ଯିଶାଇୟ 10:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଆମ୍ଭେ ତାହାକୁ ଲୁଟିତ ଦ୍ରବ୍ୟ ଓ ମୃଗୟା ନେଇଯିବା ନିମନ୍ତେ ଓ ଲୋକମାନଙ୍କୁ ବାଟର କାଦୁଅ ତୁଲ୍ୟ ଦଳିତ କରିବା ନିମନ୍ତେ ଧର୍ମହୀନ ଗୋଷ୍ଠୀର ଓ ଆମ୍ଭ କ୍ରୋଧପାତ୍ର ଲୋକମାନଙ୍କ ବିରୁଦ୍ଧରେ ଆଜ୍ଞା ଦେବା। Faic an caibideilପବିତ୍ର ବାଇବଲ (Re-edited) - (BSI)6 ଆମ୍ଭେ ତାହାକୁ ଲୁଟିତ ଦ୍ରବ୍ୟ ଓ ମୃଗୟା ନେଇ ଯିବା ନିମନ୍ତେ ଓ ଲୋକମାନଙ୍କୁ ବାଟର କାଦୁଅ ତୁଲ୍ୟ ଦଳିତ କରିବା ନିମନ୍ତେ ଧର୍ମହୀନ ଗୋଷ୍ଠୀର ଓ ଆମ୍ଭ କ୍ରୋଧପାତ୍ର ଲୋକମାନଙ୍କ ବିରୁଦ୍ଧରେ ଆଜ୍ଞା ଦେବା। Faic an caibideilଓଡିଆ ବାଇବେଲ6 ଆମ୍ଭେ ତାହାକୁ ଲୁଟିତ ଦ୍ରବ୍ୟ ଓ ମୃଗୟା ନେଇ ଯିବା ନିମନ୍ତେ ଓ ଲୋକମାନଙ୍କୁ ବାଟର କାଦୁଅ ତୁଲ୍ୟ ଦଳିତ କରିବା ନିମନ୍ତେ ଧର୍ମହୀନ ଗୋଷ୍ଠୀର ଓ ଆମ୍ଭ କ୍ରୋଧପାତ୍ର ଲୋକମାନଙ୍କ ବିରୁଦ୍ଧରେ ଆଜ୍ଞା ଦେବା। Faic an caibideilପବିତ୍ର ବାଇବଲ6 ପ୍ରଭୁ ବିହୀନ ଦେଶକୁ ମୁଁ ଅଶୂରକୁ ପ୍ରେରଣ କରିବି। ସେହି ଲୋକମାନଙ୍କ ଉପରେ ମୁଁ କ୍ରୋଧିତ ଏବଂ ସେମାନଙ୍କ ବିରୁଦ୍ଧରେ ଲଢ଼ିବାକୁ ମୁଁ ଅଶୂରକୁ ଆଦେଶ ଦେବି। ସେ ସେମାନଙ୍କୁ ପରାସ୍ତ କରିବ ଓ ସେମାନଙ୍କଠାରୁ ଧନସମ୍ପଦ ନେଇ ଆସିବ। ଇସ୍ରାଏଲ ରାସ୍ତାର ଧୂଳି ସଦୃଶ ଅଶୂରର ପଦଦଳିତ ହେବ। Faic an caibideil |
ଏଥିପାଇଁ ସଦାପ୍ରଭୁଙ୍କର କ୍ରୋଧ ତାହାଙ୍କ ଲୋକମାନଙ୍କ ବିରୁଦ୍ଧରେ ପ୍ରଜ୍ୱଳିତ ହୋଇଅଛି ଓ ସେ ସେମାନଙ୍କ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରି ସେମାନଙ୍କୁ ଆଘାତ କରିଅଛନ୍ତି, ପୁଣି, ଉପପର୍ବତଗଣ କମ୍ପିଲେ ଓ ଲୋକମାନଙ୍କ ଶବ ସଡ଼କ ମଧ୍ୟରେ ଅଳିଆ ପରି ହେଲା। ଏହିସବୁ ହେଲେ ହେଁ ତାହାଙ୍କର କ୍ରୋଧ ନିବୃତ୍ତ ହୁଏ ନାହିଁ, ମାତ୍ର ତାହାଙ୍କର ହସ୍ତ ପୂର୍ବ ପରି ବିସ୍ତାରିତ ହୋଇ ରହିଅଛି।
ଏଥିପାଇଁ ଦେଖ, ଆମ୍ଭେ ଲୋକ ପଠାଇ ଉତ୍ତର ଦିଗସ୍ଥିତ ସମସ୍ତ ଗୋଷ୍ଠୀଙ୍କୁ, ପୁଣି ଆମ୍ଭର ଦାସ ବାବିଲର ରାଜା ନବୂଖଦ୍ନିତ୍ସରକୁ ନେଇ ଏହି ଦେଶ ବିରୁଦ୍ଧରେ ଓ ତନ୍ନିବାସୀମାନଙ୍କ ବିରୁଦ୍ଧରେ ଓ ତହିଁର ଚତୁର୍ଦ୍ଦିଗସ୍ଥ ଏହିସବୁ ଗୋଷ୍ଠୀ ବିରୁଦ୍ଧରେ ଆଣିବା; ଆଉ, ଆମ୍ଭେ ସେମାନଙ୍କୁ ନିଃଶେଷ ରୂପେ ବିନାଶ କରିବା ଓ ସେମାନଙ୍କୁ ବିସ୍ମୟ ଓ ଶୀସ୍ ଶବ୍ଦର ବିଷୟ ଓ ଚିରକାଳର ଉତ୍ସନ୍ନ ସ୍ଥାନ କରିବା।
ଲୁଟିବାକୁ ଓ ଦ୍ରବ୍ୟ ଅପହରଣ କରିବାକୁ ଆମ୍ଭେ ସେମାନଙ୍କ ବିରୁଦ୍ଧରେ ଯାତ୍ରା କରିବା; ଯେଉଁ ସକଳ ଉତ୍ସନ୍ନ ସ୍ଥାନ ଏବେ ବସତିବିଶିଷ୍ଟ ହୋଇଅଛି, ତହିଁର ବିରୁଦ୍ଧରେ ଓ ଯେଉଁ ଗୋଷ୍ଠୀ ନାନା ଦେଶୀୟମାନଙ୍କ ମଧ୍ୟରୁ ସଂଗୃହୀତ ହୋଇଅଛନ୍ତି, ପଶୁ ଓ ଦ୍ରବ୍ୟାଦି ପ୍ରାପ୍ତ ହୋଇ ପୃଥିବୀର ମଧ୍ୟଭାଗରେ ବାସ କରୁଅଛନ୍ତି, ସେମାନଙ୍କ ବିରୁଦ୍ଧରେ ହସ୍ତାର୍ପଣ କରିବା ପାଇଁ (ତୁମ୍ଭେ ଯିବ)।