ଗାଲାତୀୟ 1:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 କିନ୍ତୁ ଯେଉଁ ସୁସମାଚାର ଆମ୍ଭେମାନେ ତୁମ୍ଭମାନଙ୍କ ନିକଟରେ ପ୍ରଚାର କରିଥିଲୁ, ଯଦି ଆମ୍ଭେମାନେ କିମ୍ବା ସ୍ୱର୍ଗରୁ ଦୂତ ହେଲେ ମଧ୍ୟ ତା ବ୍ୟତୀତ ଅନ୍ୟ ସୁସମାଚାର ପ୍ରଚାର କରେ, ତେବେ ସେ ଶ୍ରାପଗ୍ରସ୍ତ ହେଉ। Faic an caibideilପବିତ୍ର ବାଇବଲ (Re-edited) - (BSI)8 କିନ୍ତୁ ଯେଉଁ ସୁସମାଚାର ଆମ୍ଭେମାନେ ତୁମ୍ଭମାନଙ୍କ ନିକଟରେ ପ୍ରଚାର କରିଥିଲୁ, ଯଦି ଆମ୍ଭେମାନେ କିମ୍ଵା ସ୍ଵର୍ଗଦୂତ ହେଲେ ମଧ୍ୟ କେହି ତଦ୍ଭିନ୍ନ ଅନ୍ୟ ସୁସମାଚାର ପ୍ରଚାର କରେ, ତେବେ ସେ ଶାପଗ୍ରସ୍ତ ହେଉ। Faic an caibideilଓଡିଆ ବାଇବେଲ8 କିନ୍ତୁ ଯେଉଁ ସୁସମାଚାର ଆମ୍ଭେମାନେ ତୁମ୍ଭମାନଙ୍କ ନିକଟରେ ପ୍ରଚାର କରିଥିଲୁ, ଯଦି ଆମ୍ଭେମାନେ କିମ୍ବା ସ୍ୱର୍ଗରୁ ଦୂତ ହେଲେ ମଧ୍ୟ ତା ବ୍ୟତୀତ ଅନ୍ୟ ସୁସମାଚାର ପ୍ରଚାର କରେ, ତେବେ ସେ ଶ୍ରାପଗ୍ରସ୍ତ ହେଉ । Faic an caibideilପବିତ୍ର ବାଇବଲ (CL) NT (BSI)8 କିନ୍ତୁ ଆମେ ତୁମ୍ଭମାନଙ୍କ ନିକଟରେ ଯେଉଁ ସୁସମାଚାର ପ୍ରଚାର କରିଥିଲୁ, ଯଦି ତାହାଠାରୁ ଭିନ୍ନ ଏକ ସୁସମାଚାର ଆମେ ନିଜେ କିମ୍ବା ସ୍ୱର୍ଗଦୂତ ପ୍ରଚାର କରେ, ତେବେ ସେ ନରକରେ ବିକ୍ଷିପ୍ତ ହୋଇ ଶାନ୍ତି ଭୋଗ କରୁ। Faic an caibideilପବିତ୍ର ବାଇବଲ8 କିନ୍ତୁ ଆମ୍ଭେ ବା ଅନ୍ୟ କୌଣସି ସ୍ୱର୍ଗଦୂତ ଯଦି ଆମ୍ଭଦ୍ୱାରା ପ୍ରଗ୍ଭରିତ ସୁସମାଗ୍ଭରଠାରୁ ଭିନ୍ନ ଅନ୍ୟ କୌଣସି ସୁସମାଗ୍ଭର ପ୍ରଗ୍ଭର କରେ, ତା'ହେଲେ ସେମାନେ ଦଣ୍ଡ ଓ ନିନ୍ଦାର ପାତ୍ର। Faic an caibideil |
ତହୁଁ ମୁଁ ସେମାନଙ୍କ ସହିତ ବାଦାନୁବାଦ କଲି ଓ ସେମାନଙ୍କୁ ଅଭିଶାପ ଦେଲି ଓ ସେମାନଙ୍କର କାହା କାହାକୁ ପ୍ରହାର କଲି ଓ ସେମାନଙ୍କର କେଶ ଉତ୍ପାଟନ କଲି, ଆଉ ପରମେଶ୍ୱରଙ୍କ ନାମରେ ଶପଥ କରାଇ କହିଲି, “ତୁମ୍ଭେମାନେ ସେମାନଙ୍କ ପୁତ୍ରମାନଙ୍କୁ ଆପଣା ଆପଣାର କନ୍ୟା ଦିଅ ନାହିଁ, ଅବା ଆପଣା ଆପଣା ପୁତ୍ର ନିମନ୍ତେ କି ଆପଣାମାନଙ୍କ ନିମନ୍ତେ ସେମାନଙ୍କ କନ୍ୟା ଗ୍ରହଣ କର ନାହିଁ।
ଏହେତୁ ଏବେ ମୋର ପ୍ରଭୁ ମହାରାଜ ଆପଣା ଦାସ କଥା ଶୁଣନ୍ତୁ। ଯେବେ ସଦାପ୍ରଭୁ ଆପଣଙ୍କୁ ମୋର ପ୍ରତିକୂଳରେ ପ୍ରବର୍ତ୍ତାଇଥାʼନ୍ତି, ତେବେ ସେ ଉପହାର ଗ୍ରହଣ କରନ୍ତୁ; ମାତ୍ର ଯେବେ ମନୁଷ୍ୟ-ସନ୍ତାନମାନେ ତାହା କରିଥାʼନ୍ତି, ତେବେ ସେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ଶାପଗ୍ରସ୍ତ ହେଉନ୍ତୁ; କାରଣ ମୁଁ ଯେପରି ସଦାପ୍ରଭୁଙ୍କ ଅଧିକାରରେ ସଂଲଗ୍ନ ହୋଇ ନ ରହିବି, ଏଥିପାଇଁ ସେମାନେ ଆଜି ମୋତେ ତଡ଼ିଦେଇ କହିଅଛନ୍ତି, ‘ଯାଅ ଅନ୍ୟ ଦେବଗଣର ସେବା କର।’