Biblia Todo Logo
Bìoball air-loidhne

- Sanasan -




ଗାଲାତୀୟ 3:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ହେ ନିର୍ବୋଧ ଗାଲାତୀୟମାନେ, କିଏ ତୁମ୍ଭମାନଙ୍କୁ ମୋହିତ କଲା? ତୁମ୍ଭମାନଙ୍କ ଚକ୍ଷୁ ସମ୍ମୁଖରେ ତ କ୍ରୁଶରେ ହତ ଯୀଶୁ ଖ୍ରୀଷ୍ଟଙ୍କ ଚିତ୍ର ଅଙ୍କିତ ହୋଇଥିଲା।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

1 ହେ ନିର୍ବୋଧ ଗାଲାତୀୟମାନେ, କିଏ ତୁମ୍ଭମାନଙ୍କୁ ମୋହିତ କଲାଣ? ତୁମ୍ଭମାନଙ୍କ ଚକ୍ଷୁ ସମ୍ମୁଖରେ ତ କ୍ରୁଶରେ ହତ ଯୀଶୁ ଖ୍ରୀଷ୍ଟଙ୍କ ଚିତ୍ର ଅଙ୍କିତ ହୋଇଥିଲା।

Faic an caibideil Dèan lethbhreac

ଓଡିଆ ବାଇବେଲ

1 ହେ ନିର୍ବୋଧ ଗାଲାତୀୟମାନେ, କିଏ ତୁମ୍ଭମାନଙ୍କୁ ମୋହିତ କଲା ? ତୁମ୍ଭମାନଙ୍କ ଚକ୍ଷୁ ସମ୍ମୁଖରେ ତ କ୍ରୁଶରେ ହତ ଯୀଶୁଖ୍ରୀଷ୍ଟଙ୍କ ଚିତ୍ର ଅଙ୍କିତ ହୋଇଥିଲା ।

Faic an caibideil Dèan lethbhreac

ପବିତ୍ର ବାଇବଲ (CL) NT (BSI)

1 ହେ ନିର୍ବୋଧ ଗାଲାତୀୟମାନେ, କିଏ ତୁମ ଉପରେ ଏହି ମନ୍ତ୍ର ପ୍ରୟୋଗ କରିଛି? କ୍ରୁଶ ଉପରେ ଯୀଶୁ ଖ୍ରୀଷ୍ଟଙ୍କ ମୃତ୍ୟୁର ବିବରଣୀ ଅତି ସ୍ପଷ୍ଟ ଭାବରେ ତୁମ ନିକଟରେ ପ୍ରକାଶ କରାଯାଇଛି।

Faic an caibideil Dèan lethbhreac

ପବିତ୍ର ବାଇବଲ

1 ହେ ଗାଲାତୀୟ ଲୋକେ! ଯୀଶୁ ଖ୍ରୀଷ୍ଟଙ୍କୁ କିପରି ଭାବରେ କ୍ରୁଶ ଉପରେ ମୃତ୍ୟୁ ଦିଆଗଲା, ତାହା ତୁମ୍ଭକୁ ସ୍ପଷ୍ଟ ଭାବରେ କୁହା ଯାଇଥିଲା। କିନ୍ତୁ ତୁମ୍ଭେମାନେ ମୂର୍ଖ। ତୁମ୍ଭେ କାହାର ଛଳନାରେ ପଡ଼ିଗଲ।

Faic an caibideil Dèan lethbhreac




ଗାଲାତୀୟ 3:1
38 Iomraidhean Croise  

କାରଣ ଭଣ୍ଡ ଖ୍ରୀଷ୍ଟମାନେ ଓ ଭଣ୍ଡ ଭାବବାଦୀମାନେ ଉଠି ଏପରି ମହା ମହା ଚିହ୍ନ ଓ ଅଦ୍ଭୁତ କର୍ମମାନ ଦେଖାଇବେ ଯେ, ଯଦି ସମ୍ଭବ ହୁଏ, ତେବେ ମନୋନୀତ ଲୋକଙ୍କୁ ସୁଦ୍ଧା ଭ୍ରାନ୍ତ କରିବେ।


