Biblia Todo Logo
Bìoball air-loidhne

- Sanasan -




ହୋଶେୟ 1:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଆଉ, ଗୋମର ପୁନର୍ବାର ଗର୍ଭଧାରଣ କରି ଏକ କନ୍ୟା ପ୍ରସବ କଲା। ଆଉ, ସଦାପ୍ରଭୁ ତାହାକୁ କହିଲେ, “ତୁମ୍ଭେ ତାହାର ନାମ ଲୋ-ରୁହାମା ରଖ; କାରଣ ଆମ୍ଭେ କୌଣସି ପ୍ରକାରେ ଇସ୍ରାଏଲ ବଂଶକୁ କ୍ଷମା କରିବା ପାଇଁ ସେମାନଙ୍କ ପ୍ରତି ଆଉ ଦୟା ପ୍ରକାଶ କରିବା ନାହିଁ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

6 ଆଉ, ସେ ସ୍ତ୍ରୀ ପୁନର୍ବାର ଗର୍ଭଧାରଣ କରି ଏକ କନ୍ୟା ପ୍ରସବ କଲା। ଆଉ, ସଦାପ୍ରଭୁ ତାହାକୁ କହିଲେ, ତୁମ୍ଭେ ତାହାର ନାମ ଲୋ-ରୁହାମା (ଅଦୟା ପାତ୍ରୀ) ରଖ; କାରଣ ଆମ୍ଭେ କୌଣସିମତେ ଇସ୍ରାଏଲ ବଂଶକୁ କ୍ଷମା କରିବା ପାଇଁ ସେମାନଙ୍କ ପ୍ରତି ଆଉ ଦୟା ପ୍ରକାଶ କରିବା ନାହିଁ।

Faic an caibideil Dèan lethbhreac

ଓଡିଆ ବାଇବେଲ

6 ଆଉ, ଗୋମର ପୁନର୍ବାର ଗର୍ଭଧାରଣ କରି ଏକ କନ୍ୟା ପ୍ରସବ କଲା। ଆଉ, ସଦାପ୍ରଭୁ ତାହାକୁ କହିଲେ, “ତୁମ୍ଭେ ତାହାର ନାମ ଲୋ-ରୁହାମା ରଖ; କାରଣ ଆମ୍ଭେ କୌଣସି ପ୍ରକାରେ ଇସ୍ରାଏଲ ବଂଶକୁ କ୍ଷମା କରିବା ପାଇଁ ସେମାନଙ୍କ ପ୍ରତି ଆଉ ଦୟା ପ୍ରକାଶ କରିବା ନାହିଁ।

Faic an caibideil Dèan lethbhreac

ପବିତ୍ର ବାଇବଲ

6 ତା'ପରେ ଗୋମର ପୁନର୍ବାର ଗର୍ଭବତୀ ହେଲେ ଓ ଏକ କନ୍ୟା ସନ୍ତାନ ଜନ୍ମ ଦେଲେ। ସଦାପ୍ରଭୁ ହୋଶେୟକୁ କହିଲେ, “ତା'ର ନାମ ଲୋ-ରୁହାମା ଦିଅ। କାରଣ ଆମ୍ଭେ ଏଣିକି ଇସ୍ରାଏଲ ଜାତିକୁ ଆଉ ଦୟା ଦେଖାଇବା ନାହିଁ। ଆମ୍ଭେ ସେମାନଙ୍କୁ କ୍ଷମା ଦେବା ନାହିଁ।

Faic an caibideil Dèan lethbhreac




ହୋଶେୟ 1:6
11 Iomraidhean Croise  

ପୂର୍ବରେ ତୁମ୍ଭେମାନେ ପ୍ରଜା ବାଚ୍ୟ ନ ଥିଲ, କିନ୍ତୁ ଏବେ ଈଶ୍ବରଙ୍କ ପ୍ରଜା ହୋଇଅଛ, ପୂର୍ବରେ ତୁମ୍ଭେମାନେ ଦୟା ପାଇ ନ ଥିଲ, ମାତ୍ର ଏବେ ଦୟା ପ୍ରାପ୍ତ ହୋଇଅଛ।


ପୁଣି, ଆମ୍ଭେ ଆପଣା ପାଇଁ ତାହାକୁ ଦେଶରେ ରୋପଣ କରିବା; ତହିଁରେ ଯେ ଦୟା ପାଇ ନ ଥିଲା, ତାହା ପ୍ରତି ଆମ୍ଭେ ଦୟା କରିବା; ଆଉ, ଯେଉଁମାନେ ଆମ୍ଭର ଲୋକ ନ ଥିଲେ, ସେମାନଙ୍କୁ ଆମ୍ଭେ କହିବା, ତୁମ୍ଭେ ଆମ୍ଭର ଲୋକ ଓ ସେମାନେ କହିବେ, ‘ତୁମ୍ଭେ ଆମ୍ଭର ପରମେଶ୍ୱର।’”


