Biblia Todo Logo
Bìoball air-loidhne

- Sanasan -




ଯାତ୍ରା ପୁସ୍ତକ 13:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ପୁଣି, ସେହି ଦିନ ତୁମ୍ଭେ ଆପଣା ପୁତ୍ରକୁ କହିବ, ‘ମିସରଠାରୁ ଆମ୍ଭେ ବାହାର ହେବା ବେଳେ ସଦାପ୍ରଭୁ ଆମ୍ଭ ପ୍ରତି ଯେଉଁ ଯେଉଁ କର୍ମ କରିଥିଲେ, ସେହିସବୁର ସ୍ମରଣ ନିମନ୍ତେ ଏହା ହୁଏ।’

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

8 ପୁଣି ସେହି ଦିନ ତୁମ୍ଭେ ଆପଣା ପୁତ୍ରକୁ ଜଣାଇବ, ମିସରଠାରୁ ଆମ୍ଭେ ବାହାର ହେବା ବେଳେ ସଦାପ୍ରଭୁ ଆମ୍ଭ ପ୍ରତି ଯେ ଯେ କର୍ମ କରିଥିଲେ, ସେସବୁର ସ୍ମରଣ ନିମନ୍ତେ ଏହା ହୁଏ।

Faic an caibideil Dèan lethbhreac

ଓଡିଆ ବାଇବେଲ

8 ପୁଣି, ସେହି ଦିନ ତୁମ୍ଭେ ଆପଣା ପୁତ୍ରକୁ କହିବ, ‘ମିସରଠାରୁ ଆମ୍ଭେ ବାହାର ହେବା ବେଳେ ସଦାପ୍ରଭୁ ଆମ୍ଭ ପ୍ରତି ଯେଉଁ ଯେଉଁ କର୍ମ କରିଥିଲେ, ସେହିସବୁର ସ୍ମରଣ ନିମନ୍ତେ ଏହା ହୁଏ।

Faic an caibideil Dèan lethbhreac

ପବିତ୍ର ବାଇବଲ

8 ସେହି ଦିନ ତୁମ୍ଭେ ପିଲାମାନଙ୍କୁ ନିଶ୍ଚୟ କହିବ, ‘ଆମ୍ଭେ ଏହି ଭୋଜିର ଆୟୋଜନ କରିଛୁ ଯେହେତୁ ସଦାପ୍ରଭୁ ଆମ୍ଭକୁ ମିଶରରୁ ଏହି ଦିନ ମୁକ୍ତ କରିଥିଲେ।’

Faic an caibideil Dèan lethbhreac




ଯାତ୍ରା ପୁସ୍ତକ 13:8
9 Iomraidhean Croise  

ହେ ପରମେଶ୍ୱର, ତୁମ୍ଭେ ପୂର୍ବକାଳରେ ଆମ୍ଭମାନଙ୍କ ପିତୃପୁରୁଷଙ୍କ ସମୟରେ ଯେଉଁ କର୍ମ କରିଥିଲ, ତାହା ଆମ୍ଭେମାନେ ସ୍ୱକର୍ଣ୍ଣରେ ଶୁଣିଅଛୁ ଓ ସେମାନେ ତାହା ଆମ୍ଭମାନଙ୍କୁ ଜଣାଇ ଅଛନ୍ତି।


ପୁଣି, ଆମ୍ଭେ ମିସରୀୟମାନଙ୍କ ପ୍ରତି ଯାହା ଯାହା କରିଅଛୁ ଓ ସେମାନଙ୍କ ମଧ୍ୟରେ ଆପଣାର ଚିହ୍ନ ସ୍ୱରୂପେ ଯେଉଁ ଯେଉଁ କର୍ମ କରିଅଛୁ, ସେସବୁର ବୃତ୍ତାନ୍ତ ତୁମ୍ଭେ ଯେପରି ଆପଣା ପୁତ୍ର ଓ ପୌତ୍ରର କର୍ଣ୍ଣଗୋଚରରେ କହିବ, ପୁଣି, ଆମ୍ଭେ ଯେ ସଦାପ୍ରଭୁ ଏହା ଜ୍ଞାତ ହେବ, ଏନିମନ୍ତେ ଆମ୍ଭେ ଫାରୋ ଓ ତାହାର ଦାସଗଣର ହୃଦୟ କଠିନ କଲୁ।”


ଆଉ ଭବିଷ୍ୟତ କାଳରେ ତୁମ୍ଭର ପୁତ୍ର ଯଦି ପଚାରିବ, ‘ଏହା କଅଣ?’ ତେବେ ତୁମ୍ଭେ କହିବ, ‘ସଦାପ୍ରଭୁ ଯେତେବେଳେ ଆମ୍ଭମାନଙ୍କୁ ଆପଣା ବାହୁ ବଳ ଦ୍ୱାରା ଦାସଗୃହ ସ୍ୱରୂପ ମିସରଠାରୁ ବାହାର କଲେ,


ଯେପରି ଆଜି ମୁଁ କରୁଅଛି, ସେହିପରି ଜୀବିତ ଲୋକ, କେବଳ ଜୀବିତ ଲୋକ ତୁମ୍ଭର ପ୍ରଶଂସା କରିବ; ପିତା ସନ୍ତାନଗଣକୁ ତୁମ୍ଭର ସତ୍ୟତା ଜ୍ଞାତ କରାଇବ।


ପୁଣି, ହେ ପିତାମାନେ, ଆପଣା ଆପଣା ପିଲାମାନଙ୍କୁ ବିରକ୍ତ କର ନାହିଁ, ମାତ୍ର ସେମାନଙ୍କୁ ପ୍ରଭୁଙ୍କ ଶିକ୍ଷା ଓ ଚେତନା ଦ୍ୱାରା ପ୍ରତିପାଳନ କର।


“ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁ ସକଳ ପ୍ରମାଣ-ବାକ୍ୟ ଓ ବିଧି ଓ ଶାସନ ଦେଇଅଛନ୍ତି, ସେସବୁର ଅଭିପ୍ରାୟ କଅଣ?” ଏହା ଭବିଷ୍ୟତ କାଳରେ ତୁମ୍ଭର ସନ୍ତାନ ତୁମ୍ଭକୁ ପଚାରିଲେ,


Lean sinn:

Sanasan


Sanasan