ଆଉ ଯେ କେହି ମୋହର ଏହି ସମସ୍ତ କଥା ଶୁଣି ପାଳନ କରେ ନାହିଁ, ସେ ବାଲି ଉପରେ ଘର ତିଆରି କରିବା ଜଣେ ମୂର୍ଖ ଲୋକ ଭଳି ହେବ।


ସେଥିରେ ସେ ସେମାନଙ୍କୁ କହିଲେ, “ହେ ନିର୍ବୋଧମାନେ ଓ ଭାବବାଦୀମାନଙ୍କ ଦ୍ୱାରା କଥିତ ସମସ୍ତ ବାକ୍ୟରେ ବିଶ୍ୱାସ କରିବାକୁ ଶିଥିଳଚିତ୍ତମାନେ,


ସେମାନେ ଏସିଆ ଦେଶରେ ବାକ୍ୟ ପ୍ରଚାର କରିବାକୁ ପବିତ୍ର ଆତ୍ମାଙ୍କ ଦ୍ୱାରା ନିବାରିତ ହୋଇ ଫ୍ରୁଗିଆ ଓ ଗାଲାତୀୟ ଅଞ୍ଚଳ ଦେଇ ଯାତ୍ରା କଲେ,


ଏଣୁ ଈଶ୍ବରଙ୍କ ବାକ୍ୟ ଅଧିକ ବ୍ୟାପିଗଲା ଏବଂ ଯିରୂଶାଲମ ସହରରେ ଶିଷ୍ୟମାନଙ୍କ ସଂଖ୍ୟା ଅତିଶୟ ବୃଦ୍ଧି ପାଇବାକୁ ଲାଗିଲା; ଆଉ, ଯାଜକମାନଙ୍କ ମଧ୍ୟରୁ ଅନେକ ଅନେକ ଲୋକ ବିଶ୍ୱାସମାର୍ଗ ଅବଲମ୍ବନ କରିବାକୁ ଲାଗିଲେ।


କିନ୍ତୁ ସମସ୍ତେ ସୁସମାଚାରର ବଶୀଭୂତ ହେଲେ ନାହିଁ। କାରଣ ଯିଶାଇୟ କହନ୍ତି, “ହେ ପ୍ରଭୁ, କିଏ ଆମ୍ଭମାନଙ୍କ ସମ୍ବାଦ ବିଶ୍ୱାସ କରିଅଛି?”


କିନ୍ତୁ ଯେଉଁମାନେ ସ୍ୱାର୍ଥପର, ପୁଣି, ସତ୍ୟର ଅନାଜ୍ଞାବହ, ମାତ୍ର ଅଧାର୍ମିକତାର ଆଜ୍ଞାବହ, ସେମାନଙ୍କ ପ୍ରତି କ୍ରୋଧ ଓ କୋପ ଘଟିବ।


କିନ୍ତୁ ଈଶ୍ବରଙ୍କର ଧନ୍ୟବାଦ ହେଉ ଯେ, ତୁମ୍ଭେମାନେ, ଯେଉଁମାନେ କି ପୂର୍ବରେ ପାପର ଦାସ ଥିଲ, ଏବେ ଯେଉଁ ଶିକ୍ଷାର ଆଦର୍ଶ ନିକଟରେ ସମର୍ପିତ ହୋଇଅଛ, ହୃଦୟ ସହ ସେଥିର ଆଜ୍ଞାବହ ହୋଇଅଛ,


କାରଣ ଯେତେ ଥର ତୁମ୍ଭେମାନେ ଏହି ରୁଟି ଭୋଜନ କର ଓ ଏହି ପାନପାତ୍ରରୁ ପାନ କର, ସେତେ ଥର ତୁମ୍ଭେମାନେ ପ୍ରଭୁଙ୍କ ଆଗମନ ପର୍ଯ୍ୟନ୍ତ ତାହାଙ୍କ ମୃତ୍ୟୁ ପ୍ରଚାର କରୁଅଛ।


କାରଣ ଯୀଶୁ ଖ୍ରୀଷ୍ଟ, ଅର୍ଥାତ୍‍ କ୍ରୁଶରେ ହତ ଯୀଶୁ ଖ୍ରୀଷ୍ଟଙ୍କ ବିନା ତୁମ୍ଭମାନଙ୍କ ମଧ୍ୟରେ ଆଉ କୌଣସି ବିଷୟ ନ ଜାଣିବାକୁ ମୁଁ ମନସ୍ଥ କଲି।


