Biblia Todo Logo
Bìoball air-loidhne

- Sanasan -




ଏଫିସୀୟ 3:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ଆଉ ସେହି ପ୍ରକାରେ ଈଶ୍ବରଙ୍କ ସମସ୍ତ ପୂର୍ଣ୍ଣତାରେ ପରିପୂର୍ଣ୍ଣ ହୁଅ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

19 ଆଉ ଏହି ପ୍ରକାରେ ଈଶ୍ଵରଙ୍କ ସମସ୍ତ ପୂର୍ଣ୍ଣତାରେ ପରିପୂର୍ଣ୍ଣ ହୁଅ।

Faic an caibideil Dèan lethbhreac

ଓଡିଆ ବାଇବେଲ

19 ଆଉ ସେହି ପ୍ରକାରେ ଈଶ୍ୱରଙ୍କ ସମସ୍ତ ପୂର୍ଣ୍ଣତାରେ ପରିପୂର୍ଣ୍ଣ ହୁଅ ।

Faic an caibideil Dèan lethbhreac

ପବିତ୍ର ବାଇବଲ (CL) NT (BSI)

19 ହଁ, ତୁମ୍ଭେମାନେ ତାଙ୍କ ପ୍ରେମର ପରିସର ଜାଣି ପାରିବ, ଯଦ୍ୟପି ଏହା କେବେହେଁ ପୂର୍ଣ୍ଣମାତ୍ରାରେ ଜାଣି ହୁଏନା। ଏହି ପ୍ରକାରେ ତୁମ୍ଭେମାନେ ଈଶ୍ୱରଙ୍କ ସ୍ୱଭାବର ପରିପୂର୍ଣ୍ଣତା ଉପଲବ୍ôଧ କରିପାରିବ।

Faic an caibideil Dèan lethbhreac

ପବିତ୍ର ବାଇବଲ

19 ଯୀଶୁ ଖ୍ରୀଷ୍ଟଙ୍କ ପ୍ରେମ ମନୁଷ୍ୟର ପ୍ରେମଠାରୁ ଅଧିକ ମହାନ୍। କିନ୍ତୁ ମୁଁ ପରମେଶ୍ୱରଙ୍କଠାରେ ପ୍ରାର୍ଥନା କରେ ଯେ, ତୁମ୍ଭେ ସେହି ପ୍ରେମ ବିଷୟରେ ଜାଣିବା ପାଇଁ ସକ୍ଷମ ହୁଅ, ତେବେ ଯାଇ ତୁମ୍ଭେ ପରମେଶ୍ୱରଙ୍କଠାରେ ପୂର୍ଣ୍ଣ ହୋଇ ଯିବ।

Faic an caibideil Dèan lethbhreac




ଏଫିସୀୟ 3:19
24 Iomraidhean Croise  

ମାତ୍ର ମୁଁ ଧର୍ମରେ ତୁମ୍ଭ ମୁଖ ଦର୍ଶନ କରିବି; ମୁଁ ତୁମ୍ଭ ଆକାରରେ ଜାଗ୍ରତ ହେବା ବେଳେ ପରିତୃପ୍ତ ହେବି।


ତହିଁରେ ମୁଁ ପରମେଶ୍ୱରଙ୍କ ବେଦି ନିକଟକୁ ଓ ମୋହର ପରମାନନ୍ଦଜନକ ପରମେଶ୍ୱରଙ୍କ ନିକଟକୁ ଯିବି; ଆଉ, ହେ ପରମେଶ୍ୱର, ମୋହର ପରମେଶ୍ୱର, ମୁଁ ବୀଣା ଯନ୍ତ୍ରରେ ତୁମ୍ଭର ପ୍ରଶଂସା କରିବି।


ଧାର୍ମିକତା ନିମନ୍ତେ କ୍ଷୁଧିତ ଓ ତୃଷିତ ଲୋକେ ଧନ୍ୟ, କାରଣ ସେମାନେ ପରିତୃପ୍ତ ହେବେ।


ଏଣୁ ତାହାଙ୍କ ପୂର୍ଣ୍ଣତାରୁ ଆମ୍ଭେମାନେ ସମସ୍ତେ ପ୍ରାପ୍ତ ହୋଇଅଛୁ, ହଁ, ଅନୁଗ୍ରହ ଉପରେ ଅନୁଗ୍ରହପ୍ରାପ୍ତ ହୋଇଅଛୁ।


