Biblia Todo Logo
Bìoball air-loidhne

- Sanasan -




ହୋଶେୟ 1:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ମାତ୍ର ଆମ୍ଭେ ଯିହୁଦା ବଂଶ ପ୍ରତି ଦୟା କରିବା ଓ ଧନୁ, ଖଡ୍ଗ, ଯୁଦ୍ଧ କି ଅଶ୍ୱଗଣ କିଅବା ଅଶ୍ୱାରୋହୀଗଣ ଦ୍ୱାରା ସେମାନଙ୍କୁ ଉଦ୍ଧାର ନ କରି ସଦାପ୍ରଭୁ ସେମାନଙ୍କ ପରମେଶ୍ୱରଙ୍କ ଦ୍ୱାରା ଉଦ୍ଧାର କରିବା।”

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

7 ମାତ୍ର ଆମ୍ଭେ ଯିହୁଦା-ବଂଶ ପ୍ରତି ଦୟା କରିବା ଓ ଧନୁ କି ଖଡ଼୍‍ଗ କି ଯୁଦ୍ଧ କି ଅଶ୍ଵଗଣ କିଅବା ଅଶ୍ଵାରୋହୀଗଣ ଦ୍ଵାରା ସେମାନଙ୍କୁ ଉଦ୍ଧାର ନ କରି ସଦାପ୍ରଭୁ ସେମାନଙ୍କ ପରମେଶ୍ଵରଙ୍କ ଦ୍ଵାରା ଉଦ୍ଧାର କରିବା।

Faic an caibideil Dèan lethbhreac

ଓଡିଆ ବାଇବେଲ

7 ମାତ୍ର ଆମ୍ଭେ ଯିହୁଦା ବଂଶ ପ୍ରତି ଦୟା କରିବା ଓ ଧନୁ, ଖଡ୍ଗ, ଯୁଦ୍ଧ କି ଅଶ୍ୱଗଣ କିଅବା ଅଶ୍ୱାରୋହୀଗଣ ଦ୍ୱାରା ସେମାନଙ୍କୁ ଉଦ୍ଧାର ନ କରି ସଦାପ୍ରଭୁ ସେମାନଙ୍କ ପରମେଶ୍ୱରଙ୍କ ଦ୍ୱାରା ଉଦ୍ଧାର କରିବା।”

Faic an caibideil Dèan lethbhreac

ପବିତ୍ର ବାଇବଲ

7 କିନ୍ତୁ ଆମ୍ଭେ ଯିହୁଦାର ଲୋକଙ୍କୁ ଦୟା ଦେଖାଇବା। ଆମ୍ଭେ ଯିହୁଦା ଦେଶକୁ ରକ୍ଷା କରିବା। ଆମ୍ଭେ ସେମାନଙ୍କୁ ରକ୍ଷା କରିବାକୁ ଖଣ୍ତା କି ଧନୁ ବ୍ୟବହାର କରିବା ନାହିଁ। ଆମ୍ଭେ ସେମାନଙ୍କୁ ରକ୍ଷା କରିବାକୁ ଯୁଦ୍ଧରେ ଅଶ୍ୱ କି ସୈନ୍ୟ ବ୍ୟବହାର କରିବା ନାହିଁ। ଆମ୍ଭେ ସେମାନଙ୍କୁ ଆମ୍ଭ ନିଜ ଶକ୍ତି ବଳରେ ରକ୍ଷା କରିବା।”

Faic an caibideil Dèan lethbhreac




ହୋଶେୟ 1:7
26 Iomraidhean Croise  

ତହିଁରେ ସେ ମୋତେ ଉତ୍ତର କରି କହିଲେ, “ଏହା ଯିରୁବ୍ବାବିଲ୍‍ଙ୍କ ପ୍ରତି ସଦାପ୍ରଭୁଙ୍କର ବାକ୍ୟ, ଯଥା, ପରାକ୍ରମ ଦ୍ୱାରା ନୁହେଁ, କିଅବା ବଳ ଦ୍ୱାରା ନୁହେଁ, ମାତ୍ର ଆମ୍ଭର ଆତ୍ମା ଦ୍ୱାରା, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।


