ଏଫିସୀୟ 1:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଯେପରି ଆମ୍ଭମାନଙ୍କର ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଈଶ୍ବର, ଗୌରବମୟ ପିତା, ତାହାଙ୍କ ସମ୍ବନ୍ଧୀୟ ସମ୍ପୂର୍ଣ୍ଣ ଜ୍ଞାନ ଓ ପ୍ରତ୍ୟାଦେଶର ଆତ୍ମା ପ୍ରଦାନ କରନ୍ତି; Faic an caibideilପବିତ୍ର ବାଇବଲ (Re-edited) - (BSI)17 ଯେପରି ଆମ୍ଭମାନଙ୍କର ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଈଶ୍ଵର, ଗୌରବମୟ ପିତା, ତାହାଙ୍କ ସମ୍ଵନ୍ଧୀୟ ସମ୍ପୂର୍ଣ୍ଣ ଜ୍ଞାନ ପାଇବା ନିମନ୍ତେ ତୁମ୍ଭମାନଙ୍କୁ ଜ୍ଞାନ ଓ ପ୍ରତ୍ୟାଦେଶର ଆତ୍ମା ପ୍ରଦାନ କରନ୍ତି; Faic an caibideilଓଡିଆ ବାଇବେଲ17 ଯେପରି ଆମ୍ଭମାନଙ୍କର ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଈଶ୍ୱର, ଗୌରବମୟ ପିତା, ତାହାଙ୍କ ସମ୍ବନ୍ଧୀୟ ସମ୍ପୂର୍ଣ୍ଣ ଜ୍ଞାନ ଓ ପ୍ରତ୍ୟାଦେଶର ଆତ୍ମା ପ୍ରଦାନ କରନ୍ତି; Faic an caibideilପବିତ୍ର ବାଇବଲ (CL) NT (BSI)17 ମୁଁ ମୋର ପ୍ରାର୍ଥନାରେ ତୁମ୍ଭମାନଙ୍କୁ ସ୍ମରଣ କରେ ଓ ଗୌରବମୟ ପିତା, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଈଶ୍ୱରଙ୍କୁ ପ୍ରାର୍ଥନା କରେ, ଯେପରି ସେ ତୁମ୍ଭମାନଙ୍କୁ ପବିତ୍ର ଆତ୍ମା ପ୍ରଦାନ କରିବେ। ସେହି ଆତ୍ମା ତୁମ୍ଭମାନଙ୍କୁ ଜ୍ଞାନବାନ କରିବେ ଓ ଈଶ୍ୱରଙ୍କୁ ତୁମ୍ଭମାନଙ୍କ ନିକଟରେ ପ୍ରକାଶ କରିବେ। ତାହାହେଲେ, ତୁମ୍ଭେମାନେ ତାଙ୍କୁ ଜାଣିପାରିବ। Faic an caibideilପବିତ୍ର ବାଇବଲ17 ମୁଁ ମହିମାମୟ ପିତା, ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ପରମେଶ୍ୱରଙ୍କୁ ସବୁବେଳେ ପ୍ରାର୍ଥନା କରେ ଯେ, ସେ ତୁମ୍ଭକୁ ବିଜ୍ଞତାର ଆତ୍ମା ପ୍ରଦାନ କରନ୍ତୁ। ସେହି ଜ୍ଞାନ ତୁମ୍ଭମାନଙ୍କ ପାଇଁ ପରମେଶ୍ୱର ବିଷୟକ ସମସ୍ତ ତଥ୍ୟକୁ ସ୍ପଷ୍ଟ କରିଦେବ, ଯାହା ଫଳରେ ତୁମ୍ଭେମାନେ ତାହାଙ୍କୁ ପୂର୍ଣ୍ଣ ଭାବରେ ଜାଣି ପାରିବ। Faic an caibideil |
ପୁଣି, ତୁମ୍ଭେମାନେ ପରମେଶ୍ୱରଙ୍କୁ ଜ୍ଞାତ ହୁଅ ବୋଲି କହି ସେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀକୁ ଓ ପ୍ରତ୍ୟେକେ ଆପଣା ଆପଣା ଭ୍ରାତାକୁ ଆଉ ଶିକ୍ଷା ଦେବେ ନାହିଁ; କାରଣ ସଦାପ୍ରଭୁ କହନ୍ତି, ସେମାନଙ୍କର କ୍ଷୁଦ୍ରତମଠାରୁ ମହତ୍ତମ ପର୍ଯ୍ୟନ୍ତ ସମସ୍ତେ ଆମ୍ଭକୁ ଜ୍ଞାତ ହେବେ; ଯେହେତୁ ଆମ୍ଭେ ସେମାନଙ୍କର ଅପରାଧ କ୍ଷମା କରିବା ଓ ସେମାନଙ୍କର ପାପ ଆମ୍ଭେ ଆଉ ସ୍ମରଣ କରିବା ନାହିଁ।”
ଆପଣଙ୍କ ରାଜ୍ୟ ମଧ୍ୟରେ ଏକ ଲୋକ ଅଛନ୍ତି, ତାଙ୍କ ଅନ୍ତରରେ ପବିତ୍ର ଦେବଗଣର ଆତ୍ମା ଅଛନ୍ତି; ପୁଣି, ଆପଣଙ୍କ ପିତାଙ୍କ ସମୟରେ ଦେବଗଣର ଜ୍ଞାନ ତୁଲ୍ୟ ଜ୍ଞାନଦୀପ୍ତି ଓ ବୁଦ୍ଧି ଓ ଜ୍ଞାନ ତାଙ୍କଠାରେ ଦେଖା ଯାଇଥିଲା; ଆଉ, ଆପଣଙ୍କ ପିତା ରାଜା ନବୂଖଦ୍ନିତ୍ସର, ହଁ, ଆପଣଙ୍କ ପିତା ରାଜା, ତାଙ୍କୁ ମନ୍ତ୍ରବେତ୍ତା, ଗଣକ, କଲ୍ଦୀୟ ଓ ଶୁଭାଶୁଭବାଦୀମାନଙ୍କ ଉପରେ ପ୍ରଧାନ କରି ନିଯୁକ୍ତ କରିଥିଲେ;