Biblia Todo Logo
Bìoball air-loidhne

- Sanasan -




ଯିଶାଇୟ 13:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ତୁମ୍ଭେମାନେ ବୃକ୍ଷଶୂନ୍ୟ ପର୍ବତ ଉପରେ ଧ୍ୱଜା ଟେକ, ଲୋକମାନଙ୍କ ପ୍ରତି ରବ ଉଠାଅ, ହସ୍ତ ହଲାଅ, ସେମାନେ ଅଧିପତିମାନଙ୍କର ନଗର-ଦ୍ୱାରରେ ପ୍ରବେଶ କରନ୍ତୁ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

2 ତୁମ୍ଭେମାନେ ବୃକ୍ଷଶୂନ୍ୟ ପର୍ବତ ଉପରେ ଧ୍ଵଜା ଟେକ, ଲୋକମାନଙ୍କ ପ୍ରତି ରବ ଉଠାଅ, ହସ୍ତ ହଲାଅ,, ସେମାନେ ଅଧିପତିମାନଙ୍କର ନଗର-ଦ୍ଵାରରେ ପ୍ରବେଶ କରନ୍ତୁ।

Faic an caibideil Dèan lethbhreac

ଓଡିଆ ବାଇବେଲ

2 ତୁମ୍ଭେମାନେ ବୃକ୍ଷଶୂନ୍ୟ ପର୍ବତ ଉପରେ ଧ୍ୱଜା ଟେକ, ଲୋକମାନଙ୍କ ପ୍ରତି ରବ ଉଠାଅ, ହସ୍ତ ହଲାଅ, ସେମାନେ ଅଧିପତିମାନଙ୍କର ନଗର ଦ୍ୱାରରେ ପ୍ରବେଶ କରନ୍ତୁ।

Faic an caibideil Dèan lethbhreac

ପବିତ୍ର ବାଇବଲ

2 ପରମେଶ୍ୱର କହିଲେ, “ବୃକ୍ଷଲତା ଶୂନ୍ୟ ପର୍ବତ ଉପରେ ଏକ ଧ୍ୱଜା ଟେକ। ହସ୍ତ ହଲାଇ ଲୋକମାନଙ୍କୁ ଉଚ୍ଚସ୍ୱରରେ ଡାକ। ସେମାନଙ୍କୁ କୁହ ଅଧିପତିମାନେ ପ୍ରବେଶ କରୁଥିବା ଦ୍ୱାର ଦେଇ ସେମାନେ ପ୍ରବେଶ କରନ୍ତୁ।

Faic an caibideil Dèan lethbhreac




ଯିଶାଇୟ 13:2
15 Iomraidhean Croise  

ସତ୍ୟତା ପକ୍ଷରେ ପ୍ରକାଶ କରିବା ନିମନ୍ତେ ତୁମ୍ଭେ ଆପଣା ଭୟକାରୀମାନଙ୍କୁ ଏକ ପତାକା ଦେଇଅଛ। [ସେଲା]


ସେ ଆଜି ନୋବରେ ରହିବ; ସେ ସିୟୋନ କନ୍ୟାର ପର୍ବତ ଯିରୂଶାଲମ ଗିରି ପ୍ରତି ହସ୍ତ ହଲାଉଅଛି।


ପୁଣି, ସେ ଗୋଷ୍ଠୀବର୍ଗ ନିମନ୍ତେ ଗୋଟିଏ ଧ୍ୱଜା ଉଠାଇବେ ଓ ପୃଥିବୀର ଚତୁଷ୍କୋଣରୁ ଇସ୍ରାଏଲର ତାଡ଼ିତ ଲୋକମାନଙ୍କୁ ଏକତ୍ର କରିବେ ଓ ଯିହୁଦାର ଛିନ୍ନଭିନ୍ନ ଲୋକମାନଙ୍କୁ ସଂଗ୍ରହ କରିବେ।


ପୁଣି, ସଦାପ୍ରଭୁ ମିସରୀୟ ସମୁଦ୍ରର ଜିହ୍ୱା ସମ୍ପୂର୍ଣ୍ଣ ରୂପେ ବିନାଶ କରିବେ ଓ ଆପଣାର ଉତ୍ତପ୍ତ ବାୟୁ ଦ୍ୱାରା ନଦୀ ଉପରେ ଆପଣା ହସ୍ତ ହଲାଇବେ, ଆଉ ତାହାକୁ ପ୍ରହାର କରି ସପ୍ତସ୍ରୋତ କରିବେ ଓ ଲୋକମାନଙ୍କୁ ଶୁଷ୍କ ପଦରେ ତହିଁ ମଧ୍ୟଦେଇ ଗମନ କରାଇବେ।


ହେ ଜଗନ୍ନିବାସୀଗଣ; ହେ ପୃଥିବୀର ନିବାସୀ ସମସ୍ତେ, ପର୍ବତମାନର ଉପରେ ଧ୍ୱଜା ଉତ୍ଥିତ ହେବା ବେଳେ ତୁମ୍ଭେମାନେ ଦୃଷ୍ଟି କର ଓ ତୂରୀ ବାଜିବା ବେଳେ ତୁମ୍ଭେମାନେ ଶ୍ରବଣ କର।


