Biblia Todo Logo
Bìoball air-loidhne

- Sanasan -




ଯାତ୍ରା ପୁସ୍ତକ 2:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ସେ ପେଡ଼ି ଫିଟାଇ ସେହି ବାଳକକୁ ଦେଖିଲା; ଆଉ ଦେଖ, ସେହି ବାଳକଟି କାନ୍ଦୁଅଛି; ତହିଁରେ ସେ ଦୟା ବହି କହିଲା, “ଏଇଟି ଜଣେ ଏବ୍ରୀୟ ବାଳକ।”

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

6 ସେ ପେଡ଼ି ଫିଟାଇ ସେହି ବାଳକକୁ ଦେଖିଲା; ଆଉ ଦେଖ, ସେହି ବାଳକ କାନ୍ଦୁଅଛି; ତହିଁରେ ସେ ଦୟା ବହି କହିଲା, ଏଇଟି ଏବ୍ରୀୟ ବାଳକ।

Faic an caibideil Dèan lethbhreac

ଓଡିଆ ବାଇବେଲ

6 ସେ ପେଡ଼ି ଫିଟାଇ ସେହି ବାଳକକୁ ଦେଖିଲା; ଆଉ ଦେଖ, ସେହି ବାଳକଟି କାନ୍ଦୁଅଛି; ତହିଁରେ ସେ ଦୟା ବହି କହିଲା, “ଏଇଟି ଜଣେ ଏବ୍ରୀୟ ବାଳକ।”

Faic an caibideil Dèan lethbhreac

ପବିତ୍ର ବାଇବଲ

6 ରାଜାଙ୍କର କନ୍ୟା ଯେତେବେଳେ ସେହି ଟୋକେଇଟିକୁ ଖୋଲି ସେହି ଶିଶୁ ପୁତ୍ରକୁ ଦେଖିଲେ। ସେହି ଶିଶୁଟି କାନ୍ଦୁ ଥିଲା। ଏଥିପାଇଁ ସେ ତା’ ପାଇଁ ବହୁତ ଦୁଃଖ କଲେ। ସେ କହିଲେ, “ଏହି ପିଲାଟି ଏବ୍ରୀୟ ମଧ୍ୟରୁ ଜଣକର ଅଟେ।”

Faic an caibideil Dèan lethbhreac




ଯାତ୍ରା ପୁସ୍ତକ 2:6
10 Iomraidhean Croise  

ପୁଣି, ତୁମ୍ଭ ବିରୁଦ୍ଧରେ ପାପକାରୀ ଆପଣା ଲୋକମାନଙ୍କୁ ଓ ତୁମ୍ଭ ବିରୁଦ୍ଧରେ କୃତ ସେମାନଙ୍କର ସମସ୍ତ ଅଧର୍ମ କ୍ଷମା କର; ପୁଣି, ଯେଉଁମାନେ ସେମାନଙ୍କୁ ବନ୍ଦୀ କରି ନେଇଗଲେ, ସେମାନେ ଯେପରି ଦୟା କରିବେ, ଏଥିପାଇଁ ସେମାନଙ୍କ ଦୃଷ୍ଟିରେ ସେମାନଙ୍କୁ ଦୟାପାତ୍ର କର।


ହେ ପ୍ରଭୋ, ବିନୟ କରୁଅଛି, ଯେଉଁମାନେ ତୁମ୍ଭ ନାମକୁ ଭୟ କରିବାକୁ ଆନନ୍ଦ କରନ୍ତି, ଏପରି ତୁମ୍ଭ ଦାସର ପ୍ରାର୍ଥନା ଓ ତୁମ୍ଭ ଦାସମାନଙ୍କ ପ୍ରାର୍ଥନା ପ୍ରତି ଏବେ ତୁମ୍ଭର କର୍ଣ୍ଣ ନିବିଷ୍ଟ ହେଉ; ଆଉ, ପ୍ରାର୍ଥନା କରୁଅଛି, ଆଜି ଆପଣା ଦାସର କାର୍ଯ୍ୟ ସିଦ୍ଧ କର, ପୁଣି ଏହି ବ୍ୟକ୍ତିର ଦୃଷ୍ଟିରେ ତାହାକୁ ଦୟାପ୍ରାପ୍ତ ହେବାକୁ ଦିଅ।” ଏସମୟରେ ମୁଁ ରାଜାଙ୍କର ପାନପାତ୍ରବାହକ ଥିଲି।


