Biblia Todo Logo
Bìoball air-loidhne

- Sanasan -




ଉପଦେଶକ 9:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ସୂର୍ଯ୍ୟ ତଳେ ଯେତେ କାର୍ଯ୍ୟ କରାଯାଏ, ତହିଁ ମଧ୍ୟରେ ଦୁଃଖର ବିଷୟ ଏହି ଯେ, ସମସ୍ତଙ୍କ ପ୍ରତି ସମାନ ଘଟଣା ହୁଏ; ଆହୁରି ମଧ୍ୟ ମନୁଷ୍ୟ-ସନ୍ତାନଗଣର ହୃଦୟ ଦୁଷ୍ଟତାରେ ପରିପୂର୍ଣ୍ଣ ଓ ବଞ୍ଚିଥିବା ପର୍ଯ୍ୟନ୍ତ ସେମାନଙ୍କ ହୃଦୟରେ ପାଗଳାମି ଥାଏ, ପୁଣି ତହିଁ ଉତ୍ତାରେ ସେମାନେ ମୃତମାନଙ୍କ ନିକଟକୁ ଯାଆନ୍ତି।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

3 ସୂର୍ଯ୍ୟ ତଳେ ଯେତେ କାର୍ଯ୍ୟ କରାଯାଏ, ତହିଁ ମଧ୍ୟରେ ଦୁଃଖର ବିଷୟ ଏହି ଯେ, ସମସ୍ତଙ୍କ ପ୍ରତି ସମାନ ଘଟନା ହୁଏ; ଆହୁରି ମଧ୍ୟ ମନୁଷ୍ୟ-ସନ୍ତାନଗଣର ହୃଦୟ ଦୁଷ୍ଟତାରେ ପରିପୂର୍ଣ୍ଣ ଓ ବଞ୍ଚିଥିବାଯାଏ ସେମାନଙ୍କ ହୃଦୟରେ ଉନ୍ମତ୍ତତା ଥାଏ, ପୁଣି ତହିଁ ଉତ୍ତାରେ ସେମାନେ ମୃତମାନଙ୍କ ନିକଟକୁ ଯାଆନ୍ତି।

Faic an caibideil Dèan lethbhreac

ଓଡିଆ ବାଇବେଲ

3 ସୂର୍ଯ୍ୟ ତଳେ ଯେତେ କାର୍ଯ୍ୟ କରାଯାଏ, ତହିଁ ମଧ୍ୟରେ ଦୁଃଖର ବିଷୟ ଏହି ଯେ, ସମସ୍ତଙ୍କ ପ୍ରତି ସମାନ ଘଟଣା ହୁଏ; ଆହୁରି ମଧ୍ୟ ମନୁଷ୍ୟ ସନ୍ତାନଗଣର ହୃଦୟ ଦୁଷ୍ଟତାରେ ପରିପୂର୍ଣ୍ଣ ଓ ବଞ୍ଚିଥିବା ପର୍ଯ୍ୟନ୍ତ ସେମାନଙ୍କ ହୃଦୟରେ ପାଗଳାମି ଥାଏ, ପୁଣି ତହିଁ ଉତ୍ତାରେ ସେମାନେ ମୃତମାନଙ୍କ ନିକଟକୁ ଯାଆନ୍ତି।

Faic an caibideil Dèan lethbhreac

ପବିତ୍ର ବାଇବଲ

3 ଯାହାସବୁ ସୂର୍ଯ୍ୟ ତଳେ ଘଟେ, ସମସ୍ତ ଖରାପ ଯାହା ଅଛି ସେସବୁ ଜିନିଷ ସେହିପରି ଶେଷ ହୁଏ। ଏବଂ ଲୋକମାନେ ଯେତେବେଳେ ଜୀବିତ ଥା’ନ୍ତି, ସେମାନଙ୍କର ହୃଦୟ ଦୁଷ୍ଟତା ଓ ମୂର୍ଖାମୀରେ ପୁରିଥାଏ। ଏହା ପରେ ସେମାନେ ମୃତ ଲୋକମାନଙ୍କ ପାଖକୁ ଯାଆନ୍ତି।

