Biblia Todo Logo
Bìoball air-loidhne

- Sanasan -




ଯାତ୍ରା ପୁସ୍ତକ 3:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଏଥିରେ ଗୋଟିଏ ବୁଦା ମଧ୍ୟରୁ ଅଗ୍ନିଶିଖାରେ ସଦାପ୍ରଭୁଙ୍କ ଦୂତ ତାଙ୍କୁ ଦର୍ଶନ ଦେଲେ; ତହୁଁ ସେ ଅନାଇଲେ, ଆଉ ଦେଖ, ବୁଦା ଅଗ୍ନିରେ ପ୍ରଜ୍ୱଳିତ ହେଉଅଛି, ତଥାପି ବୁଦା ନଷ୍ଟ ହେଉ ନାହିଁ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

2 ଏଥିରେ ଗୋଟିଏ ବୁଦା ମଧ୍ୟରୁ ଅଗ୍ନିଶିଖାରେ ସଦାପ୍ରଭୁଙ୍କ ଦୂତ ତାଙ୍କୁ ଦର୍ଶନ ଦେଲେ; ତହୁଁ ସେ ଅନାଇଲେ, ଆଉ ଦେଖ, ବୁଦା ଅଗ୍ନିରେ ପ୍ରଜ୍ଵଳିତ ହେଉଅଛି, ତଥାପି ବୁଦା ନଷ୍ଟ ହେଉ ନାହିଁ।

Faic an caibideil Dèan lethbhreac

ଓଡିଆ ବାଇବେଲ

2 ଏଥିରେ ଗୋଟିଏ ବୁଦା ମଧ୍ୟରୁ ଅଗ୍ନି ଶିଖାରେ ସଦାପ୍ରଭୁଙ୍କ ଦୂତ ତାଙ୍କୁ ଦର୍ଶନ ଦେଲେ; ତହୁଁ ସେ ଅନାଇଲେ, ଆଉ ଦେଖ, ବୁଦା ଅଗ୍ନିରେ ପ୍ରଜ୍ୱଳିତ ହେଉଅଛି, ତଥାପି ବୁଦା ନଷ୍ଟ ହେଉ ନାହିଁ।

Faic an caibideil Dèan lethbhreac

ପବିତ୍ର ବାଇବଲ

2 ସେହି ପର୍ବତରେ, ମୋଶା ଦେଖିଲେ ସଦାପ୍ରଭୁଙ୍କର ଦୂତ ଏକ ଜ୍ୱଳନ୍ତା ବୁଦା ମଧ୍ୟରେ ଥିଲେ। ମୋଶା ଦେଖିଲେ, ବୁଦାରେ ଅଗ୍ନି ଲାଗି ଥିଲେ ମଧ୍ୟ ତାହା ଧ୍ୱଂସ ହେଉ ନ ଥିଲା।

Faic an caibideil Dèan lethbhreac




ଯାତ୍ରା ପୁସ୍ତକ 3:2
29 Iomraidhean Croise  

ସେତେବେଳେ ପରମେଶ୍ୱର ବାଳକର ରବ ଶୁଣିଲେ; ପୁଣି, ପରମେଶ୍ୱରଙ୍କ ଦୂତ ଆକାଶରୁ ଡାକି ହାଗାରଙ୍କୁ କହିଲେ, “ଆଗୋ ହାଗାର, ତୁମ୍ଭର କଅଣ ହେଲା? ଭୟ କର ନାହିଁ; କାରଣ, ଯେଉଁ ସ୍ଥାନରେ ବାଳକ ଅଛି, ସେହି ସ୍ଥାନରେ ପରମେଶ୍ୱର ତାହାର ରବ ଶୁଣିଅଛନ୍ତି।


ଏପରି ସମୟରେ ଆକାଶରୁ ସଦାପ୍ରଭୁଙ୍କ ଦୂତ ତାଙ୍କୁ ଡାକି କହିଲେ, “ହେ ଅବ୍ରହାମ, ହେ ଅବ୍ରହାମ!” ତହିଁରେ ସେ କହିଲେ, “ଦେଖନ୍ତୁ, ମୁଁ ଏଠାରେ।”


