Biblia Todo Logo
Bìoball air-loidhne

- Sanasan -




ଯିଶାଇୟ 16:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଯେହେତୁ ହିଷ୍‍ବୋନ ସହରର କ୍ଷେତ୍ରସବୁ ଓ ସିବ୍‍ମା ନଗରର ଦ୍ରାକ୍ଷାଲତା ମ୍ଳାନ ହେଉଅଛି; ଗୋଷ୍ଠୀବର୍ଗର ଅଧ୍ୟକ୍ଷଗଣ ତହିଁର ମନୋନୀତ ଚାରାସବୁ ଭାଙ୍ଗି ପକାଇଅଛନ୍ତି; ସେହି ସବୁ ଯାସେର ନଗର ପର୍ଯ୍ୟନ୍ତ ଗଲେ, ପ୍ରାନ୍ତର ପର୍ଯ୍ୟନ୍ତ ଏଣେତେଣେ ଗଲେ; ତାହାର ଶାଖାସବୁ ଚାରିଆଡ଼େ ବିସ୍ତୃତ ହେଲା, ସେହି ସବୁ ସମୁଦ୍ର ପାର ହୋଇଗଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

8 ଯେହେତୁ ହିଶ୍ବୋନ୍ର କ୍ଷେତ୍ରସବୁ ଓ ଶିବ୍ମାର ଦ୍ରାକ୍ଷାଲତା ମ୍ଳାନ ହେଉଅଛି; ଗୋଷ୍ଠୀବର୍ଗର ଅଧ୍ୟକ୍ଷଗଣ ତହିଁର ମନୋନୀତ ଚାରାସବୁ ଭାଙ୍ଗି ପକାଇ ଅଛନ୍ତି; ସେସବୁ ଯାସେର ପର୍ଯ୍ୟନ୍ତ ଗଲେ, ପ୍ରାନ୍ତର ପର୍ଯ୍ୟନ୍ତ ଏଣେତେଣେ ଗଲେ; ତାହାର ଶାଖାସବୁ ଚାରିଆଡ଼େ ବିସ୍ତୃତ ହେଲା, ସେସବୁ ସମୁଦ୍ର ପାର ହୋଇ ଗଲେ।

Faic an caibideil Dèan lethbhreac

ଓଡିଆ ବାଇବେଲ

8 ଯେହେତୁ ହିଷ୍‍ବୋନ ସହରର କ୍ଷେତ୍ରସବୁ ଓ ସିବ୍‍ମା ନଗରର ଦ୍ରାକ୍ଷାଲତା ମ୍ଳାନ ହେଉଅଛି; ଗୋଷ୍ଠୀବର୍ଗର ଅଧ୍ୟକ୍ଷଗଣ ତହିଁର ମନୋନୀତ ଚାରାସବୁ ଭାଙ୍ଗି ପକାଇ ଅଛନ୍ତି; ସେହିସବୁ ଯାସେର ନଗର ପର୍ଯ୍ୟନ୍ତ ଗଲେ, ପ୍ରାନ୍ତର ପର୍ଯ୍ୟନ୍ତ ଏଣେତେଣେ ଗଲେ; ତାହାର ଶାଖାସବୁ ଚାରିଆଡ଼େ ବିସ୍ତୃତ ହେଲା, ସେହିସବୁ ସମୁଦ୍ର ପାର ହୋଇ ଗଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ

8 ଲୋକମାନେ ଦୁଃଖିତ ହେବେ କାରଣ ହି‌‌‌ଶ୍‌‌‌ବୋ‌‌‌ନ୍‌‌‌ର କ୍ଷେତସବୁ ଓ ଶ‌‌‌ିବ୍‌‌‌ମାର ଦ୍ରାକ୍ଷାଲତା ଆଉ ଦ୍ରାକ୍ଷା ଉତ୍ପନ୍ନ କରିବ ନାହିଁ। ଦ୍ରାକ୍ଷା ରାଷ୍ଟ୍ରର ପ୍ରଭୁଙ୍କ ପାନୀୟ ପାଇଁ ତିଆରି କରାଯାଏ, ମରୁଭୂମିରେ ପହଞ୍ଚିବା ପାଇଁ ବ୍ୟବହାର କରାଯାଏ, ଯାହାର ମୂଳ ସମୁଦ୍ର ପର୍ଯ୍ୟନ୍ତ ବିସ୍ତୃତ ହୋଇଛି।

Faic an caibideil Dèan lethbhreac




ଯିଶାଇୟ 16:8
13 Iomraidhean Croise  

ହେ ଗିଲ୍‍ବୋୟ ପର୍ବତଗଣ, ତୁମ୍ଭମାନଙ୍କ ଉପରେ କାକର କି ବୃଷ୍ଟି ନ ପଡ଼ୁ କିଅବା ଉପହାରଜନକ କ୍ଷେତ୍ର ନ ହେଉ; କାରଣ ସେଠାରେ ବୀରମାନଙ୍କର ଢାଲ ମଳିନ ହେଲା, ଶାଉଲଙ୍କର ଢାଲ ତୈଳରେ ଅନଭିଷିକ୍ତ ରହିଲା।


