Biblia Todo Logo
Bìoball air-loidhne

- Sanasan -




ଯିଶାଇୟ 18:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ସେହି ସମୟରେ ଦୀର୍ଘକାୟ ଓ ଚିକ୍କଣ ଓ ଅଦ୍ୟାବଧି ଭୟଙ୍କର ଏକ ଗୋଷ୍ଠୀୟ ଲୋକେ; ଯେଉଁମାନେ ପରିମାଣ କରନ୍ତି ଓ ପଦ ତଳେ ଦଳିତ କରନ୍ତି, ଯେଉଁମାନଙ୍କର ଦେଶ ନଦ-ନଦୀରେ ବିଭକ୍ତ, ଏପରି ଏକ ଜନବୃନ୍ଦ ସୈନ୍ୟାଧିପତି ସଦାପ୍ରଭୁଙ୍କର ଉପହାର ରୂପେ ସୈନ୍ୟାଧିପତି ସଦାପ୍ରଭୁଙ୍କର ନାମବିଶିଷ୍ଟ ସ୍ଥାନ ସିୟୋନ ପର୍ବତକୁ ଅଣାଯିବେ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

7 ସେହି ସମୟରେ ଦୀର୍ଘକାୟ ଓ ଚିକ୍କଣ ଓ ଅଦ୍ୟାବଧି ଭୟଙ୍କର ଏକ ଗୋଷ୍ଠୀୟ ଲୋକେ; ଯେଉଁମାନେ ପରିମାଣ କରନ୍ତି ଓ ପଦ ତଳେ ଦଳିତ କରନ୍ତି, ଯେଉଁମାନଙ୍କର ଦେଶ ନଦନଦୀରେ ବିଭକ୍ତ, ଏପରି ଏକ ଜନବୃନ୍ଦ ସୈନ୍ୟାଧିପତି ସଦାପ୍ରଭୁଙ୍କର ଉପହାର ରୂପେ ସୈନ୍ୟାଧିପତି ସଦାପ୍ରଭୁଙ୍କର ନାମବିଶିଷ୍ଟ ସ୍ଥାନ ସିୟୋନ ପର୍ବତକୁ ଅଣାଯିବେ।

Faic an caibideil Dèan lethbhreac

ଓଡିଆ ବାଇବେଲ

7 ସେହି ସମୟରେ ଦୀର୍ଘକାୟ ଓ ଚିକ୍‍କଣ ଓ ଅଦ୍ୟାବଧି ଭୟଙ୍କର ଏକ ଗୋଷ୍ଠୀୟ ଲୋକେ; ଯେଉଁମାନେ ପରିମାଣ କରନ୍ତି ଓ ପଦ ତଳେ ଦଳିତ କରନ୍ତି, ଯେଉଁମାନଙ୍କର ଦେଶ ନଦନଦୀରେ ବିଭକ୍ତ, ଏପରି ଏକ ଜନବୃନ୍ଦ ସୈନ୍ୟାଧିପତି ସଦାପ୍ରଭୁଙ୍କର ଉପହାର ରୂପେ ସୈନ୍ୟାଧିପତି ସଦାପ୍ରଭୁଙ୍କର ନାମବିଶିଷ୍ଟ ସ୍ଥାନ ସିୟୋନ ପର୍ବତକୁ ଅଣାଯିବେ।

