Biblia Todo Logo
Bìoball air-loidhne

- Sanasan -




ହୋଶେୟ 7:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ପୁଣି, ଆମ୍ଭେ ଯେ ସେମାନଙ୍କର ସମସ୍ତ ଦୁଷ୍ଟତା ସ୍ମରଣ କରୁ, ଏହା ସେମାନେ ଆପଣାମାନଙ୍କ ଅନ୍ତଃକରଣରେ ବିବେଚନା କରନ୍ତି ନାହିଁ; ଏବେ ସେମାନଙ୍କର ନିଜ କାର୍ଯ୍ୟସବୁ ସେମାନଙ୍କୁ ଘେରିଅଛି; ସେହି ସବୁ ଆମ୍ଭ ସମ୍ମୁଖରେ ଅଛି।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

2 ପୁଣି, ଆମ୍ଭେ ଯେ ସେମାନଙ୍କର ସମସ୍ତ ଦୁଷ୍ଟତା ସ୍ମରଣ କରୁ, ଏହା ସେମାନେ ଆପଣାମାନଙ୍କ ଅନ୍ତଃକରଣରେ ବିବେଚନା କରନ୍ତି ନାହିଁ; ଏବେ ସେମାନଙ୍କର ନିଜ କାର୍ଯ୍ୟସବୁ ସେମାନଙ୍କୁ ବେଷ୍ଟନ କରିଅଛି; ସେସବୁ ଆମ୍ଭ ସମ୍ମୁଖରେ ଅଛି।

Faic an caibideil Dèan lethbhreac

ଓଡିଆ ବାଇବେଲ

2 ପୁଣି, ଆମ୍ଭେ ଯେ ସେମାନଙ୍କର ସମସ୍ତ ଦୁଷ୍ଟତା ସ୍ମରଣ କରୁ, ଏହା ସେମାନେ ଆପଣାମାନଙ୍କ ଅନ୍ତଃକରଣରେ ବିବେଚନା କରନ୍ତି ନାହିଁ; ଏବେ ସେମାନଙ୍କର ନିଜ କାର୍ଯ୍ୟସବୁ ସେମାନଙ୍କୁ ଘେରି ଅଛି; ସେହି ସବୁ ଆମ୍ଭ ସମ୍ମୁଖରେ ଅଛି।

Faic an caibideil Dèan lethbhreac

ପବିତ୍ର ବାଇବଲ

2 ସେମାନଙ୍କର ଦୋଷକୁ ଆମ୍ଭେ ସ୍ମରଣ କରିବା ସେହି ଲୋକମାନେ ବିଶ୍ୱାସ କରନ୍ତି ନାହିଁ। ସେମାନେ ଯେଉଁ ମନ୍ଦକାର୍ଯ୍ୟସବୁ ଗ୍ଭରିଆଡ଼େ କରିଥିଲେ ଆମ୍ଭେ ସ୍ପଷ୍ଟ ଭାବରେ ଦେଖି ପାରୁଛୁ।

Faic an caibideil Dèan lethbhreac




ହୋଶେୟ 7:2
33 Iomraidhean Croise  

କାରଣ ମନୁଷ୍ୟର ମାର୍ଗ ପ୍ରତି ପରମେଶ୍ୱରଙ୍କ ଦୃଷ୍ଟି ଅଛି ଓ ସେ ତାହାର ସବୁ ଗତି ଦେଖନ୍ତି।


ସେ ଆପଣା ମନେ ମନେ କହେ, “ପରମେଶ୍ୱର ପାସୋରି ଯାଇଅଛନ୍ତି; ସେ ଆପଣା ମୁଖ ଲୁଚାନ୍ତି; ସେ କେବେ ତାହା ଦେଖିବେ ନାହିଁ।”


ମୋʼ ଯୌବନ କାଳର ପାପ ଓ ଅଧର୍ମସବୁ ସ୍ମରଣ କର ନାହିଁ; ହେ ସଦାପ୍ରଭୋ, ତୁମ୍ଭେ ଆପଣାର ମଙ୍ଗଳଭାବ ସକାଶୁ ନିଜ ସ୍ନେହପୂର୍ଣ୍ଣ କରୁଣାନୁସାରେ ମୋତେ ସ୍ମରଣ କର।


