Biblia Todo Logo
Bìoball air-loidhne

- Sanasan -




ଏଫିସୀୟ 4:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ଅର୍ଥାତ୍‍ ତୁମ୍ଭେମାନେ ତୁମ୍ଭମାନଙ୍କ ପୁରାତନ ଆଚରଣ ସମ୍ବନ୍ଧରେ, ଯେଉଁ ପୁରାତନ ସ୍ୱଭାବ ପ୍ରବଞ୍ଚନାର ବିଳାସିତା ଅନୁସାରେ ଅଧିକରୁ ଅଧିକ ଭ୍ରଷ୍ଟ ହେଉଅଛି, ତାହାକୁ ପରିତ୍ୟାଗ କରିବାକୁ,

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

22 ଅର୍ଥାତ୍ ତୁମ୍ଭେମାନେ ତୁମ୍ଭମାନଙ୍କ ପୁରାତନ ଆଚରଣ ସମ୍ଵନ୍ଧରେ, ଯେଉଁ ପୁରାତନ ସ୍ଵଭାବ।। ପ୍ରବଞ୍ଚନାର ବିଳାସିତା ଅନୁସାରେ ଅଧିକରୁ ଅଧିକ ଭ୍ରଷ୍ଟ ହେଉଅଛି, ତାହାକୁ ପରିତ୍ୟାଗ କରିବାକୁ,

Faic an caibideil Dèan lethbhreac

ଓଡିଆ ବାଇବେଲ

22 ଅର୍ଥାତ୍ ତୁମ୍ଭେମାନେ ତୁମ୍ଭମାନଙ୍କ ପୁରାତନ ଆଚରଣ ସମ୍ବନ୍ଧରେ, ଯେଉଁ ପୁରାତନ ସ୍ୱଭାବ ପ୍ରବଞ୍ଚନାର ବିଳାସିତା ଅନୁସାରେ ଅଧିକରୁ ଅଧିକ ଭ୍ରଷ୍ଟ ହେଉଅଛି, ତାହାକୁ ପରିତ୍ୟାଗ କରିବାକୁ,

Faic an caibideil Dèan lethbhreac

ପବିତ୍ର ବାଇବଲ (CL) NT (BSI)

22 ତେଣୁ ଯେଉଁ ପୁରାତନ ସ୍ୱଭାବ ନେଇ ତୁମେ ଜୀବନ ଯାପନ କରୁଥିଲ, ତାହା ପରିତ୍ୟାଗ କର, କାରଣ ତାହାର ଛଳ କାମନା ଦ୍ୱାରା ତୁମର ଆତ୍ମା ବିନଷ୍ଟ ହେଉଥିଲା।

Faic an caibideil Dèan lethbhreac

ପବିତ୍ର ବାଇବଲ

22 ତୁମ୍ଭମାନଙ୍କୁ ଶିକ୍ଷା ଦିଆଯାଇଛି ଯେ ତୁମ୍ଭର ପୁରୁଣା ଆଚରଣ ଓ ତୁମ୍ଭର ପୂର୍ବର ଜୀବନଯାପନ ଛାଡ଼ିଦିଅ। କାରଣ ଲୋକମାନେ ମନ୍ଦକାର୍ଯ୍ୟ କରିବାକୁ ଭଲ ପାଇବାରୁ ତଦ୍ଦ୍ୱାରା ପ୍ରବଞ୍ଚିତ ହୁଅନ୍ତି ଓ ତାହା ଫଳରେ ପୁରୁଣା ରୂପ ଦ୍ୱାରା ମନ୍ଦ ଆହୁରି ହୋଇଯାଏ।

Faic an caibideil Dèan lethbhreac




ଏଫିସୀୟ 4:22
27 Iomraidhean Croise  

ଯଦି ତୁମ୍ଭେ ସର୍ବଶକ୍ତିମାନ ପରମେଶ୍ୱରଙ୍କ ପ୍ରତି ଫେରିବ, ଯଦି ଆପଣା ତମ୍ବୁରୁ ଅଧର୍ମ ଦୂର କରିବ, ତେବେ ତୁମ୍ଭେ ଦୃଢ଼ କରାଯିବ।


ଦୁଷ୍ଟ ଲୋକ ମିଥ୍ୟା ଉପାର୍ଜ୍ଜନ କରେ, ମାତ୍ର ଯେ ଧର୍ମବୀଜ ବୁଣେ, ତାହାର ନିଶ୍ଚିତ ପୁରସ୍କାର ଅଛି।


ଅନ୍ତଃକରଣ ସବୁଠାରୁ କପଟମୟ ଓ ଅପ୍ରତୀକାର୍ଯ୍ୟ ରୂପେ ପୀଡ଼ିତ; କିଏ ତାହା ଜାଣିପାରେ?


