Biblia Todo Logo
Bìoball air-loidhne

- Sanasan -




ଯାତ୍ରା ପୁସ୍ତକ 22:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ମାତ୍ର ଯଦି ସୂର୍ଯ୍ୟୋଦୟ ଉତ୍ତାରେ ତାହାକୁ ବଧ କରେ, ତେବେ ସେ ରକ୍ତପାତର ଦୋଷୀ ହେବ; ଆଉ ଚୋରା ଦ୍ରବ୍ୟ ପରିଶୋଧ କରିବା ଚୋରର କର୍ତ୍ତବ୍ୟ; ଯଦି ତାହାର କିଛି ନ ଥାଏ, ତେବେ ଚୋରି ସକାଶୁ ସେ ବିକ୍ରି ହେବ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

3 ମାତ୍ର ଯେବେ ସୂର୍ଯ୍ୟୋଦୟ ଉତ୍ତାରେ ତାହାକୁ ବଧ କରେ, ତେବେ ସେ ରକ୍ତପାତର ଦୋଷୀ ହେବ; ଆଉ ଚୋରାଦ୍ରବ୍ୟ ପରିଶୋଧ କରିବା ଚୋରର କର୍ତ୍ତବ୍ୟ; ଯେବେ ତାହାର କିଛି ନ ଥାଏ, ତେବେ ଚୋରି ହେତୁରୁ ସେ ବିକାଯିବ।

Faic an caibideil Dèan lethbhreac

ଓଡିଆ ବାଇବେଲ

3 ମାତ୍ର ଯଦି ସୂର୍ଯ୍ୟୋଦୟ ଉତ୍ତାରେ ତାହାକୁ ବଧ କରେ, ତେବେ ସେ ରକ୍ତପାତର ଦୋଷୀ ହେବ; ଆଉ ଚୋରା ଦ୍ରବ୍ୟ ପରିଶୋଧ କରିବା ଚୋରର କର୍ତ୍ତବ୍ୟ; ଯଦି ତାହାର କିଛି ନ ଥାଏ, ତେବେ ଚୋରି ସକାଶୁ ସେ ବିକ୍ରି ହେବ।

Faic an caibideil Dèan lethbhreac

ପବିତ୍ର ବାଇବଲ

3 ଯଦି ଏପରି ଦିନରେ ଘଟିଥାଏ ତେବେ ହତ୍ୟା କରିଥିବା ବ୍ୟକ୍ତି ଦୋଷୀ ସାବ୍ୟସ୍ତ ହେବ। “ଯଦି ଜଣେ ଲୋକ ଗ୍ଭେରି କରୁଥିବା ସମୟରେ ଧରାପଡ଼େ, ସେ ନିଶ୍ଚୟ ଫେରାଇଦେବ, ଯାହା ଗ୍ଭେରି କରିଥିଲା। ଏବଂ ଯଦି ସେହି ଲୋକର ନିଜର କିଛି ନ ଥାଏ, ତେବେ ତାକୁ କ୍ରୀତଦାସ ରୂପେ ବିକ୍ରୀ କରାଯିବ।

Faic an caibideil Dèan lethbhreac




ଯାତ୍ରା ପୁସ୍ତକ 22:3
9 Iomraidhean Croise  

ତହିଁରେ ସେ କହିଲା, “ଭଲ, ତୁମ୍ଭମାନଙ୍କ କଥାନୁସାରେ ହେଉ; ଯାହା ପାଖରୁ ତାହା ମିଳିବ, ସେ ଆମ୍ଭର ଦାସ ହେବ, ମାତ୍ର ଅନ୍ୟମାନେ ନିର୍ଦ୍ଦୋଷ ହେବେ।”


ତୁମ୍ଭେ ଏବ୍ରୀୟ ଦାସ କ୍ରୟ କଲେ, ସେ ଛଅ ବର୍ଷ ସେବା କରିବ; ପୁଣି, ସପ୍ତମ ବର୍ଷରେ ସେ ବିନାମୂଲ୍ୟରେ ମୁକ୍ତ ହୋଇଯିବ।