ଯେଉଁ ଦୂତ ସମସ୍ତ ଆପଦରୁ ମୋତେ ମୁକ୍ତ କରିଅଛନ୍ତି, ସେ ଏହି ବାଳକମାନଙ୍କୁ ଆଶୀର୍ବାଦ କରନ୍ତୁ; ଏମାନେ ମୋʼ ନାମରେ ଓ ମୋହର ପୂର୍ବପୁରୁଷ ଅବ୍ରହାମ ଓ ଇସ୍‌ହାକଙ୍କ ନାମରେ ବିଖ୍ୟାତ ହେଉନ୍ତୁ, ପୁଣି, ଏମାନେ ଦେଶ ମଧ୍ୟରେ ବୃଦ୍ଧି ପାଇ ଲୋକସମୂହ ହେଉନ୍ତୁ।”


ତୁମ୍ଭେ ଆମ୍ଭମାନଙ୍କ ମସ୍ତକ ଉପରେ ଲୋକମାନଙ୍କୁ ଚଢ଼ିବାକୁ ଦେଇଅଛ; ଆମ୍ଭେମାନେ ଅଗ୍ନି ଓ ଜଳ ମଧ୍ୟଦେଇ ଗମନ କଲୁ; ମାତ୍ର ତୁମ୍ଭେ ଆମ୍ଭମାନଙ୍କୁ ଧନାଢ଼୍ୟ ସ୍ଥାନକୁ ଆଣିଅଛ।


ସେତେବେଳେ ସୀନୟ ପର୍ବତ ଧୂମମୟ ଥିଲା, କାରଣ ସଦାପ୍ରଭୁ ଅଗ୍ନି ବାହନରେ ତହିଁ ଉପରେ ଅବରୋହଣ କଲେ; ତହିଁରେ ଭାଟିର ଧୂମ ପରି ତହିଁରୁ ଧୂମ ଉଠିଲା, ପୁଣି, ସମୁଦାୟ ପର୍ବତ ଅତିଶୟ କମ୍ପିଲା।


ଦେଖ, ଆମ୍ଭେ ତୁମ୍ଭକୁ ପଥରେ ରକ୍ଷା କରିବା ପାଇଁ ଓ ତୁମ୍ଭକୁ ଆମ୍ଭର ପ୍ରସ୍ତୁତ ସ୍ଥାନକୁ ଆଣିବା ପାଇଁ ତୁମ୍ଭ ଆଗେ ଆଗେ ଏକ ଦୂତ ପ୍ରେରଣ କରୁଅଛୁ।


ତହିଁରେ ଇସ୍ରାଏଲ-ସନ୍ତାନଗଣର ଦୃଷ୍ଟିରେ ପର୍ବତ ଶୃଙ୍ଗରେ ଗ୍ରାସକାରୀ ଅଗ୍ନି ତୁଲ୍ୟ ସଦାପ୍ରଭୁଙ୍କର ପ୍ରତାପ ପ୍ରକାଶିତ ହେଲା।


ତୁମ୍ଭେ ଯାଇ ଇସ୍ରାଏଲ ବଂଶର ପ୍ରାଚୀନଗଣକୁ ଏକତ୍ର କରି ଏହି କଥା କୁହ, ‘ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର, ଅର୍ଥାତ୍‍, ଅବ୍ରହାମ, ଇସ୍‌ହାକ ଓ ଯାକୁବର ପରମେଶ୍ୱର ସଦାପ୍ରଭୁ ମୋତେ ଦର୍ଶନ ଦେଇ କହିଅଛନ୍ତି, ଆମ୍ଭେ ତୁମ୍ଭମାନଙ୍କର ଓ ମିସରରେ ତୁମ୍ଭମାନଙ୍କ ପ୍ରତି ଯାହା ଯାହା କରାଯାଉଅଛି, ସେସମସ୍ତ ବିଷୟର ଧ୍ୟାନ ଦେଇଅଛୁ।


ତୁମ୍ଭେ ଜଳ ମଧ୍ୟଦେଇ ଯିବା ବେଳେ ଆମ୍ଭେ ତୁମ୍ଭର ସଙ୍ଗୀ ହେବା ନଦ-ନଦୀ ମଧ୍ୟରେ ଗମନ କଲେ, ସେହି ସବୁ ତୁମ୍ଭକୁ ମଗ୍ନ କରିବ ନାହିଁ; ତୁମ୍ଭେ ଅଗ୍ନି ମଧ୍ୟରେ ଗମନ କରିବା ବେଳେ ଦଗ୍ଧ ହେବ ନାହିଁ, କିଅବା ଅଗ୍ନିଶିଖା ତୁମ୍ଭର ଦାହ ଜନ୍ମାଇବ ନାହିଁ।