ଦେଖ, “ପରମେଶ୍ୱର ଆମ୍ଭର ପରିତ୍ରାଣ; ଆମ୍ଭେ ବିଶ୍ୱାସ କରିବା ଓ ଭୀତ ହେବା ନାହିଁ; କାରଣ ଯିହୋବାଃ ସଦାପ୍ରଭୁ ଆମ୍ଭର ବଳ ଓ ଗାନ; ପୁଣି, ସେ ଆମ୍ଭର ପରିତ୍ରାଣ ହୋଇଅଛନ୍ତି।”


ଏଥିଉତ୍ତାରେ ସେହି ରାତ୍ରି ସଦାପ୍ରଭୁଙ୍କ ଦୂତ ବାହାରି ଅଶୂରୀୟମାନଙ୍କ ଛାଉଣିରେ ଏକ ଲକ୍ଷ ପଞ୍ଚାଅଶୀ ହଜାର ଲୋକ ସଂହାର କଲେ; ପୁଣି ଲୋକମାନେ ଅତି ପ୍ରଭାତରେ ଉଠନ୍ତେ, ଦେଖ, ସେସମସ୍ତେ ମୃତ ଶବ ହୋଇଅଛନ୍ତି।


ଇଫ୍ରୟିମ ମିଥ୍ୟା କଥାରେ ଓ ଇସ୍ରାଏଲ ବଂଶ ପ୍ରବଞ୍ଚନାରେ ଆମ୍ଭକୁ ଘେରୁଅଛନ୍ତି; ମାତ୍ର ଯିହୁଦା ଏବେ ମଧ୍ୟ ପରମେଶ୍ୱରଙ୍କ ସହିତ କର୍ତ୍ତୃତ୍ୱ କରୁଅଛି ଓ ଧର୍ମସ୍ୱରୂପଙ୍କ ସହିତ ବିଶ୍ୱସ୍ତ ହୋଇ ରହିଅଛି।


ଏହେତୁ ପ୍ରଭୁ ଆପେ ତୁମ୍ଭମାନଙ୍କୁ ଏକ ଚିହ୍ନ ଦେବେ; ଦେଖ, ଏକ କନ୍ୟା ଗର୍ଭବତୀ ହୋଇ ଏକ ପୁତ୍ର ପ୍ରସବ କରିବ ଓ ତାହାର ନାମ ଇମ୍ମାନୁୟେଲ (ଆମ୍ଭମାନଙ୍କ ସହିତ ପରମେଶ୍ୱର) ରଖିବ।


ଏଣୁ ସେ କହନ୍ତି, “ତୁମ୍ଭେ ଯେ ଯାକୁବର ଗୋଷ୍ଠୀବର୍ଗକୁ ଉତ୍ଥାପନ କରିବା ପାଇଁ ଓ ଇସ୍ରାଏଲର ରକ୍ଷିତ ଲୋକମାନଙ୍କୁ ପୁନର୍ବାର ଆଣିବା ପାଇଁ ଆମ୍ଭର ସେବକ ହେବ, ଏହା ଅତି କ୍ଷୁଦ୍ର ବିଷୟ; ତୁମ୍ଭେ ପୃଥିବୀର ସୀମା ପର୍ଯ୍ୟନ୍ତ ଯେପରି ଆମ୍ଭର କୃତ ପରିତ୍ରାଣ ସ୍ୱରୂପ ହେବ, ଏଥିପାଇଁ ଆମ୍ଭେ ତୁମ୍ଭକୁ ଅନ୍ୟଦେଶୀୟମାନଙ୍କର ଦୀପ୍ତି ସ୍ୱରୂପ ମଧ୍ୟ କରିବା।”


କୌଣସି ରାଜା ଅପାର ସୈନ୍ୟ ଦ୍ୱାରା ଉଦ୍ଧାର ପାଏ ନାହିଁ; କୌଣସି ବୀର ମହାଶକ୍ତି ଦ୍ୱାରା ଉଦ୍ଧାର ପାଏ ନାହିଁ।


