Biblia Todo Logo
Bìoball air-loidhne

- Sanasan -




ଯାତ୍ରା ପୁସ୍ତକ 15:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଶତ୍ରୁ କହିଲା: ‘ଆମ୍ଭେ ପଛେ ପଛେ ଗୋଡ଼ାଇବା, ଆମ୍ଭେ ସେମାନଙ୍କୁ ଧରିବା, ଆମ୍ଭେ ଲୁଟିତ ଦ୍ରବ୍ୟ ବିଭାଗ କରି ନେବା; ସେମାନଙ୍କ ଉପରେ ଆମ୍ଭର ଅଭିଳାଷ ପୂର୍ଣ୍ଣ ହେବ; ଆମ୍ଭେ ଆପଣା ଖଡ୍ଗ ନିଷ୍କୋଷ କରିବା, ଆମ୍ଭର ହସ୍ତ ସେମାନଙ୍କୁ ବିନାଶ କରିବ।’

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

9 ଶତ୍ରୁ କହିଲା : ଆମ୍ଭେ ପଛେ ପଛେ ଗୋଡ଼ାଇବା, ଆମ୍ଭେ ସେମାନଙ୍କୁ ଧରିବା, ଆମ୍ଭେ ଲୁଟିତ ଦ୍ରବ୍ୟ ବିଭାଗ କରି ନେବା; ସେମାନଙ୍କ ଉପରେ ଆମ୍ଭର ଅଭିଳାଷ ପୂର୍ଣ୍ଣ ହେବ; ଆମ୍ଭେ ଆପଣା ଖଡ଼୍‍ଗ ନିଷ୍କୋଷ କରିବା, ଆମ୍ଭର ହସ୍ତ ସେମାନଙ୍କୁ ବିନାଶ କରିବ।

Faic an caibideil Dèan lethbhreac

ଓଡିଆ ବାଇବେଲ

9 ଶତ୍ରୁ କହିଲା : ଆମ୍ଭେ ପଛେ ପଛେ ଗୋଡ଼ାଇବା, ଆମ୍ଭେ ସେମାନଙ୍କୁ ଧରିବା, ଆମ୍ଭେ ଲୁଟିତ ଦ୍ରବ୍ୟ ବିଭାଗ କରି ନେବା; ସେମାନଙ୍କ ଉପରେ ଆମ୍ଭର ଅଭିଳାଷ ପୂର୍ଣ୍ଣ ହେବ; ଆମ୍ଭେ ଆପଣା ଖଡ୍ଗ ନିଷ୍କୋଷ କରିବା, ଆମ୍ଭର ହସ୍ତ ସେମାନଙ୍କୁ ବିନାଶ କରିବ।

Faic an caibideil Dèan lethbhreac

ପବିତ୍ର ବାଇବଲ

9 “ଶତ୍ରୁ କହିଲା, ‘ମୁଁ ସେମାନଙ୍କୁ ଗୋଡ଼ାଇବି ଓ ଧରିବି। ମୁଁ ଲୁଟିତ ଦ୍ରବ୍ୟ ଭାଗ କରି ନେବି। ସେମାନଙ୍କର ଉପରେ ମୋର ଅଭିଳାଷ ପୂର୍ଣ୍ଣ ହେବ। ମୁଁ ଆପଣା ଖ‌ଡ଼୍‌ଗ ନିକ୍ଷେପ କରିବି, ମୋର ହସ୍ତ ସେମାନଙ୍କୁ ବିନାଶ କରିବ।’

Faic an caibideil Dèan lethbhreac




ଯାତ୍ରା ପୁସ୍ତକ 15:9
15 Iomraidhean Croise  

‘ସେମାନେ କି ଲୁଟ ପାଇ ନାହାନ୍ତି, ସେମାନେ କି ବିଭାଗ କରି ନାହାନ୍ତି? ପ୍ରତ୍ୟେକ ପୁରୁଷ ପାଇଁ ଏକ କାମିନୀ, କିମ୍ବା ଦୁଇ କାମିନୀ; ସୀଷରା ପାଇଁ ନାନା ବର୍ଣ୍ଣର ଲୁଟ, ନାନା ବର୍ଣ୍ଣର ସୂଚିକର୍ମନିର୍ମିତ ଚିତ୍ରିତ ବସ୍ତ୍ରର ଲୁଟ, ଲୁଟିତମାନଙ୍କ ଗଳାରୁ ଦୁଇ ପାଖରେ ସୂଚିକର୍ମନିର୍ମିତ ନାନା ରଙ୍ଗର ଚିତ୍ରିତ ବସ୍ତ୍ର।’