ତଥାପି ତାହାର ଅଭିପ୍ରାୟ ସେହିପରି ନୁହେଁ, କିଅବା ତାହାର ହୃଦୟ ସେହିପରି ଭାବେ ନାହିଁ; ମାତ୍ର ବିନାଶ କରିବାକୁ ଓ ଅନେକ ଗୋଷ୍ଠୀଙ୍କୁ ଉଚ୍ଛିନ୍ନ କରିବାକୁ ତାହାର ହୃଦୟରେ ଅଛି।


ହିଷ୍‍ବୋନ ଓ ଇଲୀୟାଲୀ କ୍ରନ୍ଦନ କରୁଅଛନ୍ତି; ସେମାନଙ୍କର ରବ ଯହସ ପର୍ଯ୍ୟନ୍ତ ଶୁଣା ଯାଉଅଛି; ଏହେତୁ ମୋୟାବର ସସଜ୍ଜ ଲୋକେ ଆର୍ତ୍ତନାଦ କରୁଅଛନ୍ତି; ତାହାର ପ୍ରାଣ ତାହା ମଧ୍ୟରେ କମ୍ପିତ ହେଉଅଛି।


ଏହେତୁ ଆମ୍ଭେ ଯାସେରର ରୋଦନ କାଳରେ ସିବ୍‍ମାର ଦ୍ରାକ୍ଷାଲତା ନିମନ୍ତେ ରୋଦନ କରିବା; ହେ ହିଷ୍‍ବୋନ, ହେ ଇଲୀୟାଲୀ ଆମ୍ଭେ ଆପଣା ଲୋତକ ଜଳରେ ତୁମ୍ଭକୁ ତିନ୍ତାଇବା; କାରଣ ତୁମ୍ଭର ଗ୍ରୀଷ୍ମକାଳରେ ଫଳ ଓ ତୁମ୍ଭର ଶସ୍ୟ ଉପରେ ଯୁଦ୍ଧଧ୍ୱନି ପଡ଼ିଅଛି।


ନୂତନ ଦ୍ରାକ୍ଷାରସ ଶୋକ କରୁଅଛି, ଦ୍ରାକ୍ଷାଲତା ମ୍ଳାନ ହେଉଅଛି, ପ୍ରଫୁଲ୍ଲଚିତ୍ତ ସମସ୍ତେ ଦୀର୍ଘ ନିଶ୍ୱାସ ଛାଡ଼ୁଅଛନ୍ତି।


ହେ ସିବ୍‍ମାର ଦ୍ରାକ୍ଷାଲତା, ଯାସେରର ରୋଦନ ଅପେକ୍ଷା ଆମ୍ଭେ ତୁମ୍ଭ ବିଷୟରେ ଅଧିକ ରୋଦନ କରିବା; ତୁମ୍ଭର ଶାଖାସବୁ ସମୁଦ୍ର ପାରିକୁ ଗଲା, ସେସବୁ ଯାସେର ସମୁଦ୍ର ପର୍ଯ୍ୟନ୍ତ ହିଁ ବିସ୍ତାରିତ ହେଲା; ତୁମ୍ଭର ଗ୍ରୀଷ୍ମକାଳୀନ ଫଳ ଓ ଦ୍ରାକ୍ଷାଫଳ ସଂଗ୍ରହ କରିବା ସମୟରେ ବିନାଶକ ଉପସ୍ଥିତ ହେଲା।


ଏଥିଉତ୍ତାରେ ମୋଶା ଯାସେର ଅନୁସନ୍ଧାନ କରିବା ପାଇଁ ଲୋକ ପଠାନ୍ତେ, ସେମାନେ ତହିଁର ସକଳ ନଗର ହସ୍ତଗତ କଲେ ଓ ସେଠାସ୍ଥିତ ଇମୋରୀୟମାନଙ୍କୁ ତଡ଼ିଦେଲେ।


“ଅଟାରୋତ୍‍, ଦୀବୋନ୍, ଯାସେର, ନିମ୍ରା, ହିଷ୍‍ବୋନ, ଇଲୀୟାଲୀ, ସିବମା, ନବୋ ଓ ବିୟୋନ,


ଅଟ୍‍ରୋତ୍‍-ଶୋଫନ, ଯାସେର, ଯଗ୍‍ବିହ,


ପୁଣି, ନାମାନ୍ତରରେ ନବୋ, ବାଲ୍‍-ମୀୟୋନ୍‍ ଓ ସିବ୍‍ମା, ଏହି ସମସ୍ତ ନଗର ନିର୍ମାଣ କଲେ; ପୁଣି, ସେମାନେ ଯେଉଁ ଯେଉଁ ନଗର ନିର୍ମାଣ କଲେ, ସେହି ସମସ୍ତଙ୍କୁ ଅନ୍ୟ ନାମ ଦେଲେ।


ଓ କିରୀୟାଥୟିମ୍‍ ଓ ସିବ୍‍ମା ଓ ତଳଭୂମିର ପର୍ବତସ୍ଥ ସେରତ୍‍ ସହର


ଯାସେର ଓ ଗିଲୀୟଦର ସମସ୍ତ ନଗର ଓ ରବ୍ବାର ସମ୍ମୁଖସ୍ଥ ଅରୋୟେର ପର୍ଯ୍ୟନ୍ତ ଅମ୍ମୋନ-ସନ୍ତାନଗଣର ଅର୍ଦ୍ଧ ଦେଶ ସେମାନଙ୍କର ସୀମା ହେଲା।


Lean sinn:

Sanasan


Sanasan