Biblia Todo Logo
Bìoball air-loidhne

- Sanasan -




ଏଜ୍ରା 4:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ମାତ୍ର ଯିରୁବ୍ବାବିଲ୍‍ ଓ ଯେଶୂୟ ଓ ଇସ୍ରାଏଲର ଅନ୍ୟ ପିତୃବଂଶର ପ୍ରଧାନମାନେ ସେମାନଙ୍କୁ କହିଲେ, “ଆମ୍ଭମାନଙ୍କ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଗୃହ ନିର୍ମାଣ କରିବା ବିଷୟରେ ଆମ୍ଭମାନଙ୍କ ସଙ୍ଗେ ତୁମ୍ଭମାନଙ୍କର କୌଣସି ସମ୍ପର୍କ ନାହିଁ; ମାତ୍ର ଆମ୍ଭମାନଙ୍କ ପ୍ରତି ପାରସ୍ୟ ରାଜା କୋରସ୍‍ ରାଜାଙ୍କ ଆଜ୍ଞା ପ୍ରମାଣେ ଆମ୍ଭେମାନେ ଆପେ ଏକତ୍ରିତ ହୋଇ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିର୍ମାଣ କରିବା।”

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

3 ମାତ୍ର ସରୁବ୍ବାବିଲ ଓ ଯେଶୂୟ ଓ ଇସ୍ରାଏଲର ଅନ୍ୟ ପିତୃବଂଶ-ପ୍ରଧାନମାନେ ସେମାନଙ୍କୁ କହିଲେ, ଆମ୍ଭମାନଙ୍କ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ଗୃହ ନିର୍ମାଣ କରିବା ବିଷୟରେ ଆମ୍ଭମାନଙ୍କ ସଙ୍ଗେ ତୁମ୍ଭମାନଙ୍କର କୌଣସି ସମ୍ପର୍କ ନାହିଁ; ମାତ୍ର ଆମ୍ଭମାନଙ୍କ ପ୍ରତି ପାରସ୍ୟରାଜ କୋରସ୍ ରାଜାଙ୍କ ଆଜ୍ଞା ପ୍ରମାଣେ ଆମ୍ଭେମାନେ ଆପେ ଏକତ୍ରିତ ହୋଇ ଇସ୍ରାଏଲର ପରମେଶ୍ଵର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିର୍ମାଣ କରିବା।

Faic an caibideil Dèan lethbhreac

ଓଡିଆ ବାଇବେଲ

3 ମାତ୍ର ଯିରୁବ୍ବାବିଲ୍‍ ଓ ଯେଶୂୟ ଓ ଇସ୍ରାଏଲର ଅନ୍ୟ ପିତୃବଂଶର ପ୍ରଧାନମାନେ ସେମାନଙ୍କୁ କହିଲେ, “ଆମ୍ଭମାନଙ୍କ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଗୃହ ନିର୍ମାଣ କରିବା ବିଷୟରେ ଆମ୍ଭମାନଙ୍କ ସଙ୍ଗେ ତୁମ୍ଭମାନଙ୍କର କୌଣସି ସମ୍ପର୍କ ନାହିଁ; ମାତ୍ର ଆମ୍ଭମାନଙ୍କ ପ୍ରତି ପାରସ୍ୟ ରାଜା କୋରସ୍‍ ରାଜାଙ୍କ ଆଜ୍ଞା ପ୍ରମାଣେ ଆମ୍ଭେମାନେ ଆପେ ଏକତ୍ରିତ ହୋଇ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିର୍ମାଣ କରିବା।”

Faic an caibideil Dèan lethbhreac

ପବିତ୍ର ବାଇବଲ

3 ମାତ୍ର ସରୁବ୍ବାବିଲ ଓ ଯେଶୂୟ ଓ ଇସ୍ରାଏଲର ଅନ୍ୟ ପିତୃବଂଶ ପ୍ରଧାନମାନେ ସେମାନଙ୍କୁ କହିଲେ, “ଆମ୍ଭମାନଙ୍କ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ମନ୍ଦିର ନିର୍ମାଣ କରିବା ବିଷୟରେ ଆମ୍ଭମାନଙ୍କ ସଙ୍ଗେ ତୁମ୍ଭମାନଙ୍କର କୌଣସି ସମ୍ପର୍କ ନାହିଁ। ମାତ୍ର ଆମ୍ଭମାନଙ୍କ ପ୍ରତି ପାରସ୍ୟ ରାଜା କୋରସ୍ ରାଜାଙ୍କ ଆଜ୍ଞା ପ୍ରମାଣେ ଆମ୍ଭେମାନେ ଆପେ ଏକତ୍ରିତ ହୋଇ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମନ୍ଦିର ନିର୍ମାଣ କରୁଅଛୁ।”

