୍କର ବାହୁଲ୍ୟ ରୂପେ ଶାନ୍ତି ହେଉ।


ସେ ଉଚ୍ଚସ୍ୱର କରି ଏହି କଥା କହିଲେ, ‘ଏହି ବୃକ୍ଷକୁ ଛେଦନ କର ଓ ତହିଁର ଶାଖାସବୁ କାଟି ପକାଅ, ତହିଁର ପତ୍ରସବୁ ଝାଡ଼ି ପକାଅ ଓ ଫଳସବୁ ବିଞ୍ଚି ଦିଅ; ତହିଁର ତଳୁ ପଶୁମାନେ, ତହିଁର ଡାଳରୁ ପକ୍ଷୀମାନେ ପଳାଇ ଯାଉନ୍ତୁ।


ସେତେବେଳେ ଦାରୀୟାବସ ସମୁଦାୟ ପୃଥିବୀନିବାସୀ, ସମସ୍ତ ଗୋଷ୍ଠୀ, ଦେଶବାସୀ ଓ ଭାଷାବାଦୀମାନଙ୍କ ନିକଟକୁ ପତ୍ର ଲେଖିଲା; “ତୁମ୍ଭମାନଙ୍କ ପ୍ରତି ବାହୁଲ୍ୟ ରୂପରେ ଶାନ୍ତି ହେଉ।


ଇଫ୍ରୟିମ ସନ୍ତୁଷ୍ଟ ହୋଇ ମନୁଷ୍ୟର ଆଜ୍ଞାନୁସାରେ ଚାଲିଥିବାରୁ ସେ ଉପଦ୍ରବଗ୍ରସ୍ତ ହୋଇଅଛି ଓ ବିଚାରରେ କଷ୍ଟ ପାଇଅଛି।


କାରଣ ଅମ୍ରିଙ୍କର ବିଧି ଓ ଆହାବ-ବଂଶର କ୍ରିୟାସକଳ ପାଳନ କରାଯାଉଅଛି ଓ ତୁମ୍ଭେମାନେ ସେମାନଙ୍କ ପରାମର୍ଶରେ ଚାଲୁଅଛ; ତହିଁ ସକାଶୁ ଆମ୍ଭେ ତୁମ୍ଭକୁ ଉତ୍ସନ୍ନ (ସ୍ଥାନ) କରିବା ଓ ତହିଁର ନିବାସୀମାନଙ୍କୁ ଶୀସ୍‍ ଶବ୍ଦର ବିଷୟ କରିବା; ଆଉ ତୁମ୍ଭେମାନେ ଆମ୍ଭ ଲୋକମାନଙ୍କର ଅପମାନର ଭାର ବହିବ।


ସେମାନେ ଗୋଟିଏ ନୂତନ ଗୀତ ଗାନ କରି କହିଲେ, “ତୁମ୍ଭେ ସେହି ପୁସ୍ତକ ନେବାକୁ ଓ ସେଥିର ମୁଦ୍ରାସବୁ ଭାଙ୍ଗିବାକୁ ଯୋଗ୍ୟ ଅଟ, କାରଣ ତୁମ୍ଭେ ହତ ହୋଇଥିଲ, ପୁଣି, ଆପଣା ରକ୍ତ ଦ୍ୱାରା ସର୍ବଗୋଷ୍ଠୀ, ଭାଷାବାଦୀ, ସର୍ବବଂଶ ଓ ସର୍ବଜାତିମାନଙ୍କ ମଧ୍ୟରୁ ଈଶ୍ବରଙ୍କ ନିମନ୍ତେ ଲୋକମାନଙ୍କୁ କିଣିଅଛ,


Lean sinn:

Sanasan


Sanasan