Biblia Todo Logo
Bìoball air-loidhne

- Sanasan -




ଯିଶାଇୟ 10:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 କାରଣ ତୁମ୍ଭ ଇସ୍ରାଏଲ ଲୋକେ ସମୁଦ୍ରର ବାଲି ପରି ହେଲେ ହେଁ ସେମାନଙ୍କର କେବଳ ଅବଶିଷ୍ଟାଂଶ ଫେରି ଆସିବେ; ଧାର୍ମିକତାର ବଢ଼ି ସ୍ୱରୂପ ଉଚ୍ଛିନ୍ନତା ନିରୂପିତ ହୋଇଅଛି।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

22 କାରଣ ତୁମ୍ଭ ଇସ୍ରାଏଲ ଲୋକେ ସମୁଦ୍ରର ବାଲି ପରି ହେଲେ ହେଁ ସେମାନଙ୍କର କେବଳ ଅବଶିଷ୍ଟାଂଶ ଫେରି ଆସିବେ; ଧାର୍ମିକତାର ବଢ଼ି ସ୍ଵରୂପ ଉଚ୍ଛିନ୍ନତା ନିରୂପିତ ହୋଇଅଛି।

Faic an caibideil Dèan lethbhreac

ଓଡିଆ ବାଇବେଲ

22 କାରଣ ତୁମ୍ଭ ଇସ୍ରାଏଲ ଲୋକେ ସମୁଦ୍ରର ବାଲି ପରି ହେଲେ ହେଁ ସେମାନଙ୍କର କେବଳ ଅବଶିଷ୍ଟାଂଶ ଫେରି ଆସିବେ; ଧାର୍ମିକତାର ବଢ଼ି ସ୍ୱରୂପ ଉଚ୍ଛିନ୍ନତା ନିରୂପିତ ହୋଇଅଛି।

Faic an caibideil Dèan lethbhreac

ପବିତ୍ର ବାଇବଲ

22 ଯଦିଓ ଇସ୍ରାଏଲର ଅବଶିଷ୍ଟାଂଶ ସମୁଦ୍ରର ବାଲୁକା ସଦୃଶ ସେମାନେ ସଦାପ୍ରଭୁଙ୍କ ପାଖକୁ ଫେରି ଆସିବେ। ମାତ୍ର ସର୍ବପ୍ରଥମେ ତୁମ୍ଭର ଦେଶ ଧ୍ୱଂସ ପାଇବ। ପରମେଶ୍ୱର ତୁମ୍ଭର ଦେଶ ଧ୍ୱଂସ ହେବ ବୋଲି ଘୋଷଣା କରିଛନ୍ତି। ତା'ପରେ ଧାର୍ମିକତା ନଦୀର ବନ୍ୟାଜଳ ସଦୃଶ ଦେଶମଧ୍ୟକୁ ବହି ଆସିବ।

Faic an caibideil Dèan lethbhreac




ଯିଶାଇୟ 10:22
24 Iomraidhean Croise  

ଦୁଷ୍ଟ ସହିତ ଧାର୍ମିକକୁ ବିନାଶ କରିବାର କର୍ମ ଆପଣଙ୍କଠାରୁ ଦୂରେ ଥାଉ ଓ ଧାର୍ମିକକୁ ଦୁଷ୍ଟର ସମାନ କରିବା ଆପଣଙ୍କଠାରୁ ଦୂରେ ଥାଉ। ସମସ୍ତ ପୃଥିବୀର ବିଚାରକର୍ତ୍ତା କି ନ୍ୟାୟବିଚାର କରିବେ ନାହିଁ?”


ଯିହୁଦା ଓ ଇସ୍ରାଏଲ ଭୋଜନପାନ ଓ ଆମୋଦ ପ୍ରମୋଦ କରି ବାହୁଲ୍ୟ ହେତୁରୁ ସମୁଦ୍ରତୀରସ୍ଥ ବାଲୁକା ନ୍ୟାୟ ବହୁସଂଖ୍ୟକ ଥିଲେ।


କାରଣ ଯିରୂଶାଲମରୁ ଏକ ଅବଶିଷ୍ଟାଂଶ ଲୋକ, ଓ ସିୟୋନ ପର୍ବତରୁ ରକ୍ଷାପ୍ରାପ୍ତ ଲୋକମାନେ ବାହାରିବେ। ସଦାପ୍ରଭୁଙ୍କ ଉଦ୍‍ଯୋଗ ଏହା ସିଦ୍ଧ କରିବ।


ପୁଣି, ଯିହୁଦା ବଂଶର ରକ୍ଷାପ୍ରାପ୍ତ ଅବଶିଷ୍ଟ ଲୋକମାନେ ପୁନର୍ବାର ତଳକୁ ଚେର ମାଡ଼ିବେ ଓ ଉପରେ ଫଳ ଫଳିବେ।