ଗୋ ଶୈଳଛିଦ୍ର ନିବାସିନୀ, ହେ ପର୍ବତ ଶୃଙ୍ଗ ଅବଲମ୍ବିନୀ, ତୁମ୍ଭର ଭୟଙ୍କରତା ବିଷୟରେ, ତୁମ୍ଭ ଅନ୍ତଃକରଣର ଅହଙ୍କାର ତୁମ୍ଭକୁ ପ୍ରବଞ୍ଚନା କରିଅଛି; ଯଦ୍ୟପି ତୁମ୍ଭେ ଉତ୍କ୍ରୋଶ ପକ୍ଷୀ ପରି ଉଚ୍ଚସ୍ଥାନରେ ବସା କରିବ, ତଥାପି ଆମ୍ଭେ ତୁମ୍ଭକୁ ସେଠାରୁ ଓହ୍ଲାଇ ଆଣିବା, ଏହା ସଦାପ୍ରଭୁ କହନ୍ତି।


ହେ ଶୈଳ-କନ୍ଦରରେ ବାସକାରୀ, ହେ ଉଚ୍ଚସ୍ଥାନ ନିବାସୀ, ତୁମ୍ଭ ଅନ୍ତଃକରଣର ଅହଙ୍କାର ତୁମ୍ଭକୁ ପ୍ରବଞ୍ଚନା କରିଅଛି; ତୁମ୍ଭେ ଆପଣା ମନେ ମନେ କହୁଅଛ, “ଆମ୍ଭକୁ ଭୂମିକୁ ଓହ୍ଲାଇ ଆଣିବ କିଏ?”


ଯେପରି ଆମ୍ଭେମାନେ ଆଉ ପାପର ଦାସତ୍ୱରେ ନ ରହୁ, ଏଥିପାଇଁ ପାପର ଶରୀର ବିନଷ୍ଟ ହେବା ନିମନ୍ତେ ଆମ୍ଭମାନଙ୍କର ପୁରାତନ ସ୍ୱଭାବ ଯେ ତାହାଙ୍କ ସହିତ କ୍ରୁଶରେ ହତ ହୋଇଅଛି,


କାରଣ ପାପ ସୁଯୋଗ ପାଇ ଆଜ୍ଞା ଦ୍ୱାରା ମୋତେ ପ୍ରତାରଣା କଲା, ପୁଣି, ତାହା ଦ୍ୱାରା ମୋତେ ବଧ କଲା।


କିନ୍ତୁ ସର୍ପ ଆପଣା ଧୂର୍ତ୍ତତାରେ ହବାଙ୍କୁ ଯେପରି ଭୁଲାଇଲା, ସେହିପରି କାଳେ ତୁମ୍ଭମାନଙ୍କ ମନ ଖ୍ରୀଷ୍ଟଙ୍କ ପ୍ରତି ସରଳତା ଓ ପବିତ୍ରତାରୁ ଭ୍ରଷ୍ଟ ହୁଏ, ମୋହର ଏହି ଭୟ ହେଉଅଛି।


ପୂର୍ବେ ଯିହୁଦୀ ଧର୍ମରେ ମୋହର ଆଚରଣ ସମ୍ବନ୍ଧରେ ତୁମ୍ଭେମାନେ ତ ଶୁଣିଅଛ, ମୁଁ ଈଶ୍ବରଙ୍କ ମଣ୍ଡଳୀ କି ଅତିରିକ୍ତ ଭାବରେ ତାଡ଼ନା କରୁଥିଲି ଓ ତାହା ଉଚ୍ଛିନ୍ନ କରିବାକୁ ଚେଷ୍ଟା କରୁଥିଲି,


