Biblia Todo Logo
Bìoball air-loidhne

- Sanasan -




ଯିଶାଇୟ 11:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଆହୁରି, ଇଫ୍ରୟିମର ଈର୍ଷା ଦୂର ହେବ ଓ ଯିହୁଦାକୁ କ୍ଲେଶ ଦେବା ଲୋକମାନେ ଉଚ୍ଛିନ୍ନ ହେବେ; ଇଫ୍ରୟିମ ଯିହୁଦାକୁ ଈର୍ଷା କରିବ ନାହିଁ ଓ ଯିହୁଦା ଇଫ୍ରୟିମକୁ କ୍ଲେଶ ଦେବ ନାହିଁ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

13 ଆହୁରି, ଇଫ୍ରୟିମର ଈର୍ଷା ଦୂର ହେବ ଓ ଯିହୁଦାକୁ କ୍ଳେଶ ଦେବା ଲୋକମାନେ ଉଚ୍ଛିନ୍ନ ହେବେ; ଇଫ୍ରୟିମ ଯିହୁଦାକୁ ଈର୍ଷା କରିବ ନାହିଁ ଓ ଯିହୁଦା ଇଫ୍ରୟିମକୁ କ୍ଳେଶ ଦେବ ନାହିଁ।

Faic an caibideil Dèan lethbhreac

ଓଡିଆ ବାଇବେଲ

13 ଆହୁରି, ଇଫ୍ରୟିମର ଈର୍ଷା ଦୂର ହେବ ଓ ଯିହୁଦାକୁ କ୍ଲେଶ ଦେବା ଲୋକମାନେ ଉଚ୍ଛିନ୍ନ ହେବେ; ଇଫ୍ରୟିମ ଯିହୁଦାକୁ ଈର୍ଷା କରିବ ନାହିଁ ଓ ଯିହୁଦା ଇଫ୍ରୟିମକୁ କ୍ଲେଶ ଦେବ ନାହିଁ।

Faic an caibideil Dèan lethbhreac

ପବିତ୍ର ବାଇବଲ

13 ସେ ସମୟରେ ଇଫ୍ରୟିମ ଯିହୁଦାକୁ ଈର୍ଷା କରିବ ନାହିଁ। ଯିହୁଦାର କେହି ଶତ୍ରୁ ରହିବେ ନାହିଁ। ଯିହୁଦା ଇଫ୍ରୟିମକୁ କଷ୍ଟ ଦେବ ନାହିଁ।

Faic an caibideil Dèan lethbhreac




ଯିଶାଇୟ 11:13
8 Iomraidhean Croise  

ମନଃଶି ଇଫ୍ରୟିମର ଓ ଇଫ୍ରୟିମ ମନଃଶିର ପ୍ରତିକୂଳ ହେବେ, ପୁଣି, ସେମାନେ ଏକତ୍ର ହୋଇ ଯିହୁଦାର ପ୍ରତିକୂଳ ହେବେ। ଏସବୁ ହେଲେ ହେଁ ତାହାଙ୍କର କ୍ରୋଧ ନିବୃତ୍ତ ହୁଏ ନାହିଁ, ମାତ୍ର ତାହାଙ୍କର ହସ୍ତ ପୂର୍ବ ପରି ବିସ୍ତାରିତ ହୋଇ ରହିଅଛି।


ସେହି ସମୟରେ ଯିହୁଦା ବଂଶ, ଇସ୍ରାଏଲ ବଂଶ ସଙ୍ଗେ ଗମନ କରିବେ ଓ ସେମାନେ ଉତ୍ତର ଦେଶରୁ ଏକତ୍ର ବାହାରି ତୁମ୍ଭମାନଙ୍କର ପୂର୍ବପୁରୁଷଗଣଙ୍କୁ ଅଧିକାର ନିମନ୍ତେ ଆମ୍ଭର ଦତ୍ତ ଦେଶକୁ ଆସିବେ।


“ଏହି ଲୋକମାନେ ଯାହା କହିଅଛନ୍ତି, ତାହା କି ତୁମ୍ଭେ ବିବେଚନା କରୁ ନାହଁ? ସେମାନେ କହିଅଛନ୍ତି, ‘ସଦାପ୍ରଭୁ ଆପଣାର ମନୋନୀତ ଦୁଇ ଗୋଷ୍ଠୀଙ୍କୁ ଅଗ୍ରାହ୍ୟ କରିଅଛନ୍ତି।’ ଏହିରୂପେ ସେମାନେ ଆମ୍ଭ ଲୋକମାନଙ୍କୁ ତୁଚ୍ଛଜ୍ଞାନ କରନ୍ତି, ସେମାନଙ୍କ ସାକ୍ଷାତରେ ସେମାନେ ଏକ ଗୋଷ୍ଠୀ ହୋଇ ଯେପରି ଆଉ ରହିବେ ନାହିଁ।


ସଦାପ୍ରଭୁ କହନ୍ତି, ସେଦିନରେ ଓ ସେସମୟରେ ଇସ୍ରାଏଲର ସନ୍ତାନଗଣ ଓ ଯିହୁଦାର ସନ୍ତାନଗଣ ଏକତ୍ର ହୋଇ ଆସିବେ; ସେମାନେ କ୍ରନ୍ଦନ କରୁ କରୁ ପଥରେ ଗମନ କରିବେ ଓ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କର ଅନ୍ୱେଷଣ କରିବେ।


ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଯେଉଁ ଗୋଷ୍ଠୀଗଣ ମଧ୍ୟରେ ଇସ୍ରାଏଲ ବଂଶ ଛିନ୍ନଭିନ୍ନ ହୋଇଅଛନ୍ତି, ସେମାନଙ୍କ ମଧ୍ୟରୁ ଯେତେବେଳେ ଆମ୍ଭେ ସେମାନଙ୍କୁ ସଂଗ୍ରହ କରିବା ଓ ନାନା ଦେଶୀୟମାନଙ୍କ ସାକ୍ଷାତରେ ସେମାନଙ୍କ ମଧ୍ୟରେ ପବିତ୍ର ରୂପେ ପ୍ରତିପନ୍ନ ହେବା, ସେତେବେଳେ ଆମ୍ଭେ ନିଜ ଦାସ ଯାକୁବକୁ ଯେଉଁ ଦେଶ ଦେଇଥିଲୁ, ସେମାନେ ଆପଣାମାନଙ୍କର ସେହି ଦେଶରେ ବାସ କରିବେ।


ଆଉ, ଯିହୁଦାର ସନ୍ତାନଗଣ ଓ ଇସ୍ରାଏଲର ସନ୍ତାନଗଣ ଏକତ୍ର ସଂଗ୍ରହ କରାଯିବେ ଓ ସେମାନେ ଆପଣାମାନଙ୍କ ଉପରେ ଏକ ଜଣକୁ ପ୍ରଧାନ ରୂପେ ନିଯୁକ୍ତ କରି ଦେଶରୁ ଯାତ୍ରା କରିବେ; କାରଣ ଯିଷ୍ରିୟେଲର ଦିନ ମହତ୍ ଦିନ ହେବ।


Lean sinn:

Sanasan


Sanasan