ଯାତ୍ରା ପୁସ୍ତକ 5:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ମୋଶା ଓ ହାରୋଣ ପ୍ରବେଶ କରି ଫାରୋଙ୍କୁ କହିଲେ, “ଇସ୍ରାଏଲର ସଦାପ୍ରଭୁ ପରମେଶ୍ୱର କହନ୍ତି, ‘ପ୍ରାନ୍ତରରେ ଆମ୍ଭ ଉଦ୍ଦେଶ୍ୟରେ ଉତ୍ସବ କରିବାକୁ ଆମ୍ଭ ଲୋକମାନଙ୍କୁ ଯିବାକୁ ଦିଅ।’” Faic an caibideilପବିତ୍ର ବାଇବଲ (Re-edited) - (BSI)1 ଅନନ୍ତର ମୋଶା ଓ ହାରୋଣ ପ୍ରବେଶ କରି ଫାରୋଙ୍କୁ କହିଲେ, ଇସ୍ରାଏଲର ସଦାପ୍ରଭୁ ପରମେଶ୍ଵର କହନ୍ତି, ପ୍ରାନ୍ତରରେ ଆମ୍ଭ ଉଦ୍ଦେଶ୍ୟରେ ଉତ୍ସବ କରିବାକୁ ଆମ୍ଭ ଲୋକମାନଙ୍କୁ ଛାଡ଼ି ଦିଅ। Faic an caibideilଓଡିଆ ବାଇବେଲ1 ଏଥିଉତ୍ତାରେ ମୋଶା ଓ ହାରୋଣ ପ୍ରବେଶ କରି ଫାରୋଙ୍କୁ କହିଲେ, “ଇସ୍ରାଏଲର ସଦାପ୍ରଭୁ ପରମେଶ୍ୱର କହନ୍ତି, ପ୍ରାନ୍ତରରେ ଆମ୍ଭ ଉଦ୍ଦେଶ୍ୟରେ ଉତ୍ସବ କରିବାକୁ ଆମ୍ଭ ଲୋକମାନଙ୍କୁ ଯିବାକୁ ଦିଅ।” Faic an caibideilପବିତ୍ର ବାଇବଲ1 ମୋଶା ଏବଂ ହାରୋଣ ଏପରି କହି ସାରିବା ପରେ ଫାରୋଙ୍କ ନିକଟକୁ ଗଲେ। ସେମାନେ କହିଲେ, “ସଦାପ୍ରଭୁ, ଇସ୍ରାଏଲର ପରମେଶ୍ୱର କହିଛନ୍ତି, ‘ମୋର ଲୋକମାନଙ୍କୁ ଯିବାକୁ ଦିଅ। ସେମାନେ ମୋ’ ସମ୍ମାନାର୍ଥେ ମରୁଭୂମିରେ ଏକ ଉତ୍ସବ ପାଳନ କରିବେ।’” Faic an caibideil |
ଏଥିରେ ସେମାନେ ତୁମ୍ଭ ରବରେ ଅବଧାନ କରିବେ; ତହୁଁ ତୁମ୍ଭେ ଓ ଇସ୍ରାଏଲ ବଂଶର ପ୍ରାଚୀନବର୍ଗ ମିସରର ରାଜା ନିକଟକୁ ଯାଇ ଏହି କଥା କହିବ, ‘ଏବ୍ରୀୟ ଲୋକମାନଙ୍କ ପରମେଶ୍ୱର ସଦାପ୍ରଭୁ ଆମ୍ଭମାନଙ୍କ ସହିତ ସାକ୍ଷାତ କରିଅଛନ୍ତି; ଏହେତୁ ବିନୟ କରୁଅଛୁ, ଆମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବା ନିମିତ୍ତ ଏବେ ଆମ୍ଭମାନଙ୍କୁ ତିନି ଦିନର ପଥ ପ୍ରାନ୍ତରକୁ ଯିବା ପାଇଁ ଅନୁମତି ଦେଉନ୍ତୁ।’
ହେ ମନୁଷ୍ୟ-ସନ୍ତାନ, ସତ୍ୟ, ସେମାନେ ତୁମ୍ଭ ନିକଟରେ କାନକୋଳି ଓ କଣ୍ଟକ ତୁଲ୍ୟ ଅଟନ୍ତି, ତୁମ୍ଭେ କଙ୍କଡ଼ାବିଛାମାନଙ୍କ ମଧ୍ୟରେ ବାସ କରୁଅଛ, ତଥାପି ସେମାନଙ୍କ ବିଷୟରେ ଭୀତ ହୁଅ ନାହିଁ, କିଅବା ସେମାନଙ୍କ କଥାରେ ଭୀତ ହୁଅ ନାହିଁ; ସେମାନେ ବିଦ୍ରୋହୀ ବଂଶ ହେଲେ ହେଁ ତୁମ୍ଭେ ସେମାନଙ୍କ କଥାରେ ଭୀତ ହୁଅ ନାହିଁ, କିଅବା ସେମାନଙ୍କ ଚାହାଣିରେ ଉଦ୍ବିଗ୍ନ ହୁଅ ନାହିଁ।