ସେମାନଙ୍କର ସବୁ ଦୁଃଖରେ ସେ ଦୁଃଖିତ ହେଲେ ଓ ତାହାଙ୍କର ଶ୍ରୀମୁଖ ସ୍ୱରୂପ ଦୂତ ସେମାନଙ୍କୁ ପରିତ୍ରାଣ କଲେ; ସେ ଆପଣା ପ୍ରେମ ଓ ଆପଣା ଦୟାରେ ସେମାନଙ୍କୁ ମୁକ୍ତ କଲେ ଓ ପୁରାତନ କାଳର ସମସ୍ତ ଦିନ ସେମାନଙ୍କୁ ବହନ କଲେ।


ପୁଣି, କ୍ଷିତିପାଳ, ରାଜପ୍ରତିନିଧି ଓ ଦେଶାଧ୍ୟକ୍ଷ ଓ ରାଜମନ୍ତ୍ରୀମାନେ ଏକତ୍ର ହୋଇ ସେହି ତିନି ଜଣଙ୍କୁ ଅନାଇ ଦେଖିଲେ ଯେ, ଅଗ୍ନି ସେମାନଙ୍କର ଶରୀର ଉପରେ କିଛି ହିଁ ଶକ୍ତି ପ୍ରକାଶ କରି ନାହିଁ, କିଅବା ସେମାନଙ୍କ ମସ୍ତକର କେଶ ହିଁ କିଛି ଦଗ୍ଧ ହୋଇ ନାହିଁ, ଅଥବା ସେମାନଙ୍କର ପାୟଜାମା ବିକୃତ ହୋଇ ନାହିଁ, କିଅବା ସେମାନଙ୍କ ଶରୀରରେ ଅଗ୍ନିର ଗନ୍ଧ ନାହିଁ।


“ହେ ଖଡ୍ଗ, ଆମ୍ଭ ପାଳକର ବିରୁଦ୍ଧରେ ଓ ଆମ୍ଭ ସଖା-ମନୁଷ୍ୟର ବିରୁଦ୍ଧରେ ଜାଗ୍ରତ ହୁଅ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ପାଳକକୁ ଆଘାତ କର, ତହିଁରେ ମେଷଗଣ ଛିନ୍ନଭିନ୍ନ ହୋଇଯିବେ ଓ ଆମ୍ଭେ କ୍ଷୁଦ୍ର ଲୋକମାନଙ୍କର ଉପରେ ଆପଣା ହସ୍ତ ଫେରାଇବା।


“ଦେଖ, ଆମ୍ଭେ ଆପଣା ବାର୍ତ୍ତାବାହକଙ୍କୁ ପ୍ରେରଣ କରୁଅଛୁ ଓ ସେ ଆମ୍ଭ ଆଗରେ ପଥ ପ୍ରସ୍ତୁତ କରିବ; ପୁଣି, ତୁମ୍ଭେମାନେ ଯେଉଁ ପ୍ରଭୁଙ୍କର ଅନ୍ୱେଷଣ କରୁଅଛ, ସେ ଅକସ୍ମାତ୍‍ ଆପଣା ମନ୍ଦିରକୁ ଆସିବେ; ଆଉ, ନିୟମର ଯେଉଁ ବାର୍ତ୍ତାବାହକଠାରେ ତୁମ୍ଭେମାନେ ସନ୍ତୁଷ୍ଟ ଅଟ, ଦେଖ, ସେ ଆସୁଅଛନ୍ତି,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।


ମାତ୍ର ମୃତମାନେ ଯେ ଉତ୍ଥିତ ହୁଅନ୍ତି, ସେ ସମ୍ବନ୍ଧରେ ତୁମ୍ଭେମାନେ କି ମୋଶାଙ୍କ ଶାସ୍ତ୍ରରେ ବୁଦାର ବୃତ୍ତାନ୍ତରେ ପାଠ କରି ନାହଁ ଯେ ଈଶ୍ବର କିପରି ତାହାଙ୍କୁ କହିଲେ, ଆମ୍ଭେ ଅବ୍ରହାମଙ୍କ ଈଶ୍ବର, ଇସ୍‌ହାକଙ୍କ ଈଶ୍ବର ଓ ଯାକୁବଙ୍କ ଈଶ୍ବର?


