Biblia Todo Logo
Bìoball air-loidhne

- Sanasan -




ଗାଲାତୀୟ 2:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ମୁଁ ପ୍ରତ୍ୟାଦେଶ ପ୍ରାପ୍ତ ହୋଇ ଗମନ କଲି; ଆଉ ମୁଁ ଅଣଯିହୁଦୀମାନଙ୍କ ମଧ୍ୟରେ ଯେଉଁ ସୁସମାଚାର ପ୍ରଚାର କରୁଅଛି, ତାହା ସେମାନଙ୍କୁ ବୁଝାଇଦେଲି, କିନ୍ତୁ ମୋହର ପୂର୍ବ ଅବା ବର୍ତ୍ତମାନ ପରିଶ୍ରମ ଯେପରି ବିଫଳ ନ ହୁଏ, ଏଥିପାଇଁ ଯେଉଁମାନେ ସମ୍ମାନ ଯୋଗ୍ୟ, କେବଳ ସେମାନଙ୍କୁ ପୃଥକ୍ ଭାବରେ ବୁଝାଇଲି।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

2 ମୁଁ ପ୍ରତ୍ୟାଦେଶ ପ୍ରାପ୍ତ ହୋଇ ଗମନ କଲି; ଆଉ ମୁଁ ବିଜାତିମାନଙ୍କ ମଧ୍ୟରେ ଯେଉଁ ସୁସମାଚାର ପ୍ରଚାର କରୁଅଛି, ତାହା ସେମାନଙ୍କୁ ବୁଝାଇଦେଲି, କିନ୍ତୁ ମୋହର ପୂର୍ବ ଅବା ବର୍ତ୍ତମାନ ପରିଶ୍ରମ ଯେପରି ବିଫଳ ନ ହୁଏ, ଏଥିପାଇଁ ଯେଉଁମାନେ ଗଣ୍ୟମାନ୍ୟ, କେବଳ ସେମାନଙ୍କୁ ପୃଥକ ଭାବରେ ବୁଝାଇଲି।

Faic an caibideil Dèan lethbhreac

ଓଡିଆ ବାଇବେଲ

2 ମୁଁ ପ୍ରତ୍ୟାଦେଶ ପ୍ରାପ୍ତ ହୋଇ ଗମନ କଲି; ଆଉ ମୁଁ ଅଣଯିହୂଦୀମାନଙ୍କ ମଧ୍ୟରେ ଯେଉଁ ସୁସମାଚାର ପ୍ରଚାର କରୁଅଛି, ତାହା ସେମାନଙ୍କୁ ବୁଝାଇଦେଲି, କିନ୍ତୁ ମୋହର ପୂର୍ବ ଅବା ବର୍ତ୍ତମାନ ପରିଶ୍ରମ ଯେପରି ବିଫଳ ନ ହୁଏ, ଏଥିପାଇଁ ଯେଉଁମାନେ ସମ୍ମାନ ଯୋଗ୍ୟ, କେବଳ ସେମାନଙ୍କୁ ପୃଥକ ଭାବରେ ବୁଝାଇଲି ।

Faic an caibideil Dèan lethbhreac

ପବିତ୍ର ବାଇବଲ (CL) NT (BSI)

2 ସେଠାକୁ ଯିବାକୁ ହେବ ବୋଲି ଈଶ୍ୱରଙ୍କଠାରୁ ପ୍ରତ୍ୟାଦେଶ ପାଇ ମୁଁ ଯାଇଥିଲି। ଅଣଇହୁଦୀମାନଙ୍କ ନିକଟରେ ମୁଁ ଯେଉଁ ବାର୍ତ୍ତା ପ୍ରଚାର କରିଥାଏ, ଯିରୂଶାଲମର ନେତାମାନଙ୍କୁ ଗୋଟିଏ ଘରୋଇ ବୈଠକରେ ତାହା ବୁଝାଇ ଦେଇଥିଲି। ମୋର ଅତୀତ ବା ବର୍ତ୍ତମାନ ସମୟର କାର୍ଯ୍ୟ ଯେପରି ବ୍ୟର୍ଥ ନ ହୁଏ, ସେଥିପ୍ରତି ମୁଁ ଦୃଷ୍ଟି ରଖିଥିଲି।