Faic an caibideil Dèan lethbhreac




ଏଜ୍ରା 4:3
16 Iomraidhean Croise  

ଯିରିମୀୟଙ୍କ ମୁଖ ଦ୍ୱାରା ଉକ୍ତ ସଦାପ୍ରଭୁଙ୍କ ବାକ୍ୟ ସଫଳାର୍ଥେ ପାରସ୍ୟର ରାଜା କୋରସ୍‍ଙ୍କ ରାଜତ୍ଵର ପ୍ରଥମ ବର୍ଷରେ ସଦାପ୍ରଭୁ ପାରସ୍ୟର ରାଜା କୋରସ୍‍ର ମନରେ ପ୍ରବୃତ୍ତି ଜନ୍ମାନ୍ତେ, ସେ ଆପଣା ରାଜ୍ୟର ସର୍ବତ୍ର ଘୋଷଣା କରାଇ, ମଧ୍ୟ ଲେଖାଇ ଏହି କଥା ପ୍ରଚାର କରାଇଲା,


ଯିରିମୀୟଙ୍କ ମୁଖ ଦ୍ୱାରା ଉକ୍ତ ସଦାପ୍ରଭୁଙ୍କ ବାକ୍ୟ ସଫଳାର୍ଥେ ପାରସ୍ୟର ରାଜା କୋରସ୍‍ଙ୍କ ରାଜତ୍ଵର ପ୍ରଥମ ବର୍ଷରେ ସଦାପ୍ରଭୁ ପାରସ୍ୟର ରାଜା କୋରସ୍‍ର ମନକୁ ଉଦ୍ଦୀପିତ କରନ୍ତେ, ସେ ଆପଣା ରାଜ୍ୟର ସର୍ବତ୍ର ଘୋଷଣା କରାଇ, ମଧ୍ୟ ଲେଖାଇ ଏହି କଥା ପ୍ରଚାର କରାଇଲା, ଯଥା,


“ପାରସ୍ୟର ରାଜା କୋରସ୍‍ ଏହା କହନ୍ତି, ସଦାପ୍ରଭୁ ସ୍ୱର୍ଗର ପରମେଶ୍ୱର, ପୃଥିବୀର ସମସ୍ତ ରାଜ୍ୟ ଆମ୍ଭକୁ ପ୍ରଦାନ କରିଅଛନ୍ତି; ଆଉ, ସେ ଯିହୁଦା ଦେଶସ୍ଥ ଯିରୂଶାଲମରେ ତାହାଙ୍କ ପାଇଁ ଏକ ଗୃହ ନିର୍ମାଣ କରିବାକୁ ଆମ୍ଭକୁ ଆଜ୍ଞା କରିଅଛନ୍ତି।


ତାହାଙ୍କର ସମଗ୍ର ଲୋକଙ୍କ ମଧ୍ୟରେ ତୁମ୍ଭମାନଙ୍କର ଯେକେହି ହେଉ, ତାହାର ପରମେଶ୍ୱର ତାହାର ସହବର୍ତ୍ତୀ ହେଉନ୍ତୁ ଓ ସେ ଯିହୁଦା ଦେଶସ୍ଥିତ ଯିରୂଶାଲମକୁ ଯାତ୍ରା କରି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ଯିରୂଶାଲମସ୍ଥ ଗୃହ ନିର୍ମାଣ କରୁ; ସେ ପରମେଶ୍ୱର ଅଟନ୍ତି।


