Biblia Todo Logo
Bìoball air-loidhne

- Sanasan -




ଉପଦେଶକ 5:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 କାରଣ ସ୍ୱପ୍ନ ଓ ଅସାରତାର ବାହୁଲ୍ୟ ଓ ବହୁ ବାକ୍ୟ ଦ୍ୱାରା ଏହିପରି ଘଟେ; ମାତ୍ର ତୁମ୍ଭେ ପରମେଶ୍ୱରଙ୍କୁ ଭୟ କର।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

7 କାରଣ ସ୍ଵପ୍ନ ଓ ଅସାରତାର ବାହୁଲ୍ୟ ଓ ବହୁ ବାକ୍ୟ ଦ୍ଵାରା ଏରୂପ ଘଟେ; ମାତ୍ର ତୁମ୍ଭେ ପରମେଶ୍ଵରଙ୍କୁ ଭୟ କର।

Faic an caibideil Dèan lethbhreac

ଓଡିଆ ବାଇବେଲ

7 କାରଣ ସ୍ୱପ୍ନ ଓ ଅସାରତାର ବାହୁଲ୍ୟ ଓ ବହୁ ବାକ୍ୟ ଦ୍ୱାରା ଏହିପରି ଘଟେ; ମାତ୍ର ତୁମ୍ଭେ ପରମେଶ୍ୱରଙ୍କୁ ଭୟ କର।

Faic an caibideil Dèan lethbhreac

ପବିତ୍ର ବାଇବଲ

7 ଅନେକ ଫାମ୍ପା ସ୍ୱପ୍ନ ଏବଂ ଅନେକ ବାଗ୍ଭଳତା ଯୋଗୁଁ ଏସବୁ ଘଟେ। ମାତ୍ର ତୁମ୍ଭେ ପରମେଶ୍ୱରଙ୍କୁ ନିଶ୍ଚୟ ଭୟ କର।

Faic an caibideil Dèan lethbhreac




ଉପଦେଶକ 5:7
11 Iomraidhean Croise  

ତୁମ୍ଭ ମନ ପାପୀଗଣକୁ ଈର୍ଷା ନ କରୁ, ପୁଣି, ତୁମ୍ଭେ ସମସ୍ତ ଦିନ ସଦାପ୍ରଭୁଙ୍କ ପ୍ରତି ଭୟରେ ଥାଅ।


ସାର କଥା ଏହି; ସବୁ ଶୁଣାଯାଇଅଛି; ପରମେଶ୍ୱରଙ୍କୁ ଭୟ କର ଓ ତାହାଙ୍କର ଆଜ୍ଞାସବୁ ପାଳନ କର; କାରଣ ଏହା ହିଁ ମନୁଷ୍ୟର ପୂର୍ଣ୍ଣ କର୍ତ୍ତବ୍ୟ କର୍ମ।


ମୁଁ ଜାଣେ ଯେ, ପରମେଶ୍ୱର ଯାହା କିଛି କରନ୍ତି, ତାହା ଅନନ୍ତକାଳସ୍ଥାୟୀ; ତାହା ବଢ଼ାଯାଇ ନ ପାରେ, କିଅବା ତାହା ଊଣା କରାଯାଇ ନ ପାରେ; ଆଉ ମନୁଷ୍ୟମାନେ ପରମେଶ୍ୱରଙ୍କ ସମ୍ମୁଖରେ ଭୀତ ହେବା ପାଇଁ ସେ ତାହା କରିଅଛନ୍ତି।


ଆହୁରି, ମୁଁ ସୂର୍ଯ୍ୟ ତଳେ ବିଚାର ସ୍ଥାନରେ ଦେଖିଲି, ସେଠାରେ ଦୁଷ୍ଟତା ଅଛି, ପୁଣି ଧର୍ମସ୍ଥାନରେ ଦେଖିଲି, ସେଠାରେ ହେଁ ଦୁଷ୍ଟତା ଅଛି।


କାରଣ କାର୍ଯ୍ୟର ବାହୁଲ୍ୟରେ ସ୍ୱପ୍ନ ହୁଏ; ପୁଣି ବାକ୍ୟର ବାହୁଲ୍ୟରେ ମୂର୍ଖର ରବ ହୁଏ।


ଏହା ଧରି ରଖିବାର, ମଧ୍ୟ ତାହାଠାରୁ ହସ୍ତ କାଢ଼ି ନ ନେବାର ତୁମ୍ଭର ଉତ୍ତମ; କାରଣ ଯେ ପରମେଶ୍ୱରଙ୍କୁ ଭୟ କରେ, ସେ ଏହିସବୁରୁ ଉତ୍ତୀର୍ଣ୍ଣ ହେବ।


ଯଦ୍ୟପି ପାପୀ ଶହେ ଥର ଦୁଷ୍କର୍ମ କରି ଦୀର୍ଘଜୀବୀ ହୁଏ, ତଥାପି ମୁଁ ନିଶ୍ଚୟ ଜାଣେ ଯେ, ପରମେଶ୍ୱରଙ୍କ ଭୟକାରୀମାନେ ତାହାଙ୍କ ଛାମୁରେ ଭୀତ ହୁଅନ୍ତି ବୋଲି ସେମାନଙ୍କର ମଙ୍ଗଳ ହେବ;


ମାତ୍ର ଦୁଷ୍ଟର ମଙ୍ଗଳ ହେବ ନାହିଁ, କିଅବା ସେ ଆପଣା ଛାୟା ସ୍ୱରୂପ ପରମାୟୁ ବୃଦ୍ଧି କରିବ ନାହିଁ; କାରଣ ସେ ପରମେଶ୍ୱରଙ୍କ ଛାମୁରେ ଭୀତ ନୁହେଁ।


ଏହିସବୁ ମୁଁ ଦେଖିଅଛି ଓ ସୂର୍ଯ୍ୟ ତଳେ ଯେଉଁ ପ୍ରତ୍ୟେକ କାର୍ଯ୍ୟ କରାଯାଏ, ତହିଁରେ ମୁଁ ମନୋଯୋଗ କରିଅଛି; କେବେ କେବେ ଏକ ମନୁଷ୍ୟର ଅନ୍ୟ ଉପରେ ତାହାର ଅମଙ୍ଗଳ ନିମନ୍ତେ କ୍ଷମତା ଥାଏ।


କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି ମନୁଷ୍ୟମାନେ ଯେକୌଣସି ଅସାର କଥା କହନ୍ତି, ବିଚାର ଦିନରେ ସେମାନେ ସେଥିର ଉତ୍ତର ଦେବେ;


Lean sinn:

Sanasan


Sanasan