Biblia Todo Logo
Bìoball air-loidhne

- Sanasan -




ଯାତ୍ରା ପୁସ୍ତକ 10:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଏଥିଉତ୍ତାରେ ଫାରୋଙ୍କର ଦାସଗଣ ତାଙ୍କୁ କହିଲେ, “ଏ ମନୁଷ୍ୟ କେତେ କାଳ ଆମ୍ଭମାନଙ୍କର ଫାନ୍ଦ ସ୍ୱରୂପ ହୋଇଥିବ? ଏହି ଲୋକମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କ ସେବା କରିବା ପାଇଁ ଏମାନଙ୍କୁ ଯିବାକୁ ଦେଉନ୍ତୁ; ମିସର ଦେଶ ଯେ ନଷ୍ଟ ହେଲାଣି, ଏହା କି ଆପଣ ଏବେ ହେଁ ବୁଝନ୍ତି ନାହିଁ?”

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

7 ଅନନ୍ତର ଫାରୋଙ୍କର ଦାସଗଣ ତାଙ୍କୁ କହିଲେ, ଏ ମନୁଷ୍ୟ କେତେ କାଳ ଆମ୍ଭମାନଙ୍କର ଫାନ୍ଦ ସ୍ଵରୂପ ହୋଇଥିବ? ଏହି ଲୋକମାନଙ୍କ ସଦାପ୍ରଭୁ ପରମେଶ୍ଵରଙ୍କ ସେବା କରିବା ପାଇଁ ଏମାନଙ୍କୁ ଛାଡ଼ି ଦେଉନ୍ତୁ; ମିସର ଦେଶ ଯେ ନଷ୍ଟ ହେଲାଣି, ଏହା କି ଆପଣ ଏବେ ହେଁ ବୁଝନ୍ତି ନାହିଁ?

Faic an caibideil Dèan lethbhreac

ଓଡିଆ ବାଇବେଲ

7 ଏଥିଉତ୍ତାରେ ଫାରୋଙ୍କର ଦାସଗଣ ତାଙ୍କୁ କହିଲେ, “ଏ ମନୁଷ୍ୟ କେତେ କାଳ ଆମ୍ଭମାନଙ୍କର ଫାନ୍ଦ ସ୍ୱରୂପ ହୋଇଥିବ ?” ଏହି ଲୋକମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କ ସେବା କରିବା ପାଇଁ ଏମାନଙ୍କୁ ଯିବାକୁ ଦେଉନ୍ତୁ; ମିସର ଦେଶ ଯେ ନଷ୍ଟ ହେଲାଣି, ଏହା କି ଆପଣ ଏବେ ହେଁ ବୁଝନ୍ତି ନାହିଁ ?

Faic an caibideil Dèan lethbhreac

ପବିତ୍ର ବାଇବଲ

7 ଏହା ପରେ ଫାରୋଙ୍କର କର୍ମଗ୍ଭରୀମାନେ ତାଙ୍କୁ କହିଲେ, “କେତେଦିନ ଯାଏ ଏ ମନୁଷ୍ୟ ଆମ୍ଭମାନଙ୍କର ଫାନ୍ଦ ସ୍ୱରୂପ ହୋଇଥିବ। ସେମାନଙ୍କୁ ଯିବାକୁ ଦିଅ ଏବଂ ସଦାପ୍ରଭୁ ସେମାନଙ୍କ ପରମେଶ୍ୱରଙ୍କୁ ଉପାସନା କରିବାକୁ ଦିଅ। ତୁମ୍ଭେ ଅନୁଭବ କରୁ ନାହଁ କି ମିଶର ଧ୍ୱଂସ ହେଉଅଛି ବୋଲି?”

Faic an caibideil Dèan lethbhreac




ଯାତ୍ରା ପୁସ୍ତକ 10:7
16 Iomraidhean Croise  

ସେ ଦେଶନିବାସୀମାନଙ୍କ ଦୁଷ୍ଟତା ସକାଶୁ ଉର୍ବରା ଦେଶକୁ ଲବଣ-ପ୍ରାନ୍ତର କରନ୍ତି।


ସେତେବେଳେ ମିସରୀୟମାନେ ଲୋକମାନଙ୍କୁ ଶୀଘ୍ର ଦେଶରୁ ପଠାଇଦେବା ନିମନ୍ତେ ବ୍ୟଗ୍ର ହେଲେ; କାରଣ ସେମାନେ କହିଲେ, “ଆମ୍ଭେ ସମସ୍ତେ ମୃତକଳ୍ପ।”


