Biblia Todo Logo
Bìoball air-loidhne

- Sanasan -




ଦାନିୟେଲ 4:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ତହିଁରେ ମନ୍ତ୍ରବେତ୍ତା, ଗଣକ, କଲ୍‍ଦୀୟ ଓ ଶୁଭାଶୁଭବାଦୀମାନେ ମୋʼ ନିକଟକୁ ଆସିଲେ; ପୁଣି, ମୁଁ ସେମାନଙ୍କୁ ସ୍ୱପ୍ନ ଜଣାଇଲି; ମାତ୍ର ସେମାନେ ତହିଁର ଅର୍ଥ ମୋତେ କହି ପାରିଲେ ନାହିଁ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

7 ତହିଁରେ ମନ୍ତ୍ରବେତ୍ତା, ଗଣକ, କଲ୍ଦୀୟ ଓ ଶୁଭାଶୁଭବାଦୀମାନେ ମୋʼ ନିକଟକୁ ଆସିଲେ; ପୁଣି, ମୁଁ ସେମାନଙ୍କୁ ସ୍ଵପ୍ନ ଜଣାଇଲି; ମାତ୍ର ସେମାନେ ତହିଁର ଅର୍ଥ ମୋତେ କହି ପାରିଲେ ନାହିଁ।

Faic an caibideil Dèan lethbhreac

ଓଡିଆ ବାଇବେଲ

7 ତହିଁରେ ମନ୍ତ୍ରବେତ୍ତା, ଗଣକ, କଲ୍‍ଦୀୟ ଓ ଶୁଭାଶୁଭବାଦୀମାନେ ମୋ’ ନିକଟକୁ ଆସିଲେ; ପୁଣି, ମୁଁ ସେମାନଙ୍କୁ ସ୍ୱପ୍ନ ଜଣାଇଲି; ମାତ୍ର ସେମାନେ ତହିଁର ଅର୍ଥ ମୋତେ କହି ପାରିଲେ ନାହିଁ।

Faic an caibideil Dèan lethbhreac

ପବିତ୍ର ବାଇବଲ

7 ଯେତେବେଳେ ମନ୍ତ୍ରଜ୍ଞଗଣକ କ‌‌ଲ୍‌‌‌‌ଦୀୟ ଓ ଶୁଭାଶୁଭବାଦୀମାନେ ମୋ’ ନିକଟକୁ ଆସିଲେ, ମୁଁ ସେମାନଙ୍କୁ ସ୍ୱପ୍ନ ବିଷୟରେ ଜଣାଇଲି, ମାତ୍ର ସେମାନେ ତାହାର ଅର୍ଥ ମୋତେ କହି ପାରିଲେ ନାହିଁ।

Faic an caibideil Dèan lethbhreac




ଦାନିୟେଲ 4:7
16 Iomraidhean Croise  

ଆମ୍ଭେ ମିଥ୍ୟାବାଦୀମାନଙ୍କର (ଦତ୍ତ) ଲକ୍ଷଣସବୁ ବିଫଳ କରୁ ଓ ମନ୍ତ୍ରଜ୍ଞମାନଙ୍କୁ ଉନ୍ମତ୍ତ କରୁ; ଆମ୍ଭେ ଜ୍ଞାନୀମାନଙ୍କୁ ପଛକୁ ହଟାଇ ଦେଉ ଓ ସେମାନଙ୍କର ଜ୍ଞାନ ମୂର୍ଖତା କରୁ;


ସେମାନେ ଦ୍ୱିତୀୟ ଥର ଉତ୍ତର ଦେଇ କହିଲେ, “ମହାରାଜା, ଆପଣା ଦାସମାନଙ୍କୁ ସ୍ୱପ୍ନଟି ଜଣାଉନ୍ତୁ, ତହିଁରେ ଆମ୍ଭେମାନେ ଅର୍ଥ ପ୍ରକାଶ କରିବୁ।”


ଦାନିୟେଲ ରାଜାଙ୍କ ଛାମୁରେ ଉତ୍ତର କରି କହିଲେ, “ମହାରାଜା ଯେଉଁ ନିଗୂଢ଼ କଥା ପଚାରି ଅଛନ୍ତି, ତାହା ବିଦ୍ୱାନ୍‍ ଲୋକ କିଅବା ଗଣକ ଅବା ମନ୍ତ୍ରବେତ୍ତା ଅଥବା ଶୁଭାଶୁଭବାଦୀମାନେ ମହାରାଜାଙ୍କ ଛାମୁରେ ପ୍ରକାଶ କରିପାରନ୍ତି ନାହିଁ;


କଲ୍‍ଦୀୟମାନେ ରାଜାର ଛାମୁରେ ଉତ୍ତର କରି କହିଲେ, ମହାରାଜାଙ୍କ ବିଷୟ ଯେ ପ୍ରକାଶ କରି ପାରିବ, “ପୃଥିବୀରେ ଏପରି କୌଣସି ମନୁଷ୍ୟ ନାହିଁ; କାରଣ କୌଣସି ରାଜା, ପ୍ରଭୁ କିଅବା ଶାସନକର୍ତ୍ତା କୌଣସି ମନ୍ତ୍ରଜ୍ଞକୁ କିଅବା ଗଣକକୁ ଅଥବା କଲ୍‍ଦୀୟକୁ ଏପରି କଥା ପଚାରି ନାହାନ୍ତି।


