Biblia Todo Logo
Bìoball air-loidhne

- Sanasan -




ଏଫିସୀୟ 5:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଅତଏବ ପ୍ରିୟ ସନ୍ତାନମାନଙ୍କ ପରି ଈଶ୍ବରଙ୍କ ଅନୁକାରୀ ହୁଅ;

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

1 ଅତଏବ, ପ୍ରିୟ ସନ୍ତାନମାନଙ୍କ ପରି ଈଶ୍ଵରଙ୍କ ଅନୁକାରୀ ହୁଅ।

Faic an caibideil Dèan lethbhreac

ଓଡିଆ ବାଇବେଲ

1 ଅତଏବ ପ୍ରିୟ ସନ୍ତାନମାନଙ୍କ ପରି ଈଶ୍ୱରଙ୍କ ଅନୁକାରୀ ହୁଅ;

Faic an caibideil Dèan lethbhreac

ପବିତ୍ର ବାଇବଲ (CL) NT (BSI)

1 ତୁମ୍ଭେମାନେ ଈଶ୍ୱରଙ୍କର ପ୍ରିୟ ସନ୍ତାନ, ଅତଏବ ତାଙ୍କ ଅନୁରୂପ ହେବା ପାଇଁ ଚେଷ୍ଟା କର।

Faic an caibideil Dèan lethbhreac

ପବିତ୍ର ବାଇବଲ

1 ତୁମ୍ଭେମାନେ ପରମେଶ୍ୱରଙ୍କ ପ୍ରିୟ ସନ୍ତାନ। ଅତଏବ ପରମେଶ୍ୱରଙ୍କ ଭଳି ହେବାକୁ ଚେଷ୍ଟା କର।

Faic an caibideil Dèan lethbhreac




ଏଫିସୀୟ 5:1
13 Iomraidhean Croise  

ଇଫ୍ରୟିମ କି ଆମ୍ଭର ପ୍ରିୟ ପୁତ୍ର? ସେ କି ଆନନ୍ଦଦାୟୀ ବାଳକ? କାରଣ ଆମ୍ଭେ ଯେତେ ଥର ତାହା ବିରୁଦ୍ଧରେ କଥା କହୁ, ସେତେଥର ଆଗ୍ରହରେ ଆମ୍ଭେ ତାହାକୁ ସ୍ମରଣ କରୁ; ଏଥିପାଇଁ ତାହା ନିମନ୍ତେ ଆମ୍ଭର ଅନ୍ତର ବ୍ୟାକୁଳ ହୁଏ; ଆମ୍ଭେ ଅବଶ୍ୟ ତାହାକୁ ଦୟା କରିବା, ଏହା ସଦାପ୍ରଭୁ କହନ୍ତି।


ତଥାପି ଇସ୍ରାଏଲ-ସନ୍ତାନଗଣର ସଂଖ୍ୟା ସମୁଦ୍ରର ବାଲୁକା ତୁଲ୍ୟ ଅପରିମେୟ ଓ ଅସଂଖ୍ୟ ହେବ; ପୁଣି, ଯେଉଁ ସ୍ଥଳରେ ସେମାନଙ୍କୁ, “ତୁମ୍ଭେମାନେ ଆମ୍ଭର ଲୋକ ନୁହଁ” ବୋଲି କୁହାଯାଇଥିଲା, ସେହି ସ୍ଥଳରେ ସେମାନଙ୍କୁ କୁହାଯିବ ଯେ, “ତୁମ୍ଭେମାନେ ଜୀବିତ ପରମେଶ୍ୱରଙ୍କର ସନ୍ତାନଗଣ ଅଟ।”


କାରଣ ତୁମ୍ଭମାନଙ୍କର ପରମେଶ୍ୱର ହେବା ନିମନ୍ତେ ମୁଁ ସଦାପ୍ରଭୁ ମିସର ଦେଶରୁ ତୁମ୍ଭମାନଙ୍କୁ ବାହାର କରି ଆଣିଅଛି; ଏନିମନ୍ତେ ତୁମ୍ଭେମାନେ ପବିତ୍ର ହେବ, କାରଣ ମୁଁ ପବିତ୍ର ଅଟେ।


ଯେପରି ତୁମ୍ଭେମାନେ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତାଙ୍କର ସନ୍ତାନ ହେବ; ସେ ତ ଦୁଷ୍ଟ ଓ ସନ୍ଥ ଉଭୟଙ୍କ ଉପରେ ଆପଣା ସୂର୍ଯ୍ୟ ଉଦୟ କରାନ୍ତି, ପୁଣି, ଧାର୍ମିକ ଓ ଅଧାର୍ମିକମାନଙ୍କ ଉପରେ ବୃଷ୍ଟି ବର୍ଷାନ୍ତି।


ଅତଏବ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ଯେପରି ସିଦ୍ଧ, ତୁମ୍ଭେମାନେ ମଧ୍ୟ ସେହିପରି ସିଦ୍ଧ ହୁଅ।


ମାତ୍ର ଯେତେ ଲୋକ ତାହାଙ୍କୁ ଗ୍ରହଣ କଲେ, ଅର୍ଥାତ୍‍, ଯେଉଁମାନେ ତାହାଙ୍କ ନାମରେ ବିଶ୍ୱାସ କଲେ, ସେ ସମସ୍ତଙ୍କୁ ସେ ଈଶ୍ବରଙ୍କ ସନ୍ତାନ ହେବା ନିମନ୍ତେ ଅଧିକାର ଦେଲେ;


ଆଉ ପରସ୍ପର ପ୍ରତି ସଦୟ ହୁଅ, କୋମଳ ହୃଦୟ ପୁଣି, ଈଶ୍ବର ଖ୍ରୀଷ୍ଟଙ୍କଠାରେ ତୁମ୍ଭମାନଙ୍କୁ ଯେପରି କ୍ଷମା କଲେ, ସେହିପରି ପରସ୍ପରକୁ କ୍ଷମା କର।


ଯେପରି ତୁମ୍ଭେମାନେ ନିର୍ଦ୍ଦୋଷ ଓ ଅମାୟିକ ହୋଇ ଏହି କୁଟିଳ ବିପଥଗାମୀ ବଂଶ ମଧ୍ୟରେ ଈଶ୍ବରଙ୍କ ଅନିନ୍ଦନୀୟ ସନ୍ତାନସନ୍ତତି ହୁଅ; ସେମାନଙ୍କ ମଧ୍ୟରେ ତୁମ୍ଭେମାନେ ଜୀବନର ବାକ୍ୟ ଧରି ଜଗତରେ ଜ୍ୟୋତିଃ ସ୍ୱରୂପ ପ୍ରକାଶ ପାଉଅଛ;


ଅତଏବ, ଈଶ୍ବରଙ୍କ ମନୋନୀତ ସାଧୁ ଓ ପ୍ରିୟ ଲୋକ ହୋଇ କୋମଳ ହୃଦୟ, ଦୟା, ନମ୍ରତା, ମୃଦୁତା ଓ ଦୀର୍ଘସହିଷ୍ଣୁତା ପରିଧାନ କର।


ହେ ପ୍ରିୟମାନେ, ଈଶ୍ବର ଯଦି ଆମ୍ଭମାନଙ୍କୁ ଏପରି ପ୍ରେମ କଲେ, ତେବେ ଆମ୍ଭମାନଙ୍କର ମଧ୍ୟ ପରସ୍ପରକୁ ପ୍ରେମ କରିବା ଉଚିତ୍।


Lean sinn:

Sanasan


Sanasan