ଆମ୍ଭେମାନେ ତର୍କବିତର୍କସବୁ ଓ ଈଶ୍ବରଙ୍କ ଜ୍ଞାନ ବିରୁଦ୍ଧରେ ଉତ୍ଥିତ ସମସ୍ତ ଉଚ୍ଚ ବିଷୟ ଭୂମିସାତ୍‍ କରୁ, ପୁଣି, ପ୍ରତ୍ୟେକ କଳ୍ପନାକୁ ଖ୍ରୀଷ୍ଟଙ୍କ ବାଧ୍ୟ ହେବା ନିମନ୍ତେ ବନ୍ଦୀ କରୁ,


କିନ୍ତୁ ସର୍ପ ଆପଣା ଧୂର୍ତ୍ତତାରେ ହବାଙ୍କୁ ଯେପରି ଭୁଲାଇଲା, ସେହିପରି କାଳେ ତୁମ୍ଭମାନଙ୍କ ମନ ଖ୍ରୀଷ୍ଟଙ୍କ ପ୍ରତି ସରଳତା ଓ ପବିତ୍ରତାରୁ ଭ୍ରଷ୍ଟ ହୁଏ, ମୋହର ଏହି ଭୟ ହେଉଅଛି।


ଆଉ ମୋହର ସାଙ୍ଗରେ ଥିବା ଭାଇ ସମସ୍ତେ ଗାଲାତୀୟ ଅଞ୍ଚଳରେ ଥିବା ମଣ୍ଡଳୀ-ସମୂହକୁ ପତ୍ର;


ଖ୍ରୀଷ୍ଟଙ୍କ ଅନୁଗ୍ରହରେ ଯେ ତୁମ୍ଭମାନଙ୍କୁ ଆହ୍ୱାନ କଲେ, ତାହାଙ୍କଠାରୁ ତୁମ୍ଭେମାନେ ଯେ ଏତେ ଶୀଘ୍ର ବିମୁଖ ହୋଇ ଅନ୍ୟ ସୁସମାଚାର ପ୍ରତି ଅନୁରକ୍ତ ହେଉଅଛ, ଏଥିରେ ମୁଁ ଚମତ୍କୃତ ହେଉଅଛି;


କିନ୍ତୁ ଯେତେବେଳେ ମୁଁ ଦେଖିଲି ଯେ, ସେମାନେ ସୁସମାଚାରର ସତ୍ୟ ଅନୁଯାୟୀ ସରଳ ଭାବରେ ଆଚରଣ କରୁ ନାହାନ୍ତି, ସେତେବେଳେ ମୁଁ ସମସ୍ତଙ୍କ ସାକ୍ଷାତରେ କୈଫାଙ୍କୁ କହିଲି, ତୁମ୍ଭେ ଯିହୁଦୀ ହୋଇ ଯଦି ଯିହୁଦୀମାନଙ୍କ ପରି ବ୍ୟବହାର ନ କରି ଅଣଯିହୁଦୀମାନଙ୍କ ପରି ବ୍ୟବହାର କର, ତେବେ ତୁମ୍ଭେ କିପରି ଅଣଯିହୁଦୀମାନଙ୍କୁ ଯିହୁଦୀମାନଙ୍କ ପରି ବ୍ୟବହାର କରିବା ନିମନ୍ତେ ବାଧ୍ୟ କରୁଅଛ?


ତୁମ୍ଭେମାନେ କଅଣ ଏପରି ନିର୍ବୋଧ? ପବିତ୍ର ଆତ୍ମାରେ ଆରମ୍ଭ କରି ତୁମ୍ଭେମାନେ କି ଏବେ ଶରୀରରେ ସିଦ୍ଧ ହେବାକୁ ଯାଉଅଛ?


କିନ୍ତୁ ଏବେ ଈଶ୍ବରଙ୍କ ପରିଚୟ ପାଇଅଛ; ବରଂ ଈଶ୍ବରଙ୍କ ଦ୍ୱାରା ପରିଚିତ ହୋଇଅଛ, ତେବେ କିପରି ଆଉ ଥରେ ଦୁର୍ବଳ ଓ ଅକିଞ୍ଚନ ମୌଳିକ ବିଷୟଗୁଡ଼ିକ ପ୍ରତି ଫେରିଯାଇ ପୁନର୍ବାର ସେହି ସବୁର ଦାସ ହେବାକୁ ଇଚ୍ଛା କରୁଅଛ?