Faic an caibideil Dèan lethbhreac

ପବିତ୍ର ବାଇବଲ

2 ଯିରୁଶାଲମ ଯିବା ପାଇଁ ପରମେଶ୍ୱର ମୋତେ ପ୍ରକାଶ କରିଥିବାରୁ ମୁଁ ସେଠାକୁ ଯାଇଥିଲି। ବିଶ୍ୱାସୀ ଲୋକମାନଙ୍କ ମଧ୍ୟରେ ଥିବା ନେତୃସ୍ଥାନୀୟ ଲୋକମାନଙ୍କ ପାଖକୁ ମୁଁ ଗଲି। ଯେତେବେଳେ ଆମ୍ଭେମାନେ ଏକାନ୍ତରେ ଥିଲୁ, ସେତେବେଳେ ସେମାନଙ୍କୁ ମୁଁ ପ୍ରଗ୍ଭର କରୁଥିବା ସୁସମାଗ୍ଭର ଶୁଣାଇଲି। ମୁଁ ଅଣଯିହୂଦୀମାନଙ୍କୁ ଆଗରୁ ଏହି ସୁସମାଗ୍ଭର ଶୁଣାଇ ସାରି ଥିଲି। ଏହା ଦ୍ୱାରା ମୁଁ ଇଚ୍ଛା କଲି ଯେ, ମୁଁ ଯେଉଁ କାମ ପୂର୍ବରୁ କରି ସାରିଥିଲି ଓ ଏବେ ଯାହା କରୁଛି, ଯେପରି ସେ ସବୁ ବିଫଳ ନ ହୁଏ।

Faic an caibideil Dèan lethbhreac




ଗାଲାତୀୟ 2:2
26 Iomraidhean Croise  

ମଲା ମାଛି ଗନ୍ଧବଣିକର ସୁଗନ୍ଧି ତୈଳ ଦୁର୍ଗନ୍ଧ କରି ପକାଏ; ତଦ୍ରୂପ ଅଳ୍ପ ମୂର୍ଖତା ଜ୍ଞାନ ଓ ସମ୍ଭ୍ରମଠାରୁ ଅଧିକ ଭାରୀ।


“ଦେଖ, ବାଘମାନଙ୍କ ମଧ୍ୟରେ ମେଣ୍ଢାମାନଙ୍କ ପରି ମୁଁ ତୁମ୍ଭମାନଙ୍କୁ ପଠାଉଅଛି, ଅତଏବ ସର୍ପ ପରି ବୁଦ୍ଧିମାନ ଓ କପୋତ ପରି ଅହିଂସକ ହୁଅ।


ଏଥିରେ ସଭାସ୍ଥ ସମସ୍ତେ ନୀରବ ରହିଲେ, ଆଉ ବର୍ଣ୍ଣବ୍ବା ଓ ପାଉଲଙ୍କ ଦ୍ୱାରା ଅଣଯିହୁଦୀମାନଙ୍କ ମଧ୍ୟରେ ଈଶ୍ବର ଯେ ସମସ୍ତ ଲକ୍ଷଣ ଓ ଅଦ୍ଭୁତ କର୍ମମାନ ସାଧନ କରିଥିଲେ, ସେମାନଙ୍କଠାରୁ ସେଥିର ବିବରଣୀ ଶୁଣିବାକୁ ଲାଗିଲେ।


ଏଥିରେ ପାଉଲ ଓ ବର୍ଣ୍ଣବ୍ବାଙ୍କର ସେମାନଙ୍କ ସାଙ୍ଗରେ ଅନେକ ବାଗ୍‌ଯୁଦ୍ଧ ଓ ବାଦାନୁବାଦ ହେବାରୁ ଭାଇମାନେ ପାଉଲ, ବର୍ଣ୍ଣବ୍ବା ଓ ଆପଣାମାନଙ୍କ ମଧ୍ୟରୁ ଆଉ କେତେକ ଜଣ ଏହି ପ୍ରଶ୍ନ ଘେନି ଯିରୂଶାଲମସ୍ଥ ପ୍ରେରିତ ଓ ପ୍ରାଚୀନମାନଙ୍କ ନିକଟକୁ ଯାଆନ୍ତୁ ବୋଲି ସ୍ଥିର କଲେ।