ସେହି ଦିନ ମିସର ସ୍ତ୍ରୀମାନଙ୍କ ତୁଲ୍ୟ ହେବ, ପୁଣି, ସୈନ୍ୟାଧିପତି ସଦାପ୍ରଭୁ, ତାହା ଉପରେ ଯେଉଁ ହସ୍ତ ହଲାନ୍ତି, ତାହାଙ୍କର ସେହି ହସ୍ତ ହଲିବା ସକାଶୁ ସେ କମ୍ପିବ ଓ ଭୀତ ହେବ।


ପୁଣି, ତ୍ରାସପ୍ରଯୁକ୍ତ ତାହାର ଶୈଳ ଅନ୍ତର୍ହିତ ହେବ ଓ ତାହାର ଅଧିପତିମାନେ ଧ୍ୱଜା ଦେଖି ଉଦ୍‍ବିଗ୍ନ ହେବେ,” ସିୟୋନରେ ଯାହାଙ୍କର ଅଗ୍ନି ଓ ଯିରୂଶାଲମରେ ଯାହାଙ୍କର ଅଗ୍ନିକୁଣ୍ଡ ଅଛି, ସେହି ସଦାପ୍ରଭୁ ଏହି କଥା କହନ୍ତି।


ପୁଣି, ସେ ଦୂରଦେଶୀୟ ଗୋଷ୍ଠୀଗଣ ପ୍ରତି ଗୋଟିଏ ଧ୍ୱଜା ଉଠାଇବେ ଓ ପୃଥିବୀର ପ୍ରାନ୍ତରୁ ସେମାନଙ୍କ ପାଇଁ ଶିଷ୍‍ ଦେବେ, ପୁଣି, ଦେଖ, ସେମାନେ ଦ୍ରୁତଗମନ କରି ଶୀଘ୍ର ଆସିବେ;


“ତୁମ୍ଭେମାନେ ଗୋଷ୍ଠୀଗଣ ମଧ୍ୟରେ ପ୍ରକାଶ କରି ପ୍ରଚାର କର ଓ ଧ୍ୱଜା ଉଠାଅ; ପ୍ରଚାର କର ଓ ଗୋପନ ନ କରି କୁହ, ବାବିଲ ହସ୍ତଗତ ହେଲା, ବେଲ୍ ଲଜ୍ଜିତ ହେଲା, ମରୋଦକ୍‍ ବିସ୍ମିତ ହେଲା; ତାହାର ପ୍ରତିମାଗଣ ଲଜ୍ଜିତ ହେଲେ ଓ ତାହାର ଦେବତା ସକଳ ବିସ୍ମିତ ହେଲେ।


ଦେଖ, ଉତ୍ତର ଦିଗରୁ ଏକ ଜନବୃନ୍ଦ ଆସୁଅଛନ୍ତି ଓ ପୃଥିବୀର ପ୍ରାନ୍ତରୁ ଏକ ମହାଗୋଷ୍ଠୀ ଓ ଅନେକ ରାଜା ଉତ୍ତେଜିତ ହେବେ।


ବାବିଲର ପ୍ରାଚୀର ବିରୁଦ୍ଧରେ ଧ୍ୱଜା ସ୍ଥାପନ କର, ରକ୍ଷକଦଳ ଦୃଢ଼ କର, ପ୍ରହରୀଗଣ ନିଯୁକ୍ତ କର, ଗୋପନ ସ୍ଥାନରେ ସୈନ୍ୟ ରଖ: କାରଣ ସଦାପ୍ରଭୁ ବାବିଲର ନିବାସୀମାନଙ୍କ ବିଷୟରେ ଯାହା କହିଲେ, ତାହା ସଂକଳ୍ପ କରି ସିଦ୍ଧ କରିଅଛନ୍ତି।


ହେ ବିନାଶକ ପର୍ବତ, ତୁମ୍ଭେ ସମୁଦାୟ ପୃଥିବୀକୁ ବିନାଶ କରୁଅଛ, ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ତୁମ୍ଭର ବିପକ୍ଷ ଅଟୁ; ଆଉ, ଆମ୍ଭେ ତୁମ୍ଭ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା ଓ ଶୈଳରୁ ତୁମ୍ଭକୁ ଗଡ଼ାଇ ପକାଇ ଏକ ଦଗ୍ଧ ପର୍ବତ କରିବା।


ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ବାବିଲର ପ୍ରଶସ୍ତ ପ୍ରାଚୀର ସମ୍ପୂର୍ଣ୍ଣ ଉତ୍ପାଟିତ ହେବ ଓ ତାହାର ଉଚ୍ଚ ଦ୍ୱାରସବୁ ଅଗ୍ନିରେ ଦଗ୍ଧ ହେବ; ପୁଣି, ଲୋକବୃନ୍ଦ ଅସାରତାର ନିମନ୍ତେ ଓ ଗୋଷ୍ଠୀଗଣ ଅଗ୍ନି ନିମନ୍ତେ ପରିଶ୍ରମ କରିବେ; ଆଉ ସେମାନେ କ୍ଳାନ୍ତ ହେବେ।”


Lean sinn:

Sanasan


Sanasan