Biblia Todo Logo
Bìoball air-loidhne

- Sanasan -




ଯିଶାଇୟ 11:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଆଉ, କେନ୍ଦୁଆ ବାଘ ମେଷଛୁଆ ସଙ୍ଗେ ବାସ କରିବ ଓ ଚିତାବାଘ ଛେଳିଛୁଆ ସଙ୍ଗେ ଶୟନ କରିବ; ବାଛୁରି, ଯୁବା ସିଂହ ଓ ହୃଷ୍ଟପୁଷ୍ଟ ପଶୁ ଏକତ୍ର ରହିବେ; ଆଉ, ଏକ ସାନ ପିଲା ସେମାନଙ୍କୁ ଅଡ଼ାଇବ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

6 ଆଉ, କେନ୍ଦୁଆ ବାଘ ମେଷଛୁଆ ସଙ୍ଗେ ବାସ କରିବ ଓ ଚିତା ବାଘ ଛେଳିଛୁଆ ସଙ୍ଗେ ଶୟନ କରିବ; ବାଛୁରି, ଯୁବାସିଂହ ଓ ହୃଷ୍ଟପୁଷ୍ଟ ପଶୁ ଏକତ୍ର ରହିବେନ୍ତ ଆଉ, ଏକ ସାନ ପିଲା ସେମାନଙ୍କୁ ଅଡ଼ାଇବ।

Faic an caibideil Dèan lethbhreac

ଓଡିଆ ବାଇବେଲ

6 ଆଉ, କେନ୍ଦୁଆ ବାଘ ମେଷଛୁଆ ସଙ୍ଗେ ବାସ କରିବ ଓ ଚିତାବାଘ ଛେଳିଛୁଆ ସଙ୍ଗେ ଶୟନ କରିବ; ବାଛୁରି, ଯୁବା ସିଂହ ଓ ହୃଷ୍ଟପୁଷ୍ଟ ପଶୁ ଏକତ୍ର ରହିବେ; ଆଉ, ଏକ ସାନ ପିଲା ସେମାନଙ୍କୁ ଅଡ଼ାଇବ।

Faic an caibideil Dèan lethbhreac

ପବିତ୍ର ବାଇବଲ

6 ସେ ସମୟରେ ଗଧିଆଗୁଡ଼ିକ ମେଷ ଶାବକମାନଙ୍କ ସହିତ ଶାନ୍ତିରେ ବାସ କରିବେ। ଛେଳିଛୁଆ ସହିତ ବାଘ ଏକତ୍ର ଶାନ୍ତିରେ ଶୋଇବେ। ବାଛୁରି, ସିଂହ ଓ ଷଣ୍ଢଗୁଡ଼ିକ ଏକତ୍ର ସୁଖ ଶାନ୍ତିରେ ବାସ କରିବେ। ଏପରିକି ଗୋଟିଏ ଛୋଟ ପିଲା ସେମାନଙ୍କୁ ଅଡ଼ାଇବ।

Faic an caibideil Dèan lethbhreac




ଯିଶାଇୟ 11:6
15 Iomraidhean Croise  

କାରଣ ପଦାର ପଥର ସଙ୍ଗେ ତୁମ୍ଭର ଚୁକ୍ତି ହେବ ଓ ପଦାର ପଶୁଗଣ ତୁମ୍ଭ ସଙ୍ଗେ ଶାନ୍ତିରେ ରହିବେ।


ପୁଣି, ସେ ଦେଶୀୟମାନଙ୍କ ମଧ୍ୟରେ ବିଚାର କରିବେ ଓ ଅନେକ ଗୋଷ୍ଠୀ ସମ୍ବନ୍ଧରେ ନିଷ୍ପତ୍ତି କରିବେ; ତହିଁରେ ସେମାନେ ଆପଣା ଖଡ୍ଗ ଭାଙ୍ଗି ଲଙ୍ଗଳର ଫାଳ କରିବେ ଓ ଆପଣା ଆପଣା ବର୍ଚ୍ଛା ଭାଙ୍ଗି ଦାଆ ନିର୍ମାଣ କରିବେ; ଏକ ଦେଶୀୟ ଲୋକେ ଅନ୍ୟ ଦେଶୀୟ ଲୋକଙ୍କ ବିରୁଦ୍ଧରେ ଖଡ୍ଗ ଉଠାଇବେ ନାହିଁ, କିଅବା ସେମାନେ ଆଉ ଯୁଦ୍ଧ ଶିଖିବେ ନାହିଁ।


କେନ୍ଦୁଆ ବାଘ ଓ ମେଣ୍ଢାଛୁଆ ଏକତ୍ର ଚରିବେ ଓ ସିଂହ ଗୋରୁ ପରି ନଡ଼ା ଖାଇବ; ପୁଣି, ଧୂଳି ସର୍ପର ଖାଦ୍ୟ ହେବ। ସେମାନେ ଆମ୍ଭ ପବିତ୍ର ପର୍ବତର କୌଣସି ସ୍ଥାନରେ ହିଂସା କି ବିନାଶ କରିବେ ନାହିଁ, ସଦାପ୍ରଭୁ ଏହା କହନ୍ତି।”


ଆଉ, ଆମ୍ଭେ ସେମାନଙ୍କ ପକ୍ଷରେ ଶାନ୍ତିର ନିୟମ ସ୍ଥିର କରିବା ଓ ହିଂସ୍ରକ ପଶୁଗଣକୁ ଦେଶରୁ ଶେଷ କରିବା; ତହିଁରେ ସେମାନେ ନିରାପଦରେ ପ୍ରାନ୍ତରରେ ବାସ କରିବେ ଓ ବନରେ ଶୟନ କରିବେ।


ଆଉ, ସେହି ଦିନ ଆମ୍ଭେ ସେମାନଙ୍କ ନିମନ୍ତେ କ୍ଷେତ୍ରସ୍ଥ ବନ୍ୟ ପଶୁ ଓ ଆକାଶସ୍ଥ ପକ୍ଷୀ ଓ ଭୂମିସ୍ଥ ଉରୋଗାମୀ ଜନ୍ତୁଗଣର ସହିତ ନିୟମ କରିବା ଓ ଆମ୍ଭେ ଦେଶରୁ ଧନୁ, ଖଡ୍ଗ ଓ ଯୁଦ୍ଧ ଉଚ୍ଛିନ୍ନ କରିବା, ଆଉ ସେମାନଙ୍କୁ ନିରାପଦରେ ଶୟନ କରାଇବା।


କାରଣ ଈଶ୍ବରଙ୍କ ରାଜ୍ୟ ଭୋଜନପାନ ନୁହେଁ, କିନ୍ତୁ ଧାର୍ମିକତା, ଶାନ୍ତି ଓ ପବିତ୍ର ଆତ୍ମାଙ୍କଠାରେ ଆନନ୍ଦ ଅଟେ।


Lean sinn:

Sanasan


Sanasan