Biblia Todo Logo
Bìoball air-loidhne

- Sanasan -




ଦାନିୟେଲ 5:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ତହିଁରେ ଯିରୂଶାଲମସ୍ଥ ମନ୍ଦିରରୁ, ଅର୍ଥାତ୍‍, ପରମେଶ୍ୱରଙ୍କ ଗୃହରୁ ଯେଉଁ ସକଳ ସୁବର୍ଣ୍ଣ ପାତ୍ର ଅପହୃତ ହୋଇଥିଲା, ତାହା ଲୋକମାନେ ଆଣିଲେ; ପୁଣି, ରାଜା ଓ ତାହାର ଅମାତ୍ୟବର୍ଗ, ତାହାର ପତ୍ନୀଗଣ ଓ ଉପପତ୍ନୀଗଣ ସେହି ସବୁରେ ପାନ କଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

3 ତହିଁରେ ଯିରୂଶାଲମସ୍ଥ ମନ୍ଦିରରୁ, ଅର୍ଥାତ୍, ପରମେଶ୍ଵରଙ୍କ ଗୃହରୁ ଯେଉଁ ସକଳ ସୁବର୍ଣ୍ଣ ପାତ୍ର ଅପହୃତ ହୋଇଥିଲା, ତାହା ଲୋକମାନେ ଆଣିଲେ; ପୁଣି, ରାଜା ଓ ତାହାର ଅମାତ୍ୟବର୍ଗ, ତାହାର ପନିୀଗଣ ଓ ଉପପନିୀ-ଗଣ ସେସବୁରେ ପାନ କଲେ।

Faic an caibideil Dèan lethbhreac

ଓଡିଆ ବାଇବେଲ

3 ତହିଁରେ ଯିରୂଶାଲମସ୍ଥ ମନ୍ଦିରରୁ, ଅର୍ଥାତ୍‍, ପରମେଶ୍ୱରଙ୍କ ଗୃହରୁ ଯେଉଁ ସକଳ ସୁବର୍ଣ୍ଣ ପାତ୍ର ଅପହୃତ ହୋଇଥିଲା, ତାହା ଲୋକମାନେ ଆଣିଲେ; ପୁଣି, ରାଜା ଓ ତାହାର ଅମାତ୍ୟବର୍ଗ, ତାହାର ପତ୍ନୀଗଣ ଓ ଉପପତ୍ନୀଗଣ ସେହିସବୁରେ ପାନ କଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ

3 ତାଙ୍କର ଲୋକମାନେ ଯିରୁଶାଲମସ୍ଥ ମନ୍ଦିରରୁ ଅର୍ଥାତ୍ ପରମେଶ୍ୱରଙ୍କ ମନ୍ଦିରରୁ ଯେଉଁସବୁ ସୁବର୍ଣ୍ଣ ପାତ୍ର ଅପହୃତ ହୋଇଥିଲା, ତାହା ଲୋକମାନେ ଆଣିଲେ। ପୁଣି ରାଜା ତାଙ୍କର ଅମାତ୍ୟଗଣ, ତାଙ୍କର ପତ୍ନୀଗଣ ଓ ଉପପତ୍ନୀଗଣ ସେହି ପାତ୍ରରେ ପାନ କଲେ।

Faic an caibideil Dèan lethbhreac




ଦାନିୟେଲ 5:3
11 Iomraidhean Croise  

ଆଉ, ପରମେଶ୍ୱରଙ୍କ ଗୃହର ବଡ଼ ସାନ ସମସ୍ତ ପାତ୍ର ଓ ସଦାପ୍ରଭୁଙ୍କ ଗୃହର ଧନ, ପୁଣି ରାଜାଙ୍କର ଓ ତାଙ୍କ ଅଧିପତିମାନଙ୍କ ଧନ, ଏହିସବୁ ବାବିଲକୁ ନେଇଗଲା।


ଏଥିପାଇଁ ପାତାଳ ଆପଣା ଉଦର ବିସ୍ତାର ଓ ଆପଣା ମୁଖ ଅପରିମିତ ରୂପେ ମେଲାଇଅଛି; ପୁଣି, ସେମାନଙ୍କର ଗୌରବ, ସେମାନଙ୍କର ଲୋକସମୂହ, ସେମାନଙ୍କର କଳହ ଓ ସେମାନଙ୍କ ମଧ୍ୟରେ ଉଲ୍ଲାସକାରୀ ଲୋକ ତହିଁ ମଧ୍ୟକୁ ଓହ୍ଲାଇଯାʼନ୍ତି।


ଯେଉଁ ପଳାତକମାନେ ଓ ବାବିଲ ଦେଶରୁ ରକ୍ଷାପ୍ରାପ୍ତ ଲୋକମାନେ, ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କର ପ୍ରତିଶୋଧ ନେବାର, ହଁ, ତାହାଙ୍କ ମନ୍ଦିର ହେତୁରୁ ପ୍ରତିଶୋଧ ନେବାର ବିଷୟ ସିୟୋନରେ ପ୍ରକାଶ କରିବାକୁ ଯାଉଅଛନ୍ତି, ଏହା ସେମାନଙ୍କର ରବ।