କିନ୍ତୁ ହେ ଭାଇମାନେ, ଯଦି ମୁଁ ଏବେ ସୁଦ୍ଧା ସୁନ୍ନତ ବିଧି ପ୍ରଚାର କରୁଅଛି, ତେବେ କାହିଁକି ମୁଁ ଏଯାଏଁ ତାଡ଼ନା ଭୋଗ କରୁଅଛି? ତାହାହେଲେ କ୍ରୁଶ ତ ଆଉ ବିଘ୍ନର କାରଣ ନୁହେଁ।


ସମସ୍ତ ସାଧୁଙ୍କ ମଧ୍ୟରେ କ୍ଷୁଦ୍ରତମ ଯେ ମୁଁ, ମୋତେ ଅଣଯିହୁଦୀମାନଙ୍କ ନିକଟରେ ବୋଧର ଅଗମ୍ୟ ଖ୍ରୀଷ୍ଟଙ୍କ ନିଧିର ସୁସମାଚାର ପ୍ରଚାର କରିବା ପାଇଁ,


ଯେପରି ଆମ୍ଭେମାନେ ଆଉ ଶିଶୁ ପରି ନ ହୋଇ ମନୁଷ୍ୟମାନଙ୍କ ପ୍ରତାରଣା ଓ ଭ୍ରାନ୍ତି ଯୁକ୍ତ କଳ୍ପନା ଅନୁସାରେ ଧୃର୍ତ୍ତତା ଦ୍ୱାରା ବିଭିନ୍ନ ଶିକ୍ଷା ରୂପ ବାୟୁରେ ଇତଃସ୍ତତଃ ଚାଳିତ ନ ହେଉ,


ଅତଏବ ଅଜ୍ଞାନ ପରି ନ ହୋଇ ଜ୍ଞାନୀ ପରି ନିଜ ନିଜ ଆଚରଣ ସମ୍ବନ୍ଧରେ ବିଶେଷ ସାବଧାନ ହୁଅ,


ହେ ମୂଢ଼ ଓ ଅଜ୍ଞାନ ଲୋକେ, ତୁମ୍ଭେମାନେ କି ସଦାପ୍ରଭୁଙ୍କୁ ଏପରି ପରିଶୋଧ କରୁଅଛ; ସେ କି ତୁମ୍ଭର କ୍ରୟକାରୀ ପିତା ନୁହନ୍ତି? ସେ ତୁମ୍ଭର ସୃଷ୍ଟି ଓ ସ୍ଥିତିକର୍ତ୍ତା ଅଟନ୍ତି।


ଯେଉଁମାନେ ଈଶ୍ବରଙ୍କୁ ଜାଣନ୍ତି ନାହିଁ, ଓ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ସୁସମାଚାର ମାନନ୍ତି ନାହିଁ, ସେମାନଙ୍କୁ ସେ ସେତେବେଳେ ଦଣ୍ଡ ଦେବେ,


ତେବେ ସେ ଅସାରଗର୍ବୀ ଓ ଅଜ୍ଞାନ, ପୁଣି, ବାଦାନୁବାଦ ଓ ଯୁକ୍ତିତର୍କରେ ଲିପ୍ତ; ସେଥିରୁ ଈର୍ଷା, ବିବାଦ, ପରନିନ୍ଦା, ମନ୍ଦ ସନ୍ଦେହ,


ବିଶ୍ୱାସ ଦ୍ୱାରା ଅବ୍ରହାମ ଆହ୍ୱାନ ପ୍ରାପ୍ତ ହୁଅନ୍ତେ, ଯେଉଁ ଦେଶ ସେ ଅଧିକାରସ୍ୱରୂପେ ପାଇବାକୁ ଯାଉଥିଲେ, ଆଜ୍ଞାବହ ହୋଇ ସେଠାକୁ ବାହାରିଗଲେ, ପୁଣି, ସେ କେଉଁଠାକୁ ଯାଉଅଛନ୍ତି, ତାହା ନ ଜାଣି ସୁଦ୍ଧା ବାହାରିଗଲେ।