ପରେ ସେମାନେ ଯିରୂଶାଲମ ସହରରେ ଉପସ୍ଥିତ ହୋଇ ମଣ୍ଡଳୀ ପୁଣି, ପ୍ରେରିତ ଓ ପ୍ରାଚୀନମାନଙ୍କ ଦ୍ୱାରା ଅଭ୍ୟର୍ଥନା ପ୍ରାପ୍ତ ହେଲେ, ଆଉ ଈଶ୍ବର ସେମାନଙ୍କ ସାଙ୍ଗରେ ଥାଇ ଯେ ସମସ୍ତ କାର୍ଯ୍ୟ କରିଥିଲେ, ସେହିସବୁ ବର୍ଣ୍ଣନା କଲେ।


ପୁଣି, ପ୍ରଭୁ ରାତ୍ରିରେ ଦର୍ଶନ ଦ୍ୱାରା ପାଉଲଙ୍କୁ କହିଲେ, “ଭୟ କର ନାହିଁ, ନୀରବ ନ ରହି କଥା କୁହ,


ପରରାତ୍ରରେ ପ୍ରଭୁ ତାହାଙ୍କ ପାଖରେ ଠିଆ ହୋଇ କହିଲେ, “ସାହସ ଧର, କାରଣ ତୁମ୍ଭେ ଯେପରି ଯିରୂଶାଲମ ସହରରେ ଆମ୍ଭ ବିଷୟରେ ସାକ୍ଷ୍ୟ ଦେଇଅଛ, ସେହିପରି ତୁମ୍ଭକୁ ରୋମରେ ମଧ୍ୟ ସାକ୍ଷ୍ୟ ଦେବାକୁ ହେବ।”


କିନ୍ତୁ ଗମଲୀୟେଲ ନାମକ ଜଣେ ଫାରୂଶୀ, ଯେ କି ବ୍ୟବସ୍ଥାଶାସ୍ତ୍ରଜ୍ଞ ଓ ସମସ୍ତଙ୍କ ନିକଟରେ ସମ୍ମାନପାତ୍ର ଥିଲେ, ସେ ମହାସଭାରେ ଠିଆ ହୋଇ ପ୍ରେରିତମାନଙ୍କୁ କିଛି ସମୟ ନିମନ୍ତେ ବାହାର କରିଦେବାକୁ ଆଜ୍ଞା ଦେଲେ,


ଅତଏବ, ଯେ ଇଚ୍ଛା କରେ, କିମ୍ବା ଯେ ଚେଷ୍ଟା କରେ, ତାହାଠାରୁ ଏହା ହୁଏ ନାହିଁ, ମାତ୍ର ଦୟାଳୁ ଈଶ୍ବରଙ୍କଠାରୁ ହୁଏ।


କିନ୍ତୁ ଆମ୍ଭେମାନେ କ୍ରୁଶରେ ହତ ଖ୍ରୀଷ୍ଟଙ୍କୁ ପ୍ରଚାର କରୁ, ସେ ଯିହୁଦୀମାନଙ୍କ ନିମନ୍ତେ ବିଘ୍ନସ୍ୱରୂପ ଓ ଅଣଯିହୁଦୀମାନଙ୍କ ନିମନ୍ତେ ମୂର୍ଖତାସ୍ୱରୂପ,


କାରଣ ଯୀଶୁ ଖ୍ରୀଷ୍ଟ, ଅର୍ଥାତ୍‍ କ୍ରୁଶରେ ହତ ଯୀଶୁ ଖ୍ରୀଷ୍ଟଙ୍କ ବିନା ତୁମ୍ଭମାନଙ୍କ ମଧ୍ୟରେ ଆଉ କୌଣସି ବିଷୟ ନ ଜାଣିବାକୁ ମୁଁ ମନସ୍ଥ କଲି।


