Biblia Todo Logo
Bìoball air-loidhne

- Sanasan -




ଯାତ୍ରା ପୁସ୍ତକ 8:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ତେବେ ମୋଶା ଫାରୋଙ୍କୁ କହିଲେ, “ମୋʼ ଉପରେ ଦର୍ପ କର; ବେଙ୍ଗ ସବୁ ଯେପରି ଆପଣଙ୍କଠାରୁ ଓ ଆପଣଙ୍କ ଗୃହରୁ ଉଚ୍ଛିନ୍ନ ହୋଇ କେବଳ ନଦୀରେ ରହନ୍ତି, ଆପଣଙ୍କ ଓ ଆପଣଙ୍କ ଦାସମାନଙ୍କ ଓ ଲୋକସମସ୍ତଙ୍କ ନିମନ୍ତେ ସଦାପ୍ରଭୁଙ୍କ ଛାମୁରେ କେବେ ଏହି ପ୍ରାର୍ଥନା କରିବି?”

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

9 ତେବେ ମୋଶା ଫାରୋଙ୍କୁ କହିଲେ, ମୋʼ ଉପରେ ଦର୍ପ କର; ବେଙ୍ଗ ସବୁ ଯେପରି ଆପଣଙ୍କଠାରୁ ଓ ଆପଣଙ୍କ ଗୃହରୁ ଉଚ୍ଛିନ୍ନ ହୋଇ କେବଳ ନଦୀରେ ରହନ୍ତି, ଆପଣଙ୍କ ଓ ଆପଣଙ୍କ ଦାସମାନଙ୍କ ଓ ଲୋକସମସ୍ତଙ୍କ ନିମନ୍ତେ ସଦାପ୍ରଭୁଙ୍କ ଛାମୁରେ କେବେ ଏହି ପ୍ରାର୍ଥନା କରିବି?

Faic an caibideil Dèan lethbhreac

ଓଡିଆ ବାଇବେଲ

9 ତେବେ ମୋଶା ଫାରୋଙ୍କୁ କହିଲେ, “ମୋ’ ଉପରେ ଦର୍ପ କର; ବେଙ୍ଗ ସବୁ ଯେପରି ଆପଣଙ୍କଠାରୁ ଓ ଆପଣଙ୍କ ଗୃହରୁ ଉଚ୍ଛିନ୍ନ ହୋଇ କେବଳ ନଦୀରେ ରହନ୍ତି, ଆପଣଙ୍କ ଓ ଆପଣଙ୍କ ଦାସମାନଙ୍କ ଓ ଲୋକସମସ୍ତଙ୍କ ନିମନ୍ତେ ସଦାପ୍ରଭୁଙ୍କ ଛାମୁରେ କେବେ ଏହି ପ୍ରାର୍ଥନା କରିବି?”

Faic an caibideil Dèan lethbhreac

ପବିତ୍ର ବାଇବଲ

9 ମୋଶା ଫାରୋଙ୍କୁ କହିଲେ, “ଦୟାକରି କୁହ ତୁମ୍ଭେ କେତେବେଳେ ଗ୍ଭହୁଁଛ ବେଙ୍ଗମାନେ ପଳାଇବା ପାଇଁ, ମୁଁ ତୁମ୍ଭ ପାଇଁ ପ୍ରାର୍ଥାନା କରିବି, ତୁମ୍ଭର କର୍ମଗ୍ଭରୀ ଏବଂ ତୁମ୍ଭର ଲୋକମାନଙ୍କ ପାଇଁ ମଧ୍ୟ ପ୍ରାର୍ଥନା କରିବି। ତା'ପରେ ବେଙ୍ଗମାନେ ତୁମ୍ଭମାନଙ୍କଠାରୁ ପଳାଇବେ। ବେଙ୍ଗମାନେ କେବଳ ନଦୀରେ ରହିବେ।”

