ଏଫିସୀୟ 2:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ସେତେବେଳେ ତୁମ୍ଭେମାନେ ଯେ ଖ୍ରୀଷ୍ଟଙ୍କଠାରୁ ପୃଥକ୍, ପ୍ରତିଜ୍ଞାଯୁକ୍ତ ନିୟମରେ ନିରଂଶ, ଇସ୍ରାଏଲର ପ୍ରଜାସତ୍ତ୍ବ ରହିତ, ପୁଣି ଜଗତରେ ଭରସାହୀନ ଓ ଈଶ୍ବରବିହୀନ ଥିଲ, ତାହା ସ୍ମରଣ କର। Faic an caibideilପବିତ୍ର ବାଇବଲ (Re-edited) - (BSI)12 ସେତେବେଳେ ତୁମ୍ଭେମାନେ ଯେ ଖ୍ରୀଷ୍ଟଙ୍କଠାରୁ ପୃଥକ, ଇସ୍ରାଏଲର ପ୍ରଜାସତ୍ତ୍ଵ ରହିତ, ପ୍ରତିଜ୍ଞାଯୁକ୍ତ ନିୟମରେ ନିରଂଶ, ପୁଣି ଜଗତରେ ଭରସାହୀନ ଓ ଈଶ୍ଵରବିହୀନ ହୋଇଥିଲ, ଏହା ସ୍ମରଣ କର। Faic an caibideilଓଡିଆ ବାଇବେଲ12 ସେତେବେଳେ ତୁମ୍ଭେମାନେ ଯେ ଖ୍ରୀଷ୍ଟଙ୍କଠାରୁ ପୃଥକ୍, ଇସ୍ରାଏଲର ପ୍ରଜାସତ୍ୱରହିତ , ଭରସାହୀନ ଓ ଈଶ୍ୱର ବିହୀନ ହୋଇଥିଲ, ଏହା ସ୍ମରଣ କର । Faic an caibideilପବିତ୍ର ବାଇବଲ (CL) NT (BSI)12 ପୂର୍ବେ ତୁମ୍ଭେମାନେ ଖ୍ରୀଷ୍ଟଙ୍କଠାରୁ ଦୂରରେ ଥିଲ, ତୁମ୍ଭେମାନେ ବିଦେଶୀ ଥିଲ ଓ ଈଶ୍ୱରଙ୍କ ମନୋନୀତ ଜାତିରେ ଅନ୍ତର୍ଭୁକ୍ତ ହୋଇ ନ ଥିଲ। ଈଶ୍ୱର ତାଙ୍କ ଲୋକମାନଙ୍କ ପ୍ରତି କରିଥିବା ପ୍ରତିଜ୍ଞା ଉପରେ ସ୍ଥାପିତ ନିୟମରେ ତୁମ୍ଭମାନଙ୍କର କୌଣସି ଅଂଶ ନ ଥିଲା। ଭରସାଶୂନ୍ୟ ଓ ଈଶ୍ୱରବିହୀନ ହୋଇ ତୁମ୍ଭେମାନେ ଜଗତରେ ବାସ କରୁଥିଲ। Faic an caibideilପବିତ୍ର ବାଇବଲ12 ମନେରଖ, ତୁମ୍ଭେମାନେ ପୂର୍ବରୁ ଖ୍ରୀଷ୍ଟବିହୀନ ଥିଲ। ତୁମ୍ଭେମାନେ ଇସ୍ରାଏଲର ନାଗରିକ ନ ଥିଲ। ତେଣୁ ପରମେଶ୍ୱର ତାହାଙ୍କ ଲୋକମାନଙ୍କ ସହିତ କରିଥିବା ପ୍ରତିଜ୍ଞା ଯୁକ୍ତ ନିୟମ ତୁମ୍ଭେ ପ୍ରାପ୍ତ ହୋଇ ନ ଥିଲ। ତୁମ୍ଭର ଆଉ କିଛି ଆଶା ଭରସା ନ ଥିଲା, କି ତୁମ୍ଭେ ପରମେଶ୍ୱରଙ୍କୁ ଜାଣି ନ ଥିଲ। Faic an caibideil |
ମାତ୍ର ଯିରୁବ୍ବାବିଲ୍ ଓ ଯେଶୂୟ ଓ ଇସ୍ରାଏଲର ଅନ୍ୟ ପିତୃବଂଶର ପ୍ରଧାନମାନେ ସେମାନଙ୍କୁ କହିଲେ, “ଆମ୍ଭମାନଙ୍କ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଗୃହ ନିର୍ମାଣ କରିବା ବିଷୟରେ ଆମ୍ଭମାନଙ୍କ ସଙ୍ଗେ ତୁମ୍ଭମାନଙ୍କର କୌଣସି ସମ୍ପର୍କ ନାହିଁ; ମାତ୍ର ଆମ୍ଭମାନଙ୍କ ପ୍ରତି ପାରସ୍ୟ ରାଜା କୋରସ୍ ରାଜାଙ୍କ ଆଜ୍ଞା ପ୍ରମାଣେ ଆମ୍ଭେମାନେ ଆପେ ଏକତ୍ରିତ ହୋଇ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିର୍ମାଣ କରିବା।”
ପୁଣି, ଯେଉଁ ଭବିଷ୍ୟଦ୍ବକ୍ତାମାନେ ଅସାର ଦର୍ଶନ ପାଆନ୍ତି ଓ ମିଥ୍ୟା ମନ୍ତ୍ର ପଢ଼ନ୍ତି, ଆମ୍ଭର ହସ୍ତ ସେମାନଙ୍କର ପ୍ରତିକୂଳ ହେବ; ସେମାନେ ଆମ୍ଭ ଲୋକମାନଙ୍କ ମନ୍ତ୍ରୀ ସଭାରେ ରହିବେ ନାହିଁ, କିଅବା ଇସ୍ରାଏଲ ବଂଶର ବଂଶାବଳୀ ମଧ୍ୟରେ ସେମାନେ ଲିଖିତ ହେବେ ନାହିଁ, ଅଥବା ଇସ୍ରାଏଲ ଦେଶରେ ପ୍ରବେଶ କରିବେ ନାହିଁ; ତହିଁରେ ଆମ୍ଭେ ଯେ ପ୍ରଭୁ, ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।
ପୁଣି, ତୁମ୍ଭେମାନେ ଆପଣାମାନଙ୍କର ଓ ଯେଉଁ ବିଦେଶୀ ଲୋକମାନେ ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସ କରନ୍ତି ଓ ତୁମ୍ଭମାନଙ୍କ ମଧ୍ୟରେ ସନ୍ତାନସନ୍ତତି ଉତ୍ପନ୍ନ କରିବେ, ସେମାନଙ୍କର ଉତ୍ତରାଧିକାର ନିମନ୍ତେ ଗୁଲିବାଣ୍ଟ ଦ୍ୱାରା ଦେଶ ବିଭାଗ କରିବ; ଆଉ, ସେମାନେ ତୁମ୍ଭମାନଙ୍କ ପ୍ରତି ଇସ୍ରାଏଲ-ସନ୍ତାନଗଣର ମଧ୍ୟରେ ଗୃହଜାତ ସନ୍ତାନଗଣର ତୁଲ୍ୟ ହେବେ; ସେମାନେ ତୁମ୍ଭମାନଙ୍କର ସହିତ ଇସ୍ରାଏଲର ଗୋଷ୍ଠୀଗଣ ମଧ୍ୟରେ ଉତ୍ତରାଧିକାର ପ୍ରାପ୍ତ ହେବେ।