Biblia Todo Logo
Bìoball air-loidhne

- Sanasan -




ଦାନିୟେଲ 4:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ମାତ୍ର ଅବଶେଷରେ ମୋʼ ଦେବତାର ନାମାନୁସାରେ ବେଲ୍‍ଟଶତ୍ସର ନାମବିଶିଷ୍ଟ ଦାନିୟେଲ ମୋʼ ନିକଟକୁ ଆସିଲେ, ତାଙ୍କ ଅନ୍ତରରେ ପବିତ୍ର ଦେବଗଣର ଆତ୍ମା ଅଛନ୍ତି; ପୁଣି, ମୁଁ ତାଙ୍କୁ ସ୍ୱପ୍ନଟି ଜଣାଇ କହିଲି,

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

8 ମାତ୍ର ଅବଶେଷରେ ମୋʼ ଦେବତାର ନାମାନୁସାରେ ବେଲ୍ଟଶତ୍ସର ନାମବିଶିଷ୍ଟ ଦାନିୟେଲ ମୋʼ ନିକଟକୁ ଆସିଲେ, ତାଙ୍କ ଅନ୍ତରରେ ପବିତ୍ର ଦେବଗଣର ଆତ୍ମା ଅଛନ୍ତି; ପୁଣି, ମୁଁ ତାଙ୍କୁ ସ୍ଵପ୍ନଟି ଜଣାଇ କହିଲି,

Faic an caibideil Dèan lethbhreac

ଓଡିଆ ବାଇବେଲ

8 ମାତ୍ର ଅବଶେଷରେ ମୋ’ ଦେବତାର ନାମାନୁସାରେ ବେଲ୍‍ଟଶତ୍ସର ନାମବିଶିଷ୍ଟ ଦାନିୟେଲ ମୋ’ ନିକଟକୁ ଆସିଲେ, ତାଙ୍କ ଅନ୍ତରରେ ପବିତ୍ର ଦେବଗଣର ଆତ୍ମା ଅଛନ୍ତି; ପୁଣି, ମୁଁ ତାଙ୍କୁ ସ୍ୱପ୍ନଟି ଜଣାଇ କହିଲି,

Faic an caibideil Dèan lethbhreac

ପବିତ୍ର ବାଇବଲ

8 ଅବଶେଷରେ ମୋ’ ଦେବତାର ନାମାନୁସାରେ ବେ‌‌ଲ୍‌‌‌‌ଟଶତ୍ସର ନାମ ବିଶିଷ୍ଟ ଦାନିୟେଲ ମୋ’ ନିକଟକୁ ଆସିଲେ, ତାହାଙ୍କ ଅନ୍ତରରେ ପବିତ୍ର ପରମେଶ୍ୱରଙ୍କ ଆତ୍ମା ଅଛନ୍ତି, ମୁଁ ତାଙ୍କୁ ସ୍ୱପ୍ନ ବିଷୟରେ ଜଣାଇଲି।

Faic an caibideil Dèan lethbhreac




ଦାନିୟେଲ 4:8
14 Iomraidhean Croise  

ତହିଁରେ ଫାରୋ ଆପଣା ଦାସମାନଙ୍କୁ କହିଲେ, “ଆମ୍ଭେମାନେ କି ଏହାଙ୍କ ପରି ପୁରୁଷ ଆଉ ପାଇ ପାରିବା? ଏହାଙ୍କଠାରେ ପରମେଶ୍ୱରଙ୍କ ଆତ୍ମା ଅଛନ୍ତି।”


ବେଲ୍ ଦେବତା ଅବନତ ହୁଏ, ନବୋ ନତ ହୁଏ; ସେମାନଙ୍କ ପ୍ରତିମାଗଣ ଜନ୍ତୁ ଓ ପଶୁମାନଙ୍କ ଉପରେ ଥୁଆ ଯାଇଅଛନ୍ତି; ଯେଉଁ ଦ୍ରବ୍ୟମାନ ତୁମ୍ଭେମାନେ ବୋହି କରି ବୁଲିଲ, ତାହା ବୋଝ ହୋଇଅଛି, କ୍ଳାନ୍ତ ପଶୁ ପ୍ରତି ଭାର ହୋଇଅଛି।


ସେତେବେଳେ ସେମାନେ ପୁରାତନ କାଳ, ମୋଶା ଓ ଆପଣା ଲୋକମାନଙ୍କୁ ସ୍ମରଣ କରି କହିଲେ, ଯେ ଆପଣା ପଲର ରକ୍ଷକମାନଙ୍କ ସହିତ ସେମାନଙ୍କୁ ସମୁଦ୍ର ପାର କରାଇ ଆଣିଲେ, ସେ କାହାନ୍ତି? ଯେ ସେମାନଙ୍କ ଅନ୍ତରରେ ଆପଣା ପବିତ୍ର ଆତ୍ମା ରଖିଲେ,


“ତୁମ୍ଭେମାନେ ଗୋଷ୍ଠୀଗଣ ମଧ୍ୟରେ ପ୍ରକାଶ କରି ପ୍ରଚାର କର ଓ ଧ୍ୱଜା ଉଠାଅ; ପ୍ରଚାର କର ଓ ଗୋପନ ନ କରି କୁହ, ବାବିଲ ହସ୍ତଗତ ହେଲା, ବେଲ୍ ଲଜ୍ଜିତ ହେଲା, ମରୋଦକ୍‍ ବିସ୍ମିତ ହେଲା; ତାହାର ପ୍ରତିମାଗଣ ଲଜ୍ଜିତ ହେଲେ ଓ ତାହାର ଦେବତା ସକଳ ବିସ୍ମିତ ହେଲେ।