Faic an caibideil Dèan lethbhreac




ଉପଦେଶକ 9:3
30 Iomraidhean Croise  

ଏଥିଉତ୍ତାରେ ସଦାପ୍ରଭୁ ଦେଖିଲେ ଯେ, ପୃଥିବୀରେ ମନୁଷ୍ୟର ଦୁଷ୍ଟତା ଅତି ବଡ଼, ଆଉ ତାହାର ଅନ୍ତଃକରଣର ଭାବନାର ପ୍ରତ୍ୟେକ କଳ୍ପନା ଅବିରତ ମନ୍ଦ ମାତ୍ର।


ତହିଁରେ ସଦାପ୍ରଭୁ ତହିଁର ସୁଗନ୍ଧ ଆଘ୍ରାଣ କରି ମନେ ମନେ କହିଲେ, “ଆମ୍ଭେ ମନୁଷ୍ୟ ସକାଶୁ ଆଉ ପୃଥିବୀକୁ ଅଭିଶାପ ଦେବା ନାହିଁ; ଯଦ୍ୟପି ବାଲ୍ୟକାଳଠାରୁ ମନୁଷ୍ୟ ମନର କଳ୍ପନା ମନ୍ଦ, ତଥାପି ଆମ୍ଭେ ଯେପରି କରିଅଛୁ, ସେହିପରି ଆଉ ଥରେ କେବେ ହେଁ ସବୁ ପ୍ରାଣୀଙ୍କୁ ବିନଷ୍ଟ କରିବା ନାହିଁ।


ତେବେ ଘୃଣାର୍ହ ଓ ଭ୍ରଷ୍ଟ, ଅଧର୍ମକୁ ଜଳ ପରି ପାନକାରୀ ଯେ ମନୁଷ୍ୟ, ସେ କେଡ଼େ ନ୍ୟୂନ!


ଏମାନେ ଏକ ସମାନ ମାଟିରେ ଶୟନ କରନ୍ତି ଓ କୀଟ ସେମାନଙ୍କୁ ଆଚ୍ଛାଦନ କରେ।


ସବୁ ତ ସମାନ; ଏଥିପାଇଁ ମୁଁ କହେ, ସେ ସିଦ୍ଧ ଓ ଦୁଷ୍ଟକୁ ସଂହାର କରନ୍ତି।


ଦେଖ, ଅପରାଧରେ ମୁଁ ନିର୍ମିତ ହେଲି ଓ ପାପରେ ମୋʼ ମାତା ମୋତେ ଗର୍ଭରେ ଧାରଣ କଲା।


ମାତ୍ର ପରମେଶ୍ୱର ସେମାନଙ୍କ ପ୍ରତି ତୀର ନିକ୍ଷେପ କରିବେ; ସେଥିରେ ସେମାନେ ହଠାତ୍‍ ଆହତ ହେବେ।


ଦୁଷ୍ଟ ଲୋକ ଆପଣା ମନ୍ଦକର୍ମରେ ବିନାଶ ହୁଏ, ମାତ୍ର ମରଣକାଳରେ ଧାର୍ମିକର ଆଶ୍ରୟ ଥାଏ।


ତହୁଁ ମୁଁ ଜ୍ଞାନର ତତ୍ତ୍ୱ, ପୁଣି ପାଗଳାମି ଓ ଅଜ୍ଞାନତାର ତତ୍ତ୍ୱ ଜାଣିବା ପାଇଁ ମନୋଯୋଗ କଲି; ଏହା ହିଁ ବାୟୁର ପଶ୍ଚାଦ୍ଧାବନ ବୋଲି ଜାଣିଲି।


ପୁଣି, ଧୂଳି ପୂର୍ବ ପରି ମୃତ୍ତିକାରେ ଲୀନ ହେବ, ଆଉ ଆତ୍ମାଦାତା ପରମେଶ୍ୱରଙ୍କ ନିକଟକୁ ଆତ୍ମା ଫେରିଯିବ।


ଜ୍ଞାନବାନ‍ର ଚକ୍ଷୁ ତାହାର ମସ୍ତକରେ ଥାଏ, ପୁଣି ମୂର୍ଖ ଅନ୍ଧକାରରେ ଭ୍ରମଣ କରେ, ତଥାପି ସମସ୍ତଙ୍କ ପ୍ରତି ଏକ ଦଶା ଘଟେ, ଏହା ମୁଁ ଦେଖିଲି।