ସେହି ଅନାଜ୍ଞାବହ ସନ୍ତାନମାନଙ୍କ ସହିତ ଆମ୍ଭେମାନେ ସମସ୍ତେ ମଧ୍ୟ ଏକ ସମୟରେ ଆମ୍ଭମାନଙ୍କ ଶାରୀରିକ ଅଭିଳାଷ ଅନୁସାରେ ଜୀବନଯାପନ କରି ଶାରୀରିକ ଓ ମନର କାମନା ପୂର୍ଣ୍ଣ କରୁଥିଲୁ, ପୁଣି, ଅନ୍ୟମାନଙ୍କ ପରି ସୁଦ୍ଧା ସ୍ୱଭାବତଃ କ୍ରୋଧର ପାତ୍ର ଥିଲୁ;


ଅତଏବ ମୁଁ ପ୍ରଭୁଙ୍କ ନାମରେ ବିଶେଷ ଅନୁରୋଧ କରି କହୁଅଛି, ଅବିଶ୍ୱାସୀମାନେ ଯେପରି ଆପଣା ଆପଣା ମନର ଅସାରତାରେ ଆଚରଣ କରନ୍ତି, ତୁମ୍ଭେମାନେ ସେହିପରି ଆଚରଣ କର ନାହିଁ;


ଅତଏବ ମିଥ୍ୟା ପରିତ୍ୟାଗ କରି ତୁମ୍ଭେମାନେ ପ୍ରତ୍ୟେକ ଜଣ ଆପଣା ପ୍ରତିବାସୀ ସହିତ ସତ୍ୟ ଆଳାପ କର, କାରଣ ଆମ୍ଭେମାନେ ପରସ୍ପରର ଅଙ୍ଗପ୍ରତ୍ୟଙ୍ଗ।


ସମସ୍ତ ପ୍ରକାର କଟୁ ଭାବ, ରାଗ, କ୍ରୋଧ, କଳହ ଓ ନିନ୍ଦା, ପୁଣି, ସମସ୍ତ ପ୍ରକାର ହିଂସା ତୁମ୍ଭମାନଙ୍କଠାରୁ ଦୂର ହେଉ;


ଆହୁରି ମଧ୍ୟ ତୁମ୍ଭେମାନେ ଶାରୀରିକ ସ୍ୱଭାବ ତ୍ୟାଗ କରି ଖ୍ରୀଷ୍ଟଙ୍କ ସହିତ ସଂଯୁକ୍ତ ହୋଇ ଅହସ୍ତକୃତ ସୁନ୍ନତରେ, ଅର୍ଥାତ୍‍ ଖ୍ରୀଷ୍ଟୀୟ ସୁନ୍ନତରେ ସୁନ୍ନତ ପ୍ରାପ୍ତ ହୋଇଅଛ;


କାରଣ ପୂର୍ବେ ଆମ୍ଭେମାନେ ମଧ୍ୟ ନିର୍ବୋଧ, ଅବାଧ୍ୟ, ଭ୍ରାନ୍ତ ପୁଣି, ନାନା ପ୍ରକାର କୁଅଭିଳାଷ ଓ ସୁଖଭୋଗର ଦାସ ଥିଲୁ, ହିଂସା ଓ ଈର୍ଷାରେ କାଳକ୍ଷେପଣ କରୁଥିଲୁ, ଆଉ ଘୃଣାର ପାତ୍ର ହୋଇ ପରସ୍ପରକୁ ଘୃଣା କରୁଥିଲୁ।


ଅତଏବ, ଏଡ଼େ ବୃହତ୍ ମେଘ ତୁଲ୍ୟ ସାକ୍ଷୀମାନଙ୍କ ଦ୍ୱାରା ବେଷ୍ଟିତ ହେବାରୁ ଆସ, ଆମ୍ଭେମାନେ ପ୍ରତ୍ୟେକ ଭାର ଓ ସହଜରେ ବେଷ୍ଟନକାରୀ ପାପ ପରିତ୍ୟାଗ କରି ବିଶ୍ୱାସର ନେତା ଓ ସିଦ୍ଧଦାତା ଯୀଶୁଙ୍କୁ ଲକ୍ଷ୍ୟ କରି ଧୈର୍ଯ୍ୟ ସହକାରେ ଆମ୍ଭମାନଙ୍କ ଗନ୍ତବ୍ୟ ପଥରେ ଧାବମାନ ହେଉ।