ଆଉ ଏହି ସମସ୍ତ ସମାଜ ଜାଣିବେ ଯେ, ସଦାପ୍ରଭୁ ଖଡ୍ଗ ଓ ବର୍ଚ୍ଛା ଦ୍ୱାରା ଉଦ୍ଧାର କରନ୍ତି ନାହିଁ; କାରଣ ଏହି ଯୁଦ୍ଧ ସଦାପ୍ରଭୁଙ୍କର ଓ ସେ ତୁମ୍ଭମାନଙ୍କୁ ଆମ୍ଭମାନଙ୍କ ହସ୍ତରେ ସମର୍ପଣ କରିବେ।”


ଏଣୁ (ହେ ହିଜକୀୟ,) ତୁମ୍ଭ ପ୍ରତି ଏହି ଚିହ୍ନ ହେବ: ତୁମ୍ଭେମାନେ ଏହି ବର୍ଷ ସ୍ୱୟଂ ଉତ୍ପନ୍ନ ଶସ୍ୟ, ଓ ଦ୍ୱିତୀୟ ବର୍ଷ ତହିଁରୁ ଅଙ୍କୁରିତ ଶସ୍ୟ ଭୋଜନ କରିବ। ପୁଣି ତୃତୀୟ ବର୍ଷ ତୁମ୍ଭେମାନେ ବୁଣ ଓ କାଟ, ଓ ଦ୍ରାକ୍ଷାକ୍ଷେତ୍ର କରି ତହିଁର ଫଳ ଭୋଜନ କର।


ପୁଣି, ତହିଁ ସକାଶୁ ସଦାପ୍ରଭୁ ତୁମ୍ଭମାନଙ୍କ ପ୍ରତି ଅନୁଗ୍ରହ କରିବା ପାଇଁ ଅପେକ୍ଷା କରିବେ, ଆଉ ତହିଁ ସକାଶୁ ତୁମ୍ଭମାନଙ୍କ ପ୍ରତି ଦୟା କରିବା ନିମନ୍ତେ ସେ ଉନ୍ନତ ହେବେ; କାରଣ ସଦାପ୍ରଭୁ ନ୍ୟାୟ ବିଚାରକାରୀ ପରମେଶ୍ୱର ଅଟନ୍ତି; ଯେଉଁମାନେ ତାହାଙ୍କ ପାଇଁ ଅପେକ୍ଷା କରନ୍ତି, ସେସମସ୍ତେ ଧନ୍ୟ।


ମୁଁ କହିଅଛି, ‘ତୁମ୍ଭେମାନେ ପ୍ରତ୍ୟେକ ଜଣ ଆପଣା ଆପଣା କୁପଥରୁ ଓ ଆପଣା ଆପଣା ଆଚରଣର ଦୁଷ୍ଟତାରୁ ଫେର, ତହିଁରେ ସଦାପ୍ରଭୁ ପୁରାତନ କାଳରୁ ସଦାକାଳ ନିମନ୍ତେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କର ପୂର୍ବପୁରୁଷଗଣକୁ ଯେଉଁ ଦେଶ ଦେଇଅଛନ୍ତି, ତହିଁ ମଧ୍ୟରେ ତୁମ୍ଭେମାନେ ବାସ କରିବ;


ଆଉ, ଅନ୍ୟ ଦେବଗଣର ସେବା ଓ ସେମାନଙ୍କୁ ପ୍ରଣାମ କରିବା ନିମନ୍ତେ ସେମାନଙ୍କ ପଶ୍ଚାଦ୍‍ଗାମୀ ହୁଅ ନାହିଁ ଓ ଆପଣାମାନଙ୍କ ହସ୍ତକୃତ କର୍ମ ଦ୍ୱାରା ମୋତେ ବିରକ୍ତ କର ନାହିଁ ଓ ତହିଁରେ ମୁଁ ତୁମ୍ଭମାନଙ୍କର କୌଣସି ଅମଙ୍ଗଳ କରିବି ନାହିଁ।’