ପୁଣି, ସିଦ୍ଧ ହୋଇ ନିଜ ଆଜ୍ଞାକାରୀମାନଙ୍କ ପ୍ରତି ଅନନ୍ତ ପରିତ୍ରାଣର କାରଣ ସ୍ୱରୂପ ହେଲେ;


ତୁମ୍ଭେମାନେ ସତ୍ୟର ଆଜ୍ଞାବହ ହୋଇ ନିଷ୍କପଟ ଭ୍ରାତୃପ୍ରେମ ନିମନ୍ତେ ଆପଣା ଆପଣା ଆତ୍ମାକୁ ଶୁଚି କରିଥିବାରୁ ଅନ୍ତର ସହ ଏକାଗ୍ରଭାବେ ପରସ୍ପରକୁ ପ୍ରେମ କର;


କାରଣ, ଈଶ୍ବରଙ୍କ ଗୃହଠାରୁ ଆରମ୍ଭ କରି ବିଚାର କରିବା ସମୟ ଉପସ୍ଥିତ; ଆଉ ଯଦି ପ୍ରଥମରେ ଆମ୍ଭମାନଙ୍କଠାରୁ ଆରମ୍ଭ ହୁଏ, ତେବେ ଯେଉଁମାନେ ଈଶ୍ବରଙ୍କ ସୁସମାଚାରର ଅନାଜ୍ଞାବହ, ସେମାନଙ୍କର ଶେଷ ଦଶା ଅବା କଅଣ ନ ହେବ!


କାରଣ ସେମାନେ ନିରର୍ଥକ ଅହଙ୍କାରର କଥା କହି ଭ୍ରାନ୍ତ ଆଚରଣକାରୀମାନଙ୍କଠାରୁ ପ୍ରାୟ ଉଦ୍ଧାର ପାଉଥିବା ଲୋକମାନଙ୍କୁ ଶାରୀରିକ ସୁଖାଭିଳାଷରେ କାମୁକତା ଦ୍ୱାରା ପ୍ରଲୋଭିତ କରନ୍ତି;


କାରଣ ଜାତିସମୂହ, ତାହାର ବ୍ୟଭିଚାର କାମରୂପ ସୁରା ପାନ କରିଅଛନ୍ତି, ପୃଥିବୀର ରାଜାମାନେ ତାହା ସହିତ ବ୍ୟଭିଚାର କରିଅଛନ୍ତି ଓ ପୃଥିବୀର ବଣିକମାନେ ତାହାର ବିଳାସିତାରେ ଧନୀ ହୋଇଅଛନ୍ତି।”


ତଥାପି ତୁମ୍ଭ ବିରୁଦ୍ଧରେ ଆମ୍ଭର ଏହି କଥା ଅଛି, ଯିଜେବଲ ନାମ୍ନୀ ଯେଉଁ ନାରୀ ଆପଣାକୁ ଭାବବାଦିନୀ ବୋଲି କହି ମୋହର ଦାସମାନଙ୍କୁ ବେଶ୍ୟାଗମନ ଓ ଦେବପ୍ରସାଦ ଭୋଜନ କରିବାକୁ ଶିକ୍ଷା ଦେଇ ଭୁଲାଉଅଛି, ତୁମ୍ଭେ ତାହାର ଦୁଷ୍କର୍ମ ସହ୍ୟ କରୁଅଛ।


ତହିଁରେ ଶାମୁୟେଲ ଶାଉଲଙ୍କୁ କହିଲେ, “ତୁମ୍ଭେ ମୂର୍ଖର କର୍ମ କରିଅଛ; ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଆଜ୍ଞା ଦେଇଥିଲେ, ତାହା ତୁମ୍ଭେ ପାଳନ କଲ ନାହିଁ; କରିଥିଲେ ସଦାପ୍ରଭୁ ଇସ୍ରାଏଲ ଉପରେ ତୁମ୍ଭର ରାଜତ୍ୱ ଏବେ ଅନନ୍ତକାଳସ୍ଥାୟୀ କରିଥାʼନ୍ତେ।


Lean sinn:

Sanasan


Sanasan