“ହେ ଯାକୁବ ବଂଶ, ହେ ଇସ୍ରାଏଲ ବଂଶର ଅବଶିଷ୍ଟାଂଶ ସମସ୍ତେ, ଆମ୍ଭର କଥା ଶୁଣ; ତୁମ୍ଭେମାନେ ଉଦରସ୍ଥାୟୀ ହେବାଠାରୁ ଆମ୍ଭ ଦ୍ୱାରା ବୁହା ଯାଇଅଛ, ତୁମ୍ଭେମାନେ ଗର୍ଭରୁ ବହା ଯାଇଅଛ;


ତୁମ୍ଭର ବଂଶ ମଧ୍ୟ ବାଲୁକା ତୁଲ୍ୟ ଓ ତୁମ୍ଭର ଔରସଜାତ ସନ୍ତାନଗଣ ତହିଁର କଣିକାସମୂହର ତୁଲ୍ୟ ହୋଇଥାʼନ୍ତେ; ତାହାର ନାମ ଆମ୍ଭ ସମ୍ମୁଖରୁ ଉଚ୍ଛିନ୍ନ କିଅବା ବିନଷ୍ଟ ହୋଇ ନ ଥାʼନ୍ତା।”


ପୁଣି, ସଦାପ୍ରଭୁ କହନ୍ତି, “ସିୟୋନକୁ ଓ ଯାକୁବ ମଧ୍ୟରେ ଯେଉଁମାନେ ଅଧର୍ମରୁ ଫେରନ୍ତି, ସେମାନଙ୍କ ନିକଟକୁ ଏକ ମୁକ୍ତିଦାତା ଆସିବେ।”


ତେବେ ମୁଁ ପଚାରିଲି, “ହେ ପ୍ରଭୋ, କେତେ କାଳ ଯାଏ?” ତହିଁରେ ସେ ଉତ୍ତର କଲେ, “ଯେପର୍ଯ୍ୟନ୍ତ ନଗରସବୁ ନିବାସୀବିହୀନ ଓ ଗୃହସବୁ ନରଶୂନ୍ୟ ହୋଇ ଉଜାଡ଼ ନ ହୁଏ ଓ ଭୂମି ସମ୍ପୂର୍ଣ୍ଣ ରୂପେ ଉଜାଡ଼ ନ ହୁଏ,


ଆଉ, ଯଦିବା ତହିଁରେ ଦଶମାଂଶ ରହେ, ତଥାପି ତାହା ପୁନର୍ବାର ବିନଷ୍ଟ ହେବ; ଏଲା ଓ ଅଲୋନ ବୃକ୍ଷ ହଣା ଗଲେ ହେଁ ଯେପରି ତାହାର ଗଣ୍ଡି ରହେ; ସେହିପରି ସେହି ପବିତ୍ର ବଂଶ ଏହି ଗୋଷ୍ଠୀର ଗଣ୍ଡିସ୍ୱରୂପ ଅଟେ।”


କ୍ଷୁଦ୍ର ଜଣକ ସହସ୍ର ହେବ ଓ ସାନ ଜଣକ ବଳବାନ ଗୋଷ୍ଠୀ ହେବ; ଆମ୍ଭେ ସଦାପ୍ରଭୁ ଯଥାକାଳରେ ଏହା ଶୀଘ୍ର ଘଟାଇବା।


ସଦାପ୍ରଭୁ ଏହି କଥା କହନ୍ତି, “ଦ୍ରାକ୍ଷାପେଣ୍ଡାରେ ଯେପରି ନୂତନ ଦ୍ରାକ୍ଷାରସ ମିଳେ ଓ ଲୋକେ କହନ୍ତି, ଏହା ନଷ୍ଟ ନ କର, କାରଣ ଏଥିରେ ଆଶୀର୍ବାଦ ଅଛି; ସେହିପରି ଆମ୍ଭେ ଆପଣା ଦାସଗଣ ସକାଶେ କରିବା, ଆମ୍ଭେ ସମସ୍ତଙ୍କୁ ବିନାଶ କରିବା ନାହିଁ।


ଆଉ, ସେ ପ୍ରବଳ ରୂପେ ଆଗକୁ ବଢ଼ି ଯିହୁଦା ପର୍ଯ୍ୟନ୍ତ ଯିବ; ସେ ଉଚ୍ଛୁଳି ଉଠି ବ୍ୟାପି ଯିବ; ସେ କଣ୍ଠସରିକି ଉଠିବ; ପୁଣି, ହେ ଇମ୍ମାନୁୟେଲ, ତାହାର ପକ୍ଷର ବିସ୍ତୃତି ଦ୍ୱାରା ତୁମ୍ଭ ଦେଶର ପ୍ରସ୍ଥ ବ୍ୟାପ୍ତ ହେବ।”


