Biblia Todo Logo
Bìoball air-loidhne

- Sanasan -




ଏଫିସୀୟ 3:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କଠାରେ ଈଶ୍ବର ଯେଉଁ ଚିରନ୍ତନ ସଂକଳ୍ପ କରିଥିଲେ,

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

10 ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କଠାରେ ଈଶ୍ଵର ଯେଉଁ ଚିରନ୍ତନ ସଂକଳ୍ପ କରିଥିଲେ,

Faic an caibideil Dèan lethbhreac

ଓଡିଆ ବାଇବେଲ

10 ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କଠାରେ ଈଶ୍ୱର ଯେଉଁ ଚିରନ୍ତନ ସଂକଳ୍ପ କରିଥିଲେ,

Faic an caibideil Dèan lethbhreac

ପବିତ୍ର ବାଇବଲ (CL) NT (BSI)

10 ଯେପରି ବର୍ତ୍ତମାନ ସମୟରେ ଖ୍ରୀଷ୍ଟୀୟ ମଣ୍ଡଳୀର କାର୍ଯ୍ୟ ଦ୍ୱାରା ସ୍ୱର୍ଗୀୟ ଅଧିପତି ଓ ଶକ୍ତିମାନେ ଈଶ୍ୱରଙ୍କ ବହୁବିଧ ଜ୍ଞାନ ସମ୍ପର୍କରେ ସମୃକ୍ ବୁଝିପାରିବେ।

Faic an caibideil Dèan lethbhreac

ପବିତ୍ର ବାଇବଲ

10 ମଣ୍ଡଳୀ ଦ୍ୱାରା ପରମେଶ୍ୱରଙ୍କ ବହୁବିଧ ଜ୍ଞାନ, ସ୍ୱର୍ଗର କର୍ତ୍ତାପଣ ଓ ଅଧିକାର ପ୍ରାପ୍ତ ବ୍ୟକ୍ତିମାନଙ୍କୁ ବର୍ତ୍ତମାନ ଜଣାଇବା ପରମେଶ୍ୱରଙ୍କର ଉଦ୍ଦେଶ୍ୟ ଥିଲା। ସେମାନେ ମଣ୍ଡଳୀ ଯୋଗୁଁ ଏହା ଜାଣି ପାରିବେ।

Faic an caibideil Dèan lethbhreac




ଏଫିସୀୟ 3:10
23 Iomraidhean Croise  

ହେ ସଦାପ୍ରଭୁଙ୍କ ବାକ୍ୟସାଧକ ଓ ତାହାଙ୍କ ବାକ୍ୟର ରବ ଶ୍ରବଣକାରୀ, ବଳରେ ପରାକ୍ରାନ୍ତ ଦୂତଗଣ, ତୁମ୍ଭେମାନେ ତାହାଙ୍କର ଧନ୍ୟବାଦ କର।


ହେ ସଦାପ୍ରଭୋ, ତୁମ୍ଭର କାର୍ଯ୍ୟସକଳ କିପରି ବହୁବିଧ! ତୁମ୍ଭେ ଜ୍ଞାନରେ ସେସବୁ ନିର୍ମାଣ କରିଅଛ; ପୃଥିବୀ ତୁମ୍ଭ ସମ୍ପତ୍ତିରେ ପରିପୂର୍ଣ୍ଣ।


ଏଉତ୍ତାରେ ପରମେଶ୍ୱରଙ୍କ ଆତ୍ମା ମୋତେ ଉପରକୁ ଉଠାଇଲେ, ତହିଁରେ ମୁଁ ଆପଣା ପଶ୍ଚାତରେ, “ଧନ୍ୟ ସଦାପ୍ରଭୁଙ୍କର ମହିମା,” ଏହି କଥା ମହା ଖରତର ଶବ୍ଦର ନ୍ୟାୟ ତାହାଙ୍କ ସ୍ଥାନରୁ ଶୁଣିଲି।


ଆହା! ଈଶ୍ବରଙ୍କ ବୁଦ୍ଧି ଓ ଜ୍ଞାନରୂପ ନିଧି କେଡ଼େ ଗଭୀର! ତାହାଙ୍କର ବିଚାରସବୁ କିପରି ବୋଧର ଅଗମ୍ୟ ଓ ତାହାଙ୍କ ପଥସବୁ କିପରି ରହସ୍ୟାବୃତ!


