Biblia Todo Logo
Bìoball air-loidhne

- Sanasan -




ହୋଶେୟ 2:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 “ତୁମ୍ଭେମାନେ ଆପଣା ମାତା ସହିତ ବାଦାନୁବାଦ କର; କାରଣ ସେ ଆମ୍ଭର ଭାର୍ଯ୍ୟା ନୁହେଁ, କିଅବା ଆମ୍ଭେ ତାହାର ସ୍ୱାମୀ ନୋହୁଁ; ସେ ଆପଣା ଦୃଷ୍ଟିରୁ ଆପଣା ବେଶ୍ୟାଚାର ଓ ଆପଣା ସ୍ତନଦ୍ୱୟର ମଧ୍ୟରୁ ବ୍ୟଭିଚାର ଦୂର କରୁ;

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

2 ତୁମ୍ଭେମାନେ ଆପଣା ମାତା ସହିତ ବାଦାନୁବାଦ କର, ବାଦାନୁବାଦ କର; କାରଣ ସେ ଆମ୍ଭର ଭାର୍ଯ୍ୟା ନୁହେଁ, କିଅବା ଆମ୍ଭେ ତାହାର ସ୍ଵାମୀ ନୋହୁଁ; ସେ ଆପଣା ଦୃଷ୍ଟିରୁ ଆପଣା ବେଶ୍ୟାଚାର ଓ ଆପଣା ସ୍ତନଦ୍ଵୟର ମଧ୍ୟରୁ ବ୍ୟଭିଚାର ଦୂର କରୁ;

Faic an caibideil Dèan lethbhreac

ଓଡିଆ ବାଇବେଲ

2 ତୁମ୍ଭେମାନେ ଆପଣା ମାତା ସହିତ ବାଦାନୁବାଦ କର; କାରଣ ସେ ଆମ୍ଭର ଭାର୍ଯ୍ୟା ନୁହେଁ, କିଅବା ଆମ୍ଭେ ତାହାର ସ୍ୱାମୀ ନୋହୁଁ; ସେ ଆପଣା ଦୃଷ୍ଟିରୁ ଆପଣା ବେଶ୍ୟାଚାର ଓ ଆପଣା ସ୍ତନଦ୍ୱୟର ମଧ୍ୟରୁ ବ୍ୟଭିଚାର ଦୂର କରୁ;

Faic an caibideil Dèan lethbhreac

ପବିତ୍ର ବାଇବଲ

2 “ମାଙ୍କ ସହିତ ଯୁକ୍ତି କର। କାରଣ ସେ ଆମ୍ଭର ସ୍ତ୍ରୀ ନୁହେଁ କି ଆମ୍ଭେ ତା'ର ସ୍ୱାମୀ ନୁହଁ। ବେଶ୍ୟା ପରି ନ ହେବାକୁ ତାଙ୍କୁ କୁହ। ତାଙ୍କୁ କୁହ ଯେଉଁ ପ୍ରେମିକମାନଙ୍କୁ ହୃଦୟରେ ସ୍ଥାନ ଦେଇଛନ୍ତି ସେମାନଙ୍କୁ ଦୂରେଇ ଦିଅନ୍ତୁ।

Faic an caibideil Dèan lethbhreac




ହୋଶେୟ 2:2
22 Iomraidhean Croise  

ପୁଣି, ସେ ଗୋଷ୍ଠୀବର୍ଗ ନିମନ୍ତେ ଗୋଟିଏ ଧ୍ୱଜା ଉଠାଇବେ ଓ ପୃଥିବୀର ଚତୁଷ୍କୋଣରୁ ଇସ୍ରାଏଲର ତାଡ଼ିତ ଲୋକମାନଙ୍କୁ ଏକତ୍ର କରିବେ ଓ ଯିହୁଦାର ଛିନ୍ନଭିନ୍ନ ଲୋକମାନଙ୍କୁ ସଂଗ୍ରହ କରିବେ।


ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଯେଉଁ ପତ୍ର ଦ୍ୱାରା ତୁମ୍ଭମାନଙ୍କ ମାତାକୁ ତ୍ୟାଗ କରିଅଛୁ, ତାହାର ସେହି ଛାଡ଼ପତ୍ର କାହିଁ? ଅଥବା ଆମ୍ଭ ବ୍ୟବସାୟୀମାନଙ୍କ ମଧ୍ୟରୁ କାହା ନିକଟରେ ତୁମ୍ଭମାନଙ୍କୁ ବିକ୍ରୟ କରିଅଛୁ?” “ଦେଖ, ତୁମ୍ଭେମାନେ ନିଜ ଅପରାଧ ସକାଶୁ ବିକ୍ରୀତ ହୋଇଥିଲ ଓ ତୁମ୍ଭମାନଙ୍କ ଅଧର୍ମ ସକାଶୁ ତୁମ୍ଭମାନଙ୍କର ମାତା ତ୍ୟକ୍ତା ହୋଇଥିଲା।


“ମୁକ୍ତ କଣ୍ଠରେ ଘୋଷଣା କର, ସ୍ୱର ଊଣା କର ନାହିଁ, ତୂରୀ ପରି ଆପଣା ରବ ଉଠାଅ, ଆମ୍ଭ ଲୋକମାନଙ୍କୁ ସେମାନଙ୍କ ଅଧର୍ମ ଓ ଯାକୁବ ବଂଶକୁ ସେମାନଙ୍କ ପାପସବୁ ଜଣାଅ।


ଆଉ କୁହ, ‘ହେ ଯିହୁଦାର ରାଜାଗଣ ଓ ଯିରୂଶାଲମ ନିବାସୀମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କ ବାକ୍ୟ ଶୁଣ; ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଦେଖ, ଆମ୍ଭେ ଏହି ସ୍ଥାନ ପ୍ରତି ଅମଙ୍ଗଳ ଘଟାଇବା, ତାହା ଯେ ଶୁଣେ, ତାହାର କର୍ଣ୍ଣ ଶିହରି ଉଠିବ।


“ଯାଅ ଓ ଯିରୂଶାଲମର କର୍ଣ୍ଣଗୋଚରରେ ପ୍ରଚାର କରି କୁହ, ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭ ଯୌବନାବସ୍ଥାର ଭକ୍ତି, ତୁମ୍ଭ ବିବାହ ସମୟର ପ୍ରେମ, ତୁମ୍ଭେ ପ୍ରାନ୍ତରରେ ଅବୁଣା ଦେଶରେ କିରୂପେ ଆମ୍ଭ ପଶ୍ଚାଦ୍‍ଗମନ କଲ, ଏହା ତୁମ୍ଭ ପକ୍ଷରେ ଆମ୍ଭେ ସ୍ମରଣ କରୁଅଛୁ।


ଲୋକେ କହନ୍ତି, ‘କେହି ଆପଣା ଭାର୍ଯ୍ୟାକୁ ତ୍ୟାଗ କଲେ, ସେ ସ୍ତ୍ରୀ ତାହା ନିକଟକୁ ଯାଇ ଯଦି ଅନ୍ୟ ପୁରୁଷର ହୁଏ, ତେବେ ତାହାର ସ୍ୱାମୀ କି ପୁନର୍ବାର ତାହା ନିକଟକୁ ଯିବ?’ ଗଲେ, ସେହି ଦେଶ କି ଅତ୍ୟନ୍ତ ଅଶୁଚି ହେବ ନାହିଁ? ମାତ୍ର ତୁମ୍ଭେ ଅନେକ ଉପପତିର ସଙ୍ଗେ ବ୍ୟଭିଚାର କରିଅଛ? ତଥାପି ସଦାପ୍ରଭୁ କହନ୍ତି, ତୁମ୍ଭେ ପୁନର୍ବାର ଆମ୍ଭ ନିକଟକୁ ଫେରି ଆସୁଅଛ!


