Biblia Todo Logo
Bìoball air-loidhne

- Sanasan -




ଏଷ୍ଟର 9:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଆଉ, ପ୍ରଦେଶାଧିପତି ଓ କ୍ଷିତିପାଳ ଓ ଶାସନକର୍ତ୍ତା ଓ ରାଜ-କର୍ମକାରୀମାନେ ଯିହୁଦୀୟମାନଙ୍କର ସାହାଯ୍ୟ କଲେ, କାରଣ ମର୍ଦ୍ଦଖୟ ସକାଶେ ସେମାନେ ଭୟଭୀତ ହୋଇଥିଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

3 ଆଉ, ପ୍ରଦେଶାଧିପତି ଓ କ୍ଷିତିପାଳ ଓ ଶାସନକର୍ତ୍ତା ଓ ରାଜ-କର୍ମକାରୀମାନେ ଯିହୁଦୀୟମାନଙ୍କର ସାହାଯ୍ୟ କଲେ, କାରଣ ମର୍ଦ୍ଦଖୟ ସକାଶେ ସେମାନେ ତ୍ରାସଯୁକ୍ତ ହୋଇଥିଲେ।

Faic an caibideil Dèan lethbhreac

ଓଡିଆ ବାଇବେଲ

3 ଆଉ, ପ୍ରଦେଶାଧିପତି ଓ କ୍ଷିତିପାଳ ଓ ଶାସନକର୍ତ୍ତା ଓ ରାଜ-କର୍ମକାରୀମାନେ ଯିହୁଦୀୟମାନଙ୍କର ସାହାଯ୍ୟ କଲେ, କାରଣ ମର୍ଦ୍ଦଖୟ ସକାଶେ ସେମାନେ ଭୟଭୀତ ହୋଇଥିଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ

3 ପ୍ରଦେଶ ଅଧିପତି ଓ କ୍ଷିତିପାଳ, ଶାସନକର୍ତ୍ତା ଓ ରାଜକର୍ମଗ୍ଭରୀମାନେ ଯିହୁଦୀୟମାନଙ୍କୁ ସାହାଯ୍ୟ କଲେ। କାରଣ ସେମାନେ ମର୍ଦ୍ଦଖୟକୁ ଭୟ କରୁଥିଲେ।

Faic an caibideil Dèan lethbhreac




ଏଷ୍ଟର 9:3
9 Iomraidhean Croise  

ଏମାନେ ଯିରୁବ୍ବାବିଲ୍‍, ଯେଶୂୟ, ନିହିମୀୟା, ସରାୟ, ରିୟେଲାୟ, ମର୍ଦ୍ଦଖୟ, ବିଲ୍‍ଶନ୍‍, ମିସ୍ପର, ବିଗ୍‍ବୟ, ରହୂମ୍‍ ଓ ବାନା ସଙ୍ଗେ ଫେରି ଆସିଲେ। ଇସ୍ରାଏଲ ବଂଶୀୟ ପୁରୁଷମାନଙ୍କର ସଂଖ୍ୟା ଏହି, ଯଥା,


ଏଥିଉତ୍ତାରେ ସେମାନେ ନଦୀ ସେପାରିସ୍ଥ ରାଜପ୍ରତିନିଧିମାନଙ୍କୁ ଓ ଦେଶାଧ୍ୟକ୍ଷମାନଙ୍କୁ ରାଜାଜ୍ଞା ପତ୍ର ସମର୍ପଣ କଲେ; ତହିଁରେ ସେମାନେ ଲୋକମାନଙ୍କର ଓ ପରମେଶ୍ୱରଙ୍କ ଗୃହକାର୍ଯ୍ୟର ସାହାଯ୍ୟ କଲେ।


ଏଣୁ ପ୍ରଥମ ମାସର ତ୍ରୟୋଦଶ ଦିନରେ ରାଜାଙ୍କ ଲେଖକମାନେ ଆହୂତ ହୁଅନ୍ତେ, ହାମନ୍‍ର ସମସ୍ତ ଆଜ୍ଞାନୁସାରେ ପ୍ରତ୍ୟେକ ପ୍ରଦେଶସ୍ଥ ରାଜପ୍ରତିନିଧିଗଣ ଓ ଅଧିପତିଗଣ ଓ ପ୍ରତ୍ୟେକ ଦେଶୀୟ ଲୋକଙ୍କ ଶାସନକର୍ତ୍ତାଗଣ ପ୍ରତି ପ୍ରତ୍ୟେକ ପ୍ରଦେଶର ଅକ୍ଷରାନୁସାରେ ଓ ପ୍ରତ୍ୟେକ ଦେଶୀୟ ଲୋକଙ୍କ ଭାଷାନୁସାରେ ପତ୍ର ଲିଖିତ ହେଲେ, ତାହା ଅକ୍ଷଶ୍ୱେରଶ ରାଜାଙ୍କ ନାମରେ ଲିଖିତ ଓ ରାଜାଙ୍କ ଅଙ୍ଗୁରୀୟରେ ମୁଦ୍ରାଙ୍କିତ ହେଲା।