କାରଣ ମୃତ୍ୟୁ କି ଜୀବନ, ଦୂତ କି କର୍ତ୍ତାପଣ, ବର୍ତ୍ତମାନ କି ଭବିଷ୍ୟତ କି ପରାକ୍ରମ,


କିନ୍ତୁ ଯିହୁଦୀ ହେଉ ବା ଗ୍ରୀକ୍‍ ହେଉ, ଯେଉଁମାନେ ଆହୂତ, ସେମାନଙ୍କ ନିମନ୍ତେ ଖ୍ରୀଷ୍ଟ ଈଶ୍ବରଙ୍କ ଶକ୍ତି ଓ ଈଶ୍ବରଙ୍କ ଜ୍ଞାନସ୍ୱରୂପ ଅଟନ୍ତି।


ମାତ୍ର ଆମ୍ଭେମାନେ ନିଗୂଢ଼ତତ୍ତ୍ୱ ସ୍ୱରୂପ ଈଶ୍ବରଙ୍କ ଜ୍ଞାନର କଥା କହୁଅଛୁ ସେହି ଗୁପ୍ତ ଜ୍ଞାନ ଈଶ୍ବର ଆମ୍ଭମାନଙ୍କ ଗୌରବ ନିମନ୍ତେ ଜଗତର ପୂର୍ବେ ନିରୂପଣ କରିଥିଲେ।


ସେ ସମସ୍ତଙ୍କ ଉପରେ ତାହାଙ୍କୁ ଉନ୍ନତ କରାଇ ସ୍ୱର୍ଗରେ ଆପଣା ଦକ୍ଷିଣ ପାର୍ଶ୍ୱରେ ଉପବେଶନ କରାଇଲେ,


ସେହି ମଣ୍ଡଳୀ ଖ୍ରୀଷ୍ଟଙ୍କ ଶରୀର ସ୍ୱରୂପ, ଅର୍ଥାତ୍‍ ଯେ ସମସ୍ତ ବିଷୟକୁ ସର୍ବତୋଭାବେ ପୂର୍ଣ୍ଣ କରନ୍ତି, ତାହାଙ୍କ ପୂର୍ଣ୍ଣତା।


ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଈଶ୍ବର ଓ ପିତା ଧନ୍ୟ ହେଉନ୍ତୁ, ସେ ଖ୍ରୀଷ୍ଟଙ୍କଠାରେ ଆମ୍ଭମାନଙ୍କୁ ସମସ୍ତ ଆତ୍ମିକ ଆଶୀର୍ବାଦ ଦ୍ୱାରା ସ୍ୱର୍ଗରେ ଆଶୀର୍ବାଦ କରିଅଛନ୍ତି,


ସେହି ଅନୁଗ୍ରହ ସେ ସମସ୍ତ ପ୍ରକାର ଜ୍ଞାନ ଓ ବୁଦ୍ଧି ଦେଇ ଆମ୍ଭମାନଙ୍କ ପ୍ରତି ପ୍ରଚୁର କରିଅଛନ୍ତି।


କାରଣ ଆମ୍ଭମାନଙ୍କ ଯୁଦ୍ଧ ମର୍ତ୍ତ୍ୟ ବିରୁଦ୍ଧରେ ନୁହେଁ, କିନ୍ତୁ ଆଧିପତ୍ୟ ଓ କର୍ତ୍ତାପଣ ବିରୁଦ୍ଧରେ, ଏହି ଅନ୍ଧକାରର ଜଗତ୍ପତିମାନଙ୍କ ବିରୁଦ୍ଧରେ ପୁଣି, ଆକାଶମଣ୍ଡଳର ଦୁଷ୍ଟାତ୍ମାମାନଙ୍କ ବିରୁଦ୍ଧରେ;