ସେହି କୂପର କର୍ତ୍ତା ତହିଁର ପରିଶୋଧ କରିବ; ସେ ସେମାନଙ୍କ ସ୍ୱାମୀକୁ ରୂପା ମୂଲ୍ୟ ଦେବ, ମାତ୍ର ମୃତ ପଶୁ ତାହାର ହେବ।


ଆଉ ଚୋର ସିନ୍ଧି କାଟିଧରା ପଡ଼ିଲେ, ଯଦି କେହି ତାହାକୁ ମାରୁ ମାରୁ ମାରି ପକାଏ, ତେବେ ସେ ରକ୍ତପାତର ଦୋଷୀ ହେବ ନାହିଁ।


ତୁମ୍ଭେମାନେ ଯିରୂଶାଲମକୁ ଚିତ୍ତ ପ୍ରବୋଧକ କଥା କୁହ, ଆଉ ତାହାର ସଂଗ୍ରାମ ସମାପ୍ତ ହେଲା, ତାହାର ଅପରାଧ କ୍ଷମା ହେଲା, ସେ ସଦାପ୍ରଭୁଙ୍କ ହସ୍ତରୁ ଆପଣାର ସମସ୍ତ ପାପ ସକାଶୁ ଦୁଇଗୁଣ ପାଇଅଛି ବୋଲି ତାହା ନିକଟରେ ପ୍ରଚାର କର।


ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଯେଉଁ ପତ୍ର ଦ୍ୱାରା ତୁମ୍ଭମାନଙ୍କ ମାତାକୁ ତ୍ୟାଗ କରିଅଛୁ, ତାହାର ସେହି ଛାଡ଼ପତ୍ର କାହିଁ? ଅଥବା ଆମ୍ଭ ବ୍ୟବସାୟୀମାନଙ୍କ ମଧ୍ୟରୁ କାହା ନିକଟରେ ତୁମ୍ଭମାନଙ୍କୁ ବିକ୍ରୟ କରିଅଛୁ?” “ଦେଖ, ତୁମ୍ଭେମାନେ ନିଜ ଅପରାଧ ସକାଶୁ ବିକ୍ରୀତ ହୋଇଥିଲ ଓ ତୁମ୍ଭମାନଙ୍କ ଅଧର୍ମ ସକାଶୁ ତୁମ୍ଭମାନଙ୍କର ମାତା ତ୍ୟକ୍ତା ହୋଇଥିଲା।


କିନ୍ତୁ ତାହାର ପରିଶୋଧ କରିବାକୁ କିଛି ନ ଥିବାରୁ ତାହାର ପ୍ରଭୁ ତାହାକୁ ଏବଂ ତାହାର ସ୍ତ୍ରୀ, ପିଲା-ପିଲି ଓ ସର୍ବସ୍ୱ ବିକ୍ରୟ କରି ପରିଶୋଧ ନେବାକୁ ଆଜ୍ଞା ଦେଲେ।


ଏନିମନ୍ତେ ଇସ୍ରାଏଲ ବିରୁଦ୍ଧରେ ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା, ପୁଣି ସେ ପଲେଷ୍ଟୀୟମାନଙ୍କ ହସ୍ତରେ ଓ ଅମ୍ମୋନ-ସନ୍ତାନମାନଙ୍କ ହସ୍ତରେ ସେମାନଙ୍କୁ ବିକ୍ରୟ କଲେ।


ତହିଁରେ ଇସ୍ରାଏଲ ବିରୁଦ୍ଧରେ ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହୁଅନ୍ତେ, ସେ ସେମାନଙ୍କୁ ଲୁଟକାରୀମାନଙ୍କ ହସ୍ତରେ ସମର୍ପିଲେ, ତେଣୁ ସେମାନେ ସେମାନଙ୍କୁ ଲୁଟିଲେ; ଆହୁରି ସେ ସେମାନଙ୍କୁ ସେମାନଙ୍କ ଚତୁର୍ଦ୍ଦିଗସ୍ଥିତ ଶତ୍ରୁମାନଙ୍କ ହସ୍ତରେ ବିକ୍ରୟ କଲେ, ତହିଁରେ ସେମାନେ ଆପଣା ଶତ୍ରୁମାନଙ୍କ ସମ୍ମୁଖରେ ଆଉ ଠିଆ ହୋଇ ପାରିଲେ ନାହିଁ।


Lean sinn:

Sanasan


Sanasan