କିନ୍ତୁ କାଳେ ପାପର ପ୍ରବଞ୍ଚନା ଦ୍ୱାରା ତୁମ୍ଭମାନଙ୍କ ମଧ୍ୟରୁ କେହି କଠିନମନା ହୁଏ, ଏଥିନିମନ୍ତେ ଆଜି ସୁଯୋଗ ଥାଉ ଥାଉ ପ୍ରତିଦିନ ପରସ୍ପରକୁ ଉତ୍ସାହ ଦିଅ;


ଅତଏବ, ତୁମ୍ଭେମାନେ ସମସ୍ତ ଅଶୁଚିତା ଓ ସବୁପ୍ରକାର ଦୁଷ୍ଟତା ପରିତ୍ୟାଗ କରି ଯେଉଁ ରୋପିତ ବାକ୍ୟ ତୁମ୍ଭମାନଙ୍କ ଆତ୍ମାକୁ ପରିତ୍ରାଣ କରିବା ନିମନ୍ତେ ସମର୍ଥ, ତାହା ନମ୍ର ଭାବରେ ଗ୍ରହଣ କର।


ଯଦି କେହି ଆପଣାକୁ ଧର୍ମପରାୟଣ ବୋଲି ମନେ କରେ, ଆଉ ଆପଣା ଜିହ୍ୱାକୁ ବଶୀଭୂତ ନ କରି ନିଜ ହୃଦୟକୁ ପ୍ରବଞ୍ଚନା କରେ, ତାହାର ଧର୍ମପରାୟଣତା ବୃଥା।


ଯେଣୁ ତୁମ୍ଭେମାନେ ଜାଣ ଯେ, ତୁମ୍ଭମାନଙ୍କ ପିତୃ-ପୁରୁଷମାନଙ୍କଠାରୁ ପ୍ରାପ୍ତ ପରମ୍ପରାଗତ ନିରର୍ଥକ ଆଚାର-ବ୍ୟବହାରରୁ ରୂପା କି ସୁନା ପରି କ୍ଷୟଣୀୟ ବସ୍ତୁ ଦ୍ୱାରା ମୁକ୍ତ ନ ହୋଇ


ଯେଣୁ ଅଣଯିହୁଦୀମାନଙ୍କର ଇଚ୍ଛାନୁସାରେ କାର୍ଯ୍ୟ କରି ତୁମ୍ଭେମାନେ ଯେତେକାଳ କାମୁକତା, କୁଅଭିଳାଷ, ମଦ୍ୟପାନ, ରଙ୍ଗରସ, ମତ୍ତତା ଓ ଘୃଣ୍ୟ ପ୍ରତିମାପୂଜା କରୁଥିଲ, ତାହା ଯଥେଷ୍ଟ;


ପୁଣି, ଅନ୍ୟାୟ ବେତନ ସ୍ୱରୂପେ ଅଧର୍ମର ଫଳ ଭୋଗ କରିବେ; ସେମାନେ ଦିନବେଳେ ବିଳାସ କରିବାରେ ସୁଖ ପାଆନ୍ତି, ପୁଣି, କଳଙ୍କ ଓ ନିନ୍ଦାର କାରଣ ହୋଇ ତୁମ୍ଭମାନଙ୍କ ସହିତ ଭୋଜନପାନରେ ସୁଖ ପାଇବା ସମୟରେ ଆପଣାମାନଙ୍କର ଭ୍ରଷ୍ଟ କଳ୍ପନାରେ ଉନ୍ମତ୍ତ ହୁଅନ୍ତି।


ପୁଣି, ସେ ଦୂରାଚାରୀମାନଙ୍କ କାମୁକତାପୂର୍ଣ୍ଣ ଆଚରଣରେ ବ୍ୟଥିତ ଧାର୍ମିକ ଲୋଟଙ୍କୁ ଉଦ୍ଧାର କଲେ,


ତହିଁରେ ଏଲି ତାହାକୁ କହିଲେ, “ତୁମ୍ଭେ କେତେ କାଳ ମତ୍ତ ହୋଇଥିବ? ତୁମ୍ଭ ଦ୍ରାକ୍ଷାରସ ତୁମ୍ଭଠାରୁ ଦୂର କର।”


Lean sinn:

Sanasan


Sanasan