ଏଥିଉତ୍ତାରେ ଲୋକମାନେ ପଳାଇଅଛନ୍ତି, ଏହି ସମ୍ବାଦ ମିସରୀୟ ରାଜାଙ୍କୁ ଜଣାଯାଆନ୍ତେ, ଲୋକମାନଙ୍କ ବିଷୟରେ ଫାରୋଙ୍କର ଓ ତାଙ୍କର ଦାସମାନଙ୍କ ଅନ୍ତଃକରଣ ପରିବର୍ତ୍ତିତ ହେଲା; ତହୁଁ ସେମାନେ କହିଲେ, “ଆମ୍ଭେମାନେ ଏ କି କର୍ମ କରିଅଛୁ? କାହିଁକି ଇସ୍ରାଏଲକୁ ଆପଣାମାନଙ୍କ ଦାସତ୍ୱରୁ ଛାଡ଼ି ଦେଇଅଛୁ?”


କିନ୍ତୁ ଯେତେବେଳେ ତାହାଠାରୁ ଅଧିକ ବଳବାନ ଲୋକ ତାହାକୁ ଆକ୍ରମଣ କରି ଜୟ କରେ, ସେତେବେଳେ ଯେଉଁ ଅସ୍ତ୍ର ଉପରେ ତାହାର ଭରସା ଥିଲା, ସେହିସବୁ ସେ ଛଡ଼ାଇ ନିଏ, ପୁଣି, ତାହାର ଲୁଟ କରିଥିବା ଧନସମ୍ପତ୍ତି ବାଣ୍ଟିନିଏ।


ଏହେତୁ ଆମ୍ଭେ ମହତମାନଙ୍କ ମଧ୍ୟରେ ତାହାଙ୍କୁ ଅଂଶ ଦେବା ଓ ସେ ପରାକ୍ରମୀମାନଙ୍କ ସଙ୍ଗେ ଲୁଟିତ ବିଭାଗ କରି ନେବେ; କାରଣ ସେ ମୃତ୍ୟୁୁମୁଖରେ ଆପଣା ପ୍ରାଣ ଢାଳିଦେଲେ; ଓ ଅଧାର୍ମିକମାନଙ୍କ ସହିତ ଗଣିତ ହେଲେ; ତଥାପି ସେ ଅନେକଙ୍କର ପାପଭାର ବହନ କଲେ ଓ ଅଧାର୍ମିକମାନଙ୍କ ନିମନ୍ତେ ପ୍ରାର୍ଥନା କଲେ।


ତୁମ୍ଭେ ତାହାର ନିଜ ଯଷ୍ଟି ଦ୍ୱାରା ତାହାର ଯୋଦ୍ଧାମାନଙ୍କର ମସ୍ତକ ବିଦ୍ଧ କଲ: ସେମାନେ ମୋତେ ଛିନ୍ନଭିନ୍ନ କରିବା ପାଇଁ ଘୂର୍ଣ୍ଣବାୟୁର ନ୍ୟାୟ ଆସିଲେ; ଦରିଦ୍ରକୁ ଗୋପନରେ ଗ୍ରାସ କରିବା ପାଇଁ ସେମାନଙ୍କର ଆନନ୍ଦ ଥିଲା।


ବିନ୍ୟାମୀନ୍ ବିଦାରକ କେନ୍ଦୁଆ ତୁଲ୍ୟ; ପ୍ରାତଃକାଳରେ ସେ ମୃଗ ଭକ୍ଷଣ ଓ ସନ୍ଧ୍ୟାକାଳରେ ଶିକାର ବଣ୍ଟନ କରିବ।”


ଏହିସବୁ ଦେଶର ଦେବତାଗଣ ମଧ୍ୟରୁ କେଉଁ ଦେବତାମାନେ ମୋʼ ହସ୍ତରୁ ଆପଣାମାନଙ୍କର ଦେଶ ଉଦ୍ଧାର କରିଅଛନ୍ତି ଯେ, ସଦାପ୍ରଭୁ ମୋʼ ହସ୍ତରୁ ଯିରୂଶାଲମକୁ ଉଦ୍ଧାର କରିବେ?’”