ସେମାନେ ତୁମ୍ଭ ଦେଶରେ ବାସ କରିବେ ନାହିଁ, କଲେ ସେମାନେ ଆମ୍ଭ ବିରୁଦ୍ଧରେ ତୁମ୍ଭକୁ ପାପ କରାଇବେ; ଯେହେତୁ ତୁମ୍ଭେ ଯଦି ସେମାନଙ୍କ ଦେବଗଣର ସେବା କର, ତେବେ ତାହା ଅବଶ୍ୟ ତୁମ୍ଭର ଫାନ୍ଦ ସ୍ୱରୂପ ହେବ।


ପୁଣି, ଆମ୍ଭେ ମିସର ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରି ସେମାନଙ୍କ ମଧ୍ୟରୁ ଇସ୍ରାଏଲ-ସନ୍ତାନଗଣକୁ ବାହାର କରି ଆଣିବା ବେଳେ ଆମ୍ଭେ ଯେ ସଦାପ୍ରଭୁ, ତାହା ସେମାନେ ଜାଣିବେ।”


ତେବେ ମନ୍ତ୍ରଜ୍ଞମାନେ ଫାରୋଙ୍କୁ କହିଲେ, “ଏ ତ ପରମେଶ୍ୱରଙ୍କ ଅଙ୍ଗୁଳିକୃତ କର୍ମ,” ତଥାପି ସଦାପ୍ରଭୁଙ୍କ ବାକ୍ୟାନୁସାରେ ଫାରୋଙ୍କର ହୃଦୟ କଠିନ ହେଲା, ପୁଣି, ସେ ସେମାନଙ୍କ ବାକ୍ୟରେ ମନୋଯୋଗ କଲେ ନାହିଁ।


ମନ୍ଦ ଲୋକର ଅଧର୍ମରେ ଫାନ୍ଦ ଥାଏ; ମାତ୍ର ଧାର୍ମିକ ଗାନ ଓ ଆନନ୍ଦ କରେ।


ଆଉ, ମୁଁ ଦେଖୁଅଛି ଯେ, ଯେଉଁ ସ୍ତ୍ରୀର ଅନ୍ତଃକରଣ ଫାନ୍ଦ ଓ ଜାଲ ସ୍ୱରୂପ ଓ ହସ୍ତ ବନ୍ଧନ ସ୍ୱରୂପ, ସେ ମୃତ୍ୟୁୁ ଅପେକ୍ଷା ଅଧିକ ତିକ୍ତ ଅଟେ; ଯେକେହି ପରମେଶ୍ୱରଙ୍କୁ ତୁଷ୍ଟ କରେ, ସେ ତାହାଠାରୁ ରକ୍ଷା ପାଇବ; ମାତ୍ର ପାପୀ ତାହା ଦ୍ୱାରା ଧରାଯିବ।


ତୁମ୍ଭେ ସେମାନଙ୍କ ସଙ୍ଗେ କବରସ୍ଥ ହେବ ନାହିଁ, କାରଣ ତୁମ୍ଭେ ଆପଣା ଦେଶ ଉଚ୍ଛିନ୍ନ କରିଅଛ, ତୁମ୍ଭେ ଆପଣା ଲୋକମାନଙ୍କୁ ବଧ କରିଅଛ, କୁକ୍ରିୟାକାରୀମାନଙ୍କ ବଂଶର ନାମ ଅନନ୍ତକାଳ ଉଲ୍ଲିଖିତ ହେବ ନାହିଁ।


ହେ ସଦାପ୍ରଭୁଙ୍କ ବାହୁ, ଜାଗ, ଜାଗ, ବଳ ପରିଧାନ କର, ଯେପରି ପୂର୍ବକାଳରେ, ପ୍ରାଚୀନ କାଳର ବଂଶାନୁକ୍ରମେ ସମୟରେ, ସେହିପରି ଜାଗ। ଯେ ରାହବକୁ ଖଣ୍ଡ ଖଣ୍ଡ କରି କାଟିଲେ, ଯେ ନାଗକୁ ବିଦ୍ଧ କଲେ, ସେ କି ତୁମ୍ଭେ ନୁହଁ?


