Biblia Todo Logo
Bìoball air-loidhne

- Sanasan -




ଯିଶାଇୟ 19:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ସେହି ଦିନ ମିସର ସ୍ତ୍ରୀମାନଙ୍କ ତୁଲ୍ୟ ହେବ, ପୁଣି, ସୈନ୍ୟାଧିପତି ସଦାପ୍ରଭୁ, ତାହା ଉପରେ ଯେଉଁ ହସ୍ତ ହଲାନ୍ତି, ତାହାଙ୍କର ସେହି ହସ୍ତ ହଲିବା ସକାଶୁ ସେ କମ୍ପିବ ଓ ଭୀତ ହେବ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

16 ସେଦିନ ମିସର ସ୍ତ୍ରୀଗଣର ତୁଲ୍ୟ ହେବ, ପୁଣି ସୈନ୍ୟାଧିପତି ସଦାପ୍ରଭୁ, ତାହା ଉପରେ ଯେଉଁ ହସ୍ତ ହଲାନ୍ତି, ତାହାଙ୍କର ସେହି ହସ୍ତ ହଲିବା ସକାଶୁ ସେ କମ୍ପିବ ଓ ଭୀତ ହେବ।

Faic an caibideil Dèan lethbhreac

ଓଡିଆ ବାଇବେଲ

16 ସେହି ଦିନ ମିସର ସ୍ତ୍ରୀମାନଙ୍କ ତୁଲ୍ୟ ହେବ, ପୁଣି, ସୈନ୍ୟାଧିପତି ସଦାପ୍ରଭୁ, ତାହା ଉପରେ ଯେଉଁ ହସ୍ତ ହଲାନ୍ତି, ତାହାଙ୍କର ସେହି ହସ୍ତ ହଲିବା ସକାଶୁ ସେ କମ୍ପିବ ଓ ଭୀତ ହେବ।

Faic an caibideil Dèan lethbhreac

ପବିତ୍ର ବାଇବଲ

16 ସେଦିନ ମିଶରୀୟଗଣ ସ୍ତ୍ରୀ ସଦୃଶ ହେବେ। ସେମାନେ ସର୍ବଶକ୍ତିମାନ ସଦାପ୍ରଭୁଙ୍କୁ ଭୟ କରିବେ। ଯେତେବେଳେ ସଦାପ୍ରଭୁ ଦଣ୍ଡ ଦେବା ପାଇଁ ହସ୍ତ ଉତ୍ତୋଳନ କରିବେ, ସେତେବେଳେ ସେମାନେ ଭୟଭୀତ ହେବେ।

Faic an caibideil Dèan lethbhreac




ଯିଶାଇୟ 19:16
18 Iomraidhean Croise  

ସେଠାରେ ସେମାନେ କମ୍ପରେ ଓ ପ୍ରସବକାରିଣୀ ସ୍ତ୍ରୀର ବେଦନା ତୁଲ୍ୟ ବେଦନାରେ ଆକ୍ରାନ୍ତ ହେଲେ।


ଏଣୁ ସମୁଦାୟ ମିସର ଦେଶରେ, ଯେପରି କେବେ ହୋଇ ନାହିଁ ଓ ହେବ ନାହିଁ, ଏପରି ମହାରୋଦନ ହେବ।


ସେ ଆଜି ନୋବରେ ରହିବ; ସେ ସିୟୋନ କନ୍ୟାର ପର୍ବତ ଯିରୂଶାଲମ ଗିରି ପ୍ରତି ହସ୍ତ ହଲାଉଅଛି।


ପୁଣି, ସଦାପ୍ରଭୁ ମିସରୀୟ ସମୁଦ୍ରର ଜିହ୍ୱା ସମ୍ପୂର୍ଣ୍ଣ ରୂପେ ବିନାଶ କରିବେ ଓ ଆପଣାର ଉତ୍ତପ୍ତ ବାୟୁ ଦ୍ୱାରା ନଦୀ ଉପରେ ଆପଣା ହସ୍ତ ହଲାଇବେ, ଆଉ ତାହାକୁ ପ୍ରହାର କରି ସପ୍ତସ୍ରୋତ କରିବେ ଓ ଲୋକମାନଙ୍କୁ ଶୁଷ୍କ ପଦରେ ତହିଁ ମଧ୍ୟଦେଇ ଗମନ କରାଇବେ।


ତୁମ୍ଭେମାନେ ବୃକ୍ଷଶୂନ୍ୟ ପର୍ବତ ଉପରେ ଧ୍ୱଜା ଟେକ, ଲୋକମାନଙ୍କ ପ୍ରତି ରବ ଉଠାଅ, ହସ୍ତ ହଲାଅ, ସେମାନେ ଅଧିପତିମାନଙ୍କର ନଗର-ଦ୍ୱାରରେ ପ୍ରବେଶ କରନ୍ତୁ।


ଏକ ଜଣର ଧମକରେ ସହସ୍ର ଲୋକ ପଳାୟନ କରିବେ; ପାଞ୍ଚ ଜଣର ଧମକରେ ତୁମ୍ଭେମାନେ ପଳାୟନ କରିବ; ତହିଁରେ ତୁମ୍ଭେମାନେ ପର୍ବତର ଶୃଙ୍ଗରେ ଏକ ଚିହ୍ନସ୍ୱରୂପ ଓ ଉପପର୍ବତରେ ପତାକାର ଦଣ୍ଡ ସ୍ୱରୂପ ହୋଇ ଅବଶିଷ୍ଟ ରହିବ।