ଏଉତ୍ତାରେ ବିନ୍‍ହଦଦ୍‍ ତାଙ୍କ ନିକଟକୁ ଲୋକ ପଠାଇ କହିଲା, “ଯେବେ ଶମରୀୟାର ଧୂଳି ମୋʼ ପଶ୍ଚାତ୍‍ଗାମୀ ସମସ୍ତ ଲୋକଙ୍କ ପୂର୍ଣ୍ଣ ମୁଷ୍ଟି ନିମନ୍ତେ ଯଥେଷ୍ଟ ହୁଏ, ତେବେ ଦେବତାମାନେ ସେହି ଦଣ୍ଡ, ମଧ୍ୟ ତହିଁରୁ ଅଧିକ ମୋତେ ଦେଉନ୍ତୁ।”


ତହିଁରେ ଈଷେବଲ୍‍ ଏଲୀୟଙ୍କ ନିକଟକୁ ଦୂତ ପଠାଇ ଏହି କଥା କହିଲା, “ପ୍ରାୟ କାଲି ଏହି ସମୟକୁ ଯେବେ ମୁଁ ତୁମ୍ଭ ପ୍ରାଣକୁ ସେମାନଙ୍କ ଜଣକର ପ୍ରାଣ ତୁଲ୍ୟ ନ କରେ, ତେବେ ଦେବତାମାନେ ମୋତେ ସେହି ଦଣ୍ଡ, ମଧ୍ୟ ତହିଁରୁ ଅଧିକ ଦେଉନ୍ତୁ।”


ସେତେବେଳେ ଦାଉଦ ସଦାପ୍ରଭୁଙ୍କ ନିକଟରେ ପଚାରି କହିଲେ, “ମୁଁ ଏହି ସୈନ୍ୟଦଳର ପଛେ ପଛେ ଗୋଡ଼ାଇଲେ କି ସେମାନଙ୍କର ସଙ୍ଗ ଧରି ପାରିବି?” ତହିଁରେ ସେ ତାଙ୍କୁ କହିଲେ, “ପଛେ ପଛେ ଯାଅ; କାରଣ ତୁମ୍ଭେ ନିଶ୍ଚୟ ସେମାନଙ୍କର ସଙ୍ଗ ଧରିବ ଓ ବିଫଳ ନ ହୋଇ ସମସ୍ତଙ୍କୁ ଉଦ୍ଧାର କରିବ।”


ମୁଁ ଆପଣା ଶତ୍ରୁମାନଙ୍କ ପଛେ ପଛେ ଗୋଡ଼ାଇ ସେମାନଙ୍କୁ ବିନାଶ କରିଅଛି ଓ ସେମାନେ ସଂହାରିତ ହେବା ପର୍ଯ୍ୟନ୍ତ ମୁଁ ଫେରିଲି ନାହିଁ।


ଅହଙ୍କାରୀମାନଙ୍କ ସହିତ ଲୁଟିତ ଦ୍ରବ୍ୟ ଭାଗ କରିବା ଅପେକ୍ଷା ଦୀନାତ୍ମା ସହିତ ନମ୍ର ହେବାର ଭଲ।


ସେସ୍ଥାନରେ ଲୋକମାନେ ଉଚ୍ଚସ୍ୱରରେ କହିଲେ, ‘ମିସରର ରାଜା ଫାରୋ ଶବ୍ଦ ମାତ୍ର; ସେ ନିରୂପିତ ସମୟ ବହି ଯିବାକୁ ଦେଇଅଛି।’


Lean sinn:

Sanasan


Sanasan