ଆଉ, ଏକମାତ୍ର ସତ୍ୟ ଈଶ୍ବର ଯେ ତୁମ୍ଭେ, ତୁମ୍ଭକୁ ଓ ତୁମ୍ଭର ପ୍ରେରିତ ଯୀଶୁ ଖ୍ରୀଷ୍ଟଙ୍କୁ ଜାଣିବା ଅନନ୍ତ ଜୀବନ ଅଟେ।


ଖ୍ରୀଷ୍ଟଙ୍କ ପ୍ରେମରୁ କିଏ ଆମ୍ଭମାନଙ୍କୁ ବିଚ୍ଛିନ୍ନ କରିବ? କି କ୍ଳେଶ, କି ସଙ୍କଟ, କି ତାଡ଼ନା, କି ଦୁର୍ଭିକ୍ଷ, କି ଉଲଗ୍ନତା, କି ବିପଦ, କି ଖଡ୍ଗ?


ଉଚ୍ଚସ୍ଥ ବିଷୟ କି ନୀଚସ୍ଥ ବିଷୟ କି ଅନ୍ୟ କୌଣସି ସୃଷ୍ଟ ବସ୍ତୁ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ପ୍ରକାଶିତ ଈଶ୍ବରଙ୍କ ପ୍ରେମରୁ ଯେ ଆମ୍ଭମାନଙ୍କୁ ବିଚ୍ଛିନ୍ନ କରିପାରିବ ନାହିଁ, ଏହା ମୁଁ ନିଶ୍ଚୟ ଜାଣେ।


କାରଣ ଖ୍ରୀଷ୍ଟଙ୍କ ପ୍ରେମ ଆମ୍ଭମାନଙ୍କୁ ବଶରେ ରଖି ଚଳାଉଅଛି, ଯେଣୁ ଆମ୍ଭେମାନେ ଏହି ବିଚାର କରିଅଛୁ ଯେ, ଜଣେ ସମସ୍ତଙ୍କ ନିମନ୍ତେ ମୃତ୍ୟୁଭୋଗ କରିଥିବାରୁ ସମସ୍ତେ ମୃତ ହେଲେ;


ମୁଁ ଖ୍ରୀଷ୍ଟଙ୍କ ସହିତ କ୍ରୁଶରେ ହତ ହୋଇଅଛି; ମୁଁ ଆଉ ଜୀବିତ ନୁହେଁ, ମାତ୍ର ଖ୍ରୀଷ୍ଟ ମୋʼ ଠାରେ ଜୀବିତ ଅଛନ୍ତି; ପୁଣି, ମୁଁ ଶରୀରରେ ଥାଇ ବର୍ତ୍ତମାନ ଯେଉଁ ଜୀବନଯାପନ କରୁଅଛି, ତାହା ବିଶ୍ୱାସରେ, ଅର୍ଥାତ୍‍, ଈଶ୍ବରଙ୍କ ପୁତ୍ର ମୋତେ ପ୍ରେମ କରି ମୋʼ ନିମନ୍ତେ ଆପଣାକୁ ଉତ୍ସର୍ଗ କଲେ, ତାହାଙ୍କଠାରେ ବିଶ୍ୱାସ କରି ଯାପନ କରୁଅଛି।


ସେହି ମଣ୍ଡଳୀ ଖ୍ରୀଷ୍ଟଙ୍କ ଶରୀର ସ୍ୱରୂପ, ଅର୍ଥାତ୍‍ ଯେ ସମସ୍ତ ବିଷୟକୁ ସର୍ବତୋଭାବେ ପୂର୍ଣ୍ଣ କରନ୍ତି, ତାହାଙ୍କ ପୂର୍ଣ୍ଣତା।


ଯେପରି ତୁମ୍ଭେମାନେ ପ୍ରେମରେ ବଦ୍ଧମୂଳ ଓ ଦୃଢ ରୂପେ ସ୍ଥାପିତ ହୋଇ ବୋଧର ଅଗମ୍ୟ ଯେ ଖ୍ରୀଷ୍ଟଙ୍କ ପ୍ରେମ, ତାହା ଜ୍ଞାତ ହୁଅ ଏବଂ ସମସ୍ତ ସାଧୁଙ୍କ ସହିତ ସେଥିର ଦୈର୍ଘ୍ୟ ଓ ପ୍ରସ୍ଥ, ଉଚ୍ଚତା ଓ ଗଭୀରତା ବୁଝିବାକୁ ଶକ୍ତି ପ୍ରାପ୍ତ ହୁଅ,


