Biblia Todo Logo
Bìoball air-loidhne

- Sanasan -




ଯାତ୍ରା ପୁସ୍ତକ 3:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ସେହି ସମୟରେ ମୋଶା ଆପଣା ଶ୍ୱଶୁର ଯିଥ୍ରୋ ନାମକ ମିଦୀୟନୀୟ ଯାଜକଙ୍କର ମେଷପଲ ଚରାଉଥିଲେ; ଦିନକରେ ସେ ପ୍ରାନ୍ତରର ପଶ୍ଚାଦ୍‍ ଭାଗରେ ମେଷପଲ ଘେନି ହୋରେବ ନାମକ ପରମେଶ୍ୱରଙ୍କ ପର୍ବତରେ ଉପସ୍ଥିତ ହେଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

1 ସେହି ସମୟରେ ମୋଶା ଆପଣା ଶ୍ଵଶୁର ଯିଥ୍ରୋ ନାମକ ମିଦୀୟନୀୟ ଯାଜକର ମେଷପଲ ଚରାଉ ଥିଲେ; ଦିନକରେ ସେ ପ୍ରାନ୍ତରର ପଶ୍ଚାଦ୍ଭାଗରେ ମେଷପଲ ଘେନି ହୋରେବ୍ ନାମକ ପରମେଶ୍ଵରଙ୍କ ପର୍ବତରେ ଉପସ୍ଥିତ ହେଲେ।

Faic an caibideil Dèan lethbhreac

ଓଡିଆ ବାଇବେଲ

1 ସେହି ସମୟରେ ମୋଶା ଆପଣା ଶ୍ୱଶୁର ଯିଥ୍ରୋ ନାମକ ମିଦୀୟନୀୟ ଯାଜକଙ୍କର ମେଷପଲ ଚରାଉ ଥିଲେ; ଦିନକରେ ସେ ପ୍ରାନ୍ତରର ପଶ୍ଚାଦ୍‍ଭାଗରେ ମେଷପଲ ଘେନି ହୋରେବ ନାମକ ପରମେଶ୍ୱରଙ୍କ ପର୍ବତରେ ଉପସ୍ଥିତ ହେଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ

1 ଯିଥ୍ରୋ ମୋଶାଙ୍କର ଶ୍ୱଶୁର ଥିଲେ। ଯିଥ୍ରୋ ମିଦିୟନୀୟମାନଙ୍କ ଯାଜକ ଥିଲେ। ମୋଶା ତାଙ୍କ ଶ୍ୱଶୁରଙ୍କର ମେଷପଲମାନଙ୍କର ଯତ୍ନ ନେଉଥିଲେ। ଦିନେ ମୋଶା ତାଙ୍କ ମେଷପଲକୁ ମରୁଭୂମିର ପଶ୍ଚିମପଟକୁ ଆଗେଇ ନେଲେ। ମୋଶା ହୋରେବ ନାମକ ଏକ ପର୍ବତକୁ ଗଲେ, ଯାହାକି ପରମେଶ୍ୱରଙ୍କର ପର୍ବତ ଥିଲା।

Faic an caibideil Dèan lethbhreac




ଯାତ୍ରା ପୁସ୍ତକ 3:1
33 Iomraidhean Croise  

ଏଥିରେ ଏଲୀୟ ଏଠାରୁ ପ୍ରସ୍ଥାନ କରି ଶାଫଟ୍‍ର ପୁତ୍ର ଇଲୀଶାୟଙ୍କର ସନ୍ଧାନ ପାଇଲେ। ସେସମୟରେ ସେ ହଳ ବୁଲାଉଥିଲେ, ତାଙ୍କ ଆଗରେ ବାର ହଳ ବଳଦ ଥିଲେ, ପୁଣି, ସେ ଦ୍ୱାଦଶ ହଳରେ ଥିଲେ; ତହିଁରେ ଏଲୀୟ ତାଙ୍କ ନିକଟକୁ ଯାଇ ଆପଣା ବସ୍ତ୍ର ତାଙ୍କ ଉପରେ ପକାଇଲେ।