Faic an caibideil Dèan lethbhreac

ପବିତ୍ର ବାଇବଲ

7 ସେହି ସମୟରେ ଏକ ସ୍ୱତନ୍ତ୍ର ଉପହାର ସର୍ବଶକ୍ତିମାନ ସଦାପ୍ରଭୁଙ୍କ ନିକଟକୁ ଅଣା ହେବ। ସେହି ନୈବେଦ୍ୟ ସେହି ଦୀର୍ଘକାୟ ଓ ଶକ୍ତିଶାଳୀ ଲୋକମାନଙ୍କଠାରୁ ଆସିବ। ସବୁ ସ୍ଥାନରେ ଲୋକମାନେ ଏହି ଦୀର୍ଘକାୟ ଶକ୍ତିଶାଳୀ ଲୋକଙ୍କୁ ଭୟ କରିବେ। କାରଣ ସେମାନେ ଏକ ଶକ୍ତିଶାଳୀ ଗୋଷ୍ଠୀ। ସେ ଗୋଷ୍ଠୀ ଅନ୍ୟ ଗୋଷ୍ଠୀକୁ ପରାଜିତ କରିବେ। ସେହି ଦେଶ ନଦନଦୀ ଦ୍ୱାରା ବିଭକ୍ତ ହୋଇଛି। ସେହି ନୈବେଦ୍ୟ ସିୟୋନ ପର୍ବତର ସଦାପ୍ରଭୁଙ୍କ ବାସ ସ୍ଥାନରୁ ଆସିବ।

Faic an caibideil Dèan lethbhreac




ଯିଶାଇୟ 18:7
17 Iomraidhean Croise  

ତହିଁରେ ଅନେକେ ଯିରୂଶାଲମକୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଆଣିଲେ ଓ ଯିହୁଦାର ରାଜା ହିଜକୀୟଙ୍କ ନିକଟକୁ ବହୁମୂଲ୍ୟ ପଦାର୍ଥ ଆଣିଲେ; ତହୁଁ ସେ ସେହି ସମୟଠାରୁ ସମଗ୍ର ଗୋଷ୍ଠୀର ଦୃଷ୍ଟିରେ ଉନ୍ନତ ହେଲେ।


ହେ ପୃଥିବୀସ୍ଥ ରାଜ୍ୟସମୂହ, ତୁମ୍ଭେମାନେ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଗାନ କର; ପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର; [ସେଲା]


ତୁମ୍ଭେମାନେ ପ୍ରାନ୍ତର ଅଭିମୁଖସ୍ଥ ସେଲା ସହରଠାରୁ ଦେଶାଧ୍ୟକ୍ଷ ନିମନ୍ତେ ସିୟୋନ କନ୍ୟାର ପର୍ବତକୁ ମେଷ ପଠାଅ।


ସେ ସମୁଦ୍ର ପଥରେ ନଳନିର୍ମିତ ନୌକାରେ ଜଳ ଉପରେ ଦୂତଗଣକୁ ପ୍ରେରଣ କରି କହେ, ହେ ଦ୍ରୁତଗାମୀ ଦୂତଗଣ, ଯେଉଁ ଗୋଷ୍ଠୀୟ ଲୋକେ ଦୀର୍ଘକାୟ ଓ ଚିକ୍କଣ, ଯେଉଁ ଜନବୃନ୍ଦ ଅଦ୍ୟାବଧି ଭୟଙ୍କର; ଯେଉଁ ଗୋଷ୍ଠୀୟ ଲୋକେ ପରିମାଣ କରନ୍ତି ଓ ଦଳିତ କରନ୍ତି, ଯେଉଁମାନଙ୍କ ଦେଶ ନଦ-ନଦୀରେ ବିଭକ୍ତ, ତୁମ୍ଭେମାନେ ସେମାନଙ୍କ ନିକଟକୁ ଯାଅ!


କାରଣ ସଦାପ୍ରଭୁ ଆମ୍ଭକୁ ଏହିପରି କହିଅଛନ୍ତି, “ଖରା ସମୟରେ ନିର୍ମଳ ତାପ ପରି, ଶସ୍ୟଚ୍ଛେଦନକାଳୀନ ତାପ ସମୟରେ ଶିଶିରଯୁକ୍ତ ମେଘ ପରି ଆମ୍ଭେ କ୍ଷାନ୍ତ ହେବା ଓ ଆପଣା ବାସ ସ୍ଥାନରେ ଥାଇ ନିରୀକ୍ଷଣ କରିବା।”