ଆହୁରି, ଯେଉଁମାନେ ସେମାନଙ୍କୁ ବନ୍ଦୀ କରି ନେଇଗଲେ, ସେ ସେମାନଙ୍କ ମନରେ ଦୟା ଜନ୍ମାଇଲେ।


ଏଥିଉତ୍ତାରେ ଫାରୋ ଆପଣା ସମସ୍ତ ପ୍ରଜାଙ୍କୁ ଏହି ଆଜ୍ଞା ଦେଲେ, “ତୁମ୍ଭେମାନେ ନବଜାତ ପ୍ରତ୍ୟେକ ପୁତ୍ରସନ୍ତାନକୁ ନୀଳ ନଦୀରେ ନିକ୍ଷେପ କର, ମାତ୍ର ପ୍ରତ୍ୟେକ କନ୍ୟାକୁ ଜୀବିତ ରଖ।”


ଏଥିଉତ୍ତାରେ ଫାରୋଙ୍କ କନ୍ୟା ସ୍ନାନ ନିମନ୍ତେ ନଦୀକୁ ଆସନ୍ତେ, ତାହାର ସହଚରୀଗଣ ନଦୀ ତୀରରେ ଭ୍ରମଣ କରୁଥିଲେ। ଏଥିମଧ୍ୟରେ ସେ ନଳବନରେ ଗୋଟିଏ ପେଡ଼ି ଦେଖି ତାହା ଆଣିବାକୁ ଆପଣା ଦାସୀକୁ ପଠାଇଲା।


ସେତେବେଳେ ତାହାର ଭଗିନୀ ଫାରୋଙ୍କର କନ୍ୟାକୁ କହିଲା, “ମୁଁ ଯାଇ ଆପଣଙ୍କ ନିମନ୍ତେ ଏହି ବାଳକକୁ ସ୍ତନ୍ୟପାନ କରାଇବା ପାଇଁ କି ଏବ୍ରୀୟା ସ୍ତ୍ରୀଗଣ ମଧ୍ୟରୁ ଜଣେ ଧାତ୍ରୀକୁ ଡାକି ଆଣିବି?”


ରାଜାର ଅନ୍ତଃକରଣ ସଦାପ୍ରଭୁଙ୍କ ହସ୍ତରେ ଜଳପ୍ରଣାଳୀ ତୁଲ୍ୟ ଥାଏ; ସେ ଯେଉଁଆଡ଼େ ଇଚ୍ଛା, ସେଆଡ଼େ ତାହା ଫେରାନ୍ତି।


ଏପରି ମୁକ୍ତି ଘୋଷଣାର ନିୟମ ସିଦିକୀୟ ରାଜା ଯିରୂଶାଲମସ୍ଥ ସବୁ ଲୋକଙ୍କ ସହିତ ସ୍ଥିର କଲା ଉତ୍ତାରେ ସଦାପ୍ରଭୁଙ୍କଠାରୁ ଯିରିମୀୟଙ୍କ ନିକଟରେ ଯେଉଁ ବାକ୍ୟ ଉପସ୍ଥିତ ହେଲା, ତହିଁର ବୃତ୍ତାନ୍ତ।


ପରେ ସେ ଯେତେବେଳେ ବାହାରେ ପକାଗଲେ, ସେତେବେଳେ ଫାରୋଙ୍କ କନ୍ୟା ତାହାଙ୍କୁ ଉଠାଇ ନେଇ ଆପଣା ପୁତ୍ରରୂପେ ପ୍ରତିପାଳନ କଲେ।


ଶେଷ କଥା ଏହି, ତୁମ୍ଭେମାନେ ସମସ୍ତେ ଏକମନା, ପରସ୍ପରର ସୁଖଦୁଃଖର ସହଭାଗୀ, ଭ୍ରାତୃପ୍ରେମରେ ପ୍ରେମୀ, କୋମଳ ହୃଦୟ ଓ ନମ୍ରଚିତ୍ତ ହୁଅ;


Lean sinn:

Sanasan


Sanasan