ସଦାପ୍ରଭୁ କହନ୍ତି, ତୁମ୍ଭେ ଯେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ବିରୁଦ୍ଧରେ ଅପରାଧ କରିଅଛ ଓ ପ୍ରତ୍ୟେକ ହରିଦ୍‍ବର୍ଣ୍ଣ ବୃକ୍ଷ ତଳେ ବିଦେଶୀୟମାନଙ୍କ ନିକଟକୁ ଯାଇ ଭ୍ରମଣ କରିଅଛ ଓ ଆମ୍ଭ ରବରେ ମନୋଯୋଗ କରି ନାହଁ, ଆପଣାର ଏହି ଅଧର୍ମାଚରଣ କେବଳ ସ୍ୱୀକାର କର।


ସେହି ସମୟରେ ଯିହୁଦା ବଂଶ, ଇସ୍ରାଏଲ ବଂଶ ସଙ୍ଗେ ଗମନ କରିବେ ଓ ସେମାନେ ଉତ୍ତର ଦେଶରୁ ଏକତ୍ର ବାହାରି ତୁମ୍ଭମାନଙ୍କର ପୂର୍ବପୁରୁଷଗଣଙ୍କୁ ଅଧିକାର ନିମନ୍ତେ ଆମ୍ଭର ଦତ୍ତ ଦେଶକୁ ଆସିବେ।


ଆହୁରି, ଆମ୍ଭ ନିମନ୍ତେ ତୁମ୍ଭେ ଯେଉଁମାନଙ୍କୁ ଜନ୍ମ କରିଥିଲ, ତୁମ୍ଭେ ଆପଣାର ସେହି ପୁତ୍ର ଓ କନ୍ୟାଗଣକୁ ନେଇ ଗ୍ରାସିତ ହେବା ପାଇଁ ସେମାନଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିଅଛ।


ତୁମ୍ଭେ ପ୍ରତ୍ୟେକ ପଥ ମୁଣ୍ଡରେ ଉଚ୍ଚସ୍ଥଳୀ ପ୍ରସ୍ତୁତ କରିଅଛ ଓ ଆପଣାର ସୌନ୍ଦର୍ଯ୍ୟକୁ ଘୃଣାଯୋଗ୍ୟ କରିଅଛ ଓ ପ୍ରତ୍ୟେକ ପଥିକ ପାଇଁ ଆପଣାର ପାଦଦ୍ୱୟ ଅନାବୃତ କରିଅଛ, ଆଉ ଆପଣାର ବ୍ୟଭିଚାର କ୍ରିୟା ବଢ଼ାଇଅଛ।


ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ କି ସେମାନଙ୍କର ବିଚାର କରିବ? ତୁମ୍ଭେ କି ସେମାନଙ୍କର ବିଚାର କରିବ? ସେମାନଙ୍କ ପୂର୍ବପୁରୁଷଗଣର ଘୃଣାଯୋଗ୍ୟ କ୍ରିୟାସକଳ ସେମାନଙ୍କୁ ଜ୍ଞାତ କରାଅ,


ତେବେ ବ୍ୟଭିଚାର କ୍ରିୟାରେ ଜୀର୍ଣ୍ଣା ସ୍ତ୍ରୀ ବିଷୟରେ ଆମ୍ଭେ କହିଲୁ, ଏବେ ସେମାନେ ତାହା ସଙ୍ଗେ ବ୍ୟଭିଚାର କାର୍ଯ୍ୟ କରିବେ ଓ ସେ ସେମାନଙ୍କ ସଙ୍ଗେ କରିବ।


ମାତ୍ର ଧାର୍ମିକ ଲୋକମାନେ ବ୍ୟଭିଚାରିଣୀ ଓ ରକ୍ତପାତକାରିଣୀ ସ୍ତ୍ରୀମାନଙ୍କର ବିଚାରାନୁସାରେ ସେମାନଙ୍କର ବିଚାର କରିବେ; ଯେହେତୁ ସେମାନେ ବ୍ୟଭିଚାରିଣୀ ଓ ସେମାନଙ୍କ ହସ୍ତରେ ରକ୍ତ ଅଛି।”