ଇସ୍ରାଏଲର ଉଚ୍ଚତମ ପର୍ବତରେ ଆମ୍ଭେ ତାହା ରୋପଣ କରିବା, ତହିଁରେ ତାହା ଶାଖାବିଶିଷ୍ଟ ଓ ଫଳବାନ ହୋଇ ଉତ୍ତମ ଏରସ ବୃକ୍ଷ ହେବ; ତହିଁର ତଳେ ସର୍ବଜାତୀୟ ପକ୍ଷୀ ବାସ କରିବେ; ସେମାନେ ତହିଁର ଶାଖାମାନର ଛାୟାରେ ବାସ କରିବେ।


ପୁଣି, ନପୁଂସକାଧିପତି ସେମାନଙ୍କୁ ନାମ ଦେଲା; ସେ ଦାନିୟେଲଙ୍କୁ ବେଲ୍‍ଟଶତ୍ସର, ହନାନୀୟଙ୍କୁ ଶଦ୍ରକ୍‍, ମୀଶାୟେଲଙ୍କୁ ମୈଶକ୍‍ ଓ ଅସରୀୟକୁ ଅବେଦ୍‍ନଗୋ ନାମ ଦେଲା।


ପୁଣି, ମହାରାଜା ଯାହା ଚାହାନ୍ତି, ତାହା ଅସାଧାରଣ ବିଷୟ ଓ ଯେଉଁମାନଙ୍କର ନିବାସ ମାଂସ ଦେହରେ ନୁହେଁ, ସେହି ଦେବଗଣ ବିନୁ ଆଉ କେହି ମହାରାଜାଙ୍କ ଛାମୁରେ ତାହା ପ୍ରକାଶ କରି ନ ପାରେ।”


ରାଜା ସେହି ଦାନିୟେଲ, ଯାହାଙ୍କ ନାମ ବେଲ୍‍ଟଶତ୍ସର ଥିଲା, ତାଙ୍କୁ ଉତ୍ତର କରି କହିଲା, “ମୁଁ ଯେଉଁ ସ୍ୱପ୍ନ ଦେଖିଅଛି, ତୁମ୍ଭେ କି ତାହା ଓ ତହିଁର ଅର୍ଥ ମୋତେ ଜଣାଇପାର?”


ନବୂଖଦ୍‍ନିତ୍ସର ସେମାନଙ୍କୁ ଉତ୍ତର କରି କହିଲା, “ହେ ଶଦ୍ରକ୍‍, ମୈଶକ୍‍ ଓ ଅବେଦ୍‍ନଗୋ, ତୁମ୍ଭେମାନେ କି ମନସ୍ଥ ହୋଇ ମୋର ଦେବତାର ସେବା କରୁ ନାହଁ, କିଅବା ମୋʼ ସ୍ଥାପିତ ସୁବର୍ଣ୍ଣମୟ ପ୍ରତିମାକୁ ପ୍ରଣାମ କରୁ ନାହଁ?


ମୁଁ ରାଜା ନବୂଖଦ୍‍ନିତ୍ସର ଏହି ସ୍ୱପ୍ନ ଦେଖିଅଛି; ଏବେ ହେ ବେଲ୍‍ଟଶତ୍ସର, ତୁମ୍ଭେ ଅର୍ଥ ଜଣାଅ, କାରଣ ମୋʼ ରାଜ୍ୟସ୍ଥ ସମସ୍ତ ବିଦ୍ୱାନ୍‍ ଲୋକ ତହିଁର ଅର୍ଥ ମୋତେ ଜଣାଇବାକୁ ଅକ୍ଷମ ଅଟନ୍ତି; ମାତ୍ର ତୁମ୍ଭେ ସକ୍ଷମ ଅଟ, କାରଣ ତୁମ୍ଭ ଅନ୍ତରେ ପବିତ୍ର ଦେବଗଣର ଆତ୍ମା ଅଛନ୍ତି।”


ହେ ମନ୍ତ୍ରବେତ୍ତାଗଣର ଅଧ୍ୟକ୍ଷ ବେଲ୍‍ଟଶତ୍ସର, ମୁଁ ଜାଣେ, ପବିତ୍ର ଦେବଗଣର ଆତ୍ମା ତୁମ୍ଭ ଅନ୍ତରେ ଅଛନ୍ତି ଓ କୌଣସି ନିଗୂଢ଼ ବାକ୍ୟ ତୁମ୍ଭ ପ୍ରତି କଷ୍ଟକର ହୁଏ ନାହିଁ, ଏଥିପାଇଁ ମୁଁ ସ୍ୱପ୍ନରେ ଯେଉଁ ଯେଉଁ ଦର୍ଶନ ପାଇଅଛି, ତାହା ଓ ତହିଁର ଅର୍ଥ ମୋତେ ଜଣାଅ।


ମୁଁ ତୁମ୍ଭ ବିଷୟରେ ଶୁଣିଅଛି ଯେ, ତୁମ୍ଭ ଅନ୍ତରରେ ଦେବଗଣର ଆତ୍ମା ଅଛନ୍ତି, ଆଉ ଜ୍ଞାନ ଓ ଦୀପ୍ତି, ବୁଦ୍ଧି ଓ ଶ୍ରେଷ୍ଠ ଜ୍ଞାନ ତୁମ୍ଭଠାରେ ଦେଖାଯାଏ।


Lean sinn:

Sanasan


Sanasan