ତାହାହେଲେ ଆମ୍ଭେ ଯାକୁବର ଓ ଆମ୍ଭ ଦାସ ଦାଉଦର ବଂଶକୁ ଅଗ୍ରାହ୍ୟ କରି ଅବ୍ରହାମର, ଇସ୍‌ହାକର ଓ ଯାକୁବର ବଂଶ ଉପରେ ଶାସନକର୍ତ୍ତା କରିବା ପାଇଁ ତାହାର ବଂଶରୁ ଲୋକ ଗ୍ରହଣ କରିବା ନାହିଁ। ଆମ୍ଭେ ସେମାନଙ୍କୁ ବନ୍ଦୀତ୍ୱାବସ୍ଥାରୁ ଫେରାଇ ଆଣିବା ଓ ସେମାନଙ୍କ ପ୍ରତି ଦୟା କରିବା।”


ସେହି ସ୍ତ୍ରୀ ଲୋ-ରୁହାମାକୁ ସ୍ତନ୍ୟପାନ ତ୍ୟାଗ କରାଇଲା ଉତ୍ତାରେ ଗର୍ଭଧାରଣ କରି ଏକ ପୁତ୍ର ପ୍ରସବ କଲା।


ତହୁଁ ମୋଶା ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ଭୟ କର ନାହିଁ, ସୁସ୍ଥିର ହୁଅ; ସଦାପ୍ରଭୁ ଆଜି କିପରି ତୁମ୍ଭମାନଙ୍କୁ ଉଦ୍ଧାର କରିବେ, ତାହା ଦେଖ; ତୁମ୍ଭେମାନେ ଆଜି ଯେପରି ମିସରୀୟମାନଙ୍କୁ ଦେଖୁଅଛ, ସେପରି ଅନନ୍ତକାଳ ପର୍ଯ୍ୟନ୍ତ ଆଉ କେବେ ଦେଖିବ ନାହିଁ।


ଏହି ପ୍ରକାରେ ସେହି ଦିନ ସଦାପ୍ରଭୁ ମିସରୀୟମାନଙ୍କ ହସ୍ତରୁ ଇସ୍ରାଏଲଙ୍କୁ ରକ୍ଷା କଲେ ଓ ଇସ୍ରାଏଲ ମିସରୀୟମାନଙ୍କୁ ସମୁଦ୍ର ତୀରରେ ମୃତ ଦେଖିଲେ।


ଏଥିଉତ୍ତାରେ ସୈନ୍ୟମାନେ ଇଲୀଶାୟଙ୍କ ନିକଟକୁ ଓହ୍ଲାଇ ଆସନ୍ତେ, ସେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲେ, “ମୁଁ ବିନୟ କରୁଅଛି, ଏହି ଲୋକମାନଙ୍କୁ ଅନ୍ଧତାରେ ଆଘାତ କର।” ଏଥିରେ ସଦାପ୍ରଭୁ ଇଲୀଶାୟଙ୍କର ବାକ୍ୟାନୁସାରେ ସେମାନଙ୍କୁ ଅନ୍ଧତାରେ ଆଘାତ କଲେ।


କାରଣ ଆମ୍ଭେ ଆପଣା ସକାଶୁ, ଓ ଆମ୍ଭ ଦାସ ଦାଉଦ ସକାଶୁ, ଏହି ନଗରକୁ ରକ୍ଷା କରିବାକୁ ସପକ୍ଷ ହେବା।”


ମାତ୍ର ତୁମ୍ଭେ ଆମ୍ଭମାନଙ୍କ ବିପକ୍ଷଗଣଠାରୁ ଆମ୍ଭମାନଙ୍କୁ ଉଦ୍ଧାର କରିଅଛ ଓ ଆମ୍ଭମାନଙ୍କ ଘୃଣାକାରୀମାନଙ୍କୁ ଲଜ୍ଜିତ କରିଅଛ।


Lean sinn:

Sanasan


Sanasan