ସଦାପ୍ରଭୁ କହନ୍ତି, ହେ ବିପଥଗାମୀ ସନ୍ତାନଗଣ, ଫେର; କାରଣ ଆମ୍ଭେ ତୁମ୍ଭମାନଙ୍କର ସ୍ୱାମୀ; ଆମ୍ଭେ ନଗରରୁ ଏକ ଜଣ ଓ ଗୋଷ୍ଠୀ ମଧ୍ୟରୁ ଦୁଇ ଜଣ କରି ତୁମ୍ଭମାନଙ୍କୁ ସିୟୋନକୁ ଆଣିବା;


ପୁଣି, ଖଡ୍ଗରୁ ରକ୍ଷାପ୍ରାପ୍ତ ଅଳ୍ପସଂଖ୍ୟକ ଲୋକ ମିସର ଦେଶରୁ ଯିହୁଦା ଦେଶକୁ ଫେରିଯିବେ; ତହିଁରେ ଯେଉଁମାନେ ପ୍ରବାସ କରିବା ପାଇଁ ମିସର ଦେଶକୁ ଯାଇଅଛନ୍ତି, ଯିହୁଦାର ସେହି ଅବଶିଷ୍ଟାଂଶ ଲୋକ ସମସ୍ତେ, ଆମ୍ଭର କି ସେମାନଙ୍କର କାହାର ବାକ୍ୟ ଅଟଳ ହେବ, ଏହା ଜାଣିବେ।


ପୁଣି, ସେ ଏକ ସପ୍ତାହ ପର୍ଯ୍ୟନ୍ତ ଅନେକଙ୍କ ସହିତ ଦୃଢ଼ ନିୟମ କରିବ ଓ ସପ୍ତାହର ଅର୍ଦ୍ଧେକ କାଳ ଯଜ୍ଞ ଓ ନୈବେଦ୍ୟ ନିବୃତ୍ତ କରାଇବ; ଆଉ, ଘୃଣାଯୋଗ୍ୟ ବସ୍ତୁସକଳର ପକ୍ଷ ଉପରେ ବିନାଶକ ଜଣେ ଆସିବ; ପୁଣି, ନିରୂପିତ ସିଦ୍ଧି ପର୍ଯ୍ୟନ୍ତ ବିନାଶ କର ଉପରେ କ୍ରୋଧ ଢଳାଯିବ।”


ତଥାପି ଇସ୍ରାଏଲ-ସନ୍ତାନଗଣର ସଂଖ୍ୟା ସମୁଦ୍ରର ବାଲୁକା ତୁଲ୍ୟ ଅପରିମେୟ ଓ ଅସଂଖ୍ୟ ହେବ; ପୁଣି, ଯେଉଁ ସ୍ଥଳରେ ସେମାନଙ୍କୁ, “ତୁମ୍ଭେମାନେ ଆମ୍ଭର ଲୋକ ନୁହଁ” ବୋଲି କୁହାଯାଇଥିଲା, ସେହି ସ୍ଥଳରେ ସେମାନଙ୍କୁ କୁହାଯିବ ଯେ, “ତୁମ୍ଭେମାନେ ଜୀବିତ ପରମେଶ୍ୱରଙ୍କର ସନ୍ତାନଗଣ ଅଟ।”


କାରଣ ଯେଉଁ ଦିନ ସେ ଆପଣା ନିରୂପିତ ବ୍ୟକ୍ତିଙ୍କ ଦ୍ୱାରା ଧାର୍ମିକତାରେ ଜଗତର ବିଚାର କରିବେ, ଏହିପରି ଗୋଟିଏ ଦିନ ସ୍ଥିର କରିଅଛନ୍ତି, ଆଉ ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉତ୍ଥାପନ କରି ଏହି ବିଷୟରେ ସମସ୍ତଙ୍କ ନିକଟରେ ପ୍ରମାଣ ଦେଇଅଛନ୍ତି।


କିନ୍ତୁ ତୁମ୍ଭେ ଆପଣା କଠିନ ଓ ଅପରିବର୍ତ୍ତିତ ହୃଦୟ ଅନୁସାରେ, ଯେଉଁ ଦିନ ଈଶ୍ବରଙ୍କ ନ୍ୟାୟବିଚାର ପ୍ରକାଶ ପାଇବ, ସେହି କ୍ରୋଧର ଦିନରେ ନିଜ ପାଇଁ କ୍ରୋଧ ସଞ୍ଚୟ କରୁଅଛ;


ସେଥିରେ ସେ ପୃଥିବୀର ଚାରି କୋଣରେ ଥିବା ଜାତିସମୂହକୁ, ଅର୍ଥାତ୍‍ ସମୁଦ୍ରର ବାଲୁକା ସଦୃଶ ଅସଂଖ୍ୟ ଯେ ଗୋଗ୍ ଓ ମାଗଗ୍, ସେମାନଙ୍କୁ ଭ୍ରାନ୍ତ କରି ଯୁଦ୍ଧ ନିମନ୍ତେ ଏକତ୍ର କରିବାକୁ ବାହାରିଯିବ।


Lean sinn:

Sanasan


Sanasan