Biblia Todo Logo
Bìoball air-loidhne

- Sanasan -




ଯାତ୍ରା ପୁସ୍ତକ 21:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ତୁମ୍ଭେ ଏବ୍ରୀୟ ଦାସ କ୍ରୟ କଲେ, ସେ ଛଅ ବର୍ଷ ସେବା କରିବ; ପୁଣି, ସପ୍ତମ ବର୍ଷରେ ସେ ବିନାମୂଲ୍ୟରେ ମୁକ୍ତ ହୋଇଯିବ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

2 ତୁମ୍ଭେ ଏବ୍ରୀୟ ଦାସ କ୍ରୟ କଲେ, ସେ ଛଅ ବର୍ଷ ସେବା କରିବ; ପୁଣି ସପ୍ତମ ବର୍ଷରେ ସେ ବିନାମୂଲ୍ୟରେ ମୁକ୍ତ ହୋଇଯିବ।

Faic an caibideil Dèan lethbhreac

ଓଡିଆ ବାଇବେଲ

2 ତୁମ୍ଭେ ଏବ୍ରୀୟ ଦାସ କ୍ରୟ କଲେ, ସେ ଛଅ ବର୍ଷ ସେବା କରିବ; ପୁଣି, ସପ୍ତମ ବର୍ଷରେ ସେ ବିନା ମୂଲ୍ୟରେ ମୁକ୍ତ ହୋଇଯିବ।

Faic an caibideil Dèan lethbhreac

ପବିତ୍ର ବାଇବଲ

2 “ଯଦି ତୁମ୍ଭେ ଜଣେ ଏବ୍ରୀୟ କ୍ରୀତଦାସ ନିଅ, ତେବେ ସେ ଛଅ ବର୍ଷ ତୁମ୍ଭର ସେବା କରିବ। ସପ୍ତମ ବର୍ଷରେ ସେ ମୁକ୍ତ ହୋଇଯିବ। ତାକୁ ଆଉ କିଛି ମୂଲ୍ୟ ଦେବାକୁ ପଡ଼ିବ ନାହିଁ।

Faic an caibideil Dèan lethbhreac




ଯାତ୍ରା ପୁସ୍ତକ 21:2
18 Iomraidhean Croise  

ପରମେଶ୍ୱର ଆକାଶର କାକରରୁ ଓ ପୃଥିବୀର ଉର୍ବରତାରୁ ଉତ୍ପନ୍ନ (ଫଳ) ଓ ପ୍ରଚୁର ଶସ୍ୟ ଓ ଦ୍ରାକ୍ଷାରସ ତୁମ୍ଭକୁ ଦିଅନ୍ତୁ;


ତହିଁରେ ଏଷୌ କହିଲା, “ତାହାର ଯଥାର୍ଥ ନାମ କି ଯାକୁବ ନୁହେଁ? ଯେହେତୁ ସେ ଦୁଇ ଥର ମୋତେ ପ୍ରବଞ୍ଚନା କରିଅଛି, ସେ ପୂର୍ବରେ ମୋର ଜ୍ୟେଷ୍ଠାଧିକାର ହରଣ କରିଥିଲା, ପୁଣି, ଦେଖ, ଏବେ ମୋର (ପ୍ରାପ୍ତବ୍ୟ) ଆଶୀର୍ବାଦ ମଧ୍ୟ ହରଣ କରିଅଛି।” ସେ ପୁନର୍ବାର କହିଲା, “ଆପଣ କି ମୋʼ ନିମନ୍ତେ ଗୋଟିଏ ଆଶୀର୍ବାଦ ରଖି ନାହାନ୍ତି?”


ଭବିଷ୍ୟଦ୍‍ବକ୍ତାମାନଙ୍କ ଦଳର ଭାର୍ଯ୍ୟାମାନଙ୍କ ମଧ୍ୟରୁ ଜଣେ ବିଧବା ଇଲୀଶାୟଙ୍କ ନିକଟରେ କ୍ରନ୍ଦନ କରି କହିଲା, “ଆପଣଙ୍କ ଦାସ ମୋʼ ସ୍ୱାମୀ ମରିଅଛନ୍ତି; ପୁଣି ଆପଣଙ୍କ ଦାସ ଯେ ସଦାପ୍ରଭୁଙ୍କୁ ଭୟ କରୁଥିଲେ, ଏହା ଆପଣ ଜାଣନ୍ତି; ଏବେ ମହାଜନ ମୋହର ଦୁଇ ସନ୍ତାନଙ୍କୁ ଆପଣାର ଦାସ କରିବା ନିମନ୍ତେ ନେବାକୁ ଆସିଅଛି।”