ଯେଉଁ ସମୟରେ ସଦାପ୍ରଭୁ ପ୍ରଥମରେ ହୋଶେୟଙ୍କ ଦ୍ୱାରା କଥା କହିଲେ, ସେହି ସମୟରେ ସଦାପ୍ରଭୁ ହୋଶେୟଙ୍କୁ କହିଲେ, “ତୁମ୍ଭେ ଯାଇ ବ୍ୟଭିଚାରିଣୀ ଏକ ଭାର୍ଯ୍ୟାକୁ ଓ ବ୍ୟଭିଚାରରୁ ଜାତ ସନ୍ତାନଗଣକୁ ଗ୍ରହଣ କର; କାରଣ ଏହି ଦେଶ ସଦାପ୍ରଭୁଙ୍କୁ ପରିତ୍ୟାଗ କରି ମହା ବ୍ୟଭିଚାର କରିଅଛି।”


ତୁମ୍ଭେମାନେ ଆପଣାମାନଙ୍କର ଭ୍ରାତୃଗଣଙ୍କୁ ଅମ୍ମି ଓ ଆପଣାମାନଙ୍କର ଭଗିନୀଗଣଙ୍କୁ ରୁହାମା ବୋଲି କୁହ।


ଯେହେତୁ ସେମାନଙ୍କର ମାତା ବେଶ୍ୟାବୃତ୍ତି କରିଅଛି; ସେମାନଙ୍କର ଗର୍ଭଧାରିଣୀ ଲଜ୍ଜାକର କର୍ମ କରିଅଛି; କାରଣ ସେ କହିଲା, ‘ମୋର ଯେଉଁ ପ୍ରେମିକଗଣ ମୋତେ ଅନ୍ନ, ଜଳ, ମେଷଲୋମ, ମସିନା ବସ୍ତ୍ର, ତୈଳ ଓ ମୋର ପେୟଦ୍ରବ୍ୟ ମୋତେ ଦିଅନ୍ତି, ମୁଁ ସେମାନଙ୍କର ପଛେ ପଛେ ଯିବି।’


ପୁଣି, ତୁମ୍ଭେ ଦିନ ବେଳେ ଝୁଣ୍ଟି ପଡ଼ିବ ଓ ଭବିଷ୍ୟଦ୍‍ବକ୍ତା ମଧ୍ୟ ରାତ୍ରିକାଳରେ ତୁମ୍ଭ ସଙ୍ଗେ ଝୁଣ୍ଟି ପଡ଼ିବ; ଆଉ, ଆମ୍ଭେ ତୁମ୍ଭର ମାତାକୁ ବିନାଶ କରିବା।


ଭଗ୍ନକାରୀ ସେମାନଙ୍କର ଅଗ୍ରଗାମୀ ହୋଇଅଛନ୍ତି; ସେମାନେ ବେଢ଼ା ଭାଙ୍ଗି ଦ୍ୱାର ପର୍ଯ୍ୟନ୍ତ ଯାଇଅଛନ୍ତି ଓ ସେହି ଦ୍ୱାର ଦେଇ ବାହାରି ଯାଇଅଛନ୍ତି; ପୁଣି, ସେମାନଙ୍କର ରାଜା ସେମାନଙ୍କର ଆଗେ ଆଗେ ଯାଇଅଛନ୍ତି ଓ ସଦାପ୍ରଭୁ ସେମାନଙ୍କର ଅଗ୍ରଗାମୀ ଅଛନ୍ତି।


ଅତଏବ ଆଜିଠାରୁ ଆମ୍ଭେମାନେ ଶରୀର ଅନୁସାରେ କାହାରିକୁ ଜାଣୁ ନାହୁଁ; ଯଦ୍ୟପି ଖ୍ରୀଷ୍ଟଙ୍କୁ ଶରୀର ଅନୁସାରେ ଆମ୍ଭେମାନେ ଜାଣିଅଛୁ, ତଥାପି ଏବେ ଆଉ ତାହାଙ୍କୁ ସେହି ପ୍ରକାରେ ଜାଣୁ ନାହୁଁ।


Lean sinn:

Sanasan


Sanasan