ସେମାନଙ୍କର ଅଶ୍ୱଗଣର ଉପରେ, ଆଉ ରଥସମୂହର ଉପରେ ଓ ତନ୍ମଧ୍ୟସ୍ଥ ମିଶ୍ରିତ ଲୋକସମସ୍ତଙ୍କ ଉପରେ ଗୋଟିଏ ଖଡ୍ଗ ଅଛି, ଆଉ ସେମାନେ ସ୍ତ୍ରୀମାନଙ୍କ ପରି ହେବେ; ସେମାନଙ୍କର ଭଣ୍ଡାରସମୂହ ଉପରେ ଗୋଟିଏ ଖଡ୍ଗ ଅଛି, ଆଉ ସେ ସବୁ ଲୁଟିତ ହେବ।


ବାବିଲର ବୀରଗଣ ଯୁଦ୍ଧରୁ କ୍ଷାନ୍ତ ହୋଇଅଛନ୍ତି, ସେମାନେ ଆପଣାମାନଙ୍କର ଗଡ଼ ମଧ୍ୟରେ ରହୁଛନ୍ତି; ସେମାନଙ୍କର ବଳ ଊଣା ହୋଇଅଛି; ସେମାନେ ସ୍ତ୍ରୀମାନଙ୍କ ସମାନ ହୋଇଅଛନ୍ତି, ତାହାର ବାସସ୍ଥାନସବୁ ଦଗ୍ଧ, ତାହାର ହୁଡ଼କାସବୁ ଭଗ୍ନ ହୋଇଅଛି।


ପୁଣି, ହେ ତୈମନ୍‍, ଏଷୌର ପର୍ବତରୁ ହତ୍ୟା ଦ୍ୱାରା ଯେପରି ପ୍ରତ୍ୟେକ ଜଣ ଉଚ୍ଛିନ୍ନ ହେବେ, ଏହି ଅଭିପ୍ରାୟରେ ତୁମ୍ଭର ବୀରଗଣ ଉଦ୍‍ବିଗ୍ନ ହେବେ।


ଦେଖ, ତୁମ୍ଭର ମଧ୍ୟସ୍ଥିତ ଲୋକମାନେ ସ୍ତ୍ରୀଲୋକ ପରି ଅଟନ୍ତି; ତୁମ୍ଭ ଦେଶର ନଗରଦ୍ୱାରସକଳ ତୁମ୍ଭ ଶତ୍ରୁଗଣ ପାଇଁ ମେଲା ହୋଇ ରଖାଯାଇଅଛି; ଅଗ୍ନି ତୁମ୍ଭର ଅର୍ଗଳସବୁ ଗ୍ରାସ କରିଅଛି।


ପୁଣି, ସେ ଦୁଃଖରୂପ ସାଗର ପାରି ହେବେ ଓ ସମୁଦ୍ରର ତରଙ୍ଗ ସମୂହକୁ ପ୍ରହାର କରିବେ ଓ ନୀଳ ନଦୀର ଗଭୀର ସ୍ଥାନସକଳ ଶୁଷ୍କ ହେବ; ତହିଁରେ ଅଶୂରର ଗର୍ବ ଖର୍ବ ହେବ ଓ ମିସରର ରାଜଦଣ୍ଡ ଦୂରୀକୃତ ହେବ।


ହେ ପ୍ରାଣୀସବୁ, ସଦାପ୍ରଭୁଙ୍କ ସାକ୍ଷାତରେ ନୀରବ ହୁଅ; କାରଣ ସେ ଆପଣା ପବିତ୍ର ଆବାସ ମଧ୍ୟରୁ ଜାଗି ଉଠିଅଛନ୍ତି।”


ଦେଖ, ମୁଁ ସେମାନଙ୍କ ଉପରେ ଆପଣା ହସ୍ତ ହଲାଇବି, ତହିଁରେ ସେମାନେ ଆପଣା ସେବାକାରୀଗଣର ଲୁଟିତ ବସ୍ତୁ ସ୍ୱରୂପ ହେବେ ଆଉ, ସୈନ୍ୟାଧିପତି ସଦାପ୍ରଭୁ ଯେ ମୋତେ ପ୍ରେରଣ କରିଅଛନ୍ତି, ଏହା ତୁମ୍ଭେମାନେ ଜାଣିବ।


ପୁଣି, ମୁଁ ଦୁର୍ବଳତା, ଭୟ ଓ ମହାକମ୍ପ ସହ ତୁମ୍ଭମାନଙ୍କ ମଧ୍ୟରେ ଥିଲି;


ଅତଏବ, ପ୍ରଭୁ ବିଷୟକ ଭୟ ଜ୍ଞାତ ହେବାରୁ ଆମ୍ଭେମାନେ ମନୁଷ୍ୟମାନଙ୍କୁ ମଣାଉଅଛୁ, କିନ୍ତୁ ଆମ୍ଭେମାନେ ଈଶ୍ବରଙ୍କ ଛାମୁରେ ପ୍ରକାଶିତ ଅଟୁ ଏବଂ ତୁମ୍ଭମାନଙ୍କ ବିବେକ ନିକଟରେ ମଧ୍ୟ ଯେ ପ୍ରକାଶିତ ଅଟୁ, ଏହା ମୁଁ ଆଶା କରେ।


ଜୀବିତ ଈଶ୍ବରଙ୍କ ହସ୍ତରେ ପଡ଼ିବା ଭୟଙ୍କର ବିଷୟ।


Lean sinn:

Sanasan


Sanasan