ଆଉ, ମୁଁ ସେମାନଙ୍କୁ କହିଲି, “ଆମ୍ଭମାନଙ୍କର ଯିହୁଦୀୟ ଭାଇମାନେ ଅନ୍ୟ ଦେଶୀୟମାନଙ୍କ ନିକଟରେ ବିକା ଯାଇଥିଲେ, ଆମ୍ଭେମାନେ ସେମାନଙ୍କୁ ଆପଣା ସାମର୍ଥ୍ୟରେ ମୁକ୍ତ କରିଅଛୁ, ଏବେ ତୁମ୍ଭେମାନେ କʼଣ ଆପଣା ଭାଇମାନଙ୍କୁ ବିକ୍ରି କରିବ? ଓ ସେମାନେ କʼଣ ଆମ୍ଭମାନଙ୍କ ନିକଟରେ ବିକାଯିବେ?” ଏଥିରେ ସେମାନେ ନୀରବ ହେଲେ, କିଛି ଉତ୍ତର ଦେଇ ପାରିଲେ ନାହିଁ।


ମାତ୍ର ରୌପ୍ୟ ଦ୍ୱାରା କ୍ରୀତ ପ୍ରତ୍ୟେକ ଲୋକର ଦାସ ସୁନ୍ନତ ହେଲେ ଖାଇ ପାରିବ;


ଯଦି ସେ ଏକାକୀ ଆସିଥାଏ, ତେବେ ସେ ଏକାକୀ ଯିବ; ଆଉ ଯଦି ସେ ବିବାହିତ ହୋଇ ଆସିଥାଏ, ତେବେ ତାହାର ଭାର୍ଯ୍ୟା ତାହା ସଙ୍ଗେ ବାହାରି ଯିବ।


ଆଉ କେହି ଯଦି ଆପଣା କନ୍ୟାକୁ ଦାସୀ ରୂପେ ବିକ୍ରୟ କରେ, ତେବେ ସେ ଦାସମାନଙ୍କ ପରି ମୁକ୍ତ ହୋଇଯିବ ନାହିଁ।


ମାତ୍ର ଯଦି ସୂର୍ଯ୍ୟୋଦୟ ଉତ୍ତାରେ ତାହାକୁ ବଧ କରେ, ତେବେ ସେ ରକ୍ତପାତର ଦୋଷୀ ହେବ; ଆଉ ଚୋରା ଦ୍ରବ୍ୟ ପରିଶୋଧ କରିବା ଚୋରର କର୍ତ୍ତବ୍ୟ; ଯଦି ତାହାର କିଛି ନ ଥାଏ, ତେବେ ଚୋରି ସକାଶୁ ସେ ବିକ୍ରି ହେବ।


ଆଉ ଯଦି ସେ ଏହିରୂପେ ମୁକ୍ତ ନ ହୁଏ, ତେବେ ସେ ଯୋବେଲ ବର୍ଷରେ ଆପଣା ସନ୍ତାନଗଣ ସହିତ ମୁକ୍ତ ହୋଇ ବାହାରି ଯିବ।


କିନ୍ତୁ ତାହାର ପରିଶୋଧ କରିବାକୁ କିଛି ନ ଥିବାରୁ ତାହାର ପ୍ରଭୁ ତାହାକୁ ଏବଂ ତାହାର ସ୍ତ୍ରୀ, ପିଲା-ପିଲି ଓ ସର୍ବସ୍ୱ ବିକ୍ରୟ କରି ପରିଶୋଧ ନେବାକୁ ଆଜ୍ଞା ଦେଲେ।


ଈଶ୍ବର ତୁମ୍ଭମାନଙ୍କୁ ବିଶେଷ ମୂଲ୍ୟରେ କିଣିଅଛନ୍ତି; ଏଣୁ ତୁମ୍ଭମାନଙ୍କ ଶରୀରରେ ଈଶ୍ବରଙ୍କ ଗୌରବ ପ୍ରକାଶ କର।


ପ୍ରତି ସାତ ବର୍ଷର ଶେଷରେ ତୁମ୍ଭେ ଋଣ କ୍ଷମା କରିବ।


ତୁମ୍ଭେ ତାହାକୁ ମୁକ୍ତ କରି ବିଦାୟ କରିବା ବେଳେ ଏହା ତୁମ୍ଭ ଦୃଷ୍ଟିରେ କଠିନ ବୋଧ ନ ହେଉ; କାରଣ ସେ ଛଅ ବର୍ଷ ପର୍ଯ୍ୟନ୍ତ ଏକ ବେତନଜୀବୀର ଦ୍ୱିଗୁଣ ବେତନର ଦାସ୍ୟକର୍ମ କରିଅଛି; ତହିଁରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ସକଳ କାର୍ଯ୍ୟରେ ତୁମ୍ଭକୁ ଆଶୀର୍ବାଦ କରିବେ।


ପୁଣି, ମୋଶା ସେମାନଙ୍କୁ ଆଜ୍ଞା ଦେଇ କହିଲେ, “ପ୍ରତ୍ୟେକ ସାତ ବର୍ଷ ଶେଷରେ ଋଣ କ୍ଷମା ବର୍ଷର ନିରୂପିତ ସମୟରେ, ପତ୍ରକୁଟୀର ପର୍ବରେ,


Lean sinn:

Sanasan


Sanasan