ପୁଣି, ପ୍ରତି ପ୍ରଦେଶରେ ଓ ପ୍ରତି ନଗରରେ ଯେକୌଣସି ସ୍ଥାନରେ ରାଜାଜ୍ଞା ଓ ନିୟମପତ୍ର ଉପସ୍ଥିତ ହେଲା, ସେହି ସେହି ସ୍ଥାନରେ ଯିହୁଦୀୟମାନଙ୍କର ଆନନ୍ଦ, ଆମୋଦ, ଭୋଜ ଓ ମଙ୍ଗଳର ଦିନ ହେଲା, ପୁଣି ଦେଶର ଅନେକ ଲୋକ ଯିହୁଦୀୟ ମତାବଲମ୍ବୀ ହେଲେ; ଯେହେତୁ ସେମାନେ ଯିହୁଦୀୟମାନଙ୍କ ସକାଶେ ଭୀତ ହେଲେ।


ପୁଣି, “ଏହି କର୍ମ ମହାରାଜାଙ୍କ ଦୃଷ୍ଟିରେ ଯଥାର୍ଥ ବୋଧ ହୁଏ, ଆଉ ମୁଁ ମହାରାଜାଙ୍କର ତୁଷ୍ଟିକାରିଣୀ ଅଟେ, ତେବେ ମହାରାଜାଙ୍କର ସମୁଦାୟ ପ୍ରଦେଶସ୍ଥ ଯିହୁଦୀୟମାନଙ୍କୁ ବିନାଶ କରିବା ପାଇଁ ଅଗାଗୀୟ ହମ୍ମଦାଥାର ପୁତ୍ର ହାମନ୍‍ ଯେସକଳ ପତ୍ର ଲେଖିବାକୁ ପରାମର୍ଶ ଦେଇଥିଲେ, ତାହା ଅନ୍ୟଥା କରିବାକୁ ଲେଖାଯାଉ;


ତେଣୁ ତୃତୀୟ ମାସର, ଅର୍ଥାତ୍‍, ସୀବନ ମାସର ତେଇଶ ଦିନରେ ରାଜାଙ୍କ ଲେଖକମାନେ ଆହୂତ ହୁଅନ୍ତେ, ମର୍ଦ୍ଦଖୟର ସକଳ ଆଜ୍ଞାନୁସାରେ ଯିହୁଦୀୟମାନଙ୍କ ନିକଟକୁ ଓ ହିନ୍ଦୁସ୍ଥାନଠାରୁ କୂଶ ଦେଶ ପର୍ଯ୍ୟନ୍ତ ଏକ ଶହ ସତାଇଶ ପ୍ରଦେଶାନ୍ତର୍ଗତ ପ୍ରତ୍ୟେକ ପ୍ରଦେଶର ଅକ୍ଷରାନୁସାରେ କ୍ଷିତିପାଳ ଓ ଶାସନକର୍ତ୍ତା ଓ ପ୍ରଦେଶାଧିପତିମାନଙ୍କ ନିକଟକୁ, ପୁଣି ପ୍ରତ୍ୟେକ ଗୋଷ୍ଠୀକୁ ସେମାନଙ୍କ ଭାଷାନୁସାରେ, ଆଉ ଯିହୁଦୀୟ ଲୋକମାନଙ୍କ ନିକଟକୁ ସେମାନଙ୍କ ଅକ୍ଷର ଓ ଭାଷାନୁସାରେ ପତ୍ର ଲିଖିତ ହେଲା।


ତହିଁରେ ରାଜା ନବୂଖଦ୍‍ନିତ୍ସର ସେହି ଯେଉଁ ପ୍ରତିମା ସ୍ଥାପନ କରିଥିଲା, ତାହାର ପ୍ରତିଷ୍ଠା କରିବାକୁ ଆସିବା ପାଇଁ କ୍ଷିତିପାଳମାନଙ୍କୁ, ରାଜପ୍ରତିନିଧିମାନଙ୍କୁ ଓ ଦେଶାଧ୍ୟକ୍ଷଗଣଙ୍କୁ, ବିଚାରକର୍ତ୍ତାଗଣଙ୍କୁ, କୋଷାଧ୍ୟକ୍ଷଗଣଙ୍କୁ, ବ୍ୟବସ୍ଥାପକଗଣଙ୍କୁ, ବେବର୍ତ୍ତାଗଣଙ୍କୁ ଓ ପ୍ରଦେଶୀୟ ସକଳ ଶାସନକର୍ତ୍ତାଗଣଙ୍କୁ ଏକତ୍ର କରିବା ପାଇଁ ରାଜା ନବୂଖଦ୍‍ନିତ୍ସର ଲୋକ ପ୍ରେରଣ କଲା।


Lean sinn:

Sanasan


Sanasan