କାରଣ ଦୃଶ୍ୟ ଓ ଅଦୃଶ୍ୟ, ସ୍ୱର୍ଗରେ ଓ ପୃଥିବୀରେ ସମସ୍ତ ବିଷୟ ତାହାଙ୍କ ଦ୍ୱାରା ସୃଷ୍ଟି ହେଲା, ସିଂହାସନ କି ପ୍ରଭୁତ୍ୱ କି ଆଧିପତ୍ୟ କି କର୍ତ୍ତାପଣ, ସମସ୍ତ ତାହାଙ୍କ ଦ୍ୱାରା ଓ ତାହାଙ୍କ ନିମନ୍ତେ ସୃଷ୍ଟ ହୋଇଅଛି;


ପୁଣି, ସମସ୍ତ ଆଧିପତ୍ୟ ଓ କର୍ତ୍ତାପଣର ମସ୍ତକ ସ୍ୱରୂପ ଯେ ସେ, ତାହାଙ୍କ ସହଭାଗିତାରେ ତୁମ୍ଭେମାନେ ପୂର୍ଣ୍ଣତା ପ୍ରାପ୍ତ ହୋଇଅଛ।


ସମସ୍ତ ଆଧିପତ୍ୟ ଓ କର୍ତ୍ତାପଣର ଅସ୍ତ୍ରଶସ୍ତ୍ର ଛଡ଼ାଇ ପ୍ରକାଶରେ ସେମାନଙ୍କ ପ୍ରଦର୍ଶନପୂର୍ବକ କ୍ରୁଶରେ ବିଜୟ ଯାତ୍ରା କରିଅଛନ୍ତି।


ଈଶ୍ବରପରାୟଣତାର ନିଗୂଢ଼ତତ୍ତ୍ୱ ଯେ ମହତ୍, ଏହା ସମସ୍ତେ ସ୍ୱୀକାର କରନ୍ତି। ତାହା ଏହି, ସେ ଦେହବନ୍ତ ହୋଇ ପ୍ରକାଶିତ ହେଲେ, ଆତ୍ମାରେ ଧାର୍ମିକ ବୋଲି ପ୍ରମାଣିତ ହେଲେ, ଦୂତମାନଙ୍କ ଦ୍ୱାରା ଦେଖାଗଲେ, ଜାତିମାନଙ୍କ ମଧ୍ୟରେ ପ୍ରଚାରିତ ହେଲେ, ଜଗତରେ ବିଶ୍ୱାସପାତ୍ର ହେଲେ, ଗୌରବରେ ସେ ସ୍ୱର୍ଗକୁ ଉତ୍ଥିତ ହେଲେ।


ଏହି ସମସ୍ତ ବିଷୟରେ ସେମାନେ ଯେ ଆପଣା ଆପଣାର ସେବା ନ କରି ତୁମ୍ଭମାନଙ୍କର ସେବା କରୁଥିଲେ, ଏହା ସେମାନଙ୍କ ନିକଟରେ ପ୍ରକାଶିତ ହୋଇଥିଲା, ଆଉ, ସେହି ସମସ୍ତ ବିଷୟ ସ୍ୱର୍ଗରୁ ପ୍ରେରିତ ପବିତ୍ର ଆତ୍ମାଙ୍କ ଶକ୍ତିରେ ତୁମ୍ଭମାନଙ୍କ ନିକଟରେ ସୁସମାଚାର ପ୍ରଚାରକମାନଙ୍କ ଦ୍ୱାରା ଏବେ ତୁମ୍ଭମାନଙ୍କୁ ଜଣାଇ ଦିଆଯାଇଅଛି; ସେହିସବୁ ବିଷୟ ଦୂତମାନେ ମଧ୍ୟ ନିରୀକ୍ଷଣ କରିବାକୁ ଇଚ୍ଛା କରନ୍ତି।


ସେହି ଯୀଶୁ ଖ୍ରୀଷ୍ଟ ସ୍ୱର୍ଗାରୋହଣ କରି ଈଶ୍ବରଙ୍କ ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ଅଛନ୍ତି, ଆଉ ଦୂତମାନେ, କ୍ଷମତାବାନ ଓ ଶକ୍ତିଶାଳୀମାନେ ତାହାଙ୍କ ବଶୀଭୂତ ହୋଇଅଛନ୍ତି।


Lean sinn:

Sanasan


Sanasan