ସଦାପ୍ରଭୁ ଏହି କଥା କହନ୍ତି, “ମିସରର ପରିଶ୍ରମର, କୂଶର ବାଣିଜ୍ୟର ଫଳ ଓ ଦୀର୍ଘକାୟ ସବାୟୀୟମାନେ ତୁମ୍ଭ ନିକଟକୁ ଆସିବେ ଓ ତୁମ୍ଭର ହେବେ; ସେମାନେ ତୁମ୍ଭର ପଶ୍ଚାଦ୍‍ଗାମୀ ହେବେ; ଶୃଙ୍ଖଳରେ ଆବଦ୍ଧ ହୋଇ ସେମାନେ ଆସିବେ; ପୁଣି, ସେମାନେ ତୁମ୍ଭକୁ ପ୍ରଣାମ କରିବେ ଓ ନିବେଦନ କରି କହିବେ, ‘ନିଶ୍ଚୟ ପରମେଶ୍ୱର ତୁମ୍ଭ ମଧ୍ୟରେ ଅଛନ୍ତି; ତାହାଙ୍କ ବିନୁ ଆଉ କେହି ନାହିଁ, ଆଉ କେହି ପରମେଶ୍ୱର ନାହାନ୍ତି।’”


ହେ ସିୟୋନ କନ୍ୟେ, ଉଠ, ଶସ୍ୟମର୍ଦ୍ଦନ କର; କାରଣ ଆମ୍ଭେ ତୁମ୍ଭର ଶୃଙ୍ଗ ଲୌହମୟ ଓ ତୁମ୍ଭର ଖୁରା ପିତ୍ତଳମୟ କରିବା; ତହିଁରେ ତୁମ୍ଭେ ଅନେକ ଗୋଷ୍ଠୀଙ୍କୁ ଚୂର୍ଣ୍ଣ କରିବ; ପୁଣି, ତୁମ୍ଭେ ସେମାନଙ୍କର ଲୁଟିତ ଦ୍ରବ୍ୟ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଓ ସେମାନଙ୍କର ସମ୍ପତ୍ତି ସମୁଦାୟ ଭୂମଣ୍ଡଳର ଅଧିପତିଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ।


ସେମାନେ ତ୍ରାସଜନକ ଓ ଭୟଙ୍କର ଅଟନ୍ତି; ସେମାନଙ୍କର ଶାସନ ଓ ଗୌରବ ସେମାନଙ୍କର ନିଜଠାରୁ ନିର୍ଗତ ହୁଅଇ।


ଆମ୍ଭର ପ୍ରାର୍ଥନାକାରୀମାନେ ଓ ଆମ୍ଭ ଛିନ୍ନଭିନ୍ନ (ଲୋକଙ୍କର) କନ୍ୟା କୂଶ ଦେଶସ୍ଥ ନଦୀସବୁର ସେପାରିରୁ ଆମ୍ଭର ନୈବେଦ୍ୟ ଆଣିବେ।


କାରଣ ସୂର୍ଯ୍ୟର ଉଦୟଠାରୁ ତହିଁର ଅସ୍ତ ହେବା ପର୍ଯ୍ୟନ୍ତ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଆମ୍ଭର ନାମ ମହତ୍ ଅଟେ ଓ ପ୍ରତ୍ୟେକ ସ୍ଥାନରେ ଆମ୍ଭ ନାମ ଉଦ୍ଦେଶ୍ୟରେ ଧୂପ ଓ ପବିତ୍ର ନୈବେଦ୍ୟ ଉତ୍ସର୍ଗ କରାଯାଉଅଛି; କାରଣ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଆମ୍ଭର ନାମ ମହତ୍ ଅଟେ।


ଆଉ, ଘର ଭିତରକୁ ଯାଇ ଶିଶୁଙ୍କୁ ତାହାଙ୍କ ମାତା ମରୀୟମଙ୍କ ସଙ୍ଗରେ ଦେଖି, ତାହାଙ୍କୁ ଭୂମିଷ୍ଠ ପ୍ରଣାମ କଲେ ଏବଂ ଆରାଧନା କଲେ, ପୁଣି, ଆପଣା ଆପଣା ପେଡ଼ି ଫିଟାଇ ତାହାଙ୍କୁ ସୁନା, କୁନ୍ଦୁରୁ ଓ ଗନ୍ଧରସ ଉପହାର ଦେଲେ।


Lean sinn:

Sanasan


Sanasan