ଭୋଜଗୃହକୁ ଯିବାଠାରୁ ବିଳାପ ଗୃହକୁ ଯିବାର ଭଲ; କାରଣ ତାହା ସମୁଦାୟ ମନୁଷ୍ୟର ଶେଷ ଗତି ଓ ଜୀବିତ ଲୋକ ତହିଁରେ ମନୋଯୋଗ କରିବ।


ଜ୍ଞାନ ଓ ବିଷୟମାନର ତତ୍ତ୍ୱ ଜାଣିବାକୁ, ପୁଣି ଦୁଷ୍ଟତା ଯେ ନିର୍ବୋଧତା ଓ ମୂର୍ଖତା ଯେ ପାଗଳାମି, ଏହା ଜାଣିବାକୁ ମୁଁ ଫେରିଲି ଓ ମୋହର ମନ ତାହା ଅନୁସନ୍ଧାନ ଓ ଅନ୍ଵେଷଣ କରିବାକୁ ନିବିଷ୍ଟ ହେଲା।


କୁକର୍ମ ବିରୁଦ୍ଧରେ ଦଣ୍ଡାଜ୍ଞା ଅତି ଶୀଘ୍ର ସମ୍ପାଦନ ନ ହେବାରୁ ମନୁଷ୍ୟ-ସନ୍ତାନମାନଙ୍କ ଅନ୍ତଃକରଣ କୁକର୍ମ କରିବାକୁ ସମ୍ପୂର୍ଣ୍ଣ ଆସକ୍ତ ହୁଏ।


ମୁଁ ଫେରି ସୂର୍ଯ୍ୟ ତଳେ ଦେଖିଲି ଯେ, ଦ୍ରୁତଗାମୀମାନଙ୍କୁ ବାଜି, କି ବୀରମାନଙ୍କୁ ଜୟ, ଅବା ଜ୍ଞାନୀମାନଙ୍କୁ ଅନ୍ନ, କିଅବା ବୁଦ୍ଧିମାନ ଲୋକମାନଙ୍କୁ ଧନ, ଅଥବା ପଣ୍ଡିତମାନଙ୍କୁ ଅନୁଗ୍ରହପ୍ରାପ୍ତ ହୁଏ ନାହିଁ, ମାତ୍ର ସମସ୍ତଙ୍କ ପ୍ରତି ସମୟ ଓ ଆକସ୍ମିକ ଘଟଣା ଘଟେ।


ସବୁ ବିଷୟ ସମସ୍ତଙ୍କ ପ୍ରତି ସମାନ ଘଟେ; ଧାର୍ମିକ ଓ ଦୁଷ୍ଟ, ସୁଶୀଳ, ପୁଣି ଶୁଚି ଓ ଅଶୁଚି; ଯଜ୍ଞକାରୀ ଓ ଅଯଜ୍ଞକାରୀ, ସମସ୍ତଙ୍କ ପ୍ରତି ଏକ ଘଟଣା ହୁଏ; ସୁଶୀଳ ଯେପରି, ପାପୀ ସେପରି; ପୁଣି, ଶପଥକାରୀ ଯେପରି, ଶପଥ ଭୟକାରୀ ସେପରି।


କାରଣ ଯେଉଁ ଲୋକ ଜୀବିତ ଲୋକସମୂହ ମଧ୍ୟରେ ମିଶ୍ରିତ, ତାହାର ଭରସା ଥାଏ; ଯେହେତୁ ମୃତ ସିଂହ ଅପେକ୍ଷା ଜୀବିତ କୁକ୍କୁର ଭଲ।


ପୁଣି, ତୁମ୍ଭେମାନେ ତୁମ୍ଭମାନଙ୍କର ପୂର୍ବପୁରୁଷଗଣର ଅପେକ୍ଷା ଅଧିକ ମନ୍ଦ ଆଚରଣ କରିଅଛ; କାରଣ ଦେଖ, ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ଦୁଷ୍ଟାନ୍ତଃକରଣର ଅବାଧ୍ୟତାନୁସାରେ ଆଚରଣ କରୁଅଛ, ଆମ୍ଭ ବାକ୍ୟରେ ଅବଧାନ କରୁ ନାହଁ;


“ଆମ୍ଭେ ସଦାପ୍ରଭୁ, ପ୍ରତ୍ୟେକ ମନୁଷ୍ୟକୁ ତାହାର ଆଚରଣ ଅନୁସାରେ ତାହାର କର୍ମର ଫଳ ଦେବା ପାଇଁ, ଅନ୍ତଃକରଣ ଅନୁସନ୍ଧାନ କରୁ, ଆମ୍ଭେ ମର୍ମ ପରୀକ୍ଷା କରୁ।”


ଅନ୍ତଃକରଣ ସବୁଠାରୁ କପଟମୟ ଓ ଅପ୍ରତୀକାର୍ଯ୍ୟ ରୂପେ ପୀଡ଼ିତ; କିଏ ତାହା ଜାଣିପାରେ?