ଯେଉଁମାନେ ରଙ୍ଗଭୂମିରେ ଦୌଡ଼ନ୍ତି, ସେମାନେ ସମସ୍ତେ ଦୌଡ଼ନ୍ତି ସତ, କିନ୍ତୁ କେବଳ ଜଣେ ଯେ ପଣ ପାଏ, ଏହା କି ତୁମ୍ଭେମାନେ ଜାଣ ନାହିଁ? ତୁମ୍ଭେମାନେ ଯେପରି ପଣ ପାଇବ, ଏଥିପାଇଁ ସେହିପରି ଦୌଡ଼।


ଅତଏବ ମୁଁ ଦୌଡ଼ୁଅଛି, କିନ୍ତୁ ବିନାଲକ୍ଷ୍ୟରେ ନୁହେଁ, ମୁଁ ମୁଷ୍ଟିଯୁଦ୍ଧ କରୁଅଛି, କିନ୍ତୁ ଶୂନ୍ୟକୁ ଆଘାତ କରିବା ଲୋକ ପରି ନୁହେଁ।


ଯଦ୍ୟପି ଦର୍ପ କରିବା ହିତକର ନୁହେଁ, ତଥାପି ମୋତେ ଦର୍ପ କରିବାକୁ ପଡ଼ୁଅଛି; ମୁଁ ପ୍ରଭୁଙ୍କ ଦର୍ଶନ ଓ ପ୍ରକାଶିତ ବିଷୟ କହିବି।


ଯେଣୁ ମୁଁ ତାହା ମନୁଷ୍ୟଠାରୁ ପାଇ ନାହିଁ କିଅବା ଶିକ୍ଷା କରି ନାହିଁ, କିନ୍ତୁ ଯୀଶୁ ଖ୍ରୀଷ୍ଟଙ୍କ ପ୍ରତ୍ୟାଦେଶ ଦ୍ୱାରା ପାଇଅଛି।


ସେ ଯେତେବେଳେ ଆପଣା ପୁତ୍ରଙ୍କୁ ମୋʼ ଠାରେ ପ୍ରକାଶ କରିବା ନିମନ୍ତେ ସନ୍ତୁଷ୍ଟ ହେଲେ, ଯେପରି ମୁଁ ଅଣଯିହୁଦୀମାନଙ୍କ ମଧ୍ୟରେ ସୁସମାଚାର ପ୍ରଚାର କରେ, ସେତେବେଳେ ମୁଁ ମନୁଷ୍ୟଠାରୁ କୌଣସି ପରାମର୍ଶ ନ ନେଇ


ଖ୍ରୀଷ୍ଟଙ୍କ ଅନୁଗ୍ରହରେ ଯେ ତୁମ୍ଭମାନଙ୍କୁ ଆହ୍ୱାନ କଲେ, ତାହାଙ୍କଠାରୁ ତୁମ୍ଭେମାନେ ଯେ ଏତେ ଶୀଘ୍ର ବିମୁଖ ହୋଇ ଅନ୍ୟ ସୁସମାଚାର ପ୍ରତି ଅନୁରକ୍ତ ହେଉଅଛ, ଏଥିରେ ମୁଁ ଚମତ୍କୃତ ହେଉଅଛି;


ଆଉ ଯେଉଁମାନେ ଗଣ୍ୟମାନ୍ୟ ବୋଲି ଖ୍ୟାତ (ସେମାନେ କି ପ୍ରକାର ଲୋକ ଥିଲେ, ସେଥିରେ ମୋହର ଯାଏ ଆସେ ନାହିଁ; ଈଶ୍ବର ମନୁଷ୍ୟର ମୁଖାପେକ୍ଷା କରନ୍ତି ନାହିଁ), ସେହି ଗଣ୍ୟମାନ୍ୟ ବ୍ୟକ୍ତିମାନେ ମୋତେ କିଛି ନୂଆ ଶିକ୍ଷା ଦେଲେ ନାହିଁ,