ତହୁଁ ସେ ଉଠି ଭୋଜନପାନ କଲେ ଓ ସେହି ଖାଦ୍ୟର ବଳରେ ପରମେଶ୍ୱରଙ୍କ ପର୍ବତ ହୋରେବ ପର୍ଯ୍ୟନ୍ତ ଚାଳିଶ ଦିନ ଓ ଚାଳିଶ ରାତ୍ରି ଗମନ କଲେ।


ସେମାନେ ହୋରେବରେ ଗୋଟିଏ ଗୋବତ୍ସ ନିର୍ମାଣ କଲେ ଓ ଛାଞ୍ଚରେ ଢଳା ପ୍ରତିମାକୁ ପ୍ରଣାମ କଲେ।


ଦେଖ, ଆମ୍ଭେ ହୋରେବରେ ସେହି ଶୈଳ ଉପରେ ତୁମ୍ଭ ସମ୍ମୁଖରେ ଠିଆ ହେବା; ତୁମ୍ଭେ ସେହି ଶୈଳକୁ ଆଘାତ କଲେ, ତହିଁରୁ ଜଳ ନିର୍ଗତ ହେବ, ଆଉ ଲୋକମାନେ ତାହା ପାନ କରିବେ;” ତେବେ ମୋଶା ଇସ୍ରାଏଲର ପ୍ରାଚୀନବର୍ଗଙ୍କ ଦୃଷ୍ଟିରେ ସେହିରୂପ କଲେ।


ଏଥିଉତ୍ତାରେ ମୋଶାଙ୍କ ଶ୍ୱଶୁର ଯିଥ୍ରୋ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ହୋମ ଓ ନୈବେଦ୍ୟ ଉତ୍ସର୍ଗ କଲେ; ପୁଣି, ହାରୋଣ ଓ ଇସ୍ରାଏଲର ସମସ୍ତ ପ୍ରାଚୀନବର୍ଗ ଆସି ପରମେଶ୍ୱରଙ୍କ ସମ୍ମୁଖରେ ମୋଶାଙ୍କ ଶ୍ୱଶୁର ସଙ୍ଗରେ ଭୋଜନ କଲେ।


ଓ ତୃତୀୟ ଦିନ ନିମନ୍ତେ ସମସ୍ତେ ପ୍ରସ୍ତୁତ ହେଉନ୍ତୁ; କାରଣ ତୃତୀୟ ଦିନରେ ସଦାପ୍ରଭୁ ସମସ୍ତ ଲୋକଙ୍କ ସାକ୍ଷାତରେ ସୀନୟ ପର୍ବତ ଉପରକୁ ଓହ୍ଲାଇ ଆସିବେ।


ସେମାନେ ରଫୀଦୀମଠାରୁ ଯାତ୍ରା କରି ସୀନୟ ପ୍ରାନ୍ତରରେ ଉପସ୍ଥିତ ହୁଅନ୍ତେ, ସେହି ପ୍ରାନ୍ତରରେ ଛାଉଣି ସ୍ଥାପନ କଲେ; ଇସ୍ରାଏଲ ସେହି ସ୍ଥାନରେ ପର୍ବତ ସମ୍ମୁଖରେ ଛାଉଣି ସ୍ଥାପନ କଲେ।


ଏଥିଉତ୍ତାରେ ମୋଶା ପରମେଶ୍ୱରଙ୍କ ନିକଟକୁ ଆରୋହଣ କରନ୍ତେ, ସଦାପ୍ରଭୁ ପର୍ବତରୁ ତାଙ୍କୁ ଡାକି କହିଲେ, “ତୁମ୍ଭେ ଯାକୁବ ବଂଶକୁ ଏହି କଥା କୁହ ଓ ଇସ୍ରାଏଲ-ସନ୍ତାନଗଣଙ୍କୁ ଏହା ଜଣାଅ।


ମିଦୀୟନୀୟ ଯାଜକଙ୍କର ସାତୋଟି କନ୍ୟା ଥିଲେ; ସେମାନେ ସେହି ସ୍ଥାନକୁ ଆସି ପିତାଙ୍କ ମେଷପଲକୁ ଜଳ ପାନ କରାଇବା ପାଇଁ ଜଳ କାଢ଼ି କୁଣ୍ଡ ପରିପୂର୍ଣ୍ଣ କଲେ।


ଏଥିଉତ୍ତାରେ ସେମାନେ ଆପଣା ପିତା ରୁୟେଲ ନିକଟକୁ ଯାଆନ୍ତେ, ସେ ସେମାନଙ୍କୁ ପଚାରିଲା, “ଆଜି ତୁମ୍ଭେମାନେ ଏତେ ଶୀଘ୍ର କିପରି ଆସିଲ?”


ଏଥିଉତ୍ତାରେ ମୋଶା ସେହି ମନୁଷ୍ୟ ସହିତ ବାସ କରିବାକୁ ସମ୍ମତ ହେଲେ; ପୁଣି, ସେ ମୋଶାଙ୍କ ସହିତ ଆପଣା କନ୍ୟା ସିପ୍ପୋରାର ବିବାହ ଦେଲା।


ତହିଁରେ ମୋଶା ଓ ତାଙ୍କର ପରିଚାରକ ଯିହୋଶୂୟ ଉଠିଲେ; ପୁଣି, ମୋଶା ପରମେଶ୍ୱରଙ୍କ ପର୍ବତରେ ଆରୋହଣ କଲେ।


ତହୁଁ ସେ କହିଲେ, “ଆମ୍ଭେ ଅବଶ୍ୟ ତୁମ୍ଭର ସହବର୍ତ୍ତୀ ହେବା; ପୁଣି, ଆମ୍ଭେ ଯେ ତୁମ୍ଭକୁ ପ୍ରେରଣ କଲୁ, ତହିଁର ଏକ ଚିହ୍ନ ଜାଣିବ, ତୁମ୍ଭେ ମିସରରୁ ଲୋକସମୂହ ବାହାର କରି ଆଣିଲା ଉତ୍ତାରେ ତୁମ୍ଭେମାନେ ଏହି ପର୍ବତରେ ପରମେଶ୍ୱରଙ୍କର ସେବା କରିବ।”


ତହୁଁ ସେ କହିଲେ, “ତୁମ୍ଭେ ଏ ସ୍ଥାନର ନିକଟବର୍ତ୍ତୀ ହୁଅ ନାହିଁ, ତୁମ୍ଭ ପାଦରୁ ପାଦୁକା କାଢ଼; କାରଣ ତୁମ୍ଭେ ଯେଉଁ ସ୍ଥାନରେ ଛିଡ଼ା ହେଉଅଛ, ତାହା ପବିତ୍ର ଭୂମି।”


ଏଥିରେ ଇସ୍ରାଏଲ-ସନ୍ତାନଗଣ ହୋରେବ ପର୍ବତ ନିକଟରୁ ଅଗ୍ରସର ହୋଇଯାଉ ଯାଉ ଆପଣା ଆପଣା ସମସ୍ତ ଆଭରଣ ଦୂର କଲେ।


ଏଥିଉତ୍ତାରେ ମୋଶା ଆପଣା ଶ୍ୱଶୁର ଯିଥ୍ରୋ ନିକଟକୁ ବାହୁଡ଼ି ଯାଇ କହିଲେ, “ମୁଁ ବିନୟ କରୁଅଛି, ମିସରସ୍ଥିତ ମୋହର ଭ୍ରାତୃଗଣ ନିକଟକୁ ଏବେ ଫେରିଯିବା ପାଇଁ ଓ ସେମାନେ ଆଜିଯାଏ ବଞ୍ଚିଅଛନ୍ତି କି ନାହିଁ, ତାହା ଦେଖିବା ପାଇଁ ମୋତେ ଯିବାକୁ ଦିଅ।” ତହିଁରେ ଯିଥ୍ରୋ ମୋଶାଙ୍କୁ କହିଲେ, “କୁଶଳରେ ଯାଅ।”


ଏଥିଉତ୍ତାରେ ସଦାପ୍ରଭୁ ହାରୋଣଙ୍କୁ କହିଲେ, “ତୁମ୍ଭେ ମୋଶା ସହିତ ସାକ୍ଷାତ କରିବା ନିମନ୍ତେ ପ୍ରାନ୍ତରକୁ ଯାଅ।” ତହୁଁ ସେ ଯାଇ ପରମେଶ୍ୱରଙ୍କ ପର୍ବତରେ ତାଙ୍କ ସହିତ ସାକ୍ଷାତ କରି ତାଙ୍କୁ ଚୁମ୍ବନ କଲେ।


ଯିହୁଦାର ରାଜା ଉଷୀୟର ଅଧିକାର ସମୟରେ ଓ ଯୋୟାଶ୍‍ର ପୁତ୍ର ଇସ୍ରାଏଲର ରାଜା ଯାରବୀୟାମର ଅଧିକାର ସମୟରେ, ଭୂମିକମ୍ପର ଦୁଇ ବର୍ଷର ପୂର୍ବରେ ତକୋୟସ୍ଥ ଗୋପାଳକମାନଙ୍କର ମଧ୍ୟବର୍ତ୍ତୀ ଆମୋଷ ଇସ୍ରାଏଲ ବିଷୟରେ ଯେଉଁ ଯେଉଁ ଦର୍ଶନ ପାଇଲେ, ତଦ୍‍ବିଷୟକ ତାଙ୍କର ବାକ୍ୟ।


ଆମ୍ଭେ ହୋରେବରେ ସମଗ୍ର ଇସ୍ରାଏଲ ନିମନ୍ତେ ଯେଉଁ ବିଧି ଓ ଶାସନସକଳ ଆଦେଶ କଲୁ, ଆମ୍ଭ ଦାସ ମୋଶାଙ୍କର ସେହି ବ୍ୟବସ୍ଥା ତୁମ୍ଭେମାନେ ସ୍ମରଣ କର।


ଏଥିଉତ୍ତାରେ ମୋଶା ଆପଣା ଶ୍ୱଶୁର ମିଦୀୟନୀୟ ରୁୟେଲର ପୁତ୍ର ହୋବବ୍‍କୁ କହିଲେ, “ସଦାପ୍ରଭୁ ଯେଉଁ ସ୍ଥାନ ବିଷୟରେ କହିଅଛନ୍ତି, ‘ଆମ୍ଭେ ତାହା ତୁମ୍ଭମାନଙ୍କୁ ଦେବା,’ ସେହି ସ୍ଥାନକୁ ଆମ୍ଭେମାନେ ଯାତ୍ରା କରୁଅଛୁ; ତୁମ୍ଭେ ଆମ୍ଭମାନଙ୍କ ସଙ୍ଗରେ ଆସ, ତହିଁରେ ଆମ୍ଭେମାନେ ତୁମ୍ଭର ମଙ୍ଗଳ କରିବା; କାରଣ ସଦାପ୍ରଭୁ ଇସ୍ରାଏଲ ବିଷୟରେ ମଙ୍ଗଳ କଥା କହିଅଛନ୍ତି।”


ଏଉତ୍ତାରେ ସେମାନେ ସଦାପ୍ରଭୁଙ୍କ ପର୍ବତରୁ ତିନି ଦିନର ପଥ ଗଲେ, ପୁଣି, ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ସେମାନଙ୍କ ନିମନ୍ତେ ବିଶ୍ରାମ-ସ୍ଥାନ ଅନ୍ୱେଷଣ କରିବା ପାଇଁ ସେମାନଙ୍କ ଆଗରେ ତିନି ଦିନର ପଥ ଗଲା।


ସେହି ଅଞ୍ଚଳରେ କେତେକ ମେଷପାଳକ ପଦାରେ ରହି ରାତ୍ରିରେ ସେମାନଙ୍କ ମେଷପଲ ଜଗୁଥିଲେ।


ପରେ ଚାଳିଶ ବର୍ଷ ପୂର୍ଣ୍ଣ ହୁଅନ୍ତେ ସୀନୟ ପର୍ବତର ପ୍ରାନ୍ତରରେ ଜଣେ ଦୂତ ଗୋଟିଏ ବୁଦାର ଅଗ୍ନିଶିଖାରେ ତାହାଙ୍କୁ ଦର୍ଶନ ଦେଲେ।


ସେୟୀର ପର୍ବତ ଦେଇ ହୋରେବଠାରୁ କାଦେଶ-ବର୍ଣ୍ଣେୟ ପର୍ଯ୍ୟନ୍ତ ଏଗାର ଦିନର ଯାତ୍ରା ଅଟେ।


ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର ହୋରେବରେ ଆମ୍ଭମାନଙ୍କୁ କହିଲେ, ‘ତୁମ୍ଭେମାନେ ଏହି ପର୍ବତରେ ଯଥେଷ୍ଟ କାଳ ବାସ କରିଅଛ;


ଯେଉଁ ଦିନ ତୁମ୍ଭେ ହୋରେବରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଛାମୁରେ ଠିଆ ହୋଇଥିଲ, ସେତେବେଳେ ସଦାପ୍ରଭୁ ମୋତେ କହିଲେ, “ଲୋକମାନଙ୍କୁ ଆମ୍ଭ ନିକଟରେ ଏକତ୍ର କର, ଆମ୍ଭେ ଆପଣା ବାକ୍ୟ ସେମାନଙ୍କୁ ଶୁଣାଇବା ତହିଁରେ ସେମାନେ ପୃଥିବୀରେ ଜୀବନ ସାରା ଆମ୍ଭଙ୍କୁ ଭୟ କରିବାକୁ ଶିଖିବେ ଓ ଆପଣା ସନ୍ତାନମାନଙ୍କୁ ଶିଖାଇବେ।”


ସେସମୟରେ କେନୀୟ ହେବର କେନୀୟମାନଙ୍କଠାରୁ, ଅର୍ଥାତ୍‍, ମୋଶାଙ୍କ ପତ୍ନୀ-ଭ୍ରାତା ହୋବବ୍‍ର ସନ୍ତାନମାନଙ୍କଠାରୁ ପୃଥକ ହୋଇ କେଦଶ ନିକଟବର୍ତ୍ତୀ ସାନନ୍ନୀମରେ ଥିବା ଅଲୋନ ବୃକ୍ଷ ପର୍ଯ୍ୟନ୍ତ ତମ୍ବୁ ସ୍ଥାପନ କରିଥିଲା।


ଏଉତ୍ତାରେ ଶାମୁୟେଲ ଯିଶୀକୁ କହିଲେ, “ତୁମ୍ଭର ସବୁ ସନ୍ତାନ କି ଏଠାରେ ଅଛନ୍ତି?” ସେ କହିଲା, “କେବଳ କନିଷ୍ଠଟି ବାକି ଅଛି, ଆଉ ଦେଖ, ସେ ମେଷପଲ ଚରାଉଛି।” ତହିଁରେ ଶାମୁୟେଲ ଯିଶୀକୁ କହିଲେ, “ଲୋକ ପଠାଇ ତାକୁ ଅଣାଅ; ସେ ଏଠାକୁ ନ ଆସିବା ପର୍ଯ୍ୟନ୍ତ ଆମ୍ଭେମାନେ (ଭୋଜନରେ) ବସିବୁ ନାହିଁ।”


Lean sinn:

Sanasan


Sanasan