“ହେ ପରମେଶ୍ୱରଙ୍କୁ ପାସୋରିବା ଲୋକମାନେ, ତୁମ୍ଭେମାନେ ଏହା ବିବେଚନା କର, ନୋହିଲେ ଆମ୍ଭେ ତୁମ୍ଭମାନଙ୍କୁ ବିଦୀର୍ଣ୍ଣ କରିବା, ପୁଣି, ଉଦ୍ଧାର କରିବାକୁ କେହି ନ ଥିବ।


ସଦାପ୍ରଭୁ ଆପଣାର ପରିଚୟ ଦେଇଅଛନ୍ତି, ସେ ବିଚାର ସାଧନ କରିଅଛନ୍ତି; ଦୁଷ୍ଟ ନିଜ ହସ୍ତର କର୍ମପାଶରେ ବଦ୍ଧ ହୋଇଅଛି। [ହିଗାୟୋନ୍‍, ସେଲା]


ତୁମ୍ଭେ ଆମ୍ଭମାନଙ୍କ ଅପରାଧ ଆପଣା ସମ୍ମୁଖରେ, ଆମ୍ଭମାନଙ୍କ ଗୁପ୍ତ ପାପ ଆପଣା ମୁଖର ଦୀପ୍ତିରେ ରଖିଅଛ।


ଗୋରୁ ଆପଣା ଖାଉନ୍ଦକୁ ଓ ଗର୍ଦ୍ଦଭ ଆପଣା କର୍ତ୍ତାର କୁଣ୍ଡକୁ ଚିହ୍ନେ; ମାତ୍ର ଇସ୍ରାଏଲ ଜାଣେ ନାହିଁ, ଆମ୍ଭର ଲୋକମାନେ ବିବେଚନା କରନ୍ତି ନାହିଁ।”


ହେ ସଦାପ୍ରଭୋ, ସଙ୍କଟ ସମୟରେ ସେମାନେ ତୁମ୍ଭର ଅନ୍ୱେଷଣ କରିଅଛନ୍ତି, ତୁମ୍ଭର ଶାସ୍ତି ସେମାନଙ୍କ ଉପରେ ଥିବା ବେଳେ ସେମାନେ ପ୍ରାର୍ଥନା ଢାଳି ପକାଇଲେ।


କେହି ମନେ କରେ ନାହିଁ, କିଅବା ଏହା କହିବା ପାଇଁ କାହାରି ଜ୍ଞାନ କି ବୁଦ୍ଧି ନାହିଁ ଯେ, “ଯହିଁର ଏକ ଅଂଶ ନେଇ ଆମ୍ଭେ ଅଗ୍ନିରେ ଦଗ୍ଧ କରିଅଛୁ ଓ ଯହିଁର ଜ୍ୱଳ; ଅଙ୍ଗାର ନେଇ ରୁଟି ପାକ କରିଅଛୁ ଓ ମାଂସ ପାକ କରି ଭୋଜନ କରିଅଛୁ, ତହିଁର ଅବଶିଷ୍ଟାଂଶ ନେଇ କି ଘୃଣାଯୋଗ୍ୟ ବସ୍ତୁ ନିର୍ମାଣ କରିବା? ଆମ୍ଭେ କି ଖଣ୍ଡେ କାଷ୍ଠ ଆଗରେ ଦଣ୍ଡବତ କରିବା?”


ସେମାନଙ୍କ ଭୋଜିରେ ବୀଣା, ନେବଲ, ତବଲା, ବଂଶୀ ଓ ଦ୍ରାକ୍ଷାରସ ଥାଏ; ମାତ୍ର ସେମାନେ ସଦାପ୍ରଭୁଙ୍କର କାର୍ଯ୍ୟ ନିରୀକ୍ଷଣ କରନ୍ତି ନାହିଁ କିଅବା ତାହାଙ୍କର ହସ୍ତର କର୍ମ ସେମାନେ ବିବେଚନା କରି ନାହାନ୍ତି।


