ଏଜ୍ରା 1:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 “ପାରସ୍ୟର ରାଜା କୋରସ୍ ଏହା କହନ୍ତି, ସଦାପ୍ରଭୁ ସ୍ୱର୍ଗର ପରମେଶ୍ୱର, ପୃଥିବୀର ସମସ୍ତ ରାଜ୍ୟ ଆମ୍ଭକୁ ପ୍ରଦାନ କରିଅଛନ୍ତି; ଆଉ, ସେ ଯିହୁଦା ଦେଶସ୍ଥ ଯିରୂଶାଲମରେ ତାହାଙ୍କ ପାଇଁ ଏକ ଗୃହ ନିର୍ମାଣ କରିବାକୁ ଆମ୍ଭକୁ ଆଜ୍ଞା କରିଅଛନ୍ତି। Faic an caibideilପବିତ୍ର ବାଇବଲ (Re-edited) - (BSI)2 ପାରସ୍ୟର ରାଜା କୋରସ୍ ଏହା କହନ୍ତି, ସଦାପ୍ରଭୁ ସ୍ଵର୍ଗର ପରମେଶ୍ଵର ପୃଥିବୀର ସମସ୍ତ ରାଜ୍ୟ ଆମ୍ଭକୁ ପ୍ରଦାନ କରିଅଛନ୍ତି; ଆଉ, ସେ ଯିହୁଦା ଦେଶସ୍ଥ ଯିରୂଶାଲମରେ ତାହାଙ୍କ ପାଇଁ ଏକ ଗୃହ ନିର୍ମାଣ କରିବାକୁ ଆମ୍ଭକୁ ଆଜ୍ଞା କରିଅଛନ୍ତି। Faic an caibideilଓଡିଆ ବାଇବେଲ2 “ପାରସ୍ୟର ରାଜା କୋରସ୍ ଏହା କହନ୍ତି, ସଦାପ୍ରଭୁ ସ୍ୱର୍ଗର ପରମେଶ୍ୱର, ପୃଥିବୀର ସମସ୍ତ ରାଜ୍ୟ ଆମ୍ଭକୁ ପ୍ରଦାନ କରିଅଛନ୍ତି; ଆଉ, ସେ ଯିହୁଦା ଦେଶସ୍ଥ ଯିରୂଶାଲମରେ ତାହାଙ୍କ ପାଇଁ ଏକ ଗୃହ ନିର୍ମାଣ କରିବାକୁ ଆମ୍ଭକୁ ଆଜ୍ଞା କରିଅଛନ୍ତି। Faic an caibideilପବିତ୍ର ବାଇବଲ2 “ପାରସ୍ୟର ରାଜା କୋରସ୍ ଏହିପରି କହିଛନ୍ତି: ସଦାପ୍ରଭୁ, ସ୍ୱର୍ଗର ପରମେଶ୍ୱର, ପୃଥିବୀର ସମସ୍ତ ରାଜ୍ୟ ମୋତେ ପ୍ରଦାନ କରିଛନ୍ତି। ଏବଂ ସଦାପ୍ରଭୁ ମୋତେ ଯିହୁଦା ରାଜ୍ୟର ଯିରୁଶାଲମଠାରେ ତାହାଙ୍କ ପାଇଁ ଏକ ମନ୍ଦିର ନିର୍ମାଣ କରିବା ପାଇଁ ନିରୂପଣ କରିଛନ୍ତି। Faic an caibideil |
ମାତ୍ର ଯିରୁବ୍ବାବିଲ୍ ଓ ଯେଶୂୟ ଓ ଇସ୍ରାଏଲର ଅନ୍ୟ ପିତୃବଂଶର ପ୍ରଧାନମାନେ ସେମାନଙ୍କୁ କହିଲେ, “ଆମ୍ଭମାନଙ୍କ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଗୃହ ନିର୍ମାଣ କରିବା ବିଷୟରେ ଆମ୍ଭମାନଙ୍କ ସଙ୍ଗେ ତୁମ୍ଭମାନଙ୍କର କୌଣସି ସମ୍ପର୍କ ନାହିଁ; ମାତ୍ର ଆମ୍ଭମାନଙ୍କ ପ୍ରତି ପାରସ୍ୟ ରାଜା କୋରସ୍ ରାଜାଙ୍କ ଆଜ୍ଞା ପ୍ରମାଣେ ଆମ୍ଭେମାନେ ଆପେ ଏକତ୍ରିତ ହୋଇ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିର୍ମାଣ କରିବା।”
ଆପଣ ମନୁଷ୍ୟମାନଙ୍କ ମଧ୍ୟରୁ ଦୂରୀକୃତ ହେବେ ଓ କ୍ଷେତ୍ରସ୍ଥ ପଶୁମାନଙ୍କ ସଙ୍ଗରେ ଆପଣଙ୍କର ବସତି ହେବ, ବଳଦର ନ୍ୟାୟ ଆପଣଙ୍କୁ ତୃଣଭୋଜୀ କରାଯିବ, ଆଉ ଆପଣ ଆକାଶର କାକରରେ ତିନ୍ତିବ, ଏହିରୂପେ ଆପଣଙ୍କ ଉପରେ ସାତ କାଳ ବହିଯିବ; ଶେଷରେ ଯେ ସର୍ବୋପରିସ୍ଥ, ସେ ଯେ ମନୁଷ୍ୟମାନଙ୍କ ରାଜ୍ୟରେ କର୍ତ୍ତୃତ୍ୱ କରନ୍ତି ଓ ଯାହାକୁ ତାହା ଦେବାକୁ ଇଚ୍ଛା କରିବେ, ତାହାକୁ ସେ ତାହା ଦିଅନ୍ତି, ଏହା ଆପଣ ଜାଣିବେ।
ମାତ୍ର ସ୍ୱର୍ଗର ଅଧିପତିଙ୍କ ବିରୁଦ୍ଧରେ ଆପଣାକୁ ଉନ୍ନତ କରିଅଛନ୍ତି ଓ ତାହାଙ୍କ ଗୃହର ନାନା ପାତ୍ର ଆପଣଙ୍କ ସମ୍ମୁଖକୁ ଅଣାଯାʼନ୍ତେ, ଆପଣ ଓ ଆପଣଙ୍କ ଅମାତ୍ୟଗଣ, ଆପଣଙ୍କର ପତ୍ନୀଗଣ ଓ ଆପଣଙ୍କ ଉପପତ୍ନୀଗଣ ସେହି ସବୁ ପାତ୍ରରେ ଦ୍ରାକ୍ଷାରସ ପାନ କରିଅଛନ୍ତି; ପୁଣି ରୂପାର, ସୁନାର, ପିତ୍ତଳର, ଲୁହାର, କାଠର ଓ ପଥରର ଯେଉଁ ଦେବଗଣ ଦେଖନ୍ତି ନାହିଁ, କି ଶୁଣନ୍ତି ନାହିଁ, କି ଜାଣନ୍ତି ନାହିଁ, ସେମାନଙ୍କ ପ୍ରଶଂସା ଆପଣ କରିଅଛନ୍ତି; ପୁଣି, ଆପଣଙ୍କର ନିଃଶ୍ୱାସ ଯାହାଙ୍କର ହସ୍ତଗତ ଓ ଆପଣଙ୍କର ସକଳ ପଥ ଯାହାଙ୍କର ଅଧୀନ, ଆପଣ ସେହି ପରମେଶ୍ୱରଙ୍କର ଗୌରବ କରି ନାହାନ୍ତି।