Biblia Todo Logo
Bìoball air-loidhne

- Sanasan -




ଉପଦେଶକ 2:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ମୁଁ ଦାସଦାସୀଗଣ କ୍ରୟ କଲି ଓ ମୋହର ଗୃହରୁ ଜାତ ଦାସଗଣ ଥିଲେ; ଆହୁରି ମୋʼ ପୂର୍ବେ ଯିରୂଶାଲମସ୍ଥିତ ସମସ୍ତଙ୍କ ଅପେକ୍ଷା ମୋହର ଗୋମେଷାଦି ପଶୁପଲ ଅଧିକ ଥିଲେ;

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

7 ମୁଁ ଦାସଦାସୀଗଣ କ୍ରୟ କଲି ଓ ମୋହର ଗୃହଜାତ ଦାସଗଣ ଥିଲେ; ଆହୁରି ମୋʼ ପୂର୍ବେ ଯିରୂଶାଲମସ୍ଥିତ ସମସ୍ତଙ୍କ ଅପେକ୍ଷା ମୋହର ଗୋମେଷାଦି ପଶୁପଲ ଅଧିକ ଥିଲେ;

Faic an caibideil Dèan lethbhreac

ଓଡିଆ ବାଇବେଲ

7 ମୁଁ ଦାସଦାସୀଗଣ କ୍ରୟ କଲି ଓ ମୋହର ଗୃହରୁ ଜାତ ଦାସଗଣ ଥିଲେ; ଆହୁରି ମୋ’ ପୂର୍ବେ ଯିରୂଶାଲମସ୍ଥିତ ସମସ୍ତଙ୍କ ଅପେକ୍ଷା ମୋହର ଗୋମେଷାଦି ପଶୁପଲ ଅଧିକ ଥିଲେ;

Faic an caibideil Dèan lethbhreac

ପବିତ୍ର ବାଇବଲ

7 ମୁଁ ଦାସଦାସୀମାନଙ୍କୁ କ୍ରୟ କଲି ଓ ମୋର ଦାସଗଣ ଥିଲେ, ଯେଉଁମାନେ ମୋ’ ଘରେ ଜନ୍ମ ହୋଇଥିଲେ ଓ ଆହୁରି ମୋ’ ପୂର୍ବେ ଯିରୁଶାଲମସ୍ଥିତ ସମସ୍ତଙ୍କ ଅପେକ୍ଷା ମୋର ଗୋମେଷାଦି ପଲ ଅଧିକ ଥିଲା।

Faic an caibideil Dèan lethbhreac




ଉପଦେଶକ 2:7
16 Iomraidhean Croise  

ଅବ୍ରାମ ପଶୁ ଓ ସୁନା ରୂପାରେ ଅତିଶୟ ଧନବାନ ଥିଲେ।


ସେତେବେଳେ ଅବ୍ରାମ ଆପଣା ଜ୍ଞାତି ଧରା ହୋଇ ଯିବାର ସମାଚାର ଶୁଣିବା ମାତ୍ରକେ (ଯୁଦ୍ଧ ବିଦ୍ୟାରେ) ଶିକ୍ଷିତ ଆପଣା ଗୃହଜାତ ତିନି ଶହ ଅଠର ଜଣ ଲୋକଙ୍କୁ ସଙ୍ଗରେ ଘେନି ଶତ୍ରୁଗଣର ପଛେ ପଛେ ଦୌଡ଼ି ଦାନ୍ ନଗର ପର୍ଯ୍ୟନ୍ତ ଗଲେ।


ପୁଣି, ଅବ୍ରାମ କହିଲେ, “ଦେଖ, ତୁମ୍ଭେ ମୋତେ ସନ୍ତାନ ଦେଲ ନାହିଁ, ଏଣୁ ମୋʼ ଗୃହଜାତ କୌଣସି ଲୋକ ମୋହର ଉତ୍ତରାଧିକାରୀ ହେବ।”


ଆଉ ଦଶ ପୁଷ୍ଟ ଗୋରୁ ଓ ଚରାସ୍ଥାନରୁ କୋଡ଼ିଏ ଗୋରୁ ଓ ଏକ ଶହ ମେଷ, ଏହାଛଡ଼ା ଅନେକ ହରିଣ ଓ କୃଷ୍ଣସାର ଓ ବନଗୋରୁ ଓ ପୁଷ୍ଟ ପକ୍ଷୀ ଥିଲା।


ମୋୟାବର ରାଜା ମେଶା ମେଷାଧିକାରୀ ଥିଲା; ପୁଣି ସେ ଇସ୍ରାଏଲର ରାଜାଙ୍କୁ କର ରୂପେ ଏକ ଲକ୍ଷ ମେଷବତ୍ସର ଓ ଏକ ଲକ୍ଷ ମେଷର ଲୋମ ଦେଉଥାଏ।


ପୁଣି, ସେ ପ୍ରାନ୍ତରରେ ଦୁର୍ଗମାନ ନିର୍ମାଣ କଲେ, ମଧ୍ୟ ତଳଭୂମିରେ ଓ ସମଭୂମିରେ ତାଙ୍କର ବହୁତ ପଶୁ ଥିବାରୁ ଅନେକ କୂପ ଖୋଳିଲେ; ଆଉ, ପର୍ବତରେ ଓ ଫଳବତ୍‍ କ୍ଷେତ୍ରରେ ତାଙ୍କର କୃଷକ ଓ ଦ୍ରାକ୍ଷା-କୃଷକଗଣ ଥିଲେ; କାରଣ ସେ କୃଷିପ୍ରିୟ ଥିଲେ।


ଶଲୋମନର ଦାସମାନଙ୍କ ସନ୍ତାନଗଣ; ସୋଟୟର ସନ୍ତାନଗଣ, ହସୋଫେରତର ସନ୍ତାନଗଣ, ପରୁଦାର ସନ୍ତାନଗଣ;


ନଥୀନୀୟ ଲୋକମାନେ ଓ ଶଲୋମନର ଦାସମାନଙ୍କ ସନ୍ତାନଗଣ ସର୍ବସୁଦ୍ଧା ତିନି ଶହ ବୟାନବେ ଜଣ।


ଶଲୋମନର ଦାସମାନଙ୍କ ସନ୍ତାନଗଣର ସଂଖ୍ୟା; ସୋଟୟର ସନ୍ତାନଗଣ, ସୋଫେରତର ସନ୍ତାନଗଣ, ପରିଦାର ସନ୍ତାନଗଣ;


ମଧ୍ୟ ତାହାର ସମ୍ପତ୍ତି ସାତ ହଜାର ମେଷ, ତିନି ହଜାର ଉଷ୍ଟ୍ର, ପାଞ୍ଚ ଶହ ହଳ ବଳଦ, ପାଞ୍ଚ ଶହ ଗର୍ଦ୍ଦଭୀ ଓ ଅନେକ ଦାସଦାସୀ ଥିଲେ। ତେଣୁ ସେ ପୂର୍ବଦେଶୀୟ ସମସ୍ତ ଲୋକଙ୍କ ଅପେକ୍ଷା ମହାନ ହୋଇଥିଲା।


ଏହିରୂପେ ସଦାପ୍ରଭୁ ଆୟୁବର ଆଦ୍ୟ ଅବସ୍ଥା ଅପେକ୍ଷା ଶେଷ ଅବସ୍ଥାକୁ ଅଧିକ ଆଶୀର୍ବାଦଯୁକ୍ତ କଲେ; ତହିଁରେ ତାହାର ଚଉଦ ହଜାର ମେଷ ଓ ଛଅ ହଜାର ଉଷ୍ଟ୍ର ଓ ଏକ ହଜାର ହଳ ବଳଦ ଓ ଏକ ହଜାର ଗର୍ଦ୍ଦଭୀ ହେଲେ।


କିନ୍ତୁ ଯଦି ସେହି ଦାସ ମୋହର ପ୍ରଭୁଙ୍କ ଆସିବାର ବିଳମ୍ବ ଅଛି ବୋଲି ମନେ ମନେ କହି ଦାସଦାସୀମାନଙ୍କୁ ପ୍ରହାର କରିବାକୁ ଏବଂ ଭୋଜନପାନ କରି ମତ୍ତ ହେବାକୁ ଆରମ୍ଭ କରେ,


Lean sinn:

Sanasan


Sanasan