Biblia Todo Logo
Bìoball air-loidhne

- Sanasan -




ଯାତ୍ରା ପୁସ୍ତକ 5:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ପୁଣି, ପୂର୍ବରେ ସେମାନଙ୍କ ଉପରେ ଯେତେ ଇଟା ନିର୍ମାଣର ଭାର ଥିଲା, ଏବେ ସେହି ଭାର ଦିଅ; ତହିଁରୁ କିଛିମାତ୍ର ଊଣା କର ନାହିଁ; ଯେହେତୁ ସେମାନେ ଅଳସୁଆ ଅଟନ୍ତି; ‘ଏଣୁ ଆମ୍ଭମାନଙ୍କୁ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବାକୁ ଯିବାକୁ ଦିଅ ବୋଲି ଡାକ ପକାଉଅଛନ୍ତି;’

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

8 ପୁଣି ପୂର୍ବରେ ସେମାନଙ୍କ ଉପରେ ଯେତେ ଇଷ୍ଟକ ନିର୍ମାଣର ଭାର ଥିଲା, ଏବେ ସେହି ଭାର ଦିଅ; ତହିଁରୁ କିଛିମାତ୍ର ଊଣା କର ନାହିଁ; ଯେହେତୁ ସେମାନେ ଅଳସୁଆ; ଏଣୁ ଆମ୍ଭମାନଙ୍କୁ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବାକୁ ଛାଡ଼ି ଦିଅ ବୋଲି ଡକା ପକାଉ ଅଛନ୍ତି;

Faic an caibideil Dèan lethbhreac

ଓଡିଆ ବାଇବେଲ

8 ପୁଣି, ପୂର୍ବରେ ସେମାନଙ୍କ ଉପରେ ଯେତେ ଇଟା ନିର୍ମାଣର ଭାର ଥିଲା, ଏବେ ସେହି ଭାର ଦିଅ; ତହିଁରୁ କିଛିମାତ୍ର ଊଣା କର ନାହିଁ; ଯେହେତୁ ସେମାନେ ଅଳସୁଆ ଅଟନ୍ତି; ଏଣୁ ଆମ୍ଭମାନଙ୍କୁ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବାକୁ ଯିବାକୁ ଦିଅ ବୋଲି ଡାକ ପକାଉ ଅଛନ୍ତି;

Faic an caibideil Dèan lethbhreac

ପବିତ୍ର ବାଇବଲ

8 କିନ୍ତୁ ସେମାନେ ପୂର୍ବପରି ଯେତେ ସଂଖ୍ୟକ ଇଟା ତିଆରି କରୁଥିଲେ, ସେମାନଙ୍କୁ ସେତିକ ଇଟା ତିଆରି କରାଅ। ସେମାନେ ଅଳସୁଆ ହୋଇଛନ୍ତି। ଯେଉଁଥିପାଇଁ ସେମାନେ ଯିବା ପାଇଁ ମୋତେ ଅନୁମତି ମାଗୁଛନ୍ତି। ତାଙ୍କର କିଛି କାର୍ଯ୍ୟ କରିବାକୁ ଇଚ୍ଛା ନାହିଁ। ଯେଣୁ ସେମାନେ ସେମାନଙ୍କର ପରମେଶ୍ୱରଙ୍କ ପାଇଁ ବଳିଦାନ ଉତ୍ସର୍ଗ କରିବାକୁ ଗ୍ଭହୁଛନ୍ତି।

Faic an caibideil Dèan lethbhreac




ଯାତ୍ରା ପୁସ୍ତକ 5:8
6 Iomraidhean Croise  

ଆଉ, ସେ ସେମାନଙ୍କୁ ଅନ୍ୟ ଦେଶୀୟମାନଙ୍କ ହସ୍ତରେ ସମର୍ପଣ କଲେ ଓ ସେମାନଙ୍କ ଘୃଣାକାରୀମାନେ ସେମାନଙ୍କ ଉପରେ କର୍ତ୍ତୃତ୍ୱ କଲେ;


ଏଥିଉତ୍ତାରେ ସେମାନେ ଭାର ବହନ ଦ୍ୱାରା ସେମାନଙ୍କୁ କ୍ଳେଶ ଦେବା ପାଇଁ ସେମାନଙ୍କ ଉପରେ କାର୍ଯ୍ୟଶାସକମାନଙ୍କୁ ନିଯୁକ୍ତ କଲେ, ପୁଣି, ସେମାନଙ୍କ ଦ୍ୱାରା ଫାରୋଙ୍କ ନିମନ୍ତେ ଭଣ୍ଡାରର ନଗର, ଅର୍ଥାତ୍‍, ପିଥୋମ୍‍ ଓ ରାମିଷେଷ୍‍ ନିର୍ମାଣ କରାଇଲେ।


ତହୁଁ ସେ କହିଲେ, “ତୁମ୍ଭେମାନେ ବହୁତ ଅଳସୁଆ, ଏଥିପାଇଁ କହୁଅଛ, ‘ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବାକୁ ଆମ୍ଭମାନଙ୍କୁ ଯିବାକୁ ଦିଅ।’


“ତହିଁରେ ତୁମ୍ଭମାନଙ୍କ ଦୈନିକ ନିରୂପିତ ଇଟାରୁ କିଛି ଊଣା ହେବ ନାହିଁ;” ଏହି କଥାରେ ଇସ୍ରାଏଲ ବଂଶୀୟ କାର୍ଯ୍ୟାଧ୍ୟକ୍ଷମାନେ ଦେଖିଲେ ଯେ, ସେମାନଙ୍କ ଦଶା ଅମଙ୍ଗଳସୂଚକ।


“ତୁମ୍ଭେମାନେ ଇଟା ନିର୍ମାଣ ନିମିତ୍ତ ପୂର୍ବ ପରି ଏହି ଲୋକମାନଙ୍କୁ ଆଉ ପାଳ ଦିଅ ନାହିଁ; ସେମାନେ ଯାଇ ଆପଣା ନିମନ୍ତେ ପାଳ ସଂଗ୍ରହ କରନ୍ତୁ।


ଏହେତୁ ଏମାନେ କାର୍ଯ୍ୟ ଭାରରେ ଭାରାକ୍ରାନ୍ତ ହୋଇ ତହିଁରେ ବ୍ୟସ୍ତ ଥାʼନ୍ତୁ; ମିଥ୍ୟା କଥାରେ ଅବଧାନ ନ କରନ୍ତୁ।”


Lean sinn:

Sanasan


Sanasan