ପୁଣି, ତାହାର ପିତା ନବୂଖଦ୍‍ନିତ୍ସର ଯିରୂଶାଲମସ୍ଥ ମନ୍ଦିରରୁ ଯେଉଁ ସକଳ ସୁନା ଓ ରୂପାର ପାତ୍ର ଅପହରଣ କରିଥିଲା, ତହିଁରେ ରାଜା ଓ ତାହାର ଅମାତ୍ୟବର୍ଗ, ପୁଣି ତାହାର ପତ୍ନୀଗଣ ଓ ଉପପତ୍ନୀଗଣ ଯେପରି ପାନ କରିବେ, ଏଥିପାଇଁ ବେଲ୍‍ଶତ୍ସର ଦ୍ରାକ୍ଷାରସ ଆସ୍ୱାଦନ କରୁ କରୁ ସେସକଳ ପାତ୍ର ଆଣିବା ପାଇଁ ଆଜ୍ଞା କଲା।


ମାତ୍ର ସ୍ୱର୍ଗର ଅଧିପତିଙ୍କ ବିରୁଦ୍ଧରେ ଆପଣାକୁ ଉନ୍ନତ କରିଅଛନ୍ତି ଓ ତାହାଙ୍କ ଗୃହର ନାନା ପାତ୍ର ଆପଣଙ୍କ ସମ୍ମୁଖକୁ ଅଣାଯାʼନ୍ତେ, ଆପଣ ଓ ଆପଣଙ୍କ ଅମାତ୍ୟଗଣ, ଆପଣଙ୍କର ପତ୍ନୀଗଣ ଓ ଆପଣଙ୍କ ଉପପତ୍ନୀଗଣ ସେହି ସବୁ ପାତ୍ରରେ ଦ୍ରାକ୍ଷାରସ ପାନ କରିଅଛନ୍ତି; ପୁଣି ରୂପାର, ସୁନାର, ପିତ୍ତଳର, ଲୁହାର, କାଠର ଓ ପଥରର ଯେଉଁ ଦେବଗଣ ଦେଖନ୍ତି ନାହିଁ, କି ଶୁଣନ୍ତି ନାହିଁ, କି ଜାଣନ୍ତି ନାହିଁ, ସେମାନଙ୍କ ପ୍ରଶଂସା ଆପଣ କରିଅଛନ୍ତି; ପୁଣି, ଆପଣଙ୍କର ନିଃଶ୍ୱାସ ଯାହାଙ୍କର ହସ୍ତଗତ ଓ ଆପଣଙ୍କର ସକଳ ପଥ ଯାହାଙ୍କର ଅଧୀନ, ଆପଣ ସେହି ପରମେଶ୍ୱରଙ୍କର ଗୌରବ କରି ନାହାନ୍ତି।


ସେମାନେ ଦ୍ରାକ୍ଷାରସ ପାନ କରୁ କରୁ ସୁନା ଓ ରୂପା, ପିତ୍ତଳ, ଲୁହା, କାଠ ଓ ପଥର ନିର୍ମିତ ଦେବଗଣର ପ୍ରଶଂସା କଲେ।


ଯେହେତୁ ଆମ୍ଭେ ଯେ ତାହାକୁ ଶସ୍ୟ, ଦ୍ରାକ୍ଷାରସ ଓ ତୈଳ ଦେଲୁ ଓ ତାହାର ରୂପା ଓ ସୁନା ବୃଦ୍ଧି କଲୁ, ଏହା ସେ ଜାଣିଲା ନାହିଁ, ସେମାନେ ସେହି ରୂପା, ସୁନା ବାଲ୍‍ଦେବ ଉଦ୍ଦେଶ୍ୟରେ ବ୍ୟୟ କଲେ।


ଏଉତ୍ତାରେ ସେ ବାୟୁ ତୁଲ୍ୟ ବହି ବ୍ୟାପି ଯିବ ଓ ସେ, ଅର୍ଥାତ୍‍, ଯାହାର ଶକ୍ତି ତାହାର ଦେବତା, ସେ ଦଣ୍ଡନୀୟ ହେବ।


ମାତ୍ର ସଦାପ୍ରଭୁଙ୍କର ମେଜ ଅଶୁଚି ହୋଇଅଛି ଓ ତହିଁର ଫଳ, ଅର୍ଥାତ୍‍, ତାହାଙ୍କର ଖାଦ୍ୟ ତୁଚ୍ଛ, ଏହା କହି ତୁମ୍ଭେମାନେ ସେହି ନାମକୁ ଅଶୁଚି କରୁଅଛ।


ଯେତେବେଳେ ଲୋକେ ଶାନ୍ତି ଓ ନିରାପଦ ବୋଲି କହୁଥିବେ, ସେତେବେଳେ ଗର୍ଭବତୀର ପ୍ରସବବେଦନା ତୁଲ୍ୟ ହଠାତ୍‍ ସେମାନଙ୍କ ବିନାଶ ଉପସ୍ଥିତ ହେବ, ଆଉ ସେମାନେ କୌଣସି ପ୍ରକାରେ ରକ୍ଷା ପାଇ ପାରିବେ ନାହିଁ।


ଇସ୍ରାଏଲ ମଧ୍ୟରେ ରାଜା ନ ଥିବା ସମୟରେ ଏପରି ଘଟିଲା ଯେ, ଇଫ୍ରୟିମ-ପର୍ବତମୟ ଦେଶର ଅନ୍ତଃପ୍ରଦେଶରେ ପ୍ରବାସୀ ଏକ ଲେବୀୟ ଲୋକ ବେଥଲିହିମ-ଯିହୁଦାରୁ ଏକ ଉପପତ୍ନୀ ଗ୍ରହଣ କଲା।


Lean sinn:

Sanasan


Sanasan