Faic an caibideil Dèan lethbhreac




ଯାତ୍ରା ପୁସ୍ତକ 8:9
8 Iomraidhean Croise  

ଏଥିଉତ୍ତାରେ ଏଲୀୟ ବାଲ୍‍ର ଭବିଷ୍ୟଦ୍‍ବକ୍ତାମାନଙ୍କୁ କହିଲେ, “ତୁମ୍ଭେମାନେ ଆପଣାମାନଙ୍କ ପାଇଁ ଏକ ବୃଷ ପସନ୍ଦ କରି ପ୍ରଥମେ ତାହା ପ୍ରସ୍ତୁତ କର; କାରଣ ତୁମ୍ଭେମାନେ ଅନେକ; ଆଉ ତୁମ୍ଭେମାନେ ଆପଣାମାନଙ୍କ ଦେବତା ନାମରେ ଡାକି ପ୍ରାର୍ଥନା କର; ମାତ୍ର ତଳେ ଅଗ୍ନି ନ ଦିଅ।”


ସଦାପ୍ରଭୁ ନଦୀକୁ ଆଘାତ କଲା ଉତ୍ତାରେ ସାତ ଦିନ ସମ୍ପୂର୍ଣ୍ଣ ହେଲା।


ସେ କହିଲେ, “ଆସନ୍ତାକାଲି କର।” ସେତେବେଳେ ମୋଶା କହିଲେ, “ଆମ୍ଭମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କ ତୁଲ୍ୟ କେହି ନାହାନ୍ତି, ଏହା ଯେପରି ଆପଣ ଜ୍ଞାତ ହୁଅନ୍ତି, ଏଥିପାଇଁ ଆପଣଙ୍କ ବାକ୍ୟାନୁସାରେ ହେଉ।


ବେଙ୍ଗମାନେ ଆପଣଙ୍କଠାରୁ ଓ ଆପଣଙ୍କ ଗୃହ, ଦାସ ଓ ସମସ୍ତ ଲୋକଙ୍କଠାରୁ ଦୂର ହୋଇ କେବଳ ନଦୀରେ ରହିବେ।”


ତହୁଁ ଫାରୋ ମୋଶା ଓ ହାରୋଣଙ୍କୁ ଡକାଇ କହିଲେ, “ଆମ୍ଭଠାରୁ ଓ ଆମ୍ଭ ଲୋକଙ୍କଠାରୁ ଏହିସବୁ ବେଙ୍ଗ ଦୂର କରିବା ପାଇଁ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କର; ତହିଁରେ ଆମ୍ଭେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବା ନିମନ୍ତେ ଲୋକମାନଙ୍କୁ ଯିବାକୁ ଦେବା।”


କୁହ୍ରାଡ଼ି କʼଣ ତଦ୍ଦ୍ୱାରା ଛେଦନକର୍ତ୍ତା ବିରୁଦ୍ଧରେ ଦର୍ପ କରିବ? କରତ କʼଣ କରତୀୟାର ପ୍ରତିକୂଳରେ ଆପଣାକୁ ଶ୍ରେଷ୍ଠ କରିବ? ଯେଉଁମାନେ ଦଣ୍ଡ ଉଠାନ୍ତି, ଦଣ୍ଡ କʼଣ ସେମାନଙ୍କୁ ହଲାଇବ? ଯେ କାଷ୍ଠ ନୁହେଁ, ଯଷ୍ଟି କʼଣ ତାହାକୁ ଉଠାଇବ?


ତହିଁରେ ସଦାପ୍ରଭୁ କହିଲେ, “ଆମ୍ଭେ ତୁମ୍ଭର ଅନୁରୋଧନୁସାରେ ସେମାନଙ୍କୁ କ୍ଷମା କଲୁ।


ଏଥିଉତ୍ତାରେ ସଦାପ୍ରଭୁ ଗିଦିୟୋନ୍‍ଙ୍କୁ କହିଲେ, “ତୁମ୍ଭ ସଙ୍ଗୀ ଲୋକମାନେ ଏତେ ଅଧିକ ଯେ, ଆମ୍ଭେ ମିଦୀୟନୀୟମାନଙ୍କୁ ସେମାନଙ୍କ ହସ୍ତରେ ସମର୍ପଣ କରି ନ ପାରୁ; କଲେ, ଆମ୍ଭ ନିଜ ହସ୍ତ ଆମ୍ଭକୁ ଉଦ୍ଧାର କରିଅଛି, ଏହା କହି ଇସ୍ରାଏଲ ଅବା ଆମ୍ଭ ବିରୁଦ୍ଧରେ ଦର୍ପ କରିବ।


Lean sinn:

Sanasan


Sanasan