Biblia Todo Logo
Bìoball air-loidhne

- Sanasan -




ଯାତ୍ରା ପୁସ୍ତକ 14:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ତହିଁରେ ଫାରୋ ଇସ୍ରାଏଲ-ସନ୍ତାନଗଣ ବିଷୟରେ କହିବ, ‘ସେମାନେ ଦେଶ ମଧ୍ୟରେ ଧନ୍ଦଳା ହୋଇ ରହିଅଛନ୍ତି ଓ ପ୍ରାନ୍ତର ସେମାନଙ୍କ ପଥ ରୁଦ୍ଧ କରିଅଛି।’

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

3 ତହିଁରେ ଫାରୋ ଇସ୍ରାଏଲ-ସନ୍ତାନଗଣ ବିଷୟରେ କହିବ, ସେମାନେ ଦେଶ ମଧ୍ୟରେ ଧନ୍ଦଳା ହୋଇ ରହିଅଛନ୍ତି ଓ ପ୍ରାନ୍ତର ସେମାନଙ୍କ ପଥ ରୁଦ୍ଧ କରିଅଛି।

Faic an caibideil Dèan lethbhreac

ଓଡିଆ ବାଇବେଲ

3 ତହିଁରେ ଫାରୋ ଇସ୍ରାଏଲ ସନ୍ତାନଗଣ ବିଷୟରେ କହିବ, ସେମାନେ ଦେଶ ମଧ୍ୟରେ ଧନ୍ଦଳା ହୋଇ ରହିଅଛନ୍ତି ଓ ପ୍ରାନ୍ତର ସେମାନଙ୍କ ପଥ ରୁଦ୍ଧ କରିଅଛି।

Faic an caibideil Dèan lethbhreac

ପବିତ୍ର ବାଇବଲ

3 ତହିଁରେ ଫାରୋ ଭାବିବେ ଯେ, ଇସ୍ରାଏଲର ଲୋକମାନେ ମରୁଭୂମି ମଧ୍ୟରେ ବାଟବଣା ହୋଇଅଛନ୍ତି।

Faic an caibideil Dèan lethbhreac




ଯାତ୍ରା ପୁସ୍ତକ 14:3
15 Iomraidhean Croise  

ତୁମ୍ଭେ ମୋହର ବସିବାର ଓ ଉଠିବାର ଜାଣୁଅଛ, ତୁମ୍ଭେ ଦୂରରୁ ମୋହର ସଂକଳ୍ପ ବୁଝୁଅଛ।


କାରଣ ହେ ସଦାପ୍ରଭୋ, ଦେଖ, ଯାହା ତୁମ୍ଭଙ୍କୁ ସମ୍ପୂର୍ଣ୍ଣ ଗୋଚର ନୁହେଁ, ଏପରି ଗୋଟିଏ କଥା ମୋʼ ଜିହ୍ୱାରେ ନାହିଁ।


ଅନେକେ ମୋʼ ପ୍ରାଣ ବିଷୟରେ କହନ୍ତି, ପରମେଶ୍ୱରଙ୍କ ନିକଟରେ ତାହା ପାଇଁ ପରିତ୍ରାଣ ନାହିଁ। [ସେଲା]


ପରମେଶ୍ୱର ତାହାକୁ ପରିତ୍ୟାଗ କରିଅଛନ୍ତି, ପଛେ ପଛେ ଗୋଡ଼ାଇ ତାହାକୁ ଧର; କାରଣ ଉଦ୍ଧାର କରିବାକୁ କେହି ନାହିଁ।


“ତୁମ୍ଭେ ଇସ୍ରାଏଲ-ସନ୍ତାନଗଣଙ୍କୁ କୁହ, ତୁମ୍ଭେମାନେ ଫେରି ପୀହହୀରୋତର ପୂର୍ବ ଦିଗରେ ମିଗ୍‍ଦୋଲ ଓ ସମୁଦ୍ର ମଧ୍ୟରେ ଛାଉଣି ସ୍ଥାପନ କର; ତୁମ୍ଭେମାନେ ବାଲ-ସଫୋନ ଆଗରେ, ଅର୍ଥାତ୍‍, ତାହାର ସମ୍ମୁଖରେ ସମୁଦ୍ର ନିକଟରେ ଛାଉଣି ସ୍ଥାପନ କର।


ଆଉ, ଆମ୍ଭେ ଫାରୋର ହୃଦୟ କଠିନ କରିବା, ତହିଁରେ ସେ ସେମାନଙ୍କ ପଛେ ପଛେ ଦୌଡ଼ିବ; ପୁଣି, ଆମ୍ଭେ ଫାରୋ ଓ ତାହାର ସକଳ ସୈନ୍ୟ ଦ୍ୱାରା ସମ୍ଭ୍ରମ ପାଇବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ, ଏହା ମିସରୀୟ ଲୋକମାନେ ଜାଣିବେ।” ତହୁଁ ସେମାନେ ସେହିପରି କଲେ।


ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ଆମ୍ଭେ ତୁମ୍ଭକୁ ସେମାନଙ୍କ ବିରୁଦ୍ଧରେ ଆଣିବା ବୋଲି ଯାହାର ବିଷୟରେ ପ୍ରାଚୀନ କାଳରେ ଆପଣା ଦାସଗଣ ଦ୍ୱାରା, ଅର୍ଥାତ୍‍, ଯେଉଁମାନେ ସେହି କାଳରେ ଅନେକ ବର୍ଷ ଯାଏ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରିଥିଲେ, ଏପରି ଯେ ଇସ୍ରାଏଲ ଭବିଷ୍ୟଦ୍‍ବକ୍ତାଗଣ, ସେମାନଙ୍କ ଦ୍ୱାରା ଆମ୍ଭେ କହିଥିଲୁ, ତୁମ୍ଭେ କି ସେହି ବ୍ୟକ୍ତି?


ତୁମ୍ଭର ସଂକଳ୍ପ ଦ୍ୱାରା ଯେ ସମସ୍ତ ବିଷୟ ଘଟିବ ବୋଲି ପୂର୍ବରୁ ନିରୂପିତ ହୋଇଥିଲା, ତାହା କରିବାକୁ ଏକତ୍ର ହେଲେ।


ତହିଁରେ ଯେତେବେଳେ ସେମାନଙ୍କ ପ୍ରତି ଅନେକ ଅମଙ୍ଗଳ ଓ କ୍ଳେଶ ଘଟିବ, ସେତେବେଳେ ଏହି ଗୀତ ସାକ୍ଷୀ ସ୍ୱରୂପ ହୋଇ ସେମାନଙ୍କ ସମ୍ମୁଖରେ ସାକ୍ଷ୍ୟ ଦେବ; ଯେହେତୁ ସେମାନଙ୍କ ବଂଶର ମୁଖରୁ ଏହି ଗୀତ ବିସ୍ମୃତ ହେବ ନାହିଁ; ଆମ୍ଭେ ଯେଉଁ ଦେଶ ବିଷୟରେ ଶପଥ କରିଅଛୁ, ସେହି ଦେଶକୁ ସେମାନଙ୍କୁ ଆଣିବା ପୂର୍ବେ ଏବେ ମଧ୍ୟ ସେମାନେ ଯେଉଁ କଳ୍ପନା କରୁଅଛନ୍ତି, ତାହା ଆମ୍ଭେ ଜାଣୁ।”


ତହିଁରେ ଶାମ୍‍ଶୋନ୍‍ ଏହି ସ୍ଥାନକୁ ଆସିଅଛି, ଏହି କଥା ଘସାତୀୟ ଲୋକମାନଙ୍କୁ କୁହାଗଲା। ତହୁଁ ସେମାନେ ତାହାକୁ ଘେରି ସମସ୍ତ ରାତ୍ରି ତାହା ପାଇଁ ନଗର-ଦ୍ୱାରରେ ଛକି ବସିଲେ, ପୁଣି ସାରାରାତ୍ରି ତୁନି ରହି କହିଲେ, ସକାଳେ ଆଲୁଅ ହେଲେ ଆମ୍ଭେମାନେ ତାହାକୁ ବଧ କରିବୁ।


ଏହେତୁ ଯେ ଯେ ଲୁଚିବା ସ୍ଥାନରେ ସେ ଆପଣାକୁ ଲୁଚାଏ, ସେସବୁ ଦେଖି ବୁଝ ଓ ତୁମ୍ଭେମାନେ ମୋʼ କତିକି ନିଶ୍ଚୟ ଫେରି ଆସ, ତହିଁରେ ମୁଁ ତୁମ୍ଭମାନଙ୍କ ସଙ୍ଗେ ଯିବି; ସେ ଯେବେ ଦେଶରେ ଥାଏ, ତେବେ ମୁଁ ଯିହୁଦାର ସମୁଦାୟ ସହସ୍ର ମଧ୍ୟରେ ତାହାକୁ ଖୋଜିବି।”


ପୁଣି, ଦାଉଦ କିୟୀଲାକୁ ଆସିଅଛି ବୋଲି ଶାଉଲଙ୍କୁ କୁହାଯାଆନ୍ତେ, ଶାଉଲ କହିଲେ, “ପରମେଶ୍ୱର ତାହାକୁ ମୋʼ ହସ୍ତରେ ପରିତ୍ୟାଗ କରିଅଛନ୍ତି; ଯେହେତୁ ସେ ଦ୍ୱାର ଓ ଅର୍ଗଳବିଶିଷ୍ଟ ନଗରରେ ପ୍ରବେଶ କରିବା ହେତୁରୁ ଅବରୁଦ୍ଧ ହୋଇଅଛି।”


Lean sinn:

Sanasan


Sanasan