ପରମେଶ୍ୱରଙ୍କ ଯିରୂଶାଲମସ୍ଥିତ ଗୃହକୁ ସେମାନଙ୍କ ଆଗମନର ଦ୍ୱିତୀୟ ବର୍ଷର ଦ୍ୱିତୀୟ ମାସରେ ଶଲ୍ଟୀୟେଲର ପୁତ୍ର ଯିରୁବ୍ବାବିଲ୍‍ ଓ ଯୋଷାଦକର ପୁତ୍ର ଯେଶୂୟ ଓ ସେମାନଙ୍କର ଅବଶିଷ୍ଟ ଯାଜକ ଓ ଲେବୀୟ ଭ୍ରାତୃଗଣ ଓ ବନ୍ଦୀଦଶାରୁ ଯିରୂଶାଲମକୁ ଆଗତ ଲୋକ ସମସ୍ତେ ଆରମ୍ଭ କରି ସଦାପ୍ରଭୁଙ୍କ ଗୃହକାର୍ଯ୍ୟର ତତ୍ତ୍ୱାବଧାରଣ ନିମନ୍ତେ କୋଡ଼ିଏ ବର୍ଷ ଓ ତତୋଧିକ ବୟସ୍କ ଲେବୀୟମାନଙ୍କୁ ନିଯୁକ୍ତ କଲେ।


ତେବେ ମୁଁ ଉତ୍ତର କରି ସେମାନଙ୍କୁ କହିଲି, “ଯେ ସ୍ୱର୍ଗସ୍ଥ ପରମେଶ୍ୱର, ସେ ଆମ୍ଭମାନଙ୍କ କାର୍ଯ୍ୟ ସିଦ୍ଧ କରିବେ; ଆମ୍ଭେମାନେ ତାହାଙ୍କର ଦାସ ଏଥିପାଇଁ ଉଠି ନିର୍ମାଣ କରିବୁ; ମାତ୍ର ଯିରୂଶାଲମରେ ତୁମ୍ଭମାନଙ୍କର କୌଣସି ଅଂଶ କି ଅଧିକାର କି ସ୍ମୃତିଚିହ୍ନ ନାହିଁ।”


ଆମ୍ଭେ କୋରସ୍‍ ବିଷୟରେ କହୁ, ‘ସେ ଆମ୍ଭ ପଲର ପାଳକ ଓ ଆମ୍ଭର ଇଷ୍ଟ ସାଧନ କରିବ;’ ସେ ଯିରୂଶାଲମ ବିଷୟରେ କହିବ, ‘ତାହା ପୁନଃନିର୍ମିତ ହେବ’ ଓ ମନ୍ଦିରକୁ କହିବ, ‘ତୁମ୍ଭର ଭିତ୍ତିମୂଳ ସ୍ଥାପିତ ହେବ।’”


ଆମ୍ଭ ଦାସ ଯାକୁବ ଓ ଆମ୍ଭ ମନୋନୀତ ଇସ୍ରାଏଲ ସକାଶେ ଆମ୍ଭେ ତୁମ୍ଭର ନାମ ଧରି ତୁମ୍ଭକୁ ଡାକିଅଛୁ; ତୁମ୍ଭେ ଆମ୍ଭକୁ ନ ଜାଣିଲେ ହେଁ ଆମ୍ଭେ ତୁମ୍ଭକୁ ଉପାଧି ଦେଇଅଛୁ।


“ଦେଖ, ବାଘମାନଙ୍କ ମଧ୍ୟରେ ମେଣ୍ଢାମାନଙ୍କ ପରି ମୁଁ ତୁମ୍ଭମାନଙ୍କୁ ପଠାଉଅଛି, ଅତଏବ ସର୍ପ ପରି ବୁଦ୍ଧିମାନ ଓ କପୋତ ପରି ଅହିଂସକ ହୁଅ।


ସେଥିରେ ଶମିରୋଣୀୟା ସ୍ତ୍ରୀ ତାହାଙ୍କୁ କହିଲା, ଆପଣ ଜଣେ ଯିହୁଦୀ ହୋଇ କିପରି ଶମିରୋଣୀୟା ସ୍ତ୍ରୀ ଯେ ମୁଁ, ମୋʼ ହାତରୁ ପିଇବାକୁ ମାଗୁଅଛନ୍ତି? କାରଣ ଶମିରୋଣୀୟମାନଙ୍କ ସହିତ ଯିହୁଦୀମାନଙ୍କର ବ୍ୟବହାର ନାହିଁ।


ଏହି ବିଷୟରେ ତୁମ୍ଭର ଅଂଶ ନାହିଁ କି ଅଧିକାର ନାହିଁ, କାରଣ ଈଶ୍ବରଙ୍କ ସାକ୍ଷାତରେ ତୁମ୍ଭର ହୃଦୟ ସରଳ ନୁହେଁ।


Lean sinn:

Sanasan


Sanasan