ଆହୁରି, ଆମ୍ଭେ ତାହାର ସନ୍ତାନଗଣ ପ୍ରତି ଦୟା କରିବା ନାହିଁ, କାରଣ ସେମାନେ ବେଶ୍ୟାଚାରରୁ ଜାତ ସନ୍ତାନ।


ହୋଶେୟଙ୍କ ରାଜତ୍ଵର ନବମ ବର୍ଷରେ ଅଶୂରର ରାଜା ଶମରୀୟା ହସ୍ତଗତ କଲା ଓ ଇସ୍ରାଏଲକୁ ଅଶୂରକୁ ନେଇଯାଇ ହଲହରେ ଓ ହାବୋରରେ ଗୋଶନ ନଦୀ ତୀରରେ ଓ ମାଦୀୟମାନଙ୍କ ନାନା ନଗରରେ ରଖିଲା।


ତହିଁର ଡାଳସବୁ ଶୁଷ୍କ ହେଲେ ଭଙ୍ଗାଯିବ; ସ୍ତ୍ରୀମାନେ ଆସି ତହିଁରେ ଅଗ୍ନି ଲଗାଇବେ; କାରଣ ସେହି ଲୋକମାନେ ବୁଦ୍ଧିହୀନ; ଏହେତୁ ଯେ ସେମାନଙ୍କୁ ନିର୍ମାଣ କଲେ, ସେ ସେମାନଙ୍କ ପ୍ରତି ଦୟା କରିବେ ନାହିଁ ଓ ଯେ ସେମାନଙ୍କୁ ଗଢ଼ିଲେ, ସେ ସେମାନଙ୍କ ପ୍ରତି ଅନୁଗ୍ରହ ପ୍ରକାଶ କରିବେ ନାହିଁ।


ସେହି ସ୍ତ୍ରୀ ଲୋ-ରୁହାମାକୁ ସ୍ତନ୍ୟପାନ ତ୍ୟାଗ କରାଇଲା ଉତ୍ତାରେ ଗର୍ଭଧାରଣ କରି ଏକ ପୁତ୍ର ପ୍ରସବ କଲା।


ଏଣୁ ସଦାପ୍ରଭୁ ସମୁଦାୟ ଇସ୍ରାଏଲ ବଂଶକୁ ଅଗ୍ରାହ୍ୟ କଲେ ଓ ସେମାନଙ୍କୁ କ୍ଳେଶ ଦେଲେ ଓ ଆପଣା ଦୃଷ୍ଟିରୁ ସେମାନଙ୍କୁ ଦୂର ନ କରିବା ପର୍ଯ୍ୟନ୍ତ ଲୁଟକାରୀମାନଙ୍କ ହସ୍ତରେ ସମର୍ପଣ କଲେ।


ପୁଣି, ସଦାପ୍ରଭୁ ମୋତେ ପଚାରିଲେ, “ହେ ଆମୋଷ, ତୁମ୍ଭେ କଅଣ ଦେଖୁଅଛ?” ତହିଁରେ ମୁଁ କହିଲି, “ଗୋଟିଏ ଓଳମ।” ତେବେ ପ୍ରଭୁ କହିଲେ, “ଦେଖ, ଆମ୍ଭେ ଆପଣା ଲୋକ ଇସ୍ରାଏଲ ମଧ୍ୟରେ ଓଳମ ପକାଇବା; ଆମ୍ଭେ ପୁନର୍ବାର ଆଉ ସେମାନଙ୍କୁ ଛାଡ଼ି ଯିବା ନାହିଁ;


ଦେଖ, ପ୍ରଭୁ ସଦାପ୍ରଭୁଙ୍କର ଚକ୍ଷୁ ଏହି ପାପିଷ୍ଠ ରାଜ୍ୟ ଉପରେ ଅଛି ଓ ଆମ୍ଭେ ପୃଥିବୀରୁ ତାହା ଉଚ୍ଛିନ୍ନ କରିବା; କେବଳ ଯାକୁବ ବଂଶକୁ ଆମ୍ଭେ ନିଃଶେଷ ରୂପେ ଉଚ୍ଛିନ୍ନ କରିବା ନାହିଁ,” ଏହା ସଦାପ୍ରଭୁ କହନ୍ତି।


Lean sinn:

Sanasan


Sanasan