ମାତ୍ର ସେ ଚେତନା ପାଇ କହିଲା, ମୋହର ବାପାଙ୍କ କେତେ ମୂଲିଆଙ୍କର ଖାଦ୍ୟ ବଳିପଡ଼ୁଅଛି, କିନ୍ତୁ ମୁଁ ଏଠାରେ ଭୋକରେ ମରୁଅଛି।


କିନ୍ତୁ ସେମାନେ କ୍ରୋଧରେ ପୂର୍ଣ୍ଣ ହେଲେ, ଆଉ ଯୀଶୁଙ୍କ ପ୍ରତି କଅଣ କରିପାରନ୍ତି, ସେ ବିଷୟରେ ପରସ୍ପର କଥାବାର୍ତ୍ତା କରିବାକୁ ଲାଗିଲେ।


ତତ୍‌କ୍ଷଣାତ୍ ପ୍ରଭୁଙ୍କର ଜଣେ ଦୂତ ତାହାଙ୍କୁ ଆଘାତ କଲେ, କାରଣ ସେ ଈଶ୍ବରଙ୍କୁ ଗୌରବ ଦେଲେ ନାହିଁ, ଆଉ ତାହାଙ୍କୁ ପୋକ ଖାଇବା ଦ୍ୱାରା ସେ ମଲେ।


ଆଉ ସମସ୍ତ ସମାଜଗୃହରେ ଥରକୁଥର ସେମାନଙ୍କୁ ଶାସ୍ତି ଦେଇ ଯୀଶୁଙ୍କ ନିନ୍ଦା କରିବା ନିମନ୍ତେ ସେମାନଙ୍କୁ ବାଧ୍ୟ କରୁଥିଲି, ପୁଣି, ସେମାନଙ୍କ ବିରୁଦ୍ଧରେ ଅତ୍ୟନ୍ତ ଉନ୍ନତ ହୋଇ ବିଦେଶୀୟ ନଗରଗୁଡ଼ିକ ପର୍ଯ୍ୟନ୍ତ ସୁଧା ସେମାନଙ୍କୁ ତାଡ଼ନା କରୁଥିଲି।


ଏହି ପ୍ରକାରେ ସେ ଅାତ୍ମପକ୍ଷ ସମର୍ଥନ କରୁଥିବା ସମୟରେ ଫେଷ୍ଟସ୍ ଉଚ୍ଚସ୍ୱରରେ କହିଲେ, ପାଉଲ, ତୁମ୍ଭେ ପାଗଳ; ବହୁ ବିଦ୍ୟା ତୁମ୍ଭକୁ ପାଗଳ କରୁଅଛି।


କାରଣ ପୂର୍ବେ ଆମ୍ଭେମାନେ ମଧ୍ୟ ନିର୍ବୋଧ, ଅବାଧ୍ୟ, ଭ୍ରାନ୍ତ ପୁଣି, ନାନା ପ୍ରକାର କୁଅଭିଳାଷ ଓ ସୁଖଭୋଗର ଦାସ ଥିଲୁ, ହିଂସା ଓ ଈର୍ଷାରେ କାଳକ୍ଷେପଣ କରୁଥିଲୁ, ଆଉ ଘୃଣାର ପାତ୍ର ହୋଇ ପରସ୍ପରକୁ ଘୃଣା କରୁଥିଲୁ।


କିନ୍ତୁ ସେ ଆପଣା ଅପରାଧ ସକାଶେ ଅନୁଯୋଗ ପ୍ରାପ୍ତ ହେଲା, ଗୋଟିଏ ମୂକ ପଶୁ ମନୁଷ୍ୟ ସ୍ୱରରେ କଥା କହି ଭାବବାଦୀର ଉନ୍ମତ୍ତତା ନିବୃତ୍ତ କଲା।


Lean sinn:

Sanasan


Sanasan