Biblia Todo Logo
Bìoball air-loidhne

- Sanasan -




ଯିଶାଇୟ 15:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଏହେତୁ ସେମାନେ ଆପଣାମାନଙ୍କର ପ୍ରାପ୍ତ ଧନ ଓ ରକ୍ଷିତ ଦ୍ରବ୍ୟସବୁ ବାଇଶୀ ବୃକ୍ଷର ସ୍ରୋତ ନିକଟକୁ ନେଇଯିବେ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

7 ଏହେତୁ ସେମାନେ ଆପଣାମାନଙ୍କର ପ୍ରାପ୍ତ ଧନ ଓ ରକ୍ଷିତ ଦ୍ରବ୍ୟସବୁ ବାଇଶୀ ବୃକ୍ଷର ସ୍ରୋତ ନିକଟକୁ ନେଇ ଯିବେ।

Faic an caibideil Dèan lethbhreac

ଓଡିଆ ବାଇବେଲ

7 ଏହେତୁ ସେମାନେ ଆପଣାମାନଙ୍କର ପ୍ରାପ୍ତ ଧନ ଓ ରକ୍ଷିତ ଦ୍ରବ୍ୟସବୁ ବାଇଶୀ ବୃକ୍ଷର ସ୍ରୋତ ନିକଟକୁ ନେଇ ଯିବେ।

Faic an caibideil Dèan lethbhreac

ପବିତ୍ର ବାଇବଲ

7 ଲୋକମାନେ ସେମାନଙ୍କର ନିଜ ନିଜର ସମସ୍ତ ଦ୍ରବ୍ୟ ଏକାଠି କରିବେ ଓ ମୋୟାବ ପରିତ୍ୟାଗ କରିବେ। ସେ ସମସ୍ତ ଦ୍ରବ୍ୟକୁ ଧରି ସୀମା ଅତିକ୍ରମ କରି ବାଈଶୀ ବୃକ୍ଷର ସ୍ରୋତ ନିକଟକୁ ନେଇଯିବେ।

Faic an caibideil Dèan lethbhreac




ଯିଶାଇୟ 15:7
9 Iomraidhean Croise  

ପୁଣି, ମୋହର ହସ୍ତ ନାନା ଗୋଷ୍ଠୀର ଧନ ପକ୍ଷୀର ବସା ତୁଲ୍ୟ ପ୍ରାପ୍ତ ହୋଇଅଛି ଓ କେହି ଯେପରି ତ୍ୟକ୍ତ ଡିମ୍ବ ସଂଗ୍ରହ କରେ, ସେହିପରି ମୁଁ ସମୁଦାୟ ପୃଥିବୀକୁ ସଂଗ୍ରହ କରିଅଛି; ଆଉ, ପକ୍ଷ ହଲାଇବାକୁ କିଅବା ଥଣ୍ଟ ଫିଟାଇବାକୁ ଅବା ଚିଁ ଚିଁ ଶବ୍ଦ କରିବାକୁ କେହି ନ ଥିଲା।”


ଆମ୍ଭେ ତାହାକୁ ଲୁଟିତ ଦ୍ରବ୍ୟ ଓ ମୃଗୟା ନେଇଯିବା ନିମନ୍ତେ ଓ ଲୋକମାନଙ୍କୁ ବାଟର କାଦୁଅ ତୁଲ୍ୟ ଦଳିତ କରିବା ନିମନ୍ତେ ଧର୍ମହୀନ ଗୋଷ୍ଠୀର ଓ ଆମ୍ଭ କ୍ରୋଧପାତ୍ର ଲୋକମାନଙ୍କ ବିରୁଦ୍ଧରେ ଆଜ୍ଞା ଦେବା।


କାରଣ ମୋୟାବର ଚତୁର୍ଦ୍ଦିଗସ୍ଥ ସୀମାକୁ କ୍ରନ୍ଦନର ଶବ୍ଦ ଯାଇଅଛି; ତହିଁର ହାହାକାର ଇଗ୍ଲୟିମ୍‍ ପର୍ଯ୍ୟନ୍ତ ଓ ତହିଁର ହାହାକାର ବେରେଲୀମ୍‍ ପର୍ଯ୍ୟନ୍ତ ଯାଇଅଛି।


ଦକ୍ଷିଣର ପଶୁଗଣ ବିଷୟକ ଭବିଷ୍ୟତବାଣୀ। ଯେଉଁ ସ୍ଥାନରୁ ଯୁବା ଓ ବୃଦ୍ଧ ସିଂହ, କାଳସର୍ପ ଓ ଉଡ୍ଡୀୟମାନ ଅଗ୍ନିମୟ ସର୍ପ ଆସନ୍ତି, ଏପରି ସଙ୍କଟ ଓ ଯନ୍ତ୍ରଣାମୟ ଦେଶ ଦେଇ ଯେଉଁମାନଙ୍କ ଦ୍ୱାରା ସେମାନଙ୍କର ଉପକାର ହେବ ନାହିଁ, ଏପରି ଏକ ଗୋଷ୍ଠୀ ନିକଟକୁ, ସେମାନେ ଯୁବା ଗର୍ଦ୍ଦଭଗଣର ସ୍କନ୍ଧରେ ଆପଣାମାନଙ୍କର ଧନ ଓ ଉଷ୍ଟ୍ରଗଣର କୁବ୍‍ଜା ଉପରେ ଆପଣାମାନଙ୍କର ସମ୍ପତ୍ତି ବହି ନିଅନ୍ତି।


ସେମାନଙ୍କର ଗର୍ଜ୍ଜନ ସିଂହୀର ଗର୍ଜ୍ଜନ ପରି, ସେମାନେ ଯୁବା ସିଂହ ପରି ଗର୍ଜ୍ଜନ କରିବେ; ଆହୁରି, ସେମାନେ ଗର୍ଜ୍ଜନ କରି ଓ ଶିକାର ଧରି ନିରାପଦରେ ତାହା ନେଇଯିବେ ଓ ଉଦ୍ଧାର କରିବାକୁ କେହି ନ ଥିବେ।


ଏହେତୁ ମୋୟାବର ପାଇଁ ଆମ୍ଭର ହୃଦୟ ବଂଶୀ ପରି ବାଜୁଅଛି ଓ କୀର୍ହେରସର ଲୋକମାନଙ୍କ ପାଇଁ ଆମ୍ଭର ହୃଦୟ ବଂଶୀ ପରି ବାଜୁଅଛି; ଏଥିପାଇଁ ତାହାର ପ୍ରାପ୍ତ ବହୁତ ଧନ ନଷ୍ଟ ହୋଇଅଛି।


ଆଉ, ତୁମ୍ଭେମାନେ ପ୍ରଥମ ଦିନରେ ଉତ୍ତମ ବୃକ୍ଷର ଫଳ, ଖର୍ଜ୍ଜୁର ବାହୁଙ୍ଗା, ଗହଳିଆ ବୃକ୍ଷର ଶାଖା ଓ ନଦୀତୀରସ୍ଥ ବାଇଶୀ ବୃକ୍ଷ ଘେନି ତୁମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କ ସମ୍ମୁଖରେ ସାତ ଦିନ ଆନନ୍ଦ କରିବ।


Lean sinn:

Sanasan


Sanasan