ମାତ୍ର ମୃତମାନେ ଯେ ଉଠିବେ, ଏହା ମୋଶା ମଧ୍ୟ ବୁଦାର ଘଟଣାରେ ପ୍ରଭୁଙ୍କୁ ‘ଅବ୍ରହାମଙ୍କ ଈଶ୍ବର, ଇସ୍‌ହାକଙ୍କ ଈଶ୍ବର ଓ ଯାକୁବଙ୍କ ଈଶ୍ବର’ ବୋଲି କହି ସୂଚନା ଦେଇଅଛନ୍ତି।


ଆଉ, ସେହି ବାକ୍ୟ ଦେହବନ୍ତ ହେଲେ, ପୁଣି, ଅନୁଗ୍ରହ ଓ ସତ୍ୟରେ ପରିପୂର୍ଣ୍ଣ ହୋଇ ଆମ୍ଭମାନଙ୍କ ମଧ୍ୟରେ ବାସ କଲେ, ଆଉ ପିତାଙ୍କଠାରୁ ଆଗତ ଅଦ୍ୱିତୀୟ ପୁତ୍ରଙ୍କ ମହିମା ସଦୃଶ ଆମ୍ଭେମାନେ ତାହାଙ୍କ ମହିମା ଦେଖିଲୁ।


ଯେଣୁ ଶରୀର ସକାଶେ ଦୁର୍ବଳ ହେବାରୁ ବ୍ୟବସ୍ଥା ଯାହା ସାଧନ କରିପାରିଲା ନାହିଁ, ତାହା ଈଶ୍ବର ଆପଣା ପୁତ୍ରଙ୍କୁ ପାପମୟ ଶରୀରର ସାଦୃଶ୍ୟରେ ପାପ ବିନାଶ ନିମନ୍ତେ ପ୍ରେରଣ କରି ଶରୀରରେ ପାପକୁ ଦଣ୍ଡାଜ୍ଞା ଦେବା ଦ୍ୱାରା କଲେ,


ଆଉ ପୃଥିବୀର ଓ ତତ୍‍ପୂରକ ବସ୍ତୁର ଉତ୍ତମ ଦ୍ରବ୍ୟରେ ଓ ଯେ ବୁଦାରେ ବାସ କଲେ, ତାହାଙ୍କ ଅନୁଗ୍ରହରେ (ତାହାର ଦେଶ ସଦାପ୍ରଭୁଙ୍କ ଦ୍ୱାରା ଆଶୀର୍ବାଦ ପ୍ରାପ୍ତ ହେଉ) ଯୋଷେଫର ମସ୍ତକରେ ଆଶୀର୍ବାଦ ବର୍ତ୍ତୁ, ଯେ ଆପଣା ଭ୍ରାତୃଗଣ ନିକଟରୁ ପୃଥକ ହୋଇଥିଲା, ତାହାର ମସ୍ତକାଗ୍ରରେ ଆଶୀର୍ବାଦ ବର୍ତ୍ତୁ।


ମାତ୍ର ତୁମ୍ଭେମାନେ ଆଜି ଦିନର ପରି ଯେପରି ସଦାପ୍ରଭୁଙ୍କ ଅଧିକାରର ଲୋକ ହୁଅ, ଏଥିପାଇଁ ସେ ତୁମ୍ଭମାନଙ୍କୁ ଗ୍ରହଣ କରିଅଛନ୍ତି ଓ ତୁମ୍ଭମାନଙ୍କୁ ଲୁହା-ଭାଟି ସ୍ୱରୂପ ମିସରରୁ ଉଦ୍ଧାର କରି ଆଣିଅଛନ୍ତି।


ସେତେବେଳେ ତୁମ୍ଭମାନଙ୍କୁ କଷ୍ଟ ଦେଉଥିବା ଲୋକମାନଙ୍କୁ ପ୍ରତିଫଳ ଭାବରେ କ୍ଳେଶ ଦେବା ଓ କଷ୍ଟ ଭୋଗ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ଆମ୍ଭମାନଙ୍କ ସହିତ ବିଶ୍ରାମ ଦେବା, ଏହା ତ ଈଶ୍ବରଙ୍କ ପକ୍ଷରେ ନ୍ୟାୟର ବିଷୟ;


ତହିଁରେ ସଦାପ୍ରଭୁଙ୍କ ଦୂତ ମାନୋହକୁ କହିଲେ, “ଆମ୍ଭେ ସେହି ସ୍ତ୍ରୀକୁ ଯାହା ଯାହା କହିଅଛୁ, ତାହାସବୁ ସେ ମାନୁ।


Lean sinn:

Sanasan


Sanasan