ଖ୍ରୀଷ୍ଟ ଯେପରି ତୁମ୍ଭମାନଙ୍କୁ ପ୍ରେମ କଲେ, ପୁଣି, ଆମ୍ଭମାନଙ୍କ ନିମନ୍ତେ ଈଶ୍ବରଙ୍କ ଉଦ୍ଦେଶ୍ୟରେ ସୁଗନ୍ଧି ନୈବେଦ୍ୟ ଓ ବଳି ସ୍ୱରୂପେ ଆପଣାକୁ ଉତ୍ସର୍ଗ କଲେ, ସେହିପରି ପ୍ରେମରେ ଆଚରଣ କର।


ହେ ସ୍ୱାମୀମାନେ, ଖ୍ରୀଷ୍ଟ ଯେପରି ମଣ୍ଡଳୀକୁ ପ୍ରେମ କଲେ, ତୁମ୍ଭେମାନେ ମଧ୍ୟ ସେହିପରି ଆପଣା ଆପଣା ସ୍ତ୍ରୀମାନଙ୍କୁ ପ୍ରେମ କର; ଖ୍ରୀଷ୍ଟ ତ ମଣ୍ଡଳୀ ନିମନ୍ତେ ଆପଣାକୁ ଉତ୍ସର୍ଗ କଲେ,


ଆଉ ତୁମ୍ଭ ସମସ୍ତଙ୍କ ବିଷୟରେ ମୋହର ଏପରି ଭାବିବା ଉଚିତ୍, ଯେଣୁ ତୁମ୍ଭେ ସମସ୍ତେ ମୋହର ବନ୍ଧନରେ ଯେପରି, ସୁସମାଚାର ପକ୍ଷ ସମର୍ଥନ ଓ ସେଥିର ସତ୍ୟ ପ୍ରମାଣ କରିବାରେ ସେହିପରି ମୋʼ ସହିତ ଅନୁଗ୍ରହର ସହଭାଗୀ ଅଟ, ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କୁ ହୃଦୟରେ ଧାରଣ କରିଅଛି।


ସେଥିରେ ସମସ୍ତ ବୋଧର ଅଗମ୍ୟ ଯେ ଈଶ୍ବରଙ୍କ ଶାନ୍ତି, ତାହା ତୁମ୍ଭମାନଙ୍କର ହୃଦୟ ଓ ମନକୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ସୁରକ୍ଷା କରି ରଖିବ।


ସମସ୍ତ ଆତ୍ମିକ ଜ୍ଞାନ ଓ ବୁଦ୍ଧିରେ ପ୍ରଭୁଙ୍କୁ ସର୍ବପ୍ରକାରେ ସନ୍ତୁଷ୍ଟ କରିବା ନିମନ୍ତେ ତାହାଙ୍କ ଯୋଗ୍ୟ ଆଚରଣ କର, ଅର୍ଥାତ୍‍, ଈଶ୍ବରଙ୍କ ତତ୍ତ୍ୱଜ୍ଞାନରେ ବଢ଼ି ସମସ୍ତ ଉତ୍ତମକର୍ମର ଫଳରେ ଫଳବାନ ହୁଅ


ତୁମ୍ଭେମାନେ ତାହାଙ୍କୁ ନ ଦେଖି ପ୍ରେମ କରୁଅଛ, ପୁଣି, ଏବେ ସୁଦ୍ଧା ନ ଦେଖିଲେ ହେଁ ତାହାଙ୍କଠାରେ ବିଶ୍ୱାସ କରି ଅକଥନୀୟ ଓ ଗୌରବଯୁକ୍ତ ଆନନ୍ଦରେ


ବରଂ ଆମ୍ଭମାନଙ୍କ ପ୍ରଭୁ ଓ ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ଓ ଜ୍ଞାନରେ ବୃଦ୍ଧି ପାଅ। ବର୍ତ୍ତମାନ ଓ ଅନନ୍ତକାଳ ପର୍ଯ୍ୟନ୍ତ ଗୌରବ ତାହାଙ୍କର, ଆମେନ୍‍।


Lean sinn:

Sanasan


Sanasan