ପୁଣି, ପ୍ରଭାତରେ ତାଙ୍କର ମନ ଉଦ୍‍ବିଗ୍ନ ହେଲା, ତହୁଁ ସେ ଲୋକ ପଠାଇ ମିସର ଦେଶୀୟ ମନ୍ତ୍ରଜ୍ଞ ଓ ପଣ୍ଡିତ ସମସ୍ତଙ୍କୁ ଡକାଇଲେ; ମାତ୍ର ଫାରୋ ସେମାନଙ୍କ ନିକଟରେ ଆପଣା ସ୍ୱପ୍ନର କଥା କହନ୍ତେ, ସେମାନଙ୍କ ମଧ୍ୟରୁ କେହି ଫାରୋଙ୍କୁ ତହିଁର ଅର୍ଥ କହି ପାରିଲେ ନାହିଁ।


ପୁଣି, ସେହି କ୍ଷୀଣ ଶିଷା, ସେହି ଉତ୍ତମ ସାତ ଶିଷାକୁ ଗ୍ରାସ କଲା। ଏହି ସ୍ୱପ୍ନ ଆମ୍ଭେ ମନ୍ତ୍ରଜ୍ଞମାନଙ୍କୁ କହିଲୁ, ମାତ୍ର କେହି ଏଥିର ଅର୍ଥ ଆମ୍ଭକୁ କହି ପାରିଲେ ନାହିଁ।”


ନିଖୁଣ, ସୁନ୍ଦର ଓ ସମସ୍ତ ଜ୍ଞାନରେ ନିପୁଣ, ବିଦ୍ୟାରେ ବିଚକ୍ଷଣ, ବୁଦ୍ଧିରେ ବିଜ୍ଞ ଓ ରାଜପ୍ରାସାଦରେ ଠିଆ ହେବାକୁ ଯୋଗ୍ୟ କେତେକ ଯୁବା ଲୋକଙ୍କୁ ଆଣିବାକୁ ଓ କଲ୍‍ଦୀୟ ବିଦ୍ୟା ଓ ଭାଷା ଶିଖାଇବାକୁ ଆପଣାର ନପୁଂସକାଧିପତି ଅସ୍ପନସ୍‍କୁ କହିଲା।


ଏଥିପାଇଁ ସେହି ସମୟରେ କେତେକ କଲ୍‍ଦୀୟ ଲୋକ ନିକଟକୁ ଆସି ଯିହୁଦୀୟ ଲୋକମାନଙ୍କ ବିରୁଦ୍ଧରେ ଅପବାଦ ଆଣିଲେ।


ମୁଁ ରାଜା ନବୂଖଦ୍‍ନିତ୍ସର ଏହି ସ୍ୱପ୍ନ ଦେଖିଅଛି; ଏବେ ହେ ବେଲ୍‍ଟଶତ୍ସର, ତୁମ୍ଭେ ଅର୍ଥ ଜଣାଅ, କାରଣ ମୋʼ ରାଜ୍ୟସ୍ଥ ସମସ୍ତ ବିଦ୍ୱାନ୍‍ ଲୋକ ତହିଁର ଅର୍ଥ ମୋତେ ଜଣାଇବାକୁ ଅକ୍ଷମ ଅଟନ୍ତି; ମାତ୍ର ତୁମ୍ଭେ ସକ୍ଷମ ଅଟ, କାରଣ ତୁମ୍ଭ ଅନ୍ତରେ ପବିତ୍ର ଦେବଗଣର ଆତ୍ମା ଅଛନ୍ତି।”


ରାଜା ଗଣକ, କଲ୍‍ଦୀୟ ଓ ଶୁଭାଶୁଭବାଦୀମାନଙ୍କୁ ଆଣିବା ପାଇଁ ଉଚ୍ଚସ୍ୱର କରି ଡାକିଲା। ରାଜା ବାବିଲୀୟ ବିଦ୍ୱାନ୍‍ମାନଙ୍କୁ କହିଲା, “ଯେକେହି ଏହି ଲେଖା ପଢ଼ିବ ଓ ତହିଁର ଅର୍ଥ ମୋତେ ଜଣାଇବ, ସେ ବାଇଗଣିଆ ରଙ୍ଗ ବସନରେ ବସ୍ତ୍ରାନ୍ୱିତ ହେବ ଓ ତାହାର କଣ୍ଠରେ ସୁବର୍ଣ୍ଣର ହାର ଦିଆଯିବ, ଆଉ ସେ ରାଜ୍ୟରେ ତୃତୀୟ କର୍ତ୍ତା ହେବ।”


ତହିଁରେ ରାଜାର ସମସ୍ତ ବିଦ୍ୱାନ୍‍ ଲୋକ ଭିତରକୁ ଆସିଲେ; ମାତ୍ର ସେମାନେ ଲେଖା ପଢ଼ି ପାରିଲେ ନାହିଁ, କିଅବା ରାଜାକୁ ତହିଁର ଅର୍ଥ ଜଣାଇ ପାରିଲେ ନାହିଁ।


ମୁଁ ଦୁଷ୍ଟକୁ ମହାକ୍ଷମତାପନ୍ନ ଓ ସ୍ୱଭୂମିରେ ସତେଜ ବୃକ୍ଷ ତୁଲ୍ୟ ଆପଣାକୁ ପ୍ରସାରିବାର ଦେଖିଅଛି।


ଦେଖ, ଅଶୂର ଲିବାନୋନସ୍ଥ ଏରସ ବୃକ୍ଷ ସ୍ୱରୂପ ଥିଲା, ତାହାର ସୁନ୍ଦର ଘନଚ୍ଛାୟାଦାୟକ ଓ ଉଚ୍ଚାକୃତି ଶାଖାମାନ ଥିଲା ଓ ତାହାର ଶିଖର ଗହଳିଆ ଡାଳ ମଧ୍ୟରେ ଥିଲା।


Lean sinn:

Sanasan


Sanasan