ମୋୟାବ ନଷ୍ଟ ହେଲା; ତାହାର କ୍ଷୁଦ୍ର ଲୋକମାନଙ୍କର କ୍ରନ୍ଦନର ଶବ୍ଦ ଶୁଣା ଯାଉଅଛି।


ବାବିଲ ଅକସ୍ମାତ୍‍ ପତିତ ଓ ବିନଷ୍ଟ ହୋଇଅଛି; ତାହା ପାଇଁ ହାହାକାର କର; ତାହାର ବେଦନାର ପାଇଁ ଔଷଧ ନିଅ, କେଜାଣି ସେ ସୁସ୍ଥ ହୋଇ ପାରିବ।


ପୁଣି, ସଦାପ୍ରଭୁଙ୍କ କ୍ରୋଧର ଦିନରେ ସେମାନଙ୍କର ରୂପା କିଅବା ସେମାନଙ୍କର ସୁନା ସେମାନଙ୍କୁ ଉଦ୍ଧାର କରି ପାରିବ ନାହିଁ; ମାତ୍ର ତାହାଙ୍କର ଅନ୍ତର୍ଜ୍ୱାଳାରୂପ ଅଗ୍ନିରେ ସମୁଦାୟ ଦେଶ ଗ୍ରାସିତ ହେବ; କାରଣ ସେ ଦେଶ ନିବାସୀ ସମସ୍ତଙ୍କୁ ନିଃଶେଷ କରିବେ, ହଁ, ଭୟାନକ ରୂପେ ନିଃଶେଷ କରିବେ।


ଏହି କଥା ମୁଁ ତୁମ୍ଭମାନଙ୍କ ନିଜ ହିତ ନିମନ୍ତେ କହୁଅଛି, ତୁମ୍ଭମାନଙ୍କୁ ବନ୍ଧନରେ ଆବଦ୍ଧ କରିବାକୁ କହୁ ନାହିଁ, ମାତ୍ର ତୁମ୍ଭେମାନେ ଯେପରି ଶିଷ୍ଟାଚରଣ କରି ଏକାଗ୍ର ମନରେ ପ୍ରଭୁଙ୍କଠାରେ ନିବିଷ୍ଟ ଥାଅ, ଏଥିପାଇଁ କହୁଅଛି।


ତେବେ ଏହା ନିଶ୍ଚୟ ଜାଣ ଯେ, ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଏହି ଗୋଷ୍ଠୀୟମାନଙ୍କୁ ତୁମ୍ଭମାନଙ୍କ ଦୃଷ୍ଟିଗୋଚରରୁ ଆଉ ତଡ଼ି ଦେବେ ନାହିଁ; ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ଏହି ଯେଉଁ ଉତ୍ତମ ଦେଶ ଦେଇଅଛନ୍ତି, ତହିଁରୁ ତୁମ୍ଭେମାନେ ବିନଷ୍ଟ ହେବା ପର୍ଯ୍ୟନ୍ତ ସେମାନେ ତୁମ୍ଭମାନଙ୍କର ଜାଲ ଓ ଫାନ୍ଦ ଓ ପାର୍ଶ୍ୱରେ କୋରଡ଼ା ଓ ଚକ୍ଷୁରେ କଣ୍ଟକ ସ୍ୱରୂପ ହେବେ।


ପୁଣି, ଶାଉଲ କହିଲେ, ମୁଁ ତାହାକୁ ସେହି କନ୍ୟା ଦେବି, ତହିଁରେ ସେ ତାହାର ଫାନ୍ଦ ସ୍ୱରୂପ ହେବ ଓ ପଲେଷ୍ଟୀୟମାନଙ୍କ ହସ୍ତ ତାହାର ପ୍ରତିକୂଳ ହେବ। ଏଣୁ ଶାଉଲ ଦାଉଦଙ୍କୁ କହିଲେ, “ତୁମ୍ଭେ ଆଜି ଦ୍ୱିତୀୟ ଥର ମୋର ଜୁଆଁଇ ହେବ।”


ଏହେତୁ ସେମାନେ ଲୋକ ପଠାଇ ପଲେଷ୍ଟୀୟମାନଙ୍କ ସମସ୍ତ ଅଧିପତିଙ୍କୁ ଏକତ୍ରିତ କରି କହିଲେ, “ଇସ୍ରାଏଲର ପରମେଶ୍ୱରଙ୍କ ସିନ୍ଦୁକ ପଠାଇଦିଅ, ତାହା ସ୍ୱ ସ୍ଥାନକୁ ଫେରିଯାଉ, ତାହା ଆମ୍ଭମାନଙ୍କୁ ଓ ଆମ୍ଭମାନଙ୍କ ଲୋକମାନଙ୍କୁ ବଧ ନ କରୁ;” କାରଣ ନଗରର ସର୍ବତ୍ର ମୃତ୍ୟୁୁଜନକ ବ୍ୟାକୁଳତା ଜନ୍ମିଥିଲା; ପରମେଶ୍ୱରଙ୍କ ହସ୍ତ ସେଠାରେ ଅତି ଭାରୀ ଥିଲା।


Lean sinn:

Sanasan


Sanasan