ଆଉ, ଯେତେବେଳେ ସେମାନେ ମୋତେ ପ୍ରଦତ୍ତ ଅନୁଗ୍ରହ ବିଷୟ ବୁଝିଲେ, ସେତେବେଳେ ସ୍ତମ୍ଭ ସ୍ୱରୂପେ ଖ୍ୟାତ ଯାକୁବ, ପିତର ଓ ଯୋହନ ମୋତେ ଓ ବର୍ଣ୍ଣବ୍ବାଙ୍କୁ ସହଭାଗିତାର ଦକ୍ଷିଣ ହସ୍ତ ପ୍ରଦାନ କଲେ, ଯେପରି ଆମ୍ଭେମାନେ ଅଣଯିହୁଦୀମାନଙ୍କ ମଧ୍ୟରେ କାର୍ଯ୍ୟ କରୁ ଓ ସେମାନେ ସୁନ୍ନତିମାନଙ୍କ ମଧ୍ୟରେ କାର୍ଯ୍ୟ କରନ୍ତି;


ତୁମ୍ଭେମାନେ ତ ଉତ୍ତମ ରୂପେ ଦୌଡ଼ୁଥିଲ; କିଏ ତୁମ୍ଭମାନଙ୍କୁ ବାଧା ଦେଲା ଯେ, ସତ୍ୟର ଅବାଧ୍ୟ ହୋଇଅଛ?


ସେଥିରେ ମୁଁ ଯେ ବୃଥାରେ ଦୌଡ଼ି ନାହିଁ କିଅବା ବୃଥାରେ ପରିଶ୍ରମ କରି ନାହିଁ, ସେ ସମ୍ବନ୍ଧରେ ଖ୍ରୀଷ୍ଟଙ୍କ ପୁନରାଗମନ ଦିନରେ ଦର୍ପ କରିପାରିବି।


ଅତଏବ, ପ୍ରଭୁଙ୍କ ହେତୁ ତାହାଙ୍କୁ ଅତି ଆନନ୍ଦରେ ଗ୍ରହଣ କର, ଆଉ ଏହି ପ୍ରକାର ବ୍ୟକ୍ତିମାନଙ୍କୁ ସମାଦର କର;


ଏଥିନିମନ୍ତେ, କାଳେ ପରୀକ୍ଷକ ତୁମ୍ଭମାନଙ୍କୁ ପରୀକ୍ଷା କରିବ ଓ ଆମ୍ଭମାନଙ୍କ ପରିଶ୍ରମ ବ୍ୟର୍ଥ ହୋଇଯିବ, ଏହା ଚିନ୍ତା କରି ମୁଁ ମଧ୍ୟ ଆଉ ସହି ନ ପାରିବାରୁ ତୁମ୍ଭମାନଙ୍କ ବିଶ୍ୱାସ ବିଷୟ ଜାଣିବା ପାଇଁ ଲୋକ ପଠାଇଲି।


ମୁଁ ଉତ୍ତମ ଯୁଦ୍ଧରେ ପ୍ରାଣପଣ କରିଅଛି, ନିରୂପିତ ପଥର ଶେଷ ପର୍ଯ୍ୟନ୍ତ ଦୌଡ଼ିଅଛି, ମୁଁ ବିଶ୍ୱାସ ରକ୍ଷା କରିଅଛି;


ଅତଏବ, ଏଡ଼େ ବୃହତ୍ ମେଘ ତୁଲ୍ୟ ସାକ୍ଷୀମାନଙ୍କ ଦ୍ୱାରା ବେଷ୍ଟିତ ହେବାରୁ ଆସ, ଆମ୍ଭେମାନେ ପ୍ରତ୍ୟେକ ଭାର ଓ ସହଜରେ ବେଷ୍ଟନକାରୀ ପାପ ପରିତ୍ୟାଗ କରି ବିଶ୍ୱାସର ନେତା ଓ ସିଦ୍ଧଦାତା ଯୀଶୁଙ୍କୁ ଲକ୍ଷ୍ୟ କରି ଧୈର୍ଯ୍ୟ ସହକାରେ ଆମ୍ଭମାନଙ୍କ ଗନ୍ତବ୍ୟ ପଥରେ ଧାବମାନ ହେଉ।


Lean sinn:

Sanasan


Sanasan