ସଦାପ୍ରଭୁ ଏହି ଲୋକମାନଙ୍କ ବିଷୟରେ ଏହି କଥା କହନ୍ତି, “ସେମାନେ ଏହି ପ୍ରକାର ଭ୍ରମଣ କରିବାକୁ ଭଲ ପାଇଅଛନ୍ତି; ସେମାନେ ଆପଣା ଆପଣା ଚରଣକୁ ଅଟକାଇ ନାହାନ୍ତି; ଏହେତୁ ସଦାପ୍ରଭୁ ସେମାନଙ୍କୁ ଗ୍ରାହ୍ୟ କରନ୍ତି ନାହିଁ; ସେ ଏବେ ସେମାନଙ୍କ ଅଧର୍ମ ସ୍ମରଣ କରିବେ ଓ ସେମାନଙ୍କର ସମସ୍ତ ପାପର ପ୍ରତିଫଳ ଦେବେ।”


କାରଣ ସେମାନଙ୍କର ସମସ୍ତ ପଥରେ ଆମ୍ଭର ଦୃଷ୍ଟି ଅଛି; ସେମାନେ ଆମ୍ଭ ସାକ୍ଷାତରୁ ଲୁଚା ନୁହନ୍ତି, କିଅବା ସେମାନଙ୍କର ଅଧର୍ମ ଆମ୍ଭ ଦୃଷ୍ଟିରେ ଅଗୋଚର ନୁହେଁ।


“ଯିହୁଦାର ପାପ ଲୌହ ଲେଖନୀରେ ଓ ହୀରକର କଣ୍ଟକ ଦ୍ୱାରା ଲିଖିତ ଅଛି; ତାହା ସେମାନଙ୍କର ହୃଦୟ ଫଳକରେ ଓ ତୁମ୍ଭମାନଙ୍କ ଯଜ୍ଞବେଦିର ଶୃଙ୍ଗରେ ଖୋଦିତ ହୋଇଅଛି।


ତୁମ୍ଭ ନିଜର ଦୁଷ୍ଟତା ତୁମ୍ଭକୁ ଶାସ୍ତି ଦେବ ଓ ତୁମ୍ଭର ବିପଥଗମନ ତୁମ୍ଭକୁ ଅନୁଯୋଗ କରିବ; ଏହେତୁ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ ପରିତ୍ୟାଗ କରିବାର ଓ ଆମ୍ଭ ବିଷୟକ ଭୟ ତୁମ୍ଭ ମଧ୍ୟରେ ନ ଥିବାର ଯେ ମନ୍ଦ ଓ ତିକ୍ତ ବିଷୟ, ଏହା ଜ୍ଞାତ ହୋଇ ବୁଝ।


ତୁମ୍ଭେ ମନ୍ତ୍ରଣାରେ ମହାନ ଓ କ୍ରିୟାରେ ପରାକ୍ରାନ୍ତ; ପ୍ରତ୍ୟେକ ଲୋକକୁ ତାହାର ଗତି ଓ କ୍ରିୟାନୁସାରେ ସମୁଚିତ ଫଳ ଦେବା ନିମନ୍ତେ ମନୁଷ୍ୟ-ସନ୍ତାନଗଣର ସକଳ ପଥ ପ୍ରତି ତୁମ୍ଭର ଚକ୍ଷୁ ମୁକ୍ତ ଥାଏ।


ତୁମ୍ଭର ଆଚରଣ ଓ ତୁମ୍ଭର କ୍ରିୟା ଏହିସବୁ ତୁମ୍ଭ ପ୍ରତି ଘଟାଇଅଛି; ଏହା ତୁମ୍ଭ ଦୁଷ୍ଟତାର ଫଳ, ହଁ, ତାହା ତିକ୍ତ, ହଁ, ତାହା ମର୍ମଭେଦକ।”


“ଯିହୁଦାର ନଗରସମୂହରେ ଓ ଯିରୂଶାଲମର ସକଳ ପଥରେ ତୁମ୍ଭେମାନେ ଓ ତୁମ୍ଭମାନଙ୍କର ପୂର୍ବପୁରୁଷମାନେ, ତୁମ୍ଭମାନଙ୍କର ରାଜାଗଣ, ଓ ଅଧିପତିଗଣ ଓ ଦେଶସ୍ଥ ଲୋକ ସମସ୍ତେ ଯେଉଁ ଧୂପ ଜ୍ୱଳାଇଲେ, ସଦାପ୍ରଭୁ କି ତାହା ସ୍ମରଣ କଲେ ନାହିଁ ଓ ତାହା କି ତାଙ୍କ ମନରେ ପଡ଼ିଲା ନାହିଁ?


ଖଡ୍ଗ, ଖଡ୍ଗ ନିଷ୍କୋଷ ହୋଇଅଛି, ହତ୍ୟା ଓ ଗ୍ରାସ କରିବା ନିମନ୍ତେ ତାହା ଯେପରି ବିଦ୍ୟୁତ୍ ପରି ହେବ, ଏଥିପାଇଁ ତାହା ମାର୍ଜିତ ହୋଇଅଛି।


ଆହୁରି, ସଦାପ୍ରଭୁଙ୍କ ଓ ଯିହୁଦା ମଧ୍ୟରେ ବିବାଦ ଅଛି, ସେ ଯାକୁବକୁ ତାହାର ଆଚରଣ ଅନୁଯାୟୀ ଦଣ୍ଡ ଦେବେ; ତାହାର କ୍ରିୟାନୁସାରେ ସେ ତାହାକୁ ପ୍ରତିଫଳ ଦେବେ।


ଏଣୁ ଯେପରି ଲୋକମାନଙ୍କ ଉପରେ ସେହିପରି ଯାଜକମାନଙ୍କ ଉପରେ ବର୍ତ୍ତିବ; ପୁଣି, ଆମ୍ଭେ ସେମାନଙ୍କ ଆଚରଣ ଅନୁଯାୟୀ ସେମାନଙ୍କୁ ଦଣ୍ଡ ଦେବା ଓ ସେମାନଙ୍କ କର୍ମାନୁସାରେ ସେମାନଙ୍କୁ ପ୍ରତିଫଳ ଦେବା।


ଦୁଇ ଦିନ ଉତ୍ତାରେ ସେ ଆମ୍ଭମାନଙ୍କୁ ସଂଜୀବିତ କରିବେ; ତୃତୀୟ ଦିନରେ ଆମ୍ଭମାନଙ୍କୁ ଉଠାଇବେ ଓ ଆମ୍ଭେମାନେ ତାହାଙ୍କ ଛାମୁରେ ବଞ୍ଚିବୁ।


ସେମାନେ ଆମ୍ଭ ଉଦ୍ଦେଶ୍ୟରେ ଉପହାରାର୍ଥକ ବଳି ନିମନ୍ତେ ମାଂସ ବଳିଦାନ କରି ତାହା ଭୋଜନ କରନ୍ତି; ମାତ୍ର ସଦାପ୍ରଭୁ ସେମାନଙ୍କୁ ଗ୍ରାହ୍ୟ କରନ୍ତି ନାହିଁ। ଏବେ ସେ ସେମାନଙ୍କର ଅଧର୍ମ ସ୍ମରଣ କରି ସେମାନଙ୍କ ପାପର ପ୍ରତିଫଳ ଦେବେ; ସେମାନେ ପୁନର୍ବାର ମିସରକୁ ଫେରିଯିବେ।


ସେମାନଙ୍କର ଦୁଷ୍ଟତାସକଳ ଗିଲ୍‍ଗଲ୍‍ରେ ଅଛି; କାରଣ ସେଠାରେ ଆମ୍ଭେ ସେମାନଙ୍କୁ ଘୃଣା କଲୁ; ଆମ୍ଭେ ସେମାନଙ୍କ କ୍ରିୟାର ଦୁଷ୍ଟତା ସକାଶୁ ସେମାନଙ୍କୁ ଆମ୍ଭ ଗୃହରୁ ତଡ଼ିଦେବା; ଆମ୍ଭେ ସେମାନଙ୍କୁ ଆଉ ସ୍ନେହ କରିବା ନାହିଁ; ସେମାନଙ୍କର ଅଧିପତି ସମସ୍ତେ ବିଦ୍ରୋହୀ।


ଗିବୀୟାର ସମୟରେ ଯେପରି, ସେମାନେ ଆପଣାମାନଙ୍କୁ ସେପରି ଅତିଶୟ ଭ୍ରଷ୍ଟ କରିଅଛନ୍ତି; ସେ ସେମାନଙ୍କର ଅଧର୍ମ ସ୍ମରଣ କରି ସେମାନଙ୍କ ପାପସକଳର ପ୍ରତିଫଳ ଦେବେ।


ସଦାପ୍ରଭୁ ଯାକୁବର ଗୌରବ ନେଇ ଏହି ଶପଥ କରିଅଛନ୍ତି, “ଆମ୍ଭେ ନିଶ୍ଚୟ ସେମାନଙ୍କର କୌଣସି କର୍ମ କେବେ ପାସୋରିବା ନାହିଁ।


“ଉଠ, ନୀନିବୀ ମହାନଗରକୁ ଯାଅ ଓ ତହିଁ ବିରୁଦ୍ଧରେ ଘୋଷଣା କର; କାରଣ ସେମାନଙ୍କର ଦୁଷ୍ଟତା ଆମ୍ଭ ସମ୍ମୁଖରେ ଉପସ୍ଥିତ ହୋଇଅଛି।”


ମାତ୍ର ତୁମ୍ଭେମାନେ ଯଦି ସେହିପରି ନ କର, ତେବେ ଦେଖ, ତୁମ୍ଭେମାନେ ସଦାପ୍ରଭୁଙ୍କ ନିକଟରେ ପାପୀ ହେବ; ପୁଣି, ତୁମ୍ଭମାନଙ୍କର ପାପ ଯେ ତୁମ୍ଭମାନଙ୍କୁ ଧରିବ, ଏହା ନିଶ୍ଚିତ ଜାଣ।


କିନ୍ତୁ ଯାହା ପ୍ରକାଶିତ ନ ହେବ, ଏପରି ଆଚ୍ଛାଦିତ କିଛି ନାହିଁ, ଆଉ ଯାହା ଜଣା ନ ଯିବ, ଏପରି ଗୁପ୍ତ କିଛି ନାହିଁ।


ତେଣୁ, ସମୟର ପୂର୍ବେ ପ୍ରଭୁଙ୍କ ନ ଆସିବା ପର୍ଯ୍ୟନ୍ତ କୌଣସି ବିଷୟ ବିଚାର କର ନାହିଁ ସେ ଅନ୍ଧକାରର ଗୁପ୍ତ ବିଷୟଗୁଡ଼ିକ ଆଲୋକରେ ଦେଖାଇବେ, ପୁଣି, ହୃଦୟର ସଂକଳ୍ପସମସ୍ତ ପ୍ରକାଶ କରିବେ ସେତେବେଳେ ପ୍ରତ୍ୟେକ ଜଣ ଈଶ୍ବରଙ୍କଠାରୁ ପ୍ରଶଂସା ପାଇବ।


ଆହା, ସେମାନେ ଯେବେ ଜ୍ଞାନବାନ ହୁଅନ୍ତେ, ସେମାନେ ଏ କଥା ବୁଝନ୍ତେ, ସେମାନେ ଯେବେ ଆପଣାମାନଙ୍କ ଶେଷାବସ୍ଥା ବିବେଚନା କରନ୍ତେ।


ଈଶ୍ବରଙ୍କ ଦୃଷ୍ଟିରେ କୌଣସି ପ୍ରାଣୀ ଅପ୍ରକାଶିତ ନୁହେଁ, ମାତ୍ର ଯାହାଙ୍କ ଛାମୁରେ ଆମ୍ଭମାନଙ୍କୁ ନିକାଶ ଦେବାକୁ ହେବ, ତାହାଙ୍କ ଦୃଷ୍ଟିରେ ସମସ୍ତ ବିଷୟ ଉଲଗ୍ନ ଓ ଅନାବୃତ ଅଟେ।


Lean sinn:

Sanasan


Sanasan