Biblia Todo Logo
Bìoball air-loidhne

- Sanasan -




ଯାତ୍ରା ପୁସ୍ତକ 3:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ତୁମ୍ଭେ ଯାଇ ଇସ୍ରାଏଲ ବଂଶର ପ୍ରାଚୀନଗଣକୁ ଏକତ୍ର କରି ଏହି କଥା କୁହ, ‘ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର, ଅର୍ଥାତ୍‍, ଅବ୍ରହାମ, ଇସ୍‌ହାକ ଓ ଯାକୁବର ପରମେଶ୍ୱର ସଦାପ୍ରଭୁ ମୋତେ ଦର୍ଶନ ଦେଇ କହିଅଛନ୍ତି, ଆମ୍ଭେ ତୁମ୍ଭମାନଙ୍କର ଓ ମିସରରେ ତୁମ୍ଭମାନଙ୍କ ପ୍ରତି ଯାହା ଯାହା କରାଯାଉଅଛି, ସେସମସ୍ତ ବିଷୟର ଧ୍ୟାନ ଦେଇଅଛୁ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

16 ତୁମ୍ଭେ ଯାଇ ଇସ୍ରାଏଲ ବଂଶର ପ୍ରାଚୀନଗଣକୁ ଏକତ୍ର କରି ଏହି କଥା କୁହ, ତୁମ୍ଭମାନଙ୍କ ପୂର୍ବ-ପୁରୁଷଗଣର ପରମେଶ୍ଵର, ଅର୍ଥାତ୍, ଅବ୍ରହାମ ଓ ଇସ୍‍ହାକ ଓ ଯାକୁବର ପରମେଶ୍ଵର ସଦାପ୍ରଭୁ ମୋତେ ଦର୍ଶନ ଦେଇ କହିଅଛନ୍ତି, ଆମ୍ଭେ ତୁମ୍ଭମାନଙ୍କର ଓ ମିସରରେ ତୁମ୍ଭମାନଙ୍କ ପ୍ରତି ଯାହା ଯାହା କରାଯାଉଅଛି, ସେସମସ୍ତର ତତ୍ତ୍ଵାନୁସନ୍ଧାନ କରିଅଛୁ।

Faic an caibideil Dèan lethbhreac

ଓଡିଆ ବାଇବେଲ

16 ତୁମ୍ଭେ ଯାଇ ଇସ୍ରାଏଲ ବଂଶର ପ୍ରାଚୀନଗଣକୁ ଏକତ୍ର କରି ଏହି କଥା କୁହ, ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର, ଅର୍ଥାତ୍‍, ଅବ୍ରହାମ, ଇସ୍‍ହାକ ଓ ଯାକୁବର ପରମେଶ୍ୱର ସଦାପ୍ରଭୁ ମୋତେ ଦର୍ଶନ ଦେଇ କହିଅଛନ୍ତି, ଆମ୍ଭେ ତୁମ୍ଭମାନଙ୍କର ଓ ମିସରରେ ତୁମ୍ଭମାନଙ୍କ ପ୍ରତି ଯାହା ଯାହା କରାଯାଉଅଛି, ସେସମସ୍ତ ବିଷୟର ଧ୍ୟାନ ଦେଇଅଛୁ।

Faic an caibideil Dèan lethbhreac

ପବିତ୍ର ବାଇବଲ

16 ସଦାପ୍ରଭୁ ଆହୁରି କହିଲେ, “ଯାଅ ଏବଂ ଇସ୍ରାଏଲୀୟ ପ୍ରାଚୀନଗଣଙ୍କୁ କୁହ, ‘ସଦାପ୍ରଭୁ ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର, ଅବ୍ରହାମ, ଇ‌ସ୍‌ହାକ ଓ ଯାକୁବର ପରମେଶ୍ୱର, ମୋତେ କହି ଅଛନ୍ତି, ମିଶରୀୟମାନଙ୍କ ଦ୍ୱାରା ତୁମ୍ଭଙ୍କୁ ଦିଆଯାଇଥିବା ଯନ୍ତ୍ରଣାସବୁ, ଆମ୍ଭେ ଟିପି ନେଇଅଛୁ।

Faic an caibideil Dèan lethbhreac




ଯାତ୍ରା ପୁସ୍ତକ 3:16
31 Iomraidhean Croise  

ଏହିରୂପେ ପରମେଶ୍ୱର ଶୂନ୍ୟ ନିର୍ମାଣ କରି ଶୂନ୍ୟର ଊର୍ଦ୍ଧ୍ୱସ୍ଥ ଜଳରୁ ଶୂନ୍ୟର ଅଧଃସ୍ଥ ଜଳକୁ ଭିନ୍ନ କଲେ; ତହିଁରେ ସେହିରୂପ ହେଲା।


ଏଥିଉତ୍ତାରେ ସଦାପ୍ରଭୁ ଆପଣା ବାକ୍ୟାନୁସାରେ ସାରାର ତତ୍ତ୍ୱାବଧାନ କଲେ; ପୁଣି, ସଦାପ୍ରଭୁ ଯାହା କହିଥିଲେ, ସାରା ପ୍ରତି ତାହା କଲେ।


ଆଉ ଦେଖ, ସଦାପ୍ରଭୁ ତହିଁ ଉପରେ ଠିଆ ହୋଇ କହିଲେ, “ଆମ୍ଭେ ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷ ଅବ୍ରହାମର ପରମେଶ୍ୱର ଓ ଇସ୍‌ହାକର ପରମେଶ୍ୱର ଅଟୁ; ତୁମ୍ଭେ ଏହି ଯେଉଁ ଦେଶରେ ଶୟନ କରୁଅଛ, ତାହା ଆମ୍ଭେ ତୁମ୍ଭକୁ ଓ ତୁମ୍ଭ ବଂଶକୁ ଦେବା।


ଏଥିଉତ୍ତାରେ ସେ ଯୋଷେଫଙ୍କୁ ଆଶୀର୍ବାଦ କରି କହିଲେ, “ଯେଉଁ ପରମେଶ୍ୱରଙ୍କ ସାକ୍ଷାତରେ ମୋହର ପୂର୍ବପୁରୁଷ ଅବ୍ରହାମ ଓ ଇସ୍‌ହାକ ଗମନାଗମନ କରିଥିଲେ, ଯେଉଁ ପରମେଶ୍ୱର ଜନ୍ମ ଦିନଠାରୁ ଆଜି ପର୍ଯ୍ୟନ୍ତ ମୋତେ ପ୍ରତିପାଳନ କରିଅଛନ୍ତି,


ଏଥିଉତ୍ତାରେ ଯୋଷେଫ ଭାଇମାନଙ୍କୁ କହିଲେ, “ମୁଁ ମରୁଅଛି, ମାତ୍ର ପରମେଶ୍ୱର ଅବଶ୍ୟ ତୁମ୍ଭମାନଙ୍କର ତତ୍ତ୍ୱାବଧାନ କରିବେ, ପୁଣି, ଏହି ଦେଶରୁ ତୁମ୍ଭମାନଙ୍କୁ ବାହାର କରି ଯେଉଁ ଦେଶ ଦେବା ପାଇଁ ଅବ୍ରହାମ, ଇସ୍‌ହାକ ଓ ଯାକୁବଙ୍କ ନିକଟରେ ଶପଥ କରିଅଛନ୍ତି, ସେହି ଦେଶକୁ ତୁମ୍ଭମାନଙ୍କୁ ନେଇଯିବେ।”


ତହିଁରେ ସଦାପ୍ରଭୁଙ୍କ ସେବା କରିବା ନିମନ୍ତେ ଗୋଷ୍ଠୀବର୍ଗ ଓ ରାଜ୍ୟସକଳ ଏକତ୍ରିତ ହେବା ବେଳେ,


ଦେଖ, ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କରନ୍ତି, ତାହାଙ୍କ ଦୟାରେ ଭରସା ରଖନ୍ତି,


ମନୁଷ୍ୟ କିଏ ଯେ, ତୁମ୍ଭେ ତାହା ବିଷୟରେ ମନୋଯୋଗୀ ହେଉଅଛ? ଓ ମାନବଜାତି କିଏ ଯେ, ତୁମ୍ଭେ ସେମାନଙ୍କର ତତ୍ତ୍ୱାବଧାନ କରୁଅଛ?


ଏଥିଉତ୍ତାରେ ଯେ ଯୋଷେଫଙ୍କୁ ଜାଣି ନ ଥିଲେ, ଏପରି ଏକ ନୂତନ ରାଜା ମିସର ଦେଶରେ ହେଲେ।


ପୁଣି, ମୋଶା ଯୋଷେଫଙ୍କର ଅସ୍ଥି ଆପଣା ସଙ୍ଗେ ନେଲେ; କାରଣ ସେ ଇସ୍ରାଏଲ-ସନ୍ତାନଗଣକୁ ଦୃଢ଼ ଶପଥ କରାଇ କହିଥିଲେ, “ପରମେଶ୍ୱର ଅବଶ୍ୟ ତୁମ୍ଭମାନଙ୍କର ତତ୍ତ୍ୱାବଧାନ କରିବେ; ସେସମୟରେ ତୁମ୍ଭେମାନେ ଆପଣାମାନଙ୍କ ସହିତ ଆମ୍ଭର ଅସ୍ଥି ଏହି ସ୍ଥାନରୁ ନେଇଯିବ।”


ଲୋକମାନେ ଏହା ଶୁଣିଅଛନ୍ତି, ସେମାନେ କମ୍ପୁଅଛନ୍ତି; ବେଦନା ପଲେଷ୍ଟୀୟ ନିବାସୀମାନଙ୍କୁ ଆକ୍ରାନ୍ତ କରିଅଛି।


ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଯଦ୍ଦ୍ୱାରା ନୀଳ ନଦୀକୁ ଆଘାତ କରିଥିଲ, ସେହି ଯଷ୍ଟି ହସ୍ତରେ ଘେନି ଇସ୍ରାଏଲର କେତେକ ପ୍ରାଚୀନଙ୍କ ସଙ୍ଗେ ଇସ୍ରାଏଲ ଲୋକମାନଙ୍କ ଆଗେ ଆଗେ ଯାଅ।


ଏଥିଉତ୍ତାରେ ମୋଶାଙ୍କ ଶ୍ୱଶୁର ଯିଥ୍ରୋ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ହୋମ ଓ ନୈବେଦ୍ୟ ଉତ୍ସର୍ଗ କଲେ; ପୁଣି, ହାରୋଣ ଓ ଇସ୍ରାଏଲର ସମସ୍ତ ପ୍ରାଚୀନବର୍ଗ ଆସି ପରମେଶ୍ୱରଙ୍କ ସମ୍ମୁଖରେ ମୋଶାଙ୍କ ଶ୍ୱଶୁର ସଙ୍ଗରେ ଭୋଜନ କଲେ।


ଇସ୍ରାଏଲ-ସନ୍ତାନଗଣ ପ୍ରତି ଦୃଷ୍ଟିପାତ କଲେ ଓ ସେମାନଙ୍କ ଅବସ୍ଥା ଜାଣିଲେ।


ଆଉ ସେ ଇସ୍ରାଏଲ-ସନ୍ତାନଗଣର ଅଧ୍ୟକ୍ଷମାନଙ୍କ ବିରୁଦ୍ଧରେ ହସ୍ତ ବିସ୍ତାର କଲେ ନାହିଁ; ମାତ୍ର ସେମାନେ ପରମେଶ୍ୱରଙ୍କୁ ଦର୍ଶନ କଲେ, ପୁଣି, ଭୋଜନ ଓ ପାନ କଲେ।


ଏଥିରେ ଗୋଟିଏ ବୁଦା ମଧ୍ୟରୁ ଅଗ୍ନିଶିଖାରେ ସଦାପ୍ରଭୁଙ୍କ ଦୂତ ତାଙ୍କୁ ଦର୍ଶନ ଦେଲେ; ତହୁଁ ସେ ଅନାଇଲେ, ଆଉ ଦେଖ, ବୁଦା ଅଗ୍ନିରେ ପ୍ରଜ୍ୱଳିତ ହେଉଅଛି, ତଥାପି ବୁଦା ନଷ୍ଟ ହେଉ ନାହିଁ।


ସେ ଆହୁରି କହିଲେ, “ଆମ୍ଭେ ତୁମ୍ଭର ପୈତୃକ ପରମେଶ୍ୱର, ଅର୍ଥାତ୍‍, ଅବ୍ରହାମର ପରମେଶ୍ୱର ଓ ଇସ୍‌ହାକର ପରମେଶ୍ୱର ଓ ଯାକୁବର ପରମେଶ୍ୱର।” ତହିଁରେ ମୋଶା ଆପଣା ମୁଖ ଆଚ୍ଛାଦନ କଲେ, କାରଣ ସେ ପରମେଶ୍ୱରଙ୍କ ପ୍ରତି ଦୃଷ୍ଟି କରିବାକୁ ଭୀତ ହେଲେ।


ଏଥିରେ ମୋଶା ଉତ୍ତର କଲେ, “ଦେଖନ୍ତୁ, ସେମାନେ ମୋତେ ବିଶ୍ୱାସ କରିବେ ନାହିଁ ଓ ମୋʼ ରବରେ ମନୋଯୋଗ କରିବେ ନାହିଁ; ମାତ୍ର ସେମାନେ କହିବେ, ‘ସଦାପ୍ରଭୁ ତୁମ୍ଭକୁ ଦର୍ଶନ ଦେଇ ନାହାନ୍ତି?’”


ଏଥିଉତ୍ତାରେ ମୋଶା ଓ ହାରୋଣ ଯାଇ ଇସ୍ରାଏଲ ସନ୍ତାନମାନଙ୍କର ପ୍ରାଚୀନବର୍ଗକୁ ଏକତ୍ର କଲେ।


ତହିଁରେ ଲୋକମାନେ ବିଶ୍ୱାସ କଲେ, ପୁଣି, ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣର ତତ୍ତ୍ୱାବଧାନ କରି ସେମାନଙ୍କ ଦୁଃଖ ଦେଖିଅଛନ୍ତି, ଏହା ଶୁଣି ସେମାନେ ତାହାଙ୍କୁ ମସ୍ତକ ନତ କରି ଉପାସନା କଲେ।


“ଏଥିପାଇଁ ତୁମ୍ଭେ ଆପଣା ହସ୍ତ ବଢ଼ାଇ ତାହାର ଲାଞ୍ଜ ଧର,” ତହିଁରେ ସେ ହସ୍ତ ବଢ଼ାଇ ତାକୁ ଧରନ୍ତେ, ତାଙ୍କ ହସ୍ତରେ ସେ ଯଷ୍ଟି ହେଲା।


ସେହି ସମୟରେ ପ୍ରଧାନ ଯାଜକ ଓ ଲୋକଙ୍କର ପ୍ରାଚୀନବର୍ଗ କୟାଫା ନାମକ ମହାଯାଜକଙ୍କ ପ୍ରାଙ୍ଗଣରେ ଏକତ୍ର ହେଲେ,


“ଧନ୍ୟ ପ୍ରଭୁ, ଇସ୍ରାଏଲର ଈଶ୍ବର, କାରଣ ସେ କୃପାଦୃଷ୍ଟି କରି, ଆପଣା ଲୋକଙ୍କ ନିମନ୍ତେ ମୁକ୍ତି ସାଧନ କରିଅଛନ୍ତି;


ପୁଣି, ତୋତେ ଓ ତୋʼ ମଧ୍ୟରେ ଥିବା ତୋʼ ସନ୍ତାନମାନଙ୍କୁ ଭୂମିରେ କଚାଡ଼ି ଚୂର୍ଣ୍ଣ କରିବେ, ଆଉ ତୋʼ ମଧ୍ୟରେ ଗୋଟିଏ ପଥରକୁ ଅନ୍ୟ ଗୋଟିଏ ପଥର ଉପରେ, ରହିବାକୁ ଦେବେ ନାହିଁ, ଏପରି ସମୟ ତୋʼ ଉପରେ ଆସିବ।”


ଆଉ ସେମାନେ ମଧ୍ୟ ତାହା କରି ବର୍ଣ୍ଣବ୍ବା ଓ ଶାଉଲଙ୍କ ହସ୍ତରେ ପ୍ରାଚୀନମାନଙ୍କ ନିକଟକୁ ପଠାଇଦେଲେ।


ଈଶ୍ବର ଆପଣା ନାମ ନିମନ୍ତେ ଅଣଯିହୁଦୀମାନଙ୍କ ମଧ୍ୟରୁ ଦଳେ ଲୋକ ଗ୍ରହଣ କରିବା ପାଇଁ କିପ୍ରକାରେ ପ୍ରଥମେ ସେମାନଙ୍କ ପ୍ରତି କୃପାଦୃଷ୍ଟି କରିଥିଲେ, ତାହା ଶିମୋନ ବର୍ଣ୍ଣନା କରିଅଛନ୍ତି।


ମୀଲୀତରୁ ସେ ଏଫିସ ସହରକୁ ଲୋକ ପଠାଇ ମଣ୍ଡଳୀର ପ୍ରାଚୀନମାନଙ୍କୁ ଆପଣା ନିକଟକୁ ଡକାଇ ଆଣିଲେ।


ତୁମ୍ଭେମାନେ ଅଣଯିହୁଦୀମାନଙ୍କ ମଧ୍ୟରେ ସଦାଚରଣ କର, ଯେପରି ସେମାନେ ଯେଉଁ ବିଷୟରେ ତୁମ୍ଭମାନଙ୍କୁ ଦୁଷ୍କର୍ମକାରୀ ବୋଲି ନିନ୍ଦା କରନ୍ତି, ତୁମ୍ଭମାନଙ୍କର ସୁକର୍ମ ଦେଖି ସେହି ବିଷୟରେ କୃପାଦୃଷ୍ଟି ଦିନରେ ଈଶ୍ବରଙ୍କ ଗୌରବ କରିବେ।


ଅତଏବ, ଜଣେ ସହ-ପ୍ରାଚୀନ ପୁଣି, ଖ୍ରୀଷ୍ଟଙ୍କ ଦୁଃଖଭୋଗର ସାକ୍ଷୀ ଏବଂ ମୁଁ ଯେ ଆଗାମୀ ଗୌରବର ଅଂଶାଧିକାରୀ, ତୁମ୍ଭମାନଙ୍କ ମଧ୍ୟରେ ଥିବା ପ୍ରାଚୀନମାନଙ୍କୁ ଅନୁରୋଧ କରୁଅଛି,


ପରେ ନୟମୀ ନିଜର ପୁତ୍ରବଧୂମାନଙ୍କୁ ନେଇଁ ମୋୟାବ ଦେଶରୁ ପ୍ରସ୍ଥାନ କରିବା ପାଇଁ ବାହାରିଲା, ଯେହେତୁ ସଦାପ୍ରଭୁ ଯେ ନିଜ ଲୋକଙ୍କର ତତ୍ତ୍ୱାବଧାରଣ କରି ଆହାର ଦେଇଅଛନ୍ତି, ଏହି କଥା ନୟମୀ ମୋୟାବ ଦେଶରେ ଥାଇ ଶୁଣିଲା।


Lean sinn:

Sanasan


Sanasan