Biblia Todo Logo
Bìoball air-loidhne

- Sanasan -




ଯାତ୍ରା ପୁସ୍ତକ 28:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଆଉ ଆମ୍ଭେ ଯେଉଁମାନଙ୍କୁ ଜ୍ଞାନଦାୟକ ଆତ୍ମାରେ ପୂର୍ଣ୍ଣ କରିଅଛୁ, ସେହି ସମସ୍ତ ବିଜ୍ଞମନା ଲୋକଙ୍କୁ ଆଦେଶ କର; ଆମ୍ଭ ଉଦ୍ଦେଶ୍ୟରେ ଯାଜକ କର୍ମ କରିବା ନିମନ୍ତେ ହାରୋଣକୁ ପବିତ୍ର କରିବା ପାଇଁ ସେମାନେ ତାହାର ବସ୍ତ୍ର ପ୍ରସ୍ତୁତ କରିବେ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

3 ଆଉ ଆମ୍ଭେ ଯେଉଁମାନଙ୍କୁ ଜ୍ଞାନଦାୟକ ଆତ୍ମାରେ ପୂର୍ଣ୍ଣ କରିଅଛୁ, ସେହି ସମସ୍ତ ବିଜ୍ଞମନା ଲୋକଙ୍କୁ ଆଦେଶ କର; ଆମ୍ଭ ଉଦ୍ଦେଶ୍ୟରେ ଯାଜକକର୍ମ କରିବା ନିମନ୍ତେ ହାରୋଣକୁ ପ୍ରତିଷ୍ଠା କରିବା ପାଇଁ ସେମାନେ ତାହାର ବସ୍ତ୍ର ପ୍ରସ୍ତୁତ କରିବେ।

Faic an caibideil Dèan lethbhreac

ଓଡିଆ ବାଇବେଲ

3 ଆଉ ଆମ୍ଭେ ଯେଉଁମାନଙ୍କୁ ଜ୍ଞାନଦାୟକ ଆତ୍ମାରେ ପୂର୍ଣ୍ଣ କରିଅଛୁ, ସେହି ସମସ୍ତ ବିଜ୍ଞମନା ଲୋକଙ୍କୁ ଆଦେଶ କର; ଆମ୍ଭ ଉଦ୍ଦେଶ୍ୟରେ ଯାଜକ କର୍ମ କରିବା ନିମନ୍ତେ ହାରୋଣକୁ ପବିତ୍ର କରିବା ପାଇଁ ସେମାନେ ତାହାର ବସ୍ତ୍ର ପ୍ରସ୍ତୁତ କରିବେ।

Faic an caibideil Dèan lethbhreac

ପବିତ୍ର ବାଇବଲ

3 ସେହି ନିପୁଣ ଲୋକମାନଙ୍କୁ ପଗ୍ଭର, ଯେଉଁମାନଙ୍କୁ ମୁଁ ହାରୋଣକୁ ଯାଜକ ରୂପେ ଉତ୍ସର୍ଗୀକୃତ କରିବା ପାଇଁ ବସ୍ତ୍ର ତିଆରି କରିବା ପାଇଁ ଜ୍ଞାନ ପ୍ରଦାନ କଲି।

Faic an caibideil Dèan lethbhreac




ଯାତ୍ରା ପୁସ୍ତକ 28:3
16 Iomraidhean Croise  

ସେ ନପ୍ତାଲି-ବଂଶୀୟ ଏକ ବିଧବା ସ୍ତ୍ରୀର ପୁତ୍ର, ତାହାର ପିତା ସୋର ନଗରସ୍ଥ ଏକ କାଂସ୍ୟକାର ଥିଲା; ପୁଣି, ସେ ପିତ୍ତଳର ସମସ୍ତ କାର୍ଯ୍ୟ କରିବାକୁ ଜ୍ଞାନ ଓ ବୁଦ୍ଧି ଓ ବିଦ୍ୟାରେ ପରିପୂର୍ଣ୍ଣ ଥିଲା। ପୁଣି, ସେ ଶଲୋମନ ରାଜାଙ୍କ ନିକଟକୁ ଆସି ତାଙ୍କର ସମସ୍ତ କାର୍ଯ୍ୟ କଲା।


ଆଉ ତୁମ୍ଭମାନଙ୍କ ମଧ୍ୟରୁ ପ୍ରତ୍ୟେକ ବିଜ୍ଞମନା ଲୋକ ଆସି ସଦାପ୍ରଭୁଙ୍କର ଆଦିଷ୍ଟ ସକଳ ବସ୍ତୁ ନିର୍ମାଣ କରନ୍ତୁ,


ବୁଦ୍ଧିମତୀ ସ୍ତ୍ରୀମାନେ ଆପଣା ଆପଣା ହସ୍ତରେ ସୂତା କାଟି ନୀଳ ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ଶୁଭ୍ର କ୍ଷୌମସୂତ୍ର ଆଣିଲେ।


ଏଥିଉତ୍ତାରେ ମୋଶା ଇସ୍ରାଏଲ-ସନ୍ତାନଗଣଙ୍କୁ ଆହୁରି କହିଲେ, “ଦେଖ, ସଦାପ୍ରଭୁ ଯିହୁଦା ବଂଶୀୟ ହୂରର ପୌତ୍ର ଊରିର ପୁତ୍ର ବତ୍ସଲେଲକୁ ନାମ ଧରି ଡାକିଅଛନ୍ତି।


ପୁଣି, ତାହାକୁ ଜ୍ଞାନ, ବୁଦ୍ଧି, ବିଦ୍ୟା ଓ କର୍ମନୈପୁଣ୍ୟ-ଦାୟକ ପରମେଶ୍ୱରଙ୍କ ଆତ୍ମାରେ ପରିପୂର୍ଣ୍ଣ କରି


ଆଉ ଖୋଦନ ଓ ଶିଳ୍ପକର୍ମ କରିବା ନିମନ୍ତେ, ପୁଣି, ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ଶୁଭ୍ର କ୍ଷୌମସୂତ୍ରରେ ସୂଚି କର୍ମ ଓ ତନ୍ତୀ କର୍ମ କରିବା ନିମନ୍ତେ, ଅର୍ଥାତ୍‍, ଯାବତୀୟ ଶିଳ୍ପକର୍ମ ଓ ଚିତ୍ର କର୍ମ କରିବା ପାଇଁ ସେମାନଙ୍କ ମନକୁ ଜ୍ଞାନରେ ପରିପୂର୍ଣ୍ଣ କରିଅଛନ୍ତି।”


“ଏନିମନ୍ତେ ସଦାପ୍ରଭୁଙ୍କର ସମସ୍ତ ଆଜ୍ଞାନୁସାରେ ପବିତ୍ର ସ୍ଥାନର କାର୍ଯ୍ୟସକଳ ନିର୍ମାଣ କରିବାକୁ ସଦାପ୍ରଭୁ ବତ୍ସଲେଲ ଓ ଅହଲୀୟାବ ପ୍ରଭୃତି ଯେଉଁମାନଙ୍କୁ ଜ୍ଞାନ ଓ ବୁଦ୍ଧି ଦେଇଅଛନ୍ତି, ସେହି ସବୁ ବିଜ୍ଞମନା ଲୋକେ କର୍ମ କରିବେ।”


ଏଥିଉତ୍ତାରେ ମୋଶା ସେହି ବତ୍ସଲେଲ, ଅହଲୀୟାବକୁ, ସଦାପ୍ରଭୁଙ୍କଠାରୁ ମନରେ ଜ୍ଞାନପ୍ରାପ୍ତ ଅନ୍ୟସବୁ ବିଜ୍ଞମନା ଲୋକଙ୍କୁ ଓ ସେହି କର୍ମ କରିବା ପାଇଁ ମନରେ ପ୍ରବୃତ୍ତିପ୍ରାପ୍ତ ଲୋକମାନଙ୍କୁ ଡାକିଲେ।


ଯେହେତୁ ସଦାପ୍ରଭୁ ଜ୍ଞାନ ଦିଅନ୍ତି, ତାହାଙ୍କ ମୁଖରୁ ଜ୍ଞାନ ଓ ବୁଦ୍ଧି ନିର୍ଗତ ହୁଏ।


ପୁଣି, ସଦାପ୍ରଭୁଙ୍କର ଆତ୍ମା, ଜ୍ଞାନ ଓ ବିବେଚନାର ଆତ୍ମା, ମନ୍ତ୍ରଣା ଓ ପରାକ୍ରମର ଆତ୍ମା, ବୁଦ୍ଧି ଓ ସଦାପ୍ରଭୁ ବିଷୟକ ଭୟର ଆତ୍ମା ତାହାଙ୍କଠାରେ ଅଧିଷ୍ଠାନ କରିବେ;


ଯେପରି ଆମ୍ଭମାନଙ୍କର ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଈଶ୍ବର, ଗୌରବମୟ ପିତା, ତାହାଙ୍କ ସମ୍ବନ୍ଧୀୟ ସମ୍ପୂର୍ଣ୍ଣ ଜ୍ଞାନ ଓ ପ୍ରତ୍ୟାଦେଶର ଆତ୍ମା ପ୍ରଦାନ କରନ୍ତି;


ମୋଶା ନୂନର ପୁତ୍ର ଯିହୋଶୂୟଙ୍କର ମସ୍ତକରେ ହସ୍ତାର୍ପଣ କରିଥିବାରୁ ସେ ଜ୍ଞାନଦାୟକ ଆତ୍ମାରେ ପରିପୂର୍ଣ୍ଣ ଥିଲେ; ପୁଣି ଇସ୍ରାଏଲ-ସନ୍ତାନଗଣ ତାଙ୍କର କଥା ଶୁଣି ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ କର୍ମ କରିବାକୁ ଲାଗିଲେ।


ସମସ୍ତ ଉତ୍ତମ ଦାନ ଓ ସମସ୍ତ ସିଦ୍ଧ ବର ଊର୍ଦ୍ଧ୍ୱରୁ, ଅର୍ଥାତ୍‍, ଜ୍ୟୋତିଃର୍ଗଣର ପିତାଙ୍କଠାରୁ ଆସେ, ଯାହାଙ୍କଠାରେ କୌଣସି ପରିବର୍ତ୍ତନ ବା ଲେଶମାତ୍ର ବିକାର ନାହିଁ।


Lean sinn:

Sanasan


Sanasan