Biblia Todo Logo
Bìoball air-loidhne

- Sanasan -




ଉପଦେଶକ 5:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ତୁମ୍ଭେ ପରମେଶ୍ୱରଙ୍କ ନିକଟରେ ମାନତ କଲେ, ତାହା ପରିଶୋଧ କରିବାକୁ ବିଳମ୍ବ କର ନାହିଁ; କାରଣ ମୂର୍ଖମାନଙ୍କଠାରେ ତାହାଙ୍କର ସନ୍ତୋଷ ନାହିଁ; ତୁମ୍ଭେ ଯାହା ମାନତ କର, ତାହା ପରିଶୋଧ କର।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

4 ତୁମ୍ଭେ ପରମେଶ୍ଵରଙ୍କ ନିକଟରେ ମାନତ କଲେ, ତାହା ପରିଶୋଧ କରିବାକୁ ବିଳମ୍ଵ କର ନାହିଁ; କାରଣ ମୂର୍ଖମାନଙ୍କଠାରେ ତାହାଙ୍କର ସନ୍ତୋଷ ନାହିଁ; ତୁମ୍ଭେ ଯାହା ମାନତ କର, ତାହା ପରିଶୋଧ କର।

Faic an caibideil Dèan lethbhreac

ଓଡିଆ ବାଇବେଲ

4 ତୁମ୍ଭେ ପରମେଶ୍ୱରଙ୍କ ନିକଟରେ ମାନତ କଲେ, ତାହା ପରିଶୋଧ କରିବାକୁ ବିଳମ୍ବ କର ନାହିଁ; କାରଣ ମୂର୍ଖମାନଙ୍କଠାରେ ତାହାଙ୍କର ସନ୍ତୋଷ ନାହିଁ; ତୁମ୍ଭେ ଯାହା ମାନତ କର, ତାହା ପରିଶୋଧ କର।

Faic an caibideil Dèan lethbhreac

ପବିତ୍ର ବାଇବଲ

4 ତୁମ୍ଭେ ପରମେଶ୍ୱରଙ୍କଠାରେ ପ୍ରତିଜ୍ଞା କଲେ ତାହା ପରିଶୋଧ କରିବାକୁ ବିଳମ୍ବ କର ନାହିଁ। କାରଣ ମୂର୍ଖମାନଙ୍କଠାରେ ତାଙ୍କର ସନ୍ତୋଷ ନାହିଁ। ତୁମ୍ଭେ ଯାହା ପ୍ରତିଜ୍ଞା କର, ତାହା ପରିଶୋଧ କର।

Faic an caibideil Dèan lethbhreac




ଉପଦେଶକ 5:4
20 Iomraidhean Croise  

ଆଉ ଯାକୁବ ମାନତ କରି କହିଲା, “ଯଦି ପରମେଶ୍ୱର ମୋହର ସହାୟ ହେବେ ଓ ମୋହର ଏହି ଯିବା ପଥରେ ମୋତେ ରକ୍ଷା କରିବେ, ପୁଣି, ଆହାର ନିମନ୍ତେ ଅନ୍ନ ଓ ପରିଧାନ ନିମନ୍ତେ ବସ୍ତ୍ର ଦେବେ,


ଏଥିଉତ୍ତାରେ ପରମେଶ୍ୱର ଯାକୁବଙ୍କୁ କହିଲେ, “ତୁମ୍ଭେ ଉଠି ବେଥେଲ୍‍କୁ ଯାଇ ସେଠାରେ ବାସ କର; ପୁଣି, ତୁମ୍ଭ ଭ୍ରାତା ଏଷୌ ସମ୍ମୁଖରୁ ପଳାଇବା ସମୟରେ ଯେଉଁ ପରମେଶ୍ୱର ଦର୍ଶନ ଦେଇଥିଲେ, ତାହାଙ୍କ ଉଦ୍ଦେଶ୍ୟରେ ଯଜ୍ଞବେଦି ନିର୍ମାଣ କର।”


ପୁଣି, ଆସ, ଆମ୍ଭେମାନେ ଉଠି ବେଥେଲ୍‍କୁ ଯାଉ; ଯେଉଁ ପରମେଶ୍ୱର ମୋର ଦୁଃଖର ଦିନରେ ମୋʼ ପ୍ରାର୍ଥନାର ଉତ୍ତର ଦେଲେ, ଓ ମୋର ଗମନର ପଥରେ ମୋର ସହାୟ ହୋଇଥିଲେ, ତାହାଙ୍କ ଉଦ୍ଦେଶ୍ୟରେ ମୁଁ ସେହି ସ୍ଥାନରେ ଗୋଟିଏ ଯଜ୍ଞବେଦି ନିର୍ମାଣ କରିବି।”


ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଓ ତାହାଙ୍କ ଲୋକମାନଙ୍କ ସାକ୍ଷାତରେ ଆପଣା ମାନତ ପୂର୍ଣ୍ଣ କରିବି।


ମୁଁ ତୁମ୍ଭର ଧର୍ମମୟ ଶାସନସବୁ ପାଳିବା ପାଇଁ ଶପଥ କରିଅଛି ଓ ତାହା ସ୍ଥିର କରିଅଛି।


ମହାସମାଜ ମଧ୍ୟରେ ତୁମ୍ଭେ ହିଁ ମୋହର ପ୍ରଶଂସାଭୂମି; ମୁଁ ତାହାଙ୍କ ଭୟକାରୀମାନଙ୍କ ସାକ୍ଷାତରେ ଆପଣା ମାନତସବୁ ପୂର୍ଣ୍ଣ କରିବି।


ତୁମ୍ଭେ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଧନ୍ୟବାଦରୂପ ବଳି ଉତ୍ସର୍ଗ କର ଓ ସର୍ବୋପରିସ୍ଥଙ୍କ ଉଦ୍ଦେଶ୍ୟରେ ଆପଣା ମାନତ ପୂର୍ଣ୍ଣ କର;


ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ନିକଟରେ ମାନତ କରି ପୂର୍ଣ୍ଣ କର; ଯେ ଭୟପାତ୍ର, ତାହାଙ୍କ ଚତୁର୍ଦ୍ଦିଗସ୍ଥ ସମସ୍ତେ ତାହାଙ୍କ ନିକଟକୁ ଦର୍ଶନୀ ଆଣନ୍ତୁ।


ଏହା ପବିତ୍ର ବୋଲି ହଠାତ୍‍ କହିବାର ଓ ମାନତ କଲା ଉତ୍ତାରେ ବିଚାର କରିବାର, ମନୁଷ୍ୟ ପ୍ରତି ଫାନ୍ଦ ସ୍ୱରୂପ।


ପୁଣି, ମିସରକୁ ସଦାପ୍ରଭୁଙ୍କର ପରିଚୟ ଦିଆଯିବ ଓ ସେହି ଦିନ ମିସରୀୟମାନେ ସଦାପ୍ରଭୁଙ୍କୁ ଜାଣିବେ; ଆହୁରି, ସେମାନେ ବଳି ଓ ନୈବେଦ୍ୟ ଦେଇ ଆରାଧନା କରିବେ ଓ ସଦାପ୍ରଭୁଙ୍କ ନିକଟରେ ମାନତ କରି ତାହା ପୂର୍ଣ୍ଣ କରିବେ।


ମାତ୍ର ମୁଁ ଧନ୍ୟବାଦ ସହିତ ତୁମ୍ଭ ଉଦ୍ଦେଶ୍ୟରେ ବଳିଦାନ କରିବି; ମୁଁ ଯାହା ମାନତ କରିଅଛି, ତାହା ପରିଶୋଧ କରିବି; ପରିତ୍ରାଣ ସଦାପ୍ରଭୁଙ୍କଠାରୁ ହୁଏ।”


ଆଃ, ତୁମ୍ଭେମାନେ ଯେପରି ବୃଥାରେ ଆମ୍ଭ ଯଜ୍ଞବେଦି ଉପରେ ଅଗ୍ନି ଜ୍ୱଳାଇ ନ ପାରିବ, ଏଥିପାଇଁ କବାଟ ବନ୍ଦ କରିବାକୁ ଯଦି ତୁମ୍ଭମାନଙ୍କ ମଧ୍ୟରେ ଜଣେ ଥାଆନ୍ତା! ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ତୁମ୍ଭମାନଙ୍କଠାରେ ଆମ୍ଭର କିଛି ସନ୍ତୋଷ ନାହିଁ, ଆଉ ତୁମ୍ଭମାନଙ୍କ ହସ୍ତରୁ ଆମ୍ଭେ ନୈବେଦ୍ୟ ଗ୍ରହଣ କରିବା ନାହିଁ।


କୌଣସି ପୁରୁଷ ଯଦି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମାନତ କରେ, କିଅବା ବ୍ରତ ଦ୍ୱାରା ଆପଣା ପ୍ରାଣକୁ ଆବଦ୍ଧ କରିବା ପାଇଁ ଶପଥ କରେ, ତେବେ ସେ ଆପଣା ବାକ୍ୟ ଲଙ୍ଘନ କରିବ ନାହିଁ; ସେ ଆପଣା ମୁଖରୁ ନିର୍ଗତ ସମସ୍ତ (ବାକ୍ୟ) ଅନୁସାରେ ସାଧନ କରିବ।


ପୁଣି, ତୁମ୍ଭେମାନେ ଶୁଣିଅଛ ଯେ, ପୁରାତନ କାଳର ଲୋକମାନଙ୍କୁ କୁହାଯାଇଥିଲା, ‘ତୁମ୍ଭେ ମିଥ୍ୟା ଶପଥ କର ନାହିଁ ମାତ୍ର ଆପଣା ଶପଥସବୁ ପ୍ରଭୁଙ୍କ ଉଦ୍ଦେଶ୍ୟରେ ପାଳନ କରିବ।’


ହୋମବଳି ଓ ପାପାର୍ଥକ ବଳିରେ ତୁମ୍ଭେ ସନ୍ତୁଷ୍ଟ ହେଲ ନାହିଁ।”


ସେତେବେଳେ ସେ ଆପଣା କନ୍ୟାକୁ ଦେଖି ଆପଣା ବସ୍ତ୍ର ଚିରି କହିଲେ, “ହାୟ, ହାୟ, ଆମ୍ଭର କନ୍ୟେ! ତୁମ୍ଭେ ମୋତେ ଘୋର ସନ୍ତାପରେ ପକାଇଲ, ତୁମ୍ଭେ ମୋହର ଦୁଃଖଦାୟୀମାନଙ୍କ ମଧ୍ୟରେ ଜଣେ ହେଲ; କାରଣ ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣା ମୁଖ ଫିଟାଇଅଛି, ଆଉ ପଛକୁ ହଟି ନ